ଦୁଇ ଦିନରେ ମାସ୍କ ନ ପିନ୍ଧି ଗଣିଲେ ୧ ଲକ୍ଷରୁ ଅଧିକ ତଣ୍ଡ

ବ୍ରହ୍ମପୁର ଅଫିସ,୨୬।୭: ଗଞ୍ଜାମ ଜିଲାରେ କରୋନା ସଂକ୍ରମିତ ସଂଖ୍ୟା ସହିତ ମୃତ୍ୟୁ ହାର ମଧ୍ୟ ଦିନକୁ ଦିନ ବଢ଼ିବାରେ ଲାଗିଛି। ଏହାକୁ ରୋକିବା ପାଇଁ ସରକାର ଲକ୍‌ଡାଉନ ଓ ଶଟ୍‌ଡାଉନ୍‌ କଟକଣାକୁ ଜୋରଦାର କରିଛନ୍ତି । ଜିଲାରେ ଜାରି ହୋଇଥିବା ଏହି କଟକଣା ସମୟରେ ବ୍ରହ୍ମପୁର ପୋଲିସ ଅଯଥାରେ ଘୁରି ବୁଲୁଥିବା ଅମାନିଆଙ୍କୁ ଅଟକାଇ ଯାଞ୍ଚ କରିବା ସହ ସେମାନଙ୍କଠାରୁ ଜରିମାନା ଆଦାୟ କରୁଛି । ଏପରିକି ଜନସାଧାରଣଙ୍କୁ ମାସ୍କ ପିନ୍ଧିବାକୁ ନିର୍ଦ୍ଦେଶ ଦିଆଯିବା ସହ ଯାଞ୍ଚ ବ୍ୟବସ୍ଥାକୁ କଡ଼ାକଡ଼ି କରାଯାଇଛି। ଏଭଳି କଡା ନିର୍ଦ୍ଦେଶ ସତ୍ତ୍ୱେ ଲୋକମାନେ ନିୟମ ଉଲ୍ଲଂଘନ କରି ସହରରେ ବୁଲୁଛନ୍ତି । ଏ ନେଇ ପୋଲିସ ଜରିମାନା ଆଦାୟ କରୁଛି।
ଗୁରୁବାର ସକାଳ ୬ ଟାରୁ ଶୁକ୍ରବାର ସକାଳ ୬ଟା ଓ ଶନିବାର ସକାଳ ୬ଟାରୁ ରବିବାର ସକାଳ ୬ ଟା ସୁଦ୍ଧା ବ୍ରହ୍ମପୁର ପୋଲିସ ପକ୍ଷରୁ ବିଭିନ୍ନ ଛକ ମାନଙ୍କରେ ଯାଞ୍ଚ କରାଯାଇ ମାସ୍କ ପିନ୍ଧି ନ ଥିବା ୬୭୨ ଜଣ ଲୋକଙ୍କଠାରୁ ୧ଲକ୍ଷ ୩୪ ହଜାର ୪ ଶହ ଟଙ୍କା ଜରିମାନା ଆଦାୟ କରାଯାଇଛି । ସେହିପରି ଟ୍ରାଫିକ ନିୟମ ଉଲ୍ଲଂଘନ କରିଥିବା୨୮୭ ଜଣ ଅମାନିଆ ଗାଡି ଚାଳକଙ୍କୁ ୧ ଲକ୍ଷ ୪୫ ହଜାର ଟଙ୍କା ଜରିମାନା ଧାର୍ଯ୍ୟ କରାଯାଇଛି । ସେହିପରି ନିୟମ ଉଲ୍ଲଂଘନ କରି ବେଆଇନ ଭାବେ ମଦ ବିକ୍ରି କରୁଥିବା ବେଳେ ପୋଲିସ ଗୋଟଏ ଅବକାରୀ ମାମଲାରେ ଜଣଙ୍କୁ ଗିରଫ କରିଛି । ତାଙ୍କଠାରୁ ୩୨ ଲିଟର ମଦ ଜବତ କରାଯାଇଛି । ଏନେଇ ବ୍ରହ୍ମପୁର ଏସ୍‌ପି ପିନାକ ମିଶ୍ର ଟୁଇଟ କରି ସୂଚନା ଦେଇଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପା ସରକାରର ବିଫଳତାକୁ ନେଇ ଗାଁକୁ ଯିବ ବିଜେଡି

ଭବାନୀପାଟଣା: ୨୬ା୧୨(ଉତ୍ତମ କୁମାର ଦାଶ):୨୮ ବର୍ଷ ଅତିକ୍ରମ କରି ୨୯ ବର୍ଷରେ ପାଦ ଦେଇଛି ବିଜୁ ଜନତା ଦଳ। ଏହି ଅବସରରେ ଶୁକ୍ରବାର କଳାହାଣ୍ଡି ଜିଲା...

୨ ମହିଳାଙ୍କ ସମେତ ୬ ଦାଦନ ଶ୍ରମିକ ଉଦ୍ଧାର

ନୂଆପଡ଼ା/କୋମନା,୨୬ା୧୨(ମକାରୁ ବେମାଲ/ମହେଶ ବାଗ): ନୂଆପଡ଼ା ଜିଲା କୋମନା ଅଞ୍ଚଳରେ ଦାଦନ ଦଲାଲ ସକ୍ରିୟ ରହିଛନ୍ତି। ପ୍ରତିଦିନ ଜିଲାରୁ ଶତାଧିକ ଶ୍ରମିକ ଚାଲାଣ ହେଉଥିବା ଅଭିଯୋଗ ହୋଇଆସୁଛି।...

ଭାଜପା ପକ୍ଷରୁ ବନବିହାର କାର୍ଯ୍ୟକ୍ରମ: ସାମୂହିକ ବନ୍ଦେ ମାତରମ ଗାନ

କେସିଙ୍ଗା,୨୬ା୧୨ (ତୁମେଶ୍ୱର ସାହୁ)- କଳାହାଣ୍ଡି ଜିଲା କେସିଙ୍ଗା ଭାଜପା ନଗର ମଣ୍ଡଳ କମିଟି ପକ୍ଷରୁ ଶୁକ୍ରବାର ତହସିର ଚେକ୍‌ଡ୍ୟାମ ପରିସରରେ ବନବିହାର କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି।...

ନିଖୋଜ ରାତ୍ର ଜଗୁଆଳିଙ୍କ ମୃତଦେହ ଜବତ : ହତ୍ୟା ଅଭିଯୋଗ କଲେ ପରିବାର ଲୋକେ

ଥୁଆମୂଳ ରାମପୁର,୨୬ା୧୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ କର୍ଲାପାଟ ଥାନା ଅଧୀନ ଗୁଣୁପୁର ସାଇସୁରୁଣି ଛକ ନିକଟ ପୋଲ ତଳୁ ଶୁକ୍ରବାର ନିଖୋଜ...

ସମସ୍ତଙ୍କ ଆଗରେ ଭୋ ଭୋ ହୋଇ କାନ୍ଦିଲେ ରୋହିତ, କାରଣ ଜାଣିଲେ…Video

ମୁମ୍ବାଇ,୨୬।୧୨: ଭାରତୀୟ କ୍ରିକେଟ ଦଳର ପୂର୍ବତନ ଅଧିନାୟକ ତଥା ଓପନର ବ୍ୟାଟ୍ସମ୍ୟାନ ରୋହିତ ଶର୍ମାଙ୍କ ଏକ ଭାବୁକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ଏହି...

ଖୋଲିଲା ମା’ ବାଙ୍କେଶ୍ବରୀଙ୍କ ଦାନହୁଣ୍ଡି: ମିଳିଲା ୧୧ ଲକ୍ଷ ୯୩ ହଜାର

ଦିଗପହଣ୍ଡି,୨୬।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି. ତୁରୁବୁଡିି ପଞ୍ଚାୟତ କେରାଣ୍ଡିମାଳ ପର୍ବତ ଶିଖରରେ ପୂଜା ପାଉଥିବା ସମଗ୍ର ଦକ୍ଷିଣ ଓଡ଼ିଶାର ପ୍ରମୁଖ...

କଳାହାଣ୍ଡିର ଯୁବତୀଙ୍କୁ ତେଲେଙ୍ଗାନାରେ ହତ୍ୟା, ନଦୀବ୍ରିଜ ତଳୁ ମୃତଦେହ…

ଭବାନୀପାଟଣା,୨୬।୧୨(ଉତ୍ତମ କୁମାର ଦାଶ)-କଳାହାଣ୍ଡି ର ଯୁବତୀ ଙ୍କୁ ତେଲେଙ୍ଗାନା ରେ ହତ୍ୟା ଭଳି ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଗତ ୩ ମାସ ତଳେ...

ଲେଡ଼ବନ୍ଧ ବୁଲାଣିରେ କାର-ବାଇକ୍‌ ମୁହାଁମୁହିଁ ଧକ୍କା: ମା’ ଗୁରୁତର, ଶିଶୁ ସହ ଦାଦା… 

ମୋହନା,୨୬।୧୨(ମନ୍ମଥ ମିଶ୍ର): ବୁଲାଣିରେ କାର- ବାଇକ ମୁହାଁ ମୁହିଁ ଧକ୍କା। ଜଣେ ମହିଳା ଗୁରୁତର। ସେ ହେଲେ ପ୍ରଭାବତୀ ମଳିକ(୨୦)। ତାଙ୍କ ଅବସ୍ଥା ଗୁରୁତର ଥିବାରୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri