ବରଗଡ଼ରେ କ୍ୟାନସର ପୀଡ଼ିତାଙ୍କ ସମେତ ୫ ନୂଆ କରୋନା ପଜିଟିଭ୍‌

ବରଗଡ଼ ଅଫିସ,୨ା୮: ବରଗଡ଼ ଜିଲାରେ ରବିବାର ପୁଣି ୫ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରେ ଭୁବନେଶ୍ବରରେ ଏକ ହସ୍ପିଟାଲରେ ଚିକିତ୍ସାଧୀନ ଥିବା ଜଣେ କ୍ୟାନସର ଆକ୍ରାନ୍ତ ମହିଳା ରହିଛନ୍ତି। ସେହିପରି ଅନ୍ୟ ୪ ଆକ୍ରାନ୍ତଙ୍କ ମଧ୍ୟରେ ବରଗଡ଼ ପୌରାଞ୍ଚଳ ଅଧୀନ ଭୁର୍ସୁନ୍ଧ ବନ୍ଧପଡ଼ା ଏବଂ ନଦୀପଡ଼ାର ୨ଜଣ ପୁରୁଷ ଥିବାବେଳେ ଅତାବିରା ବ୍ଲକ ଟୋପ ଅସ୍ଥାୟୀ ସ୍ବାସ୍ଥ୍ୟକେନ୍ଦ୍ର (ଟିଏମ୍‌ସି)ର ୨ଜଣ ମହିଳା ଅଛନ୍ତି। ଟୋପ ଟିଏମ୍‌ସିର ଆକ୍ରାନ୍ତମାନେ ସେହି ଟିଏମ୍‌ସିରେ ଚିକିତ୍ସିତ ହେଉଥିବା ବେଳେ ଏମ୍ସରେ ଚିହ୍ନଟ ଆକ୍ରାନ୍ତଙ୍କ ସେଠାରେ ଚିକିତ୍ସା ଚାଲିଛି। ଅନ୍ୟପକ୍ଷରେ ବରଗଡ଼ ପୌରାଞ୍ଚଳରୁ ଚିହ୍ନଟ ଆକ୍ରାନ୍ତ ବରଗଡ଼ କୋଭିଡ୍‌ ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି ବୋଲି ଜିଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ କଲ୍ୟାଣୀ ଦାଶ ସୂଚନା ଦେଇଛନ୍ତି। ଏହାପରେ ଜିଲାରେ ଆକ୍ରାନ୍ତଙ୍କ ସଂଖ୍ୟା ୪୩୧ରେ ପହଞ୍ଚିଛି। ସେମାନଙ୍କ ମଧ୍ୟରୁ ୩୫୧ ଜଣ ସୁସ୍ଥ ହୋଇଛନ୍ତି। ଅନ୍ୟପକ୍ଷରେ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ଆଉ ୭୯ ଜଣ ସକ୍ରିୟ ରହି ବିଭିନ୍ନ କୋଭିଡ୍‌ ହସ୍ପିଟାଲରେ ଚିକିତ୍ସାଧୀନ ଥିବା ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବିରଳ ଦୃଶ୍ୟ: ବଦ୍ରିଙ୍କ ହାତ ନେଇ ମୁଣ୍ଡରେ ରଖି ଆଶୀର୍ବାଦ ଲୋଡ଼ିଲେ ସୌମ୍ୟ

ହାଟଡିହୀ,୬ା୫(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଏବଂ ଘସିପୁରା ବିଧାନସଭା କ୍ଷେତ୍ର ପାଇଁ ହେଭିଓ୍ବେଟ୍‌ ନେତାମାନେ ନାମାଙ୍କନ ଦାଖଲ କରିଛନ୍ତି। ଘସିପୁରା ପାଇଁ ବିଜେଡି ବିଧାୟକ...

କଂଗ୍ରେସ ଗଡ଼ରେ ବିଜେଡିର ରଣହୁଙ୍କାର: ଡବଲ ଶଙ୍ଖ ଚି଼ହ୍ନରେ ଭୋଟ ଦେବାକୁ ନିବେଦନ

ଦାରିଙ୍ଗବାଡି, ୬।୫ (ଅରୁଣ ସାହୁ ):କନ୍ଧମାକ ଜିଲା ଦାରିଙ୍ଗବାଡି ବ୍ଲକ ୧୧ ନଂ ଜିଲାପରିଷଦ ଜୋନ ଝିଞ୍ଜିରୀଗୁଡାରେ ସୋମବାର ବିଜେଡିର କର୍ମୀ ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି।...

ନାମାଙ୍କନ ବେଳେ ୨ ନେତା ଓ ସମର୍ଥକ ହାତାହାତି

ପୁରୀ,୬।୫: ପୁରୀ ଉପଜିଲ୍ଲାପାଳଙ୍କ ଅଫିସରେ ଦେଖିବାକୁ ମିଳିଛି ଅଭାବନୀୟ ଘଟଣା। କଂଗ୍ରେସ ପ୍ରାର୍ଥୀ ଉମାବଲ୍ଲଭ ରଥ ଓ ଟିକେଟ କଟିଥିବା ସୁଜିତ୍ ମହାପାତ୍ର ହାତାହାତି ହୋଇଛନ୍ତି।...

ବଦ୍ରି, ଅଭିମନ୍ୟୁ, ଶମ୍ଭୁନାଥ, ସୌମ୍ୟଙ୍କ ନାମାଙ୍କନପତ୍ର ଦାଖଲ

ହାଟଡିହୀ/ସୋସୋ,୬ା୫(ଶୁଭକାନ୍ତ ନାୟକ/ସତ୍ୟବ୍ରତ ଜେନା): କେନ୍ଦୁଝର ଜିଲା ଘସିପୁରା ବିଧାନସଭା କ୍ଷେତ୍ର ପାଇଁ ବିଜେଡି ବିଧାୟକ ବଦ୍ରି ନାରାୟଣ ପାତ୍ର ଏବଂ ଆନନ୍ଦପୁର ବିଧାନସଭା କ୍ଷେତ୍ର ପାଇଁ...

ନାମାଙ୍କନପତ୍ର ଦାଖଲ କଲେ ସସ୍ମିତା

କେନ୍ଦୁଝର,୬ା୫(ନରେଶ ଚନ୍ଦ୍ର ପଟ୍ଟନାୟକ): ସଦର ନିର୍ବାଚନ ମଣ୍ଡଳୀର ସ୍ବାଧୀନ ପ୍ରାର୍ଥିନୀ ସସ୍ମିତାରାଣୀ ସିଂହ ସୋମବାର ସ୍ଥାନୀୟ ଉପଜିଲାପାଳଙ୍କ କାର୍ଯ୍ୟାଳୟରେ ତାଙ୍କର ନାମାଙ୍କନପତ୍ର ଦାଖଲ କରିଛନ୍ତି। ଏକ...

କିଏ ହେବ ଓଡ଼ିଶାର ମୁଖ୍ୟମନ୍ତ୍ରୀ ? ଘୋଷଣା କଲେ ମୋଦି

ନବରଙ୍ଗପୁର,୬।୫: ଓଡ଼ିଶାରେ ପ୍ରଥମ ଥର ହେବ ଡବଲ ଇଂଜିନ ସରକାର। ସୋମବାର ଓଡ଼ିଶା ଗସ୍ତରେ ଆସି ସରକାର ଗଠନ କରିବା ପାଇଁ ଦୃଢୋକ୍ତି ପ୍ରକାଶ କରିଛନ୍ତି...

ନାମାଙ୍କନପତ୍ର ଦାଖଲ କଲେ ବିଧାୟକ ପ୍ରାର୍ଥୀ ଜଗନ୍ନାଥ ନାଏକ

କେନ୍ଦୁଝର/ପାଟଣା,୬ା୫(ନରେଶ ଚନ୍ଦ୍ର ପଟ୍ଟନାୟକ/ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ନିର୍ବାଚନ ମଣ୍ଡଳୀର ବିଧାୟକ ତଥା ବିଜେଡି ବିଧାୟକ ପ୍ରାର୍ଥୀ ଜଗନ୍ନାଥ ନାଏକ ନାମାଙ୍କନପତ୍ର ଦାଖଲ କରିଛନ୍ତି।...

୮ରେ ରାୟଗଡ଼ା ଆସିବେ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ

ରାୟଗଡ଼ା,୬ା୫(ଆଶିଷ ରଞ୍ଜନ ପଣ୍ଡା):ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ ଆସନ୍ତା ୮ ତାରିଖରେ ରାୟଗଡ଼ା ଆସିବାର କାର୍ଯ୍ୟକ୍ରମ ରହିଛି। କୋରାପୁଟ ଲୋକ ସଭା ଭାଜପା ପ୍ରାର୍ଥୀ ଓ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri