Posted inଅପରାଧ

ମୋବାଇଲ ଚାର୍ଜର ତାରରେ ବେକ ଚାପି ୪ ବର୍ଷର ଝିଅକୁ ହତ୍ୟାକଲା ମା

ପୁନେ, ୩୦।୭: ମହାରାଷ୍ଟ୍ରର ପିମ୍ପରି-ଚିନଚ୍ବାଦ ସହରରୁ ଏକ ସହରରୁ ଏକ ଚାଞ୍ଚଲ୍ୟକର ହତ୍ୟାକାଣ୍ଡ ସାମ୍ନାକୁ ଆସିଛି। ଏଠାରେ ଜଣେ ମହିଳା ତାଙ୍କ ୪ ବର୍ଷର ଝିଅକୁ ହତ୍ୟା କରିଛନ୍ତି। ଝିଅ ଅଧିକ ଦୁଷ୍ଟାମୀ କରିବାରୁ ମହିଳାଜଣଙ୍କ ମୋବାଇଲ ଚାର୍ଜର ତାରରେ ଝିଅର ଗଳା ଚିପି ହତ୍ୟା କରିଛନ୍ତି। ମହିଳାଙ୍କ ସ୍ବାମୀ ଏନେଇ ସାନ୍ଧବୀ ଥାନାରେ ଅଭିଯୋଗ କରିବା ପରେ ପୋଲିସ ଅଭିଯୁକ୍ତ ମହିଳାଙ୍କୁ ଗିରଫ କରିଛି। ଘଟଣାଟି ଗତ ଜୁଲାଇ ୨୭ରେ ଘଟିଥିଲା। ମହିଳାଙ୍କ ସ୍ବାମୀ ଓ ପରିବାରର ଅନ୍ୟ ସମସ୍ତ ସଦସ୍ୟ କୌଣସି ଏକ ଉତ୍ସବରେ ଯୋଗଦେବା ଲାଗି ବାହାରକୁ ଯାଇଥିଲେ। କିନ୍ତୁ ମହିଳାଙ୍କ ସମେତ ତାଙ୍କ ୪ ବର୍ଷର ଝିଅ ଦିଶା ଘରେ ରହିଥିଲେ। ମହିଳାଜଣଙ୍କ ୬ ମାସର ଗର୍ଭବତୀ ଥିବାରୁ ପରିବାର ସଦସ୍ୟଙ୍କ ସହ ଯାଇ ନ ଥିଲେ। ଏହି ସମୟରେ ଦିଶା ଅଧିକ ଦୁଷ୍ଟାମୀ କରିବାରୁ ମହିଳାଜଣଙ୍କ ରାଗିଯାଇ ଝିଅର ମୁଣ୍ଡକୁ ଧରି କାନ୍ଥରେ ପିଟି ଦେଇଥିଲେ। ଏତିକିରେ ତାଙ୍କ ରାଗ ଶାନ୍ତ ପଡ଼ି ନ ଥିଲା ଯେ ସେ ମୋବାଇଲ ଚାର୍ଜର ଆଣି ତାକୁ ଝିଅର ବେକରେ ଗୁରାଇ ଚାପି ଦେଇଥିଲେ। ଫଳରେ ଘଟଣାସ୍ଥଳରେ ହିଁ ଦିଶାର ମୃତ୍ୟୁ ହୋଇଥିଲା। ମହିଳାଙ୍କ ସ୍ବାମୀ ଏ ଘଟଣା ଜାଣିବା ପରେ ତୁରନ୍ତ ଘରକୁ ଆସିଥିଲେ। ଘରେ ବିଛଣା ଉପରେ ଝିଅ ମରି ପଡ଼ିଥିବାର ଦେଖିବାକୁ ପାଇଲେ। ପୋଲିସ ଘଟଣାସ୍ଥଳରେ ପହଞ୍ଚତ୍ ଦିଶାଙ୍କୁ ହସ୍ପିଟାଲ ନେଇଥିଲେ ମଧ୍ୟ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ଆଇପିସି ଧାରା ୩୦୨ ଆଧାରରେ ପୋଲିସ ମହିଳାଙ୍କୁ ଗିରଫ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ନୂଆପଡ଼ା ସହରରେ ବୁଲୁଛନ୍ତି ଭାଲୁ

ନୂଆପଡ଼ା,୭।୧୨(ମକାରୁ ବେମାଲ): ନୂଆପଡ଼ା ସହରକୁ ୨ଟି ଭାଲୁ ପଶି ଆସିଥିଲେ। ସହରର ବିଭିନ୍ନ ସ୍ଥାନରେ ବୁଲାବୁଲି କରି ଅଇଠାପତ୍ର, ଫଳ ଦୋକାନରେ ଫିଙ୍ଗି ଦିଆଯାଉଥିବା ଫଳ...

ରାଜ୍ୟସ୍ତରୀୟ କ୍ରୀଡ଼ା ପ୍ରତିଯୋଗିତାରେ ଦିଗପହଣ୍ଡିର ସାଇକ୍ରିଷ୍ଣା

ଦିଗପହଣ୍ଡି,୭।୧୨(ଅଶେଷ ନାଥ ମିଶ୍ର) ଜଗତସିଂହପୁରରେ ଆୟୋଜିତ ୬୯ତମ ଆନ୍ତଃ ରାଜ୍ୟସ୍ତରୀୟ ବିଦ୍ୟାଳୟ ସମୂହ କ୍ରୀଡ଼ା ପ୍ରତିଯୋଗିତାରେ ଦିଗପହଣ୍ଡି ବ୍ଳକ ଅଧୀନ ବମକୋଇ ଗ୍ରାମ ଶିବାନନ୍ଦ ନୋଡାଲ...

ଡକାୟତି, ହତ୍ୟା ଉଦ୍ୟମ: ୨ବର୍ଷ ପରେ ଧରାପଡ଼ିିଲେ ଫେରାର ଅଭିଯୁକ୍ତ

ଦିଗପହଣ୍ଡି,୭ା୧୨(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ଜକର ପଞ୍ଚାୟତ ଅଧୀନ ତେଣ୍ଟୁଆପଡା ଗ୍ରାମରେ ୨୦୨୩ରେ ଘଟିଥିବା ଏକ ଡକାୟତି ଓ ହତ୍ୟା ଉଦ୍ୟମ ମାମଲାର ଅଭିଯୁକ୍ତଙ୍କୁ...

ମହମ୍ମଦ ସାହେବ ପୁଣି କଳାହାଣ୍ଡି କଂଗ୍ରେସ ଯୁବ ସଭାପତି

ଭବାନୀପାଟଣା,୭।୧୧(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା କଂଗ୍ରେସ ଯୁବ ସଭାପତି ଭାବେ ରବିବାର ପୁଣି ଥରେ ମହମ୍ମଦ ଅବଦୁଲ ମୋହସିନ(ମହମ୍ମଦ ସାହେବ) ନିଯୁକ୍ତ ହୋଇଛନ୍ତି। ଏ...

ଯେଉଁ ହାତରେ ଗଢିଥିଲି, ସେହି ହାତରେ ଶ୍ରଦ୍ଧାଞ୍ଜଳୀ ଦେଲି: ପ୍ରେମାନନ୍ଦ

ବଲାଙ୍ଗୀର,୭।୧୨(ସୁନିଲ କୁମାର ମହାନ୍ତି): ଯେଉଁ ହାତରେ ଗଢିଥିଲି ଆଜି ସେହି ହାତରେ ଶ୍ରଦ୍ଧାଞ୍ଜଳୀ ଦେଲି। ହ୍ୟୁମାନ ସବୁ ସମୟରେ ମୋତେ ଟିଟିଲାଗଡ଼ ଆସିବାକୁ କହୁଥିଲା। ହ୍ୟୁମାନ...

ଚାଷୀ ସଂଗଠନର ରଣହୁଙ୍କାର: ମଣ୍ଡିରୁ ଧାନ ଉଠା ନ ଗଲେ ଆନ୍ଦୋଳନ

ବରଗଡ଼,୭।୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଗତମାସ ୨୮ ତାରିଖରୁ ଖରିଫ ଧାନ ସଂଗ୍ରହ ପ୍ରକ୍ରିୟା ଚାଲିଛି। କିନ୍ତୁ ଏପର୍ଯ୍ୟନ୍ତ ଧାନ ବିକ୍ରିରେ ଅଚଳାବସ୍ଥା ଜାରି ରହିଛି।...

ତୃତୀୟ ଥର ପାଇଁ ସଭାପତି ହେଲେ ସୁନେଶ

କେନ୍ଦୁଝର,୧୨।୭(ନରେଶ ଚନ୍ଦ୍ର ପଟ୍ଟନାୟକ): ପୂର୍ବତନ ଜିଲା ଛାତ୍ର କଂଗ୍ରେସ କମିଟି ସଭାପତି ତଥା ଜିଲା ଯୁବ କଂଗ୍ରେସ ସଭାପତି ସୁନେଶ ଧୀର ପୁଣି କେନ୍ଦୁଝର ଜିଲା...

ଜାନୁୟାରୀ ୮ରୁ ଶ୍ରୀରାମଚରିତ ମାନସ ପାରାୟଣ: ଯୋଗଦେବେ ସୁନାମଧନ୍ୟ ପ୍ରବକ୍ତା

ଦିଗପହଣ୍ଡି,୭।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବଡ଼ ବ୍ରାହ୍ମଣସାହି ସ୍ଥିତ ଶ୍ରୀ ଗୋପାଳଜୀ ମଠ ପରିସରରେ ରବିବାର ଶ୍ରୀ ରାମଦୟା ପରିଷଦ ଦିଗପହଣ୍ଡି ଶାଖା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri