Posted inଖେଳ

ଇଦ୍‌ରେ କାହିଁକି ଟ୍ରୋଲ୍‌ ହେଲେ ପାକିସ୍ତାନ କ୍ରିକେଟର୍‌

ମାଞ୍ଚେଷ୍ଟର, ୧।୮: ଇଂଲଣ୍ଡ ବିପକ୍ଷ ୩ ମ୍ୟାଚ୍‌ବିଶିଷ୍ଟ ଟେଷ୍ଟ ଓ ଟି୨୦ ସିରିଜ ଖେଳିବା ଲାଗି ପାକିସ୍ତାନ କ୍ରିକେଟ୍‌ ଦଳ ବର୍ତ୍ତମାନ ଇଂଲଣ୍ଡ ଗସ୍ତରେ ରହିଛି। ଟେଷ୍ଟ ସିରିଜର ପ୍ରଥମ ମ୍ୟାଚ୍‌ ଅଗଷ୍ଟ ୫ରୁ ମାଞ୍ଚେଷ୍ଟରରେ ଖେଳାଯିବ। ସେହିଭଳି ଅଗଷ୍ଟ ୨୮ରୁ ୩ ମ୍ୟାଚ୍‌ବିଶିଷ୍ଟ ଟି୨୦ ସିରିଜ ଆରମ୍ଭ ହେବ। ତେବେ ସିରିଜ ପୂର୍ବରୁ ପାକିସ୍ତାନ କ୍ରିକେଟ୍‌ ଦଳର ଖେଳାଳିମାନେ ଇଦ୍‌ ପର୍ବ ପାଳନ କରିଛନ୍ତି। ପାକିସ୍ତାନ କ୍ରିକେଟ୍‌ ବୋର୍ଡ (ପିସିବି) ପକ୍ଷରୁ ମଧ୍ୟ ଖେଳାଳିମାନେ ଇଦ୍‌ ପାଳନ କରୁଥିବାର ଫଟୋ ଶେୟାର କରାଯାଇଛି। ଏହି ଫଟୋରେ ଦେଖିବାକୁ ମିଳିଛି ଯେ, ସମସ୍ତ ଖେଳାଳି କୁର୍ତ୍ତା ଓ ପାଇଜାମା ପରିଧାନ କରିଛନ୍ତି। ଖେଳାଳିମାନେ ନମାଜ ପରେ ପରସ୍ପରକୁ ଆଲିଙ୍ଗନ କରି ଇଦ୍‌ ଅଭିନନ୍ଦନ ଜଣାଇବା ସହିତ ଏକାଠି ଠିଆ ହୋଇ ଫଟୋ ଉଠାଇଥିଲେ। ତେବେ ପିସିବି ପକ୍ଷରୁ ଯେଉଁ ଫଟୋ ଟୁଇଟର୍‌ରେ ଶେୟାର କରାଯାଇଛି ତାକୁ ନେଇ କିଛି ପ୍ରଶଂସକ ଟ୍ରୋଲ କରିଥିବା ଜଣାପଡ଼ିଛି। ଏହି ଫଟୋରେ କୌଣସି ଖେଳାଳି ମାସ୍କ ପିନ୍ଧି ନ ଥିବାବେଳେ ସାମାଜିକ ଦୂରତ୍ୱ ମଧ୍ୟ ରକ୍ଷା ନ କରି ଆଲିଙ୍ଗନ କରୁଥିବାର ଦେଖିବାକୁ ମିଳିଛି। କିଛି ପ୍ରଶଂସକ ମାସ୍କ କୁଆଡ଼େ ଗଲା ବୋଲି ପଚାରିଥିବାବେଳେ ଆଉ କିଛି ସାମାଜିକ ଦୂରତା ପାଳନ ହୋଇ ନ ଥିବା ନେଇ ପ୍ରଶ୍ନ ଉଠାଇଛନ୍ତି। ସେହିଭଳି କିଛି ପ୍ରଶଂସକ ଏହି ଫଟୋକୁ ଦେଖି କହିଛନ୍ତି ‘ଏଭଳି ସାମାଜିକ ଦୂରତା ପାଳନକୁ ଦେଖି ଲାଗୁଛି ବୋଧ ହୁଏ କରୋନା ମରିଗଲା। ’ ଏଠାରେ ଉଲ୍ଲେଖଯୋଗ୍ୟ, ଯେବେଠାରୁ ପାକିସ୍ତାନ ଟିମ୍‌ ଇଂଲଣ୍ଡରେ ପହଞ୍ଚତ୍ ସାରିଛି ସେବେଠାରୁ ସମସ୍ତ ଖେଳାଳି ଓ ସପୋର୍ଟ ଷ୍ଟାଫ୍‌ଙ୍କୁ ଜୈବ ସୁରକ୍ଷା ପରିବେଶ ମଧ୍ୟରେ ରଖାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ୟୁଟ୍ୟୁବ ଦେଖି ଅପରେଶନ କଲେ କ୍ଲିନିକ୍ ମାଲିକ ଓ ଭଣଜା, ମହିଳା ମୃତ

ନୂଆଦିଲ୍ଲୀ,୧୦।୧୨: ଉତ୍ତର ପ୍ରଦେଶର ବାରାବାଙ୍କିରେ ଏକ ଅବୈଧ କ୍ଲିନିକ୍‌ର ମାଲିକ ଏବଂ ତାଙ୍କ ଭଣଜା ୟୁଟ୍ୟୁବ୍ ଭିଡିଓ ଦେଖି ଜଣେ ମହିଳାଙ୍କର ଅସ୍ତ୍ରୋପଚାର କରିବା ପରେ...

୫୨ ବର୍ଷରେ ବି ଚମକୁଛନ୍ତି ଐଶ୍ୱର୍ଯ୍ୟା ରାୟ ବଚ୍ଚନ

ମୁମ୍ବାଇ: ଐଶ୍ୱର୍ଯ୍ୟା ରାୟ ବଚ୍ଚନ ବଲିଉଡ୍‌ର ଜଣେ ପ୍ରତିଭାବାନ ତଥା ଗ୍ଲାମରସ ଅଭିନେତ୍ରୀ। ଯିଏ ତାଙ୍କ ସୌନ୍ଦର୍ଯ୍ୟ ସହିତ ଇଣ୍ଡଷ୍ଟ୍ରିରେ ନିଜର ଏକ ସ୍ବତନ୍ତ୍ର ସ୍ଥାନ...

ମାଓବାଦୀଙ୍କ ଯୋଜନା ପଣ୍ଡ: ବିଏସଏଫ ପକ୍ଷରୁ କୋମ୍ବିଂ ଅପରେଶନ ବେଳେ ବିପୁଳ ମାଓ ସାମଗ୍ରୀ ଜବତ

ବାଲିଗୁଡା,୧୦।୧୨:(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡା ସ୍ଥିତ ୧୩୬ ବିଏସଏଫ ଯବାନମାନେ କୋମ୍ବିଂ ଅପରେଶନ କରୁଥିବା ବେଳେ ଏକ ବଡ଼ଧରଣର ମାଓ ହମଲା ଉଦ୍ୟମକୁ...

ପ୍ରଶାସନର ଦାଦନ ମୁକ୍ତ ନେଇ…

ନୂଆପଡ଼ା,୧୦ା୧୨ (ମକାରୁ ବେମାଲ): ବଲାଙ୍ଗୀର ଜିଲା ତୁରେକେଲା ଥାନା ମହୁଲବାହାଳି ରେଳଲାଇନ୍‌ରୁ ସୋମବାର ନୂଆପଡ଼ା ଜିଲା ଲଖନା ଗାଁର ଦାଦନ ଶ୍ରମିକ ବାଞ୍ଛାନିଧି କୈବର୍ତ୍ତଙ୍କ ମୃତଦେହ...

କଂଗ୍ରେସ ହାଇକମାଣ୍ଡଙ୍କ କାର୍ଯ୍ୟକୁ ନେଇ ମଧ୍ୟ ପ୍ରଶ୍ନ ଉଠାଇଲେ ମୋକିମ, କହିଲେ ୩ ବର୍ଷ ଅପେକ୍ଷା କରି ରାହୁଲଙ୍କୁ…

ଭୁବନେଶ୍ୱର,୧୦।୧୨: କଂଗ୍ରେସ ହାଇକମାଣ୍ଡଙ୍କ କାର୍ଯ୍ୟକୁ ନେଇ ମଧ୍ୟ ପ୍ରଶ୍ନ ଉଠାଇଛନ୍ତି ମହମ୍ମଦ ମୋକିମ। ମୋକିମ କହିଛନ୍ତି, କଂଗ୍ରେସକୁ ମଜଭୂତ ପାଇଁ କେନ୍ଦ୍ରୀୟ ନେତୃତ୍ୱ କାର୍ଯ୍ୟ କରୁ...

ଅଧ୍ୟାପିକାଙ୍କୁ ଅଧ୍ୟକ୍ଷଙ୍କ ପ୍ରେମ ନିବେଦନ: ମେସେଜ୍‌ କରି କହିଲେ ଯଦି ତୁମେ…

ବୋଲଗଡ଼,୧୦ା୧୨(ଦେବବ୍ରତ ହୋତା): ଖୋର୍ଦ୍ଧା ଜିଲା ବୋଲଗଡ଼ସ୍ଥିତ ପରମାନନ୍ଦ ମହାବିଦ୍ୟାଳୟର ଅଧ୍ୟକ୍ଷ ପ୍ରଦୀପ୍ତ କୁମାର ଦାସ ଜଣେ ନବନିଯୁକ୍ତ ଅଧ୍ୟାପିକାଙ୍କ ମୋବାଇଲ ନମ୍ବରକୁ ମେସେଜରେ ପ୍ରେମ ନିବେଦନ...

ହାତୀ ଆକ୍ରମଣରେ ଚାଲିଗଲା ବୃଦ୍ଧଙ୍କ ଜୀବନ

ଝାରସୁଗୁଡା, ୧୦।୧୨(ଆଶିଷ ରଞ୍ଜନ ଦାଶ ): ଝାରସୁଗୁଡା ଜିଲା ବାଗଡ଼ିହି ଫରେଷ୍ଟ ରେଞ୍ଜ ଅନ୍ତର୍ଗତ ଜି ପାନପାଲି ଗ୍ରାମ ପଞ୍ଚାୟତ ପିତାମାଲ ଗ୍ରାମର ହୀରା ବୁଡା...

୨୦୨୬ରେ ୧୨ମାସ ନୁହେଁ ପଡିବ ୧୩ମାସ, ଘଟିବ ଅଦ୍ଭୁତ ଜିନିଷ…

୨୦୨୬ ବର୍ଷ ଆରମ୍ଭ ହେବାକୁ ଆଉ ଅଧିକ ସମୟ ବାକି ନାହିଁ। ଆଗାମୀ ବର୍ଷ ବହୁତ ସ୍ବତନ୍ତ୍ର ହେବାକୁ ଯାଉଛି, କାରଣ ୨୦୨୬ ରେ ୧୨...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri