କରୋନା ସନ୍ଦିଗ୍ଧକୁ ନେବ ଆମ୍ବୁଲାନ୍ସ

ଗଞ୍ଜାମ, ୨୭।୭(ଡି.ଏନ.ଏ.)-ଗଞ୍ଜାମ ଜିଲାର ବିଭିନ୍ନ ସ୍ଥାନରେ କରୋନା ଲକ୍ଷଣ ଥିବା ବ୍ୟକ୍ତିଙ୍କୁ ୧୦୮ ଓ ୧୦୪ ଆମ୍ବୁଲାନ୍ସ କର୍ମଚାରୀ ନେଉନାହାନ୍ତି । ଏନେଇ କେତେକଙ୍କ ଜୀବନ ଦୀପ ଲିଭିଯାଇଛି। ଆମ୍ବୁଲାନ୍ସ ଗୁରୁତର ରୋଗୀଙ୍କୁ ନେଉ ନ ଥିବାରୁ ଚିକିତ୍ସା ସେବା ପାଇବାରେ ବିଳମ୍ବ ହେଉଛି । ଏହିସବୁ ଘଟଣା ଦୃଷ୍ଟିକୁ ଆସିବା ପରେ ସୋମବାର ଜିଲା ପ୍ରଶାସନର ନିୟମ ବଦଳିଛି। ଜ଼ିଲାପାଳ ବିଜୟ ଅମୃତା କୁଲାଙ୍ଗେ ଏ ସମ୍ପର୍କରେ ନୂତନ ନିର୍ଦ୍ଦେଶନାମା ଜାରି କରିଛନ୍ତି। ଏଣିକି କରୋନା ଲକ୍ଷଣ ଥିବା ବ୍ୟକ୍ତିଙ୍କୁ ୧୦୮ ଓ ୧୦୪ ଆମ୍ବୁଲାନ୍ସ ନେବ। ଏହି ଜରୁରୀ ପରିସ୍ଥିତିରେ ସମସ୍ତଙ୍କୁ ଆମ୍ବୁଲାନ୍ସ ସେବା ଯୋଗାଇବା ଆବଶ୍ୟକ । ସମସ୍ତ ୧୦୮ ଓ ୧୦୪ ଆମ୍ବୁଲାନ୍ସ ଚାଳକ ଓ ଷ୍ଟାଫଙ୍କୁ ପିପିଇ କିଟ୍‌ ପ୍ରଦାନ କରିବାକୁ ସିଡିଏମ୍‌ଓଙ୍କୁ ଜ଼ିଲାପାଳ ନିର୍ଦ୍ଦେଶ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମତ୍ସ୍ୟ ଚାଷ ପ୍ରତି ବଢୁଛି ଆଗ୍ରହ: ଚାଷୀଙ୍କୁ ୪୦ ରୁ ୫୦ ପ୍ରତିଶତ ମିଳୁଛି ସବସିଡି

ଭଞ୍ଜନଗର,୨୫/୧୨(ବାବୁଲା ପ୍ରଧାନ): ଚିକେନ, ମଟନ ଅପେକ୍ଷା ମାଛ ସ୍ବାସ୍ଥ୍ୟ ପାଇଁ ହିତକର। ତେଣୁ ମାଛ ପ୍ରତି ଲୋକଙ୍କ ଆଗ୍ରହ ବଢୁଛି। କିନ୍ତୁ ଗଞ୍ଜାମ ଜିଲାରେ ଆବଶ୍ୟକତା...

ଜାତୀୟ କବାଡ଼ି ପ୍ରତିଯୋଗିତାରେ ଭାଗ ନେବେ ଓଡ଼ିଆ ପୁଅ ଶିବପ୍ରସାଦ

ଗଞ୍ଜାମ,୨୫ା୧୨(ବିଦ୍ୟାଧର ସାହୁ): ଆସନ୍ତା ୬ ତାରିଖରେ ରାଇପୁର ଭିଲାଇ ରାଜକୁମାର କଲେଜରେ ଅନୁଷ୍ଠିତ ହେବ ନ୍ୟାଶନାଲ ଇଭେଣ୍ଟ କବାଡ଼ି। ଏହି ପ୍ରତିଯୋଗିତାରେ ଖେଳିବାକୁ ଓଡ଼ିଶାର ଦୁଇ...

ଶୀତ ମହୋତ୍ସବରେ ଯୋଗଦେବେ ବିଧାନସଭାର ପୂର୍ବତନ ଉପବାଚସ୍ପତି, ସହମତି ପ୍ରକାଶ କରି…

ଦାରିଙ୍ଗବାଡ଼ି,୨୫ା୧୨(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ିଠାରେ ଜାନୁଆରୀରେ ହେବାକୁ ରହିଥିବା ଶୀତ ମହୋତ୍ସବରେ ଅନ୍ୟ ଅତିଥିଙ୍କ ମଧ୍ୟରେ ବିଧାନସଭାର ପୂର୍ବତନ ଉପବାଚସ୍ପତି ସାଲୁଗା ପ୍ରଧାନ ଯୋଗଦେବାକୁ...

ଶୀତକୁ ନାହିଁ ଖାତିର, ଦାରିଙ୍ଗବାଡ଼ିରେ ବଢୁଛି ପର୍ଯ୍ୟଟକଙ୍କ ଭିଡ଼

ଦାରିଙ୍ଗବାଡ଼ି,୨୫ା୧୨(ଅରୁଣ ସାହୁ): ଓଡ଼ିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡ଼ିରେ ପୁଣି ବଢ଼ିଲା ଶୀତର ପ୍ରକୋପ। ବିଭିନ୍ନ ସ୍ଥାନରେ ଘନକୁହୁଡି ସହ ଶୀତ ଦ୍ବିଗୁଣିତ ହୋଇଛି। ଗୁରୁବାର ସକାଳେ...

ଗୁଲୁଆଙ୍କ ଗୁମର ଖୋଲିଦେଲେ ସ୍ତ୍ରୀ: ନୂଆ ନୂଆ ଝିଅଙ୍କୁ ଧରି….

ଭୁବନେଶ୍ୱର,୨୫।୧୨: ଓଡ଼ିଆ କମେଡିଆନ୍‌ ଗୁଲୁଆଙ୍କ ସାଂସାରିକ ଜୀବନରେ ଆସିଛି ଝଡ଼। ଜୀବନ ପ୍ରତି ବିପଦ ଥିବା ଗୁଲୁଆ ଅଭିଯୋଗ କରିବା ପରେ ତାଙ୍କ ସ୍ତ୍ରୀ ତଥା...

ଜଗନ୍ନାଥପ୍ରେମୀଙ୍କ ଭାବାବେଗକୁ ଆଘାତ…ସମୁଦ୍ରରେ ଭାସି ଆସିଲା ମହାପ୍ରଭୁଙ୍କ ବିଗ୍ରହ, ଦୟନୀୟ ଅବସ୍ଥାରେ ଉଦ୍ଧାର

ପୁରୀ ୨୫/୧୨( ଅଜିତ୍ କୁମାର ସାହୁ): ପୁଣି ମହାପ୍ରଭୁଙ୍କୁ ଅପମାନ। ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ମୂର୍ତ୍ତି ସମୁଦ୍ରରେ ଭାସିଵାର ଦୃଶ୍ୟ ଏବେ ସୋସିଆଲ ମିଡିଆରେ ବେଶ୍ ଭାଇରାଲ...

ସର୍ବଭାରତୀୟ ନାଟକ ସମାରୋହ ଉଦ୍‌ଘାଟିତ: ଆଜି ମଞ୍ଚସ୍ଥ ହେବ ‘ମାଗୁଣିର ଶଗଡ଼’

ବଲାଙ୍ଗୀର,୨୫ା୧୨(ସୁନିଲ କୁମାର ମହାନ୍ତି): ସର୍ବଭାରତୀୟ ବହୁଭାଷୀ ନାଟକ ସମାରୋହ ମଠଖାଇ ମହୋତ୍ସବ ଗୁରୁବାର ଉଦ୍‌ଘାଟିତ ହୋଇଛି। ସକାଳେ ବଲାଙ୍ଗୀର ସହର ଉପକଣ୍ଠ ମଠଖାଇ ମନ୍ଦିରରୁ ନାଟ୍ୟ...

ଚିନ୍ତାଜନକ ସ୍ଥିତି! ଦିଲ୍ଲୀକୁ ଟପିଲା ବାଲେଶ୍ବର, ଦେଶର ସବୁଠାରୁ ଅଧିକ ପ୍ରଦୂଷିତ ସହର…

ଭୁବନେଶ୍ବର,୨୫।୧୨: ଗତ କିଛିଦିନ ପୂର୍ବରୁ ଜାତୀୟ ରାଜଧାନୀ ଦିଲ୍ଲୀର ପ୍ରଦୂଷଣ ଚିନ୍ତାଜନକ ଥିଲା । ସ୍ଥିତି ସଙ୍ଗୀନ ହୋଇଥିବା ବେଳେ ସ୍କୁଲ ମଧ୍ୟ ବନ୍ଦ ରଖାଯାଇଥିଲା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri