‘ରାଜ୍ୟ ସରକାର ଜିମ୍‌ ଖୋଲିବାକୁ ଅନୁମତି ଦିଅନ୍ତୁ’

ଭୁବନେଶ୍ୱର,୩୧ା୭(ବ୍ୟୁରୋ): ଆସନ୍ତା ୫ ତାରିଖରୁ କଣ୍ଟେନ୍‌ମେଣ୍ଟ ଜୋନ୍‌ ବାହାରେ ଥିବା ଜିମ୍‌ ଓ ଯୋଗ ଅନୁଷ୍ଠାନଗୁଡ଼ିକୁ ଗାଇଡ୍‌ଲାଇନ୍‌ ଅନୁଯାୟୀ ଖୋଲିବାକୁ କେନ୍ଦ୍ର ସରକାର ଅନୁମତି ଦେଇଛନ୍ତି। ବୁଧବାର ଅନ୍‌ଲକ୍‌-୩ରେ ଏ ସମ୍ପର୍କରେ ଘୋଷଣା କରାଯାଇଛି। ଏଭଳିସ୍ଥଳେ ଓଡ଼ିଶା ସରକାର ମଧ୍ୟ କଣ୍ଟେନମେଣ୍ଟ ଜୋନ୍‌ ବାହାରେ ଥିବା ରାଜ୍ୟର ସମସ୍ତ ଫିଟ୍‌ନେସ୍‌ ସେଣ୍ଟର ଜନସାଧାରଣଙ୍କ ପାଇଁ ଖୋଲିବାକୁ ଅନୁମତି ଦିଅନ୍ତୁ ବୋଲି ଗୁରୁବାର ଅଲ୍‌ ଓଡ଼ିଶା ଜିମ୍‌ ଆସୋସିଏଶନ ଦାବିକରିଛି।
କରୋନା କଟକଣା ଯୋଗୁ ମାର୍ଚ୍ଚ ୨୨ରୁ ରାଜ୍ୟର ଜିମ୍‌ ଏବଂ ଫିଟ୍‌ନେସ୍‌ ସେଣ୍ଟର ବନ୍ଦ ରହିଛି। ଏଥିଯୋଗୁ ଜିମ୍‌ ମାଲିକ, ଟ୍ରେନର୍‌ ଓ କର୍ମଚାରୀମାନେ ଘୋର ଆର୍ଥିକ ସମସ୍ୟା ମଧ୍ୟଦେଇ ଗତି କରୁଛନ୍ତି। ସେମାନଙ୍କ ଜୀବିକା ବଞ୍ଚାଇବାକୁ ରାଜ୍ୟ ସରକାର ଜିମ୍‌ଗୁଡ଼ିକ ଖୋଲିବାକୁ ଅନୁମତି ଦିଅନ୍ତୁ ବୋଲି ଆସୋସିଏଶନ କହିଛି। ଗାଇଡ୍‌ଲାଇନ୍‌କୁ କଡ଼ାକଡ଼ି ପାଳନ କରାଯିବ। ମାସ୍କ ଓ ଗ୍ଲୋଭ୍‌ସ ବାଧ୍ୟତାମୂଳକ କରିବା ସହ ଜିମ୍‌ ଭିତରେ ସାମାଜିକ ଦୂରତା ରକ୍ଷା ଓ ସାନିଟେଶନକୁ ଗୁରୁତ୍ୱ ଦେବେ। ଭିଡ଼ ଏଡ଼ାଇବାକୁ ସ୍ଲଟ୍‌ ବୁକିଂ କରାଯିବ। ଜିମ୍‌ର ଆକାରକୁ ଦେଖି ସଦସ୍ୟ ସଂଖ୍ୟାକୁ ସୀମିତ ରଖାଯିବ। ପ୍ରବେଶପଥରେ ଥର୍ମାଲ ସ୍କ୍ରିନିଂ ବାଧ୍ୟତାମୂଳକ କରିବାକୁ ମଧ୍ୟ ଆସୋସିଏଶନ ପ୍ରତିଶ୍ରୁତି ଦେଇ କହିଛି, କରୋନା ଭାଇରସ୍‌ ବିରୋଧରେ ଲଢେଇ ପାଇଁ ଲୋକଙ୍କ ମଧ୍ୟରେ ଇମ୍ୟୁନିଟି ବା ରୋଗ ପ୍ରତିରୋଧକ ଶକ୍ତି ବୃଦ୍ଧି ହେବା ନିହାତି ଜରୁରୀ। ପ୍ରତ୍ୟହ ଏକ୍ସରସାଇଜ୍‌ ଓ ଓ୍ବାର୍କଆଉଟ୍‌ କରିବା ଦ୍ୱାରା ରୋଗ ପ୍ରତିରୋଧକ ଶକ୍ତି ବୃଦ୍ଧିପାଇବା ସହ କରୋନା ବିରୋଧରେ ଲଢେଇ କରିବାର ଶକ୍ତି ଆସିଥାଏ। ରାଜ୍ୟ ସରକାର ଏହାକୁ ଅନୁଭବ କରି ଜିମ୍‌ଗୁଡ଼ିକ ଖୋଲିବାକୁ ଅନୁମତି ପ୍ରଦାନ କରିବେ ବୋଲି ଆସୋସିଏଶନ ସଭାପତି ସତ୍ୟଜିତ୍‌ ଆଶାବ୍ୟକ୍ତ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବରପୁତ୍ର ଐତିହ୍ୟ ଗ୍ରାମ୍ୟ ଯୋଜନାକୁ କ୍ୟାବିନେଟ୍ ମୋହର

ଭୁବନେଶ୍ୱର,୨୪।୧୨: ବରପୁତ୍ର ଐତିହ୍ୟ ଗ୍ରାମ୍ୟ ଯୋଜନା ଉପରେ ବାଜିଲା କ୍ୟାବିନେଟ୍ ମୋହର । ରାଜ୍ୟ କ୍ୟାବିନେଟ୍ ବୈଠକ ନେଇ ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା...

ଜିଲାପାଳ କାର୍ଯ୍ୟାଳୟ ଆଗରେ ପୂର୍ବତନ ତହସିଲଦାରଙ୍କ ଧାରଣା, କହିଲେ ନ୍ୟାୟ ନମିଳିବା ପର୍ଯ୍ୟନ୍ତ…

ବାରିପଦା,୨୪ା୧୧(ନୀଳାଦ୍ରି ବିହାରୀ ଦଣ୍ଡପାଟ)-ମୟୂରଭଞ୍ଜ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଧାରଣା । ବଦଳି ହୋଇ ଆସିଥିବା ଓଡିଶା ପ୍ରଶାସନିକ ସେବା(ଓଏଏସ) ପୂର୍ବତନ ତହସିଲଦାର କାର୍ଯ୍ୟରେ ଯୋଗଦେବାକୁ ନେଇ...

ଆରମ୍ଭ ହେଲା ବରଗଡ଼ ‘ଧନୁଯାତ୍ରା’: ଚାଲିଲା କଂସ ରାଜୁତି

ମଥୁରାନଗରୀ,୨୪।୧୨(ପ୍ରେମାନନ୍ଦ ଖମାରୀ)- ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ବୁଧବାର ଉଦଘାଟିତ ହୋଇଯାଇଛି। ସଂଧ୍ୟା ପ୍ରାୟ ୭ଟା ୩୦ମିନିଟ୍‌ରେ ସ୍ଥାନୀୟ ଏମ୍‌ପି ପ୍ରଦୀପ କୁମାର...

IPL ୨୦୨୬ ପୂର୍ବରୁ ଗିରଫ ହେବେ RCBର ବୋଲର୍‌? ୫ କୋଟିରେ ରିଟେନ କରିଛି… 

ନୂଆଦିଲ୍ଲୀ,୨୪।୧୨: ଭାରତୀୟ କ୍ରିକେଟର ଉଦୀୟମାନ ତାରକା ତଥା ଆରସିବିର ବାମହାତୀ ଦ୍ରୁତ ବୋଲର ଯଶ ଦୟାଲଙ୍କ  ଅଡ଼ୁଆ କମିବାର ନାଁ ନେଉନାହିଁ। ଜୟପୁରର ପୋକ୍ସୋ କୋର୍ଟ...

ଦିଗପହଣ୍ଡିରେ ବିଭିନ୍ନ ଉନ୍ନୟନ ପ୍ରକଳ୍ପ ନିମନ୍ତେ ଶିଳାନ୍ୟାସ କଲେ ବିଧାୟକ ସିଦ୍ଧାନ୍ତ ମହାପାତ୍ର

ଦିଗପହଣ୍ଡି,୨୪|୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହରର ବିଭିନ୍ନ ଉନ୍ନୟନ ପ୍ରକଳ୍ପ ନିମନ୍ତେ ବୁଧବାର ବିଧାୟକ ଡ଼.ସିଦ୍ଧାନ୍ତ ମହାପାତ୍ର ଶିଳାନ୍ୟାସ କରିଛନ୍ତି । ରାଜ୍ୟ...

ଶୀତଦିନେ ପରିସ୍ରାର ରଙ୍ଗ ଏପରି ଦେଖାଯାଉଛି କି, ହୋଇପାରେ…

ନୂଆଦିଲ୍ଲୀ,୨୪।୧୨: ଶୀତଦିନ ଆସିବା ସହିତ ଶରୀରରେ ଅନେକ ପରିବର୍ତ୍ତନ ଘଟେ । ଥଣ୍ଡା ବଢ଼ିବା ସହିତ ଖାଦ୍ୟପେୟ, ପାନୀୟ ଅଭ୍ୟାସ ଏବଂ ଦୈନନ୍ଦିନ କାର୍ଯ୍ୟଶୈଳୀରେ ପରିବର୍ତ୍ତନ ଆସେ...

ଡ୍ରେନରେ ପଡ଼ି ସାଇକେଲ ଆରୋହୀ ମୃତ, ମୁକୁଳା ଥିବାରୁ ଅଘଟଣ ଅଭିଯୋଗ

ବଲାଙ୍ଗୀର, ୨୪/୧୨- (ସୁନିଲ କୁମାର ମହାନ୍ତି): ବଲାଙ୍ଗୀରରୁ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ବଲାଙ୍ଗୀର ସହର ଜଗନ୍ନାଥପଡା ପାଟଣେଶ୍ୱରୀ ମନ୍ଦିର ସମ୍ମୁଖରେ ଥିବା...

ନୂଆ ବର୍ଷର ଉପହାର! 3ଟି ନୂଆ ଏୟାରଲାଇନ୍ସକୁ ସରକାରଙ୍କ ସବୁଜ ସଙ୍କେତ

ନୂଆଦିଲ୍ଲୀ,୨୪।୧୨: ନୂଆ ବର୍ଷରେ ଦେଶବାସୀ ତିନୋଟି ନୂତନ ବିମାନ ସେବାର ଉପହାର ପାଇବାକୁ ଯାଉଛନ୍ତି । କେନ୍ଦ୍ର ସରକାର ଦେଶରେ ତିନୋଟି ନୂତନ ବିମାନ ସେବାକୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri