ସ୍ବିଡେନ୍‌ ସରକାରଙ୍କ ଆର୍ଟ ଆଡ୍‌ଭାଇଜର୍‌ ହେଲେ ମହାନନ୍ଦିଆ: ଅଭିନନ୍ଦନ ଜଣାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୭। ୭(ବ୍ୟୁରୋ): ସ୍ବିଡେନ୍‌ ସରକାରଙ୍କ କଳା ବିଭାଗର ପରାମର୍ଶଦାତା ତଥା ଆର୍ଟ ଆଡ୍‌ଭାଇଜର ଭାବେ ନିଯୁକ୍ତ ହୋଇଛନ୍ତି ଓଡ଼ିଆ ଚିତ୍ରଶିଳ୍ପୀ ପି.କେ. ମହାନନ୍ଦିଆ। ଏଥିପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମାଇକ୍ରୋ ବ୍ଲଗିଂ ସାଇଟ୍‌ ଟୁଇଟରରେ ମହାନନ୍ଦିଆଙ୍କୁ ଶୁଭେଚ୍ଛା ଜଣାଇବା ସହ ଅଭିନନ୍ଦନ ଜ୍ଞାପନ କରିଛନ୍ତି। ମହାନନ୍ଦିଆଙ୍କ ସଫଳତା ସମଗ୍ର ରାଜ୍ୟ ପାଇଁ ଗୌରବ ଆଣିଛି। ଆଗାମୀ ଦିନରେ ସେ ଆହୁରି ଖ୍ୟାତି ଅର୍ଜନ କରନ୍ତୁ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।
ଅନୁଗୋଳ ଜିଲାର ଏକ ଗରିବ ପରିବାରରେ ଜନ୍ମଗ୍ରହଣ କରିଥିବା ମହାନନ୍ଦିଆଙ୍କର ପିଲାବେଳୁ କଳା ପ୍ରତି ଅହେତୁକ ଆକର୍ଷଣ ରହିଥିଲା। ଚିତ୍ରକଳାକୁ ନେଇ ନିଜ ଭବିଷ୍ୟତ କରିବେ ଭାବି ସେ ୧୯୭୧ରେ ନୂଆଦିଲ୍ଲୀର ଏକ କଳା ଶିକ୍ଷାନୁଷ୍ଠାନରେ ନାମ ଲେଖାଇଥିଲେ। ତେବେ ଦିଲ୍ଲୀରେ ସ୍ବିଡେନ୍‌ର ଚାର୍ଲୋଟ ନାମକ ଜଣେ ଯୁବତୀଙ୍କ ପ୍ରେମରେ ପଡ଼ି ତାଙ୍କୁ ବିବାହ କରିବା ପରେ ମହାନନ୍ଦିଆ ଚର୍ଚ୍ଚାକୁ ଆସିଥିଲେ। କେବଳ ଏତିକି ନୁହେଁ, ଚାର୍ଲୋଟ ନିଜ ଦେଶକୁ ଫେରିଯିବା ପରେ ମହାନନ୍ଦିଆ ତାଙ୍କୁ ଦେଖା କରିବାକୁ ସ୍ବିଡେନ୍‌ ଯିବାକୁ ବାହାରିଥିଲେ। ପାଖରେ ଅର୍ଥ ନ ଥିବାରୁ ନିଜର ସବୁକିଛି ବିକ୍ରି କରି ଏକ ପୁରୁଣା ସାଇକେଲ୍‌ କିଣିଥିଲେ। ଆଉ ସେହି ସାଇକେଲରେ ଭାରତରୁ ସ୍ବିଡେନ୍‌ ଅଭିମୁଖେ ବାହାରିଥିଲେ। ଏଥିପାଇଁ ତାଙ୍କୁ ୫ମାସ ସମୟ ଲାଗିଥିଲା। ଶେଷରେ ନିଜ ସ୍ତ୍ରୀ ଚାର୍ଲୋଟଙ୍କୁ ଭେଟିବା ସହ ସେଠାକାର ନାଗରିକତ୍ୱ ଗ୍ରହଣ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପା ସରକାରର ବିଫଳତାକୁ ନେଇ ଗାଁକୁ ଯିବ ବିଜେଡି

ଭବାନୀପାଟଣା: ୨୬ା୧୨(ଉତ୍ତମ କୁମାର ଦାଶ):୨୮ ବର୍ଷ ଅତିକ୍ରମ କରି ୨୯ ବର୍ଷରେ ପାଦ ଦେଇଛି ବିଜୁ ଜନତା ଦଳ। ଏହି ଅବସରରେ ଶୁକ୍ରବାର କଳାହାଣ୍ଡି ଜିଲା...

ଅଚାନକ ଦିଲ୍ଲୀ ଟିମ୍‌ ଛାଡ଼ି ଘରକୁ ଫେରିଗଲେ କୋହଲି, କାରଣ ଜାଣିଲେ…

ବେଙ୍ଗାଲୁରୁ,୨୬।୧୨: ଭାରତୀୟ କ୍ରିକେଟର ଷ୍ଟାର ଖେଳାଳି ବିରାଟ କୋହଲି ବିଜୟ ହଜାରେ ଟ୍ରଫି ୨୦୨୫-୨୬ରେ ଦିଲ୍ଲୀ ପାଇଁ ଜବରଦସ୍ତ ପ୍ରଦର୍ଶନ କରିଥିଲେ। କିନ୍ତୁ ଏବେ ସେ...

୨ ମହିଳାଙ୍କ ସମେତ ୬ ଦାଦନ ଶ୍ରମିକ ଉଦ୍ଧାର

ନୂଆପଡ଼ା/କୋମନା,୨୬ା୧୨(ମକାରୁ ବେମାଲ/ମହେଶ ବାଗ): ନୂଆପଡ଼ା ଜିଲା କୋମନା ଅଞ୍ଚଳରେ ଦାଦନ ଦଲାଲ ସକ୍ରିୟ ରହିଛନ୍ତି। ପ୍ରତିଦିନ ଜିଲାରୁ ଶତାଧିକ ଶ୍ରମିକ ଚାଲାଣ ହେଉଥିବା ଅଭିଯୋଗ ହୋଇଆସୁଛି।...

ଭାଜପା ପକ୍ଷରୁ ବନବିହାର କାର୍ଯ୍ୟକ୍ରମ: ସାମୂହିକ ବନ୍ଦେ ମାତରମ ଗାନ

କେସିଙ୍ଗା,୨୬ା୧୨ (ତୁମେଶ୍ୱର ସାହୁ)- କଳାହାଣ୍ଡି ଜିଲା କେସିଙ୍ଗା ଭାଜପା ନଗର ମଣ୍ଡଳ କମିଟି ପକ୍ଷରୁ ଶୁକ୍ରବାର ତହସିର ଚେକ୍‌ଡ୍ୟାମ ପରିସରରେ ବନବିହାର କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି।...

ନିଖୋଜ ରାତ୍ର ଜଗୁଆଳିଙ୍କ ମୃତଦେହ ଜବତ : ହତ୍ୟା ଅଭିଯୋଗ କଲେ ପରିବାର ଲୋକେ

ଥୁଆମୂଳ ରାମପୁର,୨୬ା୧୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ କର୍ଲାପାଟ ଥାନା ଅଧୀନ ଗୁଣୁପୁର ସାଇସୁରୁଣି ଛକ ନିକଟ ପୋଲ ତଳୁ ଶୁକ୍ରବାର ନିଖୋଜ...

ସମସ୍ତଙ୍କ ଆଗରେ ଭୋ ଭୋ ହୋଇ କାନ୍ଦିଲେ ରୋହିତ, କାରଣ ଜାଣିଲେ…Video

ମୁମ୍ବାଇ,୨୬।୧୨: ଭାରତୀୟ କ୍ରିକେଟ ଦଳର ପୂର୍ବତନ ଅଧିନାୟକ ତଥା ଓପନର ବ୍ୟାଟ୍ସମ୍ୟାନ ରୋହିତ ଶର୍ମାଙ୍କ ଏକ ଭାବୁକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ଏହି...

ଖୋଲିଲା ମା’ ବାଙ୍କେଶ୍ବରୀଙ୍କ ଦାନହୁଣ୍ଡି: ମିଳିଲା ୧୧ ଲକ୍ଷ ୯୩ ହଜାର

ଦିଗପହଣ୍ଡି,୨୬।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି. ତୁରୁବୁଡିି ପଞ୍ଚାୟତ କେରାଣ୍ଡିମାଳ ପର୍ବତ ଶିଖରରେ ପୂଜା ପାଉଥିବା ସମଗ୍ର ଦକ୍ଷିଣ ଓଡ଼ିଶାର ପ୍ରମୁଖ...

କଳାହାଣ୍ଡିର ଯୁବତୀଙ୍କୁ ତେଲେଙ୍ଗାନାରେ ହତ୍ୟା, ନଦୀବ୍ରିଜ ତଳୁ ମୃତଦେହ…

ଭବାନୀପାଟଣା,୨୬।୧୨(ଉତ୍ତମ କୁମାର ଦାଶ)-କଳାହାଣ୍ଡି ର ଯୁବତୀ ଙ୍କୁ ତେଲେଙ୍ଗାନା ରେ ହତ୍ୟା ଭଳି ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଗତ ୩ ମାସ ତଳେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri