Posted inRasifala

ରାଶିଫଳ: ଗୁରୁବାର, ଜୁଲାଇ ୩୦ ତାରିଖ – Daily Horoscope

ମେଷ
ପାରିବାରିକ ସମସ୍ୟା, ପରିବହନରେ ଝଗଡ଼ା, ଯାତ୍ରାରେ କଳହର ଆଶଙ୍କାକୁ ଏଡିହେବ ନାହିଁ। ଅବଶ୍ୟ କର୍ମକ୍ଷେତ୍ରରେ ଦୀର୍ଘଦିନରୁ ଅପେକ୍ଷାକରି ରହିଥିବା ଖବର ପାଇ ମନ ଖୁସି ହୋଇଯାଇପାରେ। କର୍ମକ୍ଷେତ୍ରରେ ସହକର୍ମୀଙ୍କ ଦୌରାତ୍ମ୍ୟ ଅସହ୍ୟ ହେବା କାରଣରୁ ବିବ୍ରତବୋଧ କରିପାରନ୍ତି।
ବୃଷ
ବୃଷ
ସପ୍ତମଭାବସ୍ଥ ଚନ୍ଦ୍ରଙ୍କ ପ୍ରଭାବରୁ ଆଜିର ଯାତ୍ରାରେ ଅଭିଳଷିତ ଫଳ ପାଇବେ, କିନ୍ତୁ ସକାଳୁ ସକାଳୁ ମନଟା ବିଗିଡି ଯାଇପାରେ। ଆର୍ଥିକ ସ୍ଥିତିରେ ଅଭାବନୀୟ ପରିସ୍ଥିତି କାର୍ଯ୍ୟହାନିର କାରଣ ହୋଇପାରେ। ଶିଳ୍ପ,ବାଣିଜ୍ୟ,ବ୍ୟବସାୟ ଓ କର୍ମକ୍ଷେତ୍ର ସମସ୍ୟାବହୁଳ ରହିବ।
ମିଥୁନ
ମିଥୁନ
ବିଭିନ୍ନ ପ୍ରକାର କାର୍ଯ୍ୟବ୍ୟସ୍ତତା କାରଣରୁ ଦୈହିକ ଓ ମାନସିକ ସୁସ୍ଥତା ହରାଇବେ। ଚନ୍ଦ୍ରଙ୍କ ଦୁର୍ବଳତା ଅର୍ଥସଂକଟ, ଋଣ ପରିଶୋଧ, ଶତ୍ରୁତା କରୁଥିବା ବ୍ୟକ୍ତିଙ୍କ ପାଇଁ ଚିନ୍ତିତ କରାଇପାରେ। ପୃଷ୍ଠପୋଷକମାନଙ୍କ ସହାୟତାରେ ରାଜନୀତି ତଥା ଗଠନମୂଳକ କାର୍ଯ୍ୟ ପ୍ରତି ମନ ବଳିପାରେ।
କର୍କଟ
କର୍କଟ
ଆଧ୍ୟାତ୍ମିକ ଗ୍ରହ ଶନିଙ୍କ ଦୃଷ୍ଟିରେ ମନକାରକ ଚନ୍ଦ୍ର ଭଗବତ୍‌ଚିନ୍ତନ ଦିଗକୁ ଅଗ୍ରସର କରାଇବ। କର୍ମକ୍ଷେତ୍ରରେ ସାମୟିକ ଅସୁସ୍ଥତାବଶତଃ କେତେକ କାମ ସ୍ଥଗିତ ରହିଯାଇପାରେ। ଗତକାଲିର ଯୋଜନା ବଦଳାଇବା ପାଇଁ କଷ୍ଟ ସ୍ବୀକାର କରିବାକୁ ପଡ଼ିବ। ସଭାସମିତି ଓ ମାଙ୍ଗଳିକ କାର୍ଯ୍ୟରେ ବାଧା ଉପୁଜିପାରେ।
ସି˚ହ
ସି˚ହ
ପରିସ୍ଥିତିବଶତଃ ଅସମ୍ପୂର୍ଣ୍ଣ କାମକୁ ପୂର୍ଣ୍ଣାଙ୍ଗ କରିବାରେ ଅବହେଳା କରିପାରନ୍ତି। କେତେକ ଗୁରୁତ୍ୱପୂର୍ଣ୍ଣ କାମ ହାସଲ ସକାଶେ ଅନ୍ୟର ସାହାଯ୍ୟ ନେବାକୁ ବାଧ୍ୟହେବେ। ସହକର୍ମୀଙ୍କ ସାହାଯ୍ୟ,ସହଯୋଗରୁ ବ୍ୟବସାୟ ଓ ବାଣିଜ୍ୟ କ୍ଷେତ୍ରରେ ସମସ୍ୟା ଦୂର ହୋଇପାରେ। ବନ୍ଧୁମାନଙ୍କ ପରାମର୍ଶକୁ ଗ୍ରହଣ କରିବାକୁ ପଡ଼ିବ।
କନ୍ୟା
ପରିବାରରେ ବିଭିନ୍ନ ପ୍ରକାର ଦୁଶ୍ଚିନ୍ତା ମନକୁ ଆନ୍ଦୋଳିତ କରିପାରେ। ଚନ୍ଦ୍ରଙ୍କ ସ୍ଥିତି ଜନିତ ବନ୍ଧୁଙ୍କ ଅସଂଯତ କାର୍ଯ୍ୟକଳାପ ସମସ୍ୟାକୁ ବଢ଼ାଇଦେବ। ଆଜିର ପ୍ରତ୍ୟୁଷ ଯାତ୍ରାରେ ଯାନ୍ତ୍ରିକ ତ୍ରୁଟି ଯୋଗୁ ଯାତ୍ରା ବିଳମ୍ବ ଘଟିପାରେ। ଧର୍ମାନୁଷ୍ଠାନ କିମ୍ବା ସାଂଗଠନିକ କାର୍ଯ୍ୟର ନେତୃତ୍ୱ ନେଇପାରନ୍ତି।
ତୁଳା
ତୁଳା
ସକାଳୁ ସକାଳୁ ଶୁଭ ଖବର ପାଇ ମନ ଏକ ପ୍ରକାର ଖୁସି ହୋଇଯିବ। କିନ୍ତୁ ଦୁର୍ବଳ କର୍ମାଧିପ କାରଣରୁ ସବୁ କାମ ବହୁ ଡେରିରେ ହେଉଥିବାରୁ ମନଟା ଭଲ ଲାଗିବ ନାହିଁ। ଘର ସାଜସଜ୍ଜା କମ୍ବା ମରାମତି କାମରେ ସମୟ ଅତିବାହିତ କରିବେ। ପାରିବାରିିକ ସମସ୍ୟାର ସରଳ ସମାଧାନ ଦିଗରେ ବନ୍ଧୁ ସାହାଯ୍ୟ କରିପାରନ୍ତି।
ବିଛା
ବିଛା
ଶନି ନକ୍ଷତ୍ରସ୍ଥ ବଳହୀନ ଚନ୍ଦ୍ରଙ୍କ କାରଣରୁ ବିଭିନ୍ନ ପ୍ରକାର ଦୁର୍ଭାବନାରେ ମନ ବିଚଳିତ ରହିବ ମାତ୍ର ପ୍ରଶାସନ, ରାଜନୀତି, ଯାତ୍ରା ଓ କଚେରି ମାମଲା କ୍ଷେତ୍ରରେ ଆଶାଜନକ ଫଳ ପାଇବେ। କର୍ମକ୍ଷେତ୍ରରେ ପଦସ୍ଥ ବ୍ୟକ୍ତିଙ୍କ ସାନ୍ନିଧ୍ୟ ଲାଭ କରିପାରନ୍ତି। ଚିନ୍ତା କରୁଥିବା କାମରେ ସଫଳତା ବିଳମ୍ବରେ ପାଇବେ।
ଧନୁ
ଧନୁ
ପରିବାରର ଖର୍ଚ୍ଚ ପରିମାଣ ବଢ଼ିଯିବା କାରଣରୁ ମାନସିକ ସ୍ଥିତି ବିଗିଡି ଯାଇପାରେ। ବକ୍ରୀ ତୃତୀୟାଧିପଙ୍କ ଯୋଗୁ ଅନ୍ୟଦ୍ୱାରା ପ୍ରଭାବିତ ହୋଇ ବନ୍ଧୁ ଭୁଲ୍‌ ବୁଝିବେ। ପରିବହନରେ ଆକସ୍ମିକ ସମସ୍ୟାକୁ ଅତି ଚତୁରତାର ସହ ସମାଧାନ କରିବେ। ବନ୍ଧୁଙ୍କ ମନୋରଞ୍ଜନ କାର୍ଯ୍ୟରେ ଅଂଶଗ୍ରହଣ କରିପାରନ୍ତି।
ମକର
ମକର

ଆତ୍ମୀୟଙ୍କ ନିକଟରୁ ସକାଳୁ ସକାଳୁ କୌଣସି ଶୁଭ ଖବର ମନକୁ ଆହ୍ଲାଦିତ କରିବ। ବନ୍ଧୁଙ୍କ ରୁଗ୍‌ଣ ସ୍ବାସ୍ଥ୍ୟରେ ଉନ୍ନତି ପରିଲକ୍ଷିତ ହେବାରୁ ସାମୟିକ ଆଶ୍ୱସ୍ତି ଲାଭ କରିବେ। କର୍ମକ୍ଷେତ୍ରରେ ସ୍ଥିରତା ଫେରିଆସିବାର ସମ୍ଭାବନା ରହିଛି। ନିଜ କୃତକର୍ମର ପରିଣାମସ୍ବରୂପ ଲୋକଙ୍କ ଉପରୁ ଆସ୍ଥା ହରାଇପାରନ୍ତି।

କୁମ୍ଭ
କୁମ୍ଭ
କେନ୍ଦ୍ରସ୍ଥ ଶୁକ୍ରଙ୍କ ଯୋଗୁ କର୍ମକ୍ଷେତ୍ର, ପରିବାର, ଯାନବାହନ,ବନ୍ଧୁ ସମ୍ପର୍କ ଦୃଢ଼ୀଭୂତ ହେବ। ବିନା ଆହ୍ବାନରେ ଅନ୍ୟମାନଙ୍କ ସକାଶେ ଭଲ କରିବାକୁ ଯାଇ ଅପଦସ୍ଥ ହୋଇପାରନ୍ତି। ଅନ୍ୟମନସ୍କତାରୁ ହାତ ପାଦ କିମ୍ବା ଆଣ୍ଠୁଗଣ୍ଠିରେ ପୀଡ଼ା ଲାଗିପାରେ। ଦୂରସ୍ଥାନକୁ ଯିବାକୁ ମନସ୍ଥ କରି ବାଟରୁ ଫେରି ଆସିବାକୁ ପଡ଼ିବ।
ମୀନମୀନ

ପରିବାରରେ ସାଧାରଣ କଥାକୁ କେନ୍ଦ୍ରକରି ବିବାଦ ବଢ଼ିବ। ଅଧସ୍ତନ କର୍ମଚାରୀଙ୍କୁ ଅସହ୍ୟ କଟୁକଥା ପ୍ରୟୋଗ କରି ଅପମାନିତ ହେବେ। ପ୍ରଶାସନିକ କ୍ଷେତ୍ରରେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେବାକୁ ପଡ଼ିପାରେ। ସ୍ବାସ୍ଥ୍ୟ ବାରମ୍ବାର ଖରାପ ହେଉଥିବାରୁ ଚିନ୍ତିତ ରହିପାରନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inRasifala View All

ରାଶିଫଳ: ରବିବାର, ଡିସେମ୍ବର ୧୪ ତାରିଖ – Daily Horoscope

ମେଷ ସମ୍ମୁଖରେ ଭଲ କହୁଥିବା ଲୋକଟି ପଛରେ ବିଭିନ୍ନ କଥା କହୁଥିବାର ଶୁଣିବାକୁ ପାଇବେ। ଯେଉଁଥିପାଇଁ ଚିନ୍ତିତ ରହିଥିଲେ, ଆଜି ତାହା ପଡ଼ୋଶୀଙ୍କ ମାଧ୍ୟମରେ ପାଇପାରିବେ।...

ରାଶିଫଳ: ଶନିବାର, ଡିସେମ୍ବର ୧୩ ତାରିଖ – Daily Horoscope

ମେଷ ଶୁଭଚନ୍ଦ୍ର ପ୍ରଭାବରେ ନୂତନ ଆନନ୍ଦ, ଉତ୍ସାହ ଓ ଉଦ୍ଦୀପନାର ସହ ଦିନଟି ଉପଭୋଗ୍ୟ ରହିବ। ଶତ୍ରୁକ୍ଷେତ୍ରସ୍ଥ ଚନ୍ଦ୍ରଙ୍କ ଯୋଗୁ ପାରିବାରିକ ଓ କର୍ମ କ୍ଷେତ୍ରର...

ରାଶିଫଳ: ଶୁକ୍ରବାର, ଡିସେମ୍ବର ୧୨ ତାରିଖ – Daily Horoscope

ମେଷ ହାତକୁ ନେଇଥିବା କାମଟି ସମ୍ପନ୍ନ କରିବାରେ ବିଶେଷ ଅସୁବିଧା ରହିବ ନାହିଁ। ଶୁକ୍ରଙ୍କ ପ୍ରଭାବରୁ ଅର୍ଥ ଓ ବିଳାସପୂର୍ଣ୍ଣ ଦ୍ରବ୍ୟ ପ୍ରତି ଆଗ୍ରହୀ ହେବେ।...

ରାଶିଫଳ: ଗୁରୁବାର, ଡିସେମ୍ବର ୧୧ ତାରିଖ – Daily Horoscope

ମେଷ କର୍ମକ୍ଷେତ୍ରରେ ଅସମ୍ପୂର୍ଣ୍ଣ କାମକୁ ନେଇ ମାନସିକ ଉଦ୍‌ବେଗ ବୃଦ୍ଧି ପାଇବ। ଅର୍ଥର ଅଭାବ ପୂରଣ ଦିଗରେ ବନ୍ଧୁଙ୍କ ସାହାଯ୍ୟ କାମକୁ ତ୍ୱରାନ୍ବିତ କରିବ। ଆଲୋଚନା...

ରାଶିଫଳ: ବୁଧବାର, ଡିସେମ୍ବର ୧୦ ତାରିଖ – Daily Horoscope

ମେଷ ଆଜି ପାପଯୁକ୍ତ ଚନ୍ଦ୍ର କୋଣସ୍ଥାନରେ ରହିଥିବାରୁ ସନ୍ତାନଙ୍କ ସମସ୍ୟା ଦୁଶ୍ଚିନ୍ତାର କାରଣ ହେବ। ସ୍ବାସ୍ଥ୍ୟ ସମସ୍ୟା ସୁଧୁରିଯିବାରୁ ଆଶ୍ୱସ୍ତି ଲାଭ କରିବେ। ଜଳ, ତୈଳ,...

ରାଶିଫଳ: ମଙ୍ଗଳବାର, ଡିସେମ୍ବର ୯ ତାରିଖ – Daily Horoscope

ମେଷ ଶୁଭଚନ୍ଦ୍ର ପ୍ରଭାବରେ ପାରିବାରିକ ସ୍ଥିତି ଏବଂ କର୍ମକ୍ଷେତ୍ର ଭଲ ରହିବ। ପରିବାରର ଆବଶ୍ୟକତାକୁ ଅନୁଭବକରି ଇଚ୍ଛା ନ ଥାଇ ମଧ୍ୟ କେତେକ କାମ କରିବାକୁ...

ରାଶିଫଳ: ସୋମବାର, ଡିସେମ୍ବର ୮ ତାରିଖ – Daily Horoscope

ମେଷ ଆଜିର ଅନୁକୂଳ ଗ୍ରହସ୍ଥିତି ପ୍ରଭାବରେ ଦୈହିକ ସୁସ୍ଥତା, ପାରିବାରିକ ଶାନ୍ତି ଏବଂ ବନ୍ଧୁମିଳନରୁ ଖୁସି ରହିବେ। ଦୂରଯାତ୍ରା, ବ୍ୟବସାୟ, ପରିବହନ, ସାହିତ୍ୟ, ସଙ୍ଗୀତାଦି ପ୍ରତି...

ରାଶିଫଳ: ରବିବାର, ଡିସେମ୍ବର ୭ ତାରିଖ – Daily Horoscope

ମେଷ ଆଜିର ଗୁରୁଚାନ୍ଦ୍ରୀ ଯୋଗ ପ୍ରଭାବରେ ପ୍ରତ୍ୟେକ କ୍ଷେତ୍ରରେ ସଫଳତା ପାଇବେ। ସାହିତ୍ୟ, ସାମ୍ବାଦିକତା, ସଂଗଠନ ଓ ରାଜନୀତିରେ ଦୃଢ଼ ପୃଷ୍ଠପୋଷକତା ଯୋଗୁ ଆଗେଇଯିବେ। ସନ୍ତାନଙ୍କ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri