Posted inଖେଳ

ଅଗଷ୍ଟ ୧୮ରୁ ଆରମ୍ଭ ହେବ ଏହି ଟି୨୦ ଲିଗ୍‌

ତାରୌବା,୨୮।୭(ଏପି): ଆସନ୍ତା ମାସରୁ ଆରମ୍ଭ ହେବାକୁ ଯାଉଛି ୩୩ ମ୍ୟାଚ୍‌ ବିଶିଷ୍ଟ କାରିବିୟାନ ପ୍ରିମିୟର ଲିଗ୍‌ (ସିପିଏଲ୍‌) ଟୁର୍ନାମେଣ୍ଟ। ଗତଥରର ଚାମ୍ପିୟନ ବାର୍ବାଡୋସ ଟ୍ରାଇଡେଣ୍ଟ ଓ ସେଣ୍ଟ କିଟ୍ସ ଉଦ୍‌ଘାଟନୀ ମ୍ୟାଚ୍‌ରେ ମୁହଁାମୁହିଁ ହେବେ। ସେହିପରି ନେଭିସ୍‌ ପାଟ୍ରିଅଟ୍ସ, ଗୟନା ଆମାଜନ ଓ୍ବାରିୟର୍ସ ଓ ଟ୍ରିନିବାଗୋ ନାଇଟ୍‌ ରାଇଡର୍ସ ମଧ୍ୟ ମୁକାବିଲାରେ ଅବତୀର୍ଣ୍ଣ ହେବେ। ଅଗଷ୍ଟ ୧୮ରୁ ଆରମ୍ଭ ହୋଇ ଏହି ଟୁର୍ନାମେଣ୍ଟ ସେପ୍ଟେମ୍ବର ୧୦ ତାରିଖରେ ଶେଷ ହେବ। ତ୍ରିନିଦାଦ ଓ ଟବାଗୋର ଦୁଇଟି ଭେନ୍ୟୁ ମ୍ୟାଚ୍‌ ଆୟୋଜନ ହେବ ବୋଲି ସିପିଏଲ୍‌ ମୁଖ୍ୟ କାର୍ଯ୍ୟନିର୍ବାହୀ ଡାମିଏନ ଓ’ଡୋନୋହୋଏ କହିଛନ୍ତି। ତାରୌବାସ୍ଥିତ ବ୍ରାଏନ୍‌ ଲାରା କ୍ରିକେଟ ଏକାଡେମୀରେ ୨୩ଟି ମ୍ୟାଚ୍‌ ଆୟୋଜନ ହେବ। ଏଥିରେ ଦୁଇଟି ସେମିଫାଇନାଲ ଓ ଫାଇନାଲ ମ୍ୟାଚ୍‌ ସାମିଲ ରହିଛି। ସେହିପରି ପୋର୍ଟ ଅଫ୍‌ ସ୍ପେନ୍‌ରେ ୧୦ଟି ମ୍ୟାଚ୍‌ ଖେଳାଯିବ।
ଇଂଲଣ୍ଡ ବିପକ୍ଷ ଟେଷ୍ଟ ସିରିଜ ଖେଳି ଓ୍ବେଷ୍ଟଇଣ୍ଡିଜ ଖେଳାଳିମାନେ ସ୍ବଦେଶ ଫେରିବା ପରେ ଟି୨୦ ଖେଳିବା ପାଇଁ ପ୍ରସ୍ତୁତି କରିବେ। ଫାଙ୍କା ଷ୍ଟାଡିୟମ ତଥା ଜୈବ ସୁରକ୍ଷିତ ପରିବେଶରେ ସିପିଏଲ୍‌ର ୬ଟି ଦଳ ମ୍ୟାଚ୍‌ରେ ଅବତୀର୍ଣ୍ଣ ହେବେ। କୋଭିଡ୍‌-୧୯ ମହାମାରୀର ପ୍ରକୋପ ଜାରି ରହିଥିବା ବେଳେ କଡ଼ାକଡ଼ି ଭାବେ ସବୁ ପ୍ରେଟୋକଲ ଅନୁଯାୟୀ ମ୍ୟାଚ୍‌ ଆୟୋଜନ ହେବ। ସିପିଏଲ୍‌ ଦେଖିବାକୁ କ୍ରିକେଟ ପ୍ରଶଂସକମାନେ ବେଶ୍‌ ଉତ୍ସାହର ସହିତ ଅପେକ୍ଷା କରିଛନ୍ତି। କୋଭିଡ୍‌-୧୯ ଯୋଗୁ ସାରା ବିଶ୍ୱରେ କ୍ରୀଡ଼ା ଠପ୍‌ ହେବା ପରେ ବିଶ୍ୱରେ ପ୍ରଥମ ଟି୨୦ ଟୁର୍ନାମେଣ୍ଟ ଭାବେ ସିପିଏଲ୍‌ ଆୟୋଜନ ହେବାକୁ ଯାଉଛି ବୋଲି ଓ’ଡୋନେହୋଏ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଶୁଖିଯିବ ଓଡ଼ିଶାର ଉଦନ୍ତୀ: ଛତିଶଗଡ଼ କରିବ ବ୍ୟାରେଜ

ଭବାନୀପାଟଣା,୨୯।୧୨ (ଉତ୍ତମ କୁମାର ଦାଶ): ଶୁଖିଯିବ ଓଡ଼ିଶାର ଉଦନ୍ତୀ ନଦୀ। ଛତିଶଗଡ଼ ନିର୍ମାଣ କରିବ ବ୍ୟାରେଜ। ଏନେଇ ପ୍ରକ୍ରିୟା ଆରମ୍ଭ ହୋଇଯାଇଛି। ଦୁର୍ଭାଗ୍ୟର ବିଷୟ ଏନେଇ...

ବାଇକ୍‌ ଚାଳକଙ୍କୁ ଚାପି ଦେଇ ଗଛରେ ପିଟିହେଲା ହାଇଓ୍ବା

ବୌଦ୍ଧ,୨୯ା୧୨(ଅଜିତ କୁମାର ବାରିକ): ବୌଦ୍ଧ ଜିଲା ହରଭଙ୍ଗା ବ୍ଲକର ଚାରିଛକ କୁସଙ୍ଗ ପୂର୍ତ୍ତ ରାସ୍ତାର ଏକତାଳଠାରେ ସୋମବାର ସକାଳେ ଏକ ହାଇଓ୍ବା ଧକ୍କାରେ ମୋଟରସାଇକେଲ ଚାଳକଙ୍କ...

ଫ୍ୟାନ୍ସଙ୍କ ଭିଡ଼ ଯୋଗୁ ବିମାନବନ୍ଦରରେ ପଡ଼ିଗଲେ ସୁପରଷ୍ଟାର ବିଜୟ, ଭାଇରାଲ ହେଉଛି ଭିଡିଓ

ନୂଆଦିଲ୍ଲୀ,୨୯।୧୨: ସୁପରଷ୍ଟାର ବିଜୟ ଯେଉଁଠାକୁ ଯାଆନ୍ତି, ପ୍ରଶଂସକମାନେ ତାଙ୍କୁ ଘେରି ଯାଆନ୍ତି । ଏହି ଅଭିନେତା ହଜାର ହଜାର ଲୋକଙ୍କ ମଧ୍ୟରେ ହଇଚଇ ସୃଷ୍ଟି କରିବା ପାଇଁ...

ମୃତ ଶିଶୁର ଚିକିତ୍ସା ପାଇଁ ଜିଲା ଚିକିତ୍ସାଳୟକୁ ପଠାଇଲେ ଡାକ୍ତର, ଆଉ ତା’ ପରେ…

ପାରଳାଖେମୁଣ୍ଡି,୨୯ା୧୨ (ଗିରିଧାରୀ ପରିଚ୍ଛା): ଗଜପତି ଜିଲାରେ ସ୍ବାସ୍ଥ୍ୟସେବା ବିଗିଡ଼ିବାରେ ଲାଗିଛି। ଜଣଙ୍କର ମୃତ୍ୟୁ ଘଟିଥିଲେ ସୁଦ୍ଧା ତାକୁ ଉଚ୍ଚ ଚିକିତ୍ସା ପାଇଁ ଡାକ୍ତର ଅନ୍ୟତ୍ର ସ୍ଥାନାନ୍ତର...

ଐତିହାସିକ ରେକର୍ଡସ୍ତରରେ ରୁପା ମୂଲ୍ୟ: ପ୍ରଥମଥର ଟପିଲା ୨.୫ ଲକ୍ଷ

ନୂଆଦିଲ୍ଲୀ,୨୯।୧୨:ବର୍ଷ ଶେଷ ହେବାର କିଛି ଦିନ ପୂର୍ବରୁ ରୁପା ମୂଲ୍ୟ ଇତିହାସ ସୃଷ୍ଟି କରିଛି। ଦେଶର ଫ୍ୟୁଚର୍ସ ବଜାରରେ ପ୍ରଥମ ଥର ପାଇଁ ରୂପା ମୂଲ୍ୟ...

ଏହି ପ୍ରସିଦ୍ଧ କ୍ରିକେଟର୍‌ଙ୍କ ପରଲୋକ: କ୍ରିକେଟ୍‌ ଜଗତରେ ଖେଳିଗଲା ଶୋକର ଛାୟା

ଲଣ୍ଡନ,୨୯।୧୨: ଇଂଲଣ୍ଡ କ୍ରିକେଟକୁ ଏକ ବଡ଼ ଝଟକା ଲାଗିଛି। ପୂର୍ବତନ ଇଂଲଣ୍ଡ କ୍ରିକେଟର ଏବଂ ଇଂଲଣ୍ଡ ଏବଂ ୱେଲ୍ସ କ୍ରିକେଟ ବୋର୍ଡ (ECB)ର ପୂର୍ବତନ ସିଇଓ...

ରାତି ଅନିଦ୍ରା ହୋଇ ୪ ଚୋରଙ୍କୁ ଧରିଲେ ଗ୍ରାମବାସୀ, ଆଉ ତା’ ପରେ…

ଜଗନ୍ନାଥପ୍ରସାଦ,୨୯ା୧୨: ଗଞ୍ଜାମ ଜିଲା ଜଗନ୍ନାଥପ୍ରସାଦ ଥାନା ଅନ୍ତର୍ଗତ ଅଳସୁ ଗ୍ରାମରେ ୪ ଜଣଙ୍କୁ ଚୋର ଭାବି ଗାଁ ଲୋକେ ଧରି ପୋଲିସ ଜିମା ଦେଇଛନ୍ତି। ୪...

ବଡ଼ ଟ୍ରେନ ଦୁର୍ଘଟଣା: ୧୩ ମୃତ୍ୟୁ, ଟ୍ରେନ୍‌ରେ ଥିଲେ ୨୪୧ ଯାତ୍ରୀ

ମେକ୍ସିକୋ,୨୯।୧୨: ମେକ୍ସିକୋରେ ଏକ ବଡ଼ ଟ୍ରେନ ଦୁର୍ଘଟଣା ଘଟିଛି। ଦେଶର ଓଆକ୍ସାକା ରାଜ୍ୟରେ ଏକ ଅନ୍ତଃସାଗରୀୟ ଟ୍ରେନ ଲାଇନଚ୍ୟୁତ ହେବା ଫଳରେ ଅତି କମରେ ୧୩...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri