ଅନ୍‌ଲାଇନ ପାଠପଢ଼ା ପାଇଁ ଛାତ୍ରୀ ଛାହୁଁଥିଲେ ସ୍ମାର୍ଟଫୋନ: ଏହି ଅଭିନେତ୍ରୀ ପଠାଇଲେ iPhone

ବେଙ୍ଗାଲୁରୁ,୩୧।୭: ବଲିଉଡ୍‌ ଅଭିନେତ୍ରୀ ତାପସୀ ପନ୍ନୁଙ୍କୁ କିଏ ବା ନ ଜାଣେ। ତାଙ୍କର ସୌନ୍ଦର୍ଯ୍ୟ ଓ ଚତ୍ମକାରି ଅଭିନୟ ସବୁ ପ୍ରଶଂସକଙ୍କୁ ଏକ ସୂତ୍ରରେ ବାନ୍ଧି ରଖିଛି। ସୋସିଆଲ ମିଡ଼ିଆରେ ସବୁବେଳେ ଆକ୍ଟିଭ ରହୁଥିବା ତାପସୀ ବିଭିନ୍ନ କାରଣ ପାଇଁ ଚର୍ଚ୍ଚାରେ ରହିଥାନ୍ତି। ହେଲେ ଏବେ ନିଜର ବାଦ୍ୟନତା ଯୋଗୁ ସେ ଚର୍ଚ୍ଚାର ପରିସରକୁ ଆସିଛନ୍ତି। ଜଣେ ପ୍ରତିଭାବାନ ଛାତ୍ରୀଙ୍କୁ ସ୍ମାର୍ଟଫୋନର ଆବଶ୍ୟକତା ଥିବା ବେଳେ ତାପସୀ ତାଙ୍କୁ ଏକ iPhone ଉପହାର ଦେଇଥିବା ଜଣାପଡ଼ିଛି। ତାପସୀଙ୍କ ଏହି କାର୍ଯ୍ୟକୁ ସବୁ ମହଲରେ ବେଶ୍‌ ପ୍ରଶଂସା କରାଯାଉଛି। ସୂଚନାଯୋଗ୍ୟ, କରୋନା ମହାମାରୀ ଯୋଗୁ ସମସ୍ତ ସ୍କୁଲ, କଲେଜ ଓ ଶିକ୍ଷାନୁଷ୍ଠାନ ବନ୍ଦ ରହିଥିବାରୁ ଅନ୍‌ଲାଇନରେ ପାଠପଢ଼ା ଚାଲିଛି। ଇତିମଧ୍ୟରେ ଉତ୍ତର କର୍ନାଟକର ଗଡ଼ଗରେ ରହୁଥିବା ଜଣେ ଗରିବ ବାପାଙ୍କ ପ୍ରତିଭାବାନ ଝିଅଙ୍କୁ ଅନ୍‌ଲାଇନ ପାଠପଢ଼ା ପାଇଁ ଏକ ସ୍ମାର୍ଟଫୋନର ଆବଶ୍ୟକତା ରହିଥିଲା। ଆର୍ଥିକ ଅବସ୍ଥା ସ୍ବଚ୍ଛଳ ନ ଥିବାରୁ ଫୋନ କିଣିବା ତାଙ୍କ ପାଇଁ ଅସମ୍ଭବ ଥିଲା। ତେଣୁ ଏଥିପାଇଁ ସେ ସମସ୍ତଙ୍କୁ ଗୁହାରୀ ମଧ୍ୟ କରିଥିଲେ। ଏହି ଘଟଣା ସର୍ବସମ୍ମୁଖକୁ ଆସିବା ପରେ କେତେକ ଲୋକ ତାଙ୍କୁ ସାହାଯ୍ୟ କରିବାକୁ ଆଗେଇ ଆସିଥିଲେ। କିନ୍ତୁ ଅଭିନେତ୍ରୀ ତାପସୀ ଏନେଇ ଜାଣିବା ପରେ ଉକ୍ତ ଛାତ୍ରୀଙ୍କୁ ଶୁକ୍ରବାର ଏକ iPhone ଉପହାର ଦେଇଛନ୍ତି। ଯାହାକୁ ଦେଖି ଉକ୍ତ ଛାତ୍ରୀ ଜଣଙ୍କ ବେଶ୍‌ ଖୁସି ହୋଇଯାଇଛନ୍ତି। ଫୋନ ପାଇଁ ସେ ତାପସୀଙ୍କୁ ଧନ୍ୟବାଦ ଜଣାଇବା ସହ କହିଛନ୍ତି, କଠିନ ପରିଶ୍ରମ କରି ମେଡିକାଲ ପ୍ରବେଶ ପରୀକ୍ଷାରେ ଉତ୍ତୀର୍ଣ୍ଣ ହେବି ଏବଂ ଆପଣଙ୍କୁ ଗୌରାବିନିତ୍ୱ କରିବି।


Enter your email to get our daily news in your inbox.

All Right Reserved By Dharitri.Com

ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ପାଇଁ ଆବେଦନ ଆରମ୍ଭ, ଶେଷ ତାରିଖ…

ଭୁବନେଶ୍ୱର,୨୪ା୧୨(ସୁଚିସ୍ମିତା ସାହୁ): ରାଜ୍ୟର ସମସ୍ତ ସରକାରୀ ତଥା ସରକାରୀ ଅନୁଦାନପ୍ରାପ୍ତ ବିଦ୍ୟାଳୟ ଗୁଡିକର ଛାତ୍ରୀଛାତ୍ର, ଶିକ୍ଷୟିତ୍ରୀ ଶିକ୍ଷକ ତଥା ଶିକ୍ଷା ବ୍ୟବସ୍ଥା ସହିତ ଜଡ଼ିତ ସମସ୍ତ...

ଗୁରୁବାରଠୁ ବଢ଼ିବ ଶୀତ, ଘନ କୁହୁଡ଼ି ନେଇ ୟେଲୋ ଓ୍ବାର୍ନିଂ

ଭୁବନେଶ୍ୱର, ୨୪ା୧୨(ବନ୍ଦନା ସେଠୀ) – ରାଜ୍ୟରେ ସର୍ବନିମ୍ନ ତାପମାତ୍ରାରେ ସାମାନ୍ୟ ବୃଦ୍ଧି ଘଟିଥିଲେ ମଧ୍ୟ ଶୀତ ଲହରି ଜାରି ରହିଛି। ପ୍ରବଳ ଥଣ୍ଡା ସାଙ୍ଗକୁ କୁହୁଡ଼ି...

ବରଗଡ଼ ଧନୁଯାତ୍ରା: ଶୁଭେଚ୍ଛା ଜଣାଇଲେ ନବୀନ ପଟ୍ଟନାୟକ

ବରଗଡ଼,୨୪।୧୨(ପ୍ରେମାନନ୍ଦ ଖମାରୀ)- ବୃହତ୍ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ଆଜିଠାରୁ ଆରମ୍ଭ ହେବ। ସନ୍ଧ୍ୟା ୭ଟାରେ ଏହି ମହୋତ୍ସବର ଉଦଘାଟନୀ ସମାରୋହ ରହିଛି। ଏହା...

ଖ୍ରୀଷ୍ଟମାସରେ ଏହି ୩ ରାଶିର ବ୍ୟକ୍ତି ପାଇବେ ଶୁଭ ଖବର, କେମିତି କଟିବ ଦିନ ଜାଣନ୍ତୁ

୨୫ ଡିସେମ୍ବର, ୨୦୨୫ ରେ ସାରା ଦେଶରେ ଖ୍ରୀଷ୍ଟମାସ ପାଳନ କରାଯିବ। ସ୍କନ୍ଦ ଷଷ୍ଠୀ ଉପବାସ ମଧ୍ୟ ପାଳନ କରାଯାଉଛି, ଯାହା ଦେବତାମାନଙ୍କ ଦେବତା ଭଗବାନ...

ବରପୁତ୍ର ଐତିହ୍ୟ ଗ୍ରାମ୍ୟ ଯୋଜନାକୁ କ୍ୟାବିନେଟ୍ ମୋହର

ଭୁବନେଶ୍ୱର,୨୪।୧୨: ବରପୁତ୍ର ଐତିହ୍ୟ ଗ୍ରାମ୍ୟ ଯୋଜନା ଉପରେ ବାଜିଲା କ୍ୟାବିନେଟ୍ ମୋହର । ରାଜ୍ୟ କ୍ୟାବିନେଟ୍ ବୈଠକ ନେଇ ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା...

ଜିଲାପାଳ କାର୍ଯ୍ୟାଳୟ ଆଗରେ ପୂର୍ବତନ ତହସିଲଦାରଙ୍କ ଧାରଣା, କହିଲେ ନ୍ୟାୟ ନମିଳିବା ପର୍ଯ୍ୟନ୍ତ…

ବାରିପଦା,୨୪ା୧୧(ନୀଳାଦ୍ରି ବିହାରୀ ଦଣ୍ଡପାଟ)-ମୟୂରଭଞ୍ଜ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଧାରଣା । ବଦଳି ହୋଇ ଆସିଥିବା ଓଡିଶା ପ୍ରଶାସନିକ ସେବା(ଓଏଏସ) ପୂର୍ବତନ ତହସିଲଦାର କାର୍ଯ୍ୟରେ ଯୋଗଦେବାକୁ ନେଇ...

ଆରମ୍ଭ ହେଲା ବରଗଡ଼ ‘ଧନୁଯାତ୍ରା’: ଚାଲିଲା କଂସ ରାଜୁତି

ମଥୁରାନଗରୀ,୨୪।୧୨(ପ୍ରେମାନନ୍ଦ ଖମାରୀ)- ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ବୁଧବାର ଉଦଘାଟିତ ହୋଇଯାଇଛି। ସଂଧ୍ୟା ପ୍ରାୟ ୭ଟା ୩୦ମିନିଟ୍‌ରେ ସ୍ଥାନୀୟ ଏମ୍‌ପି ପ୍ରଦୀପ କୁମାର...

IPL ୨୦୨୬ ପୂର୍ବରୁ ଗିରଫ ହେବେ RCBର ବୋଲର୍‌? ୫ କୋଟିରେ ରିଟେନ କରିଛି… 

ନୂଆଦିଲ୍ଲୀ,୨୪।୧୨: ଭାରତୀୟ କ୍ରିକେଟର ଉଦୀୟମାନ ତାରକା ତଥା ଆରସିବିର ବାମହାତୀ ଦ୍ରୁତ ବୋଲର ଯଶ ଦୟାଲଙ୍କ  ଅଡ଼ୁଆ କମିବାର ନାଁ ନେଉନାହିଁ। ଜୟପୁରର ପୋକ୍ସୋ କୋର୍ଟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri