ଲୋକେ ଭକୁଆ: କରୋନା ଟୀକାର ଦେଖାନାହିଁ, ଅଫିସରଙ୍କ ପକେଟ ଗରମ

ଓ୍ବାଶିଂଟନ, ୨୭।୭: ପୃଥିବୀରେ କରୋନା ମହାମାରୀ ସଂକ୍ରମଣ ଯୋଗୁ ଆତଙ୍କ ସୃଷ୍ଟି ହୋଇଛି। କରୋନା ପ୍ରତିଷେଧକ ଟୀକା ଆଶାରେ ସାଧାରଣ ଲୋକଙ୍କ ଜୀବନ ବିତୁଛି। କେବେ ଟୀକା ଆସିବ ମଣିଷ ମହାମାରୀ ସମସ୍ୟାରୁ ମୁକ୍ତି ପାଇବ, ସେନେଇ ଲୋକେ ଆଶାବାନ୍ଧି ବସିଛନ୍ତି। ଏପରିସ୍ଥଳେ କେତେକ ମହାମାରୀ ବିପଦ ସମୟରେ ନିଜ ପକେଟ ଗରମ କରିଚାଲିଛନ୍ତି। ଏଭଳି ଏକ ଘଟଣା ଆମେରିକାରେ ଘଟିଛି। କରୋନା ପ୍ରତିଷେଧକ ଟୀକା ପ୍ରସ୍ତୁତି ଜାରି ରଖିଥିବା ୧୧ଟି ଔଷଧ କମ୍ପାନୀର ଶେୟାର ବଢ଼ିବାରେ ଲାଗିଛି। ଏହାର ଫାଇଦା କମ୍ପାନୀର ବଡ଼ ଅଫିସରମାନେ ନେଇଛନ୍ତି। ସେମାନେ କମ୍ପାନୀର ଶେୟାର କାରବାରରେ ଅଂଶଗ୍ରହଣ କରଛନ୍ତି। ଚଢ଼ାଦାମରେ କିଣି ଥିବା ଶେୟାର ବିକ୍ରି କରି ସାଢ଼େ ୭ ହଜାର କୋଟି ଟଙ୍କାର ଲାଭ ପାଇଛନ୍ତି। ଗଣମାଧ୍ୟମ ସଂସ୍ଥା ନ୍ୟୁୟର୍କ ଟାମମ୍ସ୍‌ ଅନୁସାରେ ଏହାଦ୍ୱାରା କେବଳ ଲୋକେ ହିଁ ଭକୁଆ ପାଲଟିଛନ୍ତି। ଅପରପକ୍ଷରେ ଔଷଧ କମ୍ପାନୀର ଉଚ୍ଚ ଅଫିସର ଏଥିରେ ଲାଭାନ୍ବିତ ହୋଇଛନ୍ତି। ଅଫିସରମାନେ ଅନୈତିକ ଉପାୟରେ ଅର୍ଥ ରୋଜଗାର କରିଥିବା ଆମେରିକାର ଅଣ-ଲାଭକାରୀ ସଂସ୍ଥା ପେସେଣ୍ଟ୍‌ ଫର୍‌ ଆଫୋଡେବୁଲ୍‌ ଡ୍ରଗ୍ସ୍‌ର କାର୍ଯ୍ୟକାରୀ ନିର୍ଦ୍ଦେଶକ ବେନ୍‌ ଓ୍ବକାନା କହିଛନ୍ତି। ଠିକ୍‌ ସମୟରେ ଷ୍ଟକ୍‌ କିଣିବା ଏବଂ ବିକ୍ରି କରିବା ଆଇନ ଅନୁସାରେ ଭୁଲ୍‌ ନୁହେଁ। ମାତ୍ର ସମ୍ପୃକ୍ତ ଅଫିସରମାନେ ଔଷଧ କମ୍ପାନୀଗୁଡ଼ିକର ଆଭ୍ୟନ୍ତରୀଣ ଖବର ଅନୁସାରେ ଶେୟାର କିଣା ବିକା କରିଥିବା କୁହାଯାଉଛି। ମହାମାରୀ ସମୟରେ ସାଧାରଣ ଲୋକେ ମାନବିକତାର ପରିଚୟ ଦେଉଥିବାବେଳେ ସମ୍ପକ୍ତ ଅଫିସରମାନେ ନିଜ ସ୍ବାର୍ଥକୁ ଦେଖିଥିବା ଅଭିଯୋଗ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଦୁର୍ଘଟଣାରେ ଭାଜପା ନେତାଙ୍କ ପରଲୋକ

ଭଞ୍ଜନଗର,୨୧।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବାର ଆସୋସିଏଶନ ଯୁବ ଆଇନଜୀବୀ ତଥା ଭାଜପା ନେତା ଅରୁଣ ପ୍ରଧାନଙ୍କ ରବିବାର ରାତିରେ ତାରସିଂ ଥାନା ଅନ୍ତର୍ଗତ...

ଆର୍ଥିକ ସଙ୍କଟରେ ପାକିସ୍ତାନ ହକି ଖେଳାଳି

କରାଚୀ, ୨୧ା୧୨: ପାକିସ୍ତାନ ହକି ଖେଳାଳିମାନେ ଆର୍ଥିକ ସମସ୍ୟା ସହିତ ଜଡ଼ିତ ଅଛନ୍ତି। କାରଣ ସେମାନଙ୍କର ଲକ୍ଷ ଲକ୍ଷ ଟଙ୍କା ବକେୟା ପାଉଣା ପଡ଼ି ରହିଛି।...

ଖସଡ଼ା ଜଳପ୍ରପାତକୁ ସଫା କରି ସମାଜକୁ ଦେଲେ ନିଆରା ବାର୍ତ୍ତା, ପର୍ଯ୍ୟଟନସ୍ଥଳୀର ସୁରକ୍ଷା ନିମନ୍ତେ ଅଣ୍ଟା ଭିଡ଼ିଲେ….

ମୋହନା,୨୧/୧୨( ମନ୍ମଥ ମିଶ୍ର ): ନୂଆବର୍ଷ ପାଖେଇ ଆସୁଥିବା ବେଳେ ଦିନକୁ ଦିନ ବଣଭୋଜି ପାଇଁ ବିଭିନ୍ନ ଦର୍ଶନୀୟ ସ୍ଥାନରେ ଜନ ସମାଗମ ଦେଖିବାକୁ ମିଳୁଛି...

ଭଞ୍ଜନଗରରେ ୩ଟି ଦୁର୍ଘଟଣା, ଜଣେ ମୃତ ୨ ଗୁରୁତର

ଭଞ୍ଜନଗର,୨୧/୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅଞ୍ଚଳରେ ରବିବାର ଅପରାହ୍ନରେ ଦୁଇଟି ଦୁର୍ଘଟଣା ଘଟିଛି। ଏଥିସହ ଶନିବାର ବିଳମ୍ବିତ ରାତିରେ ତାରସିଂ ଥାନା ଅଞ୍ଚଳରେ ଆଉ...

ହ୍ୟୁମାନ ମୃତ୍ୟୁ: ଏତଲାରେ ବୋହୂଙ୍କ ନାଁ, ଆବେଗଭରା ମନ୍ତବ୍ୟ ଦେଇ କହିଲେ ଅର୍ପିତା ଚୌଧୁରୀ….

କଟକ,୨୧ା୧୨: ହ୍ୟୁମାନ ସାଗରଙ୍କ ମୃତ୍ୟୁକୁ ଦିନ ପରେ ଦିନ ଗଡିଯାଉଥିବା ବେଳେ ସସପେନ୍ସ ଉପରୁ ପରଦା ଉଠିପାରୁ ନାହିଁ । ଆଜି ମା ଶେଫାଳି ସୁନା...

ବଡ଼ଦିନ ପୂର୍ବରୁ ଅଘଟଣ, ନାଳକୁ ଲୁଗା ସଫା କରିବାକୁ ଯାଇଥିବା ବେଳେ ସାପ କାମୁଡ଼ାରେ ମହିଳାଙ୍କ ମୃତ୍ୟୁ

ଗଜପତି୨୧/୧୨ (ଗିରିଧାରୀ ପରିଛା): ନଦୀକୁ ଲୁଗାପଟା ସଫା କରିବାକୁ ଯାଇ ସାପ କାମୁଡ଼ାରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି । ଆଜି ଏମିତି ଏକ ହୃଦୟ...

ଅଜଣା ଗାଡି ଧକ୍କାରେ ୨ ମୃତ, କ୍ଷତିପୂରଣ ଦାବିରେ ହରଡଖୋଲରେ ଏନଏଚ ଅବରୋଧ

ସୋନପୁର,୨୧/୧୨(ମୃତ୍ୟୁଞ୍ଜୟ ଶତପଥୀ): ସୋନପୁର ଥାନା ଅଧିନସ୍ଥ ୫୭ ନମ୍ବର ଜାତୀୟ ରାଜପଥର ହରଡ଼ଖୋଲ୍ ନିକଟରେ ରବିବାର ସନ୍ଧ୍ୟା ୬ଟାରେ ଏକ ମର୍ମନ୍ତୁଦ ସଡ଼କ ଦୁ୍ର୍ଘଟଣା ଘଟିଛି...

୫୦ ଫୁଟ ତଳକୁ ଖସିଲା ପିକନିକ୍ ବସ୍, ଜଣେ ମୃତ ୪ ଗୁରୁତର

ପାତ୍ରପୁର ୨୧/୧୨(ଉମା ଚରଣ ନେପାକ): ଗଞ୍ଜାମ ଜିଲା ଜରଡା ଥାନା ଅନ୍ତର୍ଗତ ବୁରାତାଲ୍ ପଞ୍ଚାୟତ ସାପୁଆଖତ ଠାରେ ବ୍ରହ୍ମପୁର ଏକ ଘୋରଇ ସ୍କୁଲ୍ ବସ ଦୁର୍ଘଟଣା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri