Posted inଭଦ୍ରକ

ରାତି ୭ରୁ ସକାଳ ୫ ପର୍ଯ୍ୟନ୍ତ କର୍ଫ୍ୟୁ

ଭଦ୍ରକ ଅଫିସ,୩ା୮- ଅଗଷ୍ଟ ୧ ତାରିଖଠାରୁ ଅନ୍‌ଲକ୍‌-୩ ଆରମ୍ଭ ହୋଇଛି। ଏଥିରେ ଭଦ୍ରକ ଜିଲା ପ୍ରଶାସନ ପକ୍ଷରୁ କେତେକ କଟକଣାକୁ କୋହଳ କରାଯାଇଥିବା ବେଳେ ଆଉ କେତେକ କଟକଣା ଅନ୍‌ଲକ-୨ ଭଳି ବଳବତ୍ତର ରହିଛି। ଜିଲାପାଳ ଡ. ଜ୍ଞାନ ରଞ୍ଜନ ଦାସ ଆସନ୍ତା ୩୧ ତାରିଖ ପର୍ଯ୍ୟନ୍ତ ସମଗ୍ର ଜିଲାକୁ ଲକ୍‌ ଡାଉନ ଘୋଷଣା କରିଛନ୍ତି। ପ୍ରତି ସପ୍ତାହର ଶନିବାର ଓ ରବିବାର ଶଟ୍‌ ଡାଉନକୁ ବଳବତ୍ତର ରଖାଯାଇଛି। ରାତ୍ରିକାଳୀନ କର୍ଫ୍ୟୁ ରାତି ୭ରୁ ସକାଳ ୫ ପର୍ଯ୍ୟନ୍ତ ଜାରି ରହିବ। ଲକ୍‌ ଡାଉନ ବେଳେ ସୋମବାରରୁ ଶୁକ୍ରବାର ଦୋକାନ ବଜାର, ସରକାରୀ ବେସରକାରୀ ସଂସ୍ଥା ସନ୍ଧ୍ୟା ୬ଟା ପର୍ଯ୍ୟନ୍ତ ଖୋଲା ରହିପାରିବ। ଏହା ବ୍ୟତୀତ ପୂର୍ବରୁ କଣ୍ଟେନ୍‌ମେଣ୍ଟ ଜୋନ ଗୁଡିକ ପାଇଁ ଯେଉଁ କଟକଣା ରହିଥିଲା ଅଗଷ୍ଟ ମାସରେ ତାହା ବଳବତ୍ତର ରହିବ। ସରକାରଙ୍କ ନିଷ୍ପତ୍ତି ଅନୁଯାୟୀ ମାସ୍କ ପିନ୍ଧୁ ନ ଥିବା ଲୋକଙ୍କଠାରୁ ପ୍ରଥମ ଥର ପାଇଁ ୧ ହଜାର ଓ ପରେ ୫ ହଜାର ଟଙ୍କା ପର୍ଯ୍ୟନ୍ତ ଜରିମାନା ଆଦାୟ ହେବ। ଦୋକାନୀମାନେ ସେମାନଙ୍କ ଦୋକାନରେ ସାମାଜିକ ଦୂରତ୍ୱ ରକ୍ଷା କରିବା ବାଧ୍ୟତା ମୂଳକ। ରେଷ୍ଟୁରାଣ୍ଟମାନଙ୍କରେ ୫୦ ପ୍ରତିଶତ ଆସନ ସଂଖ୍ୟାରେ ଲୋକଙ୍କୁ ଖାଇବାକୁ ଦିଆଯାଇ ପାରିବ ବୋଲି ନିର୍ଦ୍ଦେଶନାମା ଜାରି ହୋଇଛି। ଏହା ବ୍ୟତୀତ ଲକ୍‌ ଡାଉନ ଓ ଶଟ୍‌ ଡାଉନ ବେଳେ ପେଟ୍ରୋଲ ପମ୍ପ, ରାଜପଥ ପାର୍ଶ୍ୱ ଢାବା, ଟାୟାର ମରାମତି ଦୋକାନ ଖୋଲା ରହି ପାରିବ ବୋଲି କୁହାଯାଇଛି। ଜିଲାର ଦ୍ରୁତ ସଂକ୍ରମଣକୁ ଲକ୍ଷ୍ୟ ରଖି ଜିଲାପାଳ ଏହି ନିର୍ଦ୍ଦେଶନାମା ଜାରି କରିଛନ୍ତି। ରବିବାର ନୂଆ ୨୫ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୬ ଜଣ ସଙ୍ଗରୋଧ କେନ୍ଦ୍ରରୁ ଓ ୧୯ ଜଣ ସ୍ଥାନୀୟ ସଂକ୍ରମଣ ବୋଲି କୁହାଯାଇଛି। ଏହି ନୂଆ ସଂକ୍ରମଣକୁ ମିଶାଇ ଜିଲାରେ ୬୫୨ ଛୁଇଁଛି ଆକ୍ରାନ୍ତଙ୍କ ସଂଖ୍ୟା। ଏମାନଙ୍କ ମଧ୍ୟରୁ ୫୪୯ ସୁସ୍ଥ ହୋଇସାରିଥିବା ବେଳେ ୧୦୧ ଚିକତ୍ସାଧିନ ଥିବା ଓ ୨ ଜଣ ମୃତ୍ୟୁବରଣ କରିଥିବା ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି। ବର୍ତ୍ତମାନ ସୁଦ୍ଧା ୧୯,୧୪୯ ଜଣଙ୍କ ସ୍ବାବ୍‌ ପରୀକ୍ଷା କରାଯାଇଥିବା ସୂଚନା ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ଭଦ୍ରକରେ ଦୁର୍ଦ୍ଦାନ୍ତ ଅପରାଧୀଙ୍କୁ ଏନ୍‌କାଉଣ୍ଟର

ଭଦ୍ରକ,୧୬୧୨(ସନାତନ ରାଉତ): ସକାଳୁ ସକାଳୁ ଭଦ୍ରକରେ ଏନକାଉଣ୍ଟର । ଭଦ୍ରକରେ ଦୁର୍ଦ୍ଦାନ୍ତ ଅପରାଧୀଙ୍କୁ ଏନ୍‌କାଉଣ୍ଟର କରାଯାଇଥିବା ସୂଚନା ରହିଛି । କମଳାକାନ୍ତ ଦାସ ଓରଫ ବୁଦ୍ଧିଆଙ୍କୁ...

ହାଇମାଷ୍ଟ ଲାଇଟ୍‌ ଯୋଗାଣରେ ବ୍ୟାପକ ଦୁର୍ନୀତି ଅଭିଯୋଗ ଆଣିଲା କଂଗ୍ରେସ

ଭଦ୍ରକ,୧୨ା୧୨(ସନାତନ ରାଉତ): ଭଦ୍ରକ ଜିଲାର ବିଭିନ୍ନ ବ୍ଲକରେ ଥିବା କେନ୍ଦ୍ରୀୟ ବିଦ୍ୟାଳୟ, ଜବାହର ନବୋଦୟ ବିଦ୍ୟାଳୟ ଏବଂ ଓଡ଼ିଶା ଆଦର୍ଶ ବିଦ୍ୟାଳୟଗୁଡ଼ିକରୁ ସୋଲାର ହାଇମାଷ୍ଟ ଲାଇଟ୍‌...

ଯାଞ୍ଚ ବେଳେ ଔଷଧ ଦୋକାନରୁ ବାହାରିଲା ମଦ, ଦେଖିକି ତାଜୁବ ହୋଇଗଲା ପୋଲିସ

ଭଦ୍ରକ, ୧୧।୧୨(ସନାତନ ରାଉତ): ଭଦ୍ରକ ସହର ବାଇପାସସ୍ଥିତ ଏକ ଔଷଧ ଦୋକାନରୁ ପୋଲିସ ବିପୁଳ ପରିମାଣର ମଦ ଜବତ କରିଛି । ସୂଚନା ମୁତାବକ ଉକ୍ତ...

ରାଜଧାନୀ ଏକ୍ସପ୍ରେସରେ ଅଜଣା ପାର୍ସଲ: ଆତଙ୍କ ଖେଳାଉଛି…

ଭୁବନେଶ୍ୱର,୧୦।୧୨: ଅଜଣା ପାର୍ସଲକୁ ନେଇ ରାଜଧାନୀ ଏକ୍ସପ୍ରେସରେ ଆତଙ୍କ ଖେଳିଯାଇଛି। ଦିଲ୍ଲୀରୁ ଭୁବନେଶ୍ୱର ଆସୁଥିବା ରାଜଧାନୀ ଏକ୍ସପ୍ରେସରେ ଲୋକେ ଭୟଭୀତ। ଝାଡ଼ଖଣ୍ଡରେ RPF ପକ୍ଷରୁ ତନାଘନା...

ସଡ଼କ ଦୁର୍ଘଟଣାରେ ଯାତ୍ରା କଳାକାର ଗୁରୁ ପୃଷ୍ଟିଙ୍କ ପରଲୋକ

ଭଦ୍ରକ,୭ା୧୨: ଓଡ଼ିଶାର ଜଣାଶୁଣା ଯାତ୍ରା କଳାକାର ଗୁରୁ ପୃଷ୍ଟିଙ୍କର ଆଜି ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ପରଲୋକ ଘଟିଛି। ମିଳିଥିବା ସୂଚନା ଅନୁଯାୟୀ, ଗୁରୁ ପୃଷ୍ଟି...

ଧାମରାରେ ବୁଲୁଛି ମହାବଳ ବାଘ: ଭିଡିଓ ଭାଇରାଲ ପରେ ବନ ବିଭାଗ ନାକେଦମ୍‌

ଚାନ୍ଦବାଲି,୭।୧୨(ଅଶୋକ ପଣ୍ଡା): ଭଦ୍ରକ ଜିଲା ଚାନ୍ଦବାଲି ବ୍ଲକର ଧାମରା ଅଞ୍ଚଳରେ ଏକ ମହାବଳ ବାଘ ବୁଲୁଛି। ଏହାର ଏକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେବା...

ବିଜେଡିକୁ ଶକ୍ତ ଝଟ୍‌କା: ଭାଜପାରେ ଯୋଗଦେଲେ ପ୍ରଫୁଲଙ୍କ ଦୁଇ ପୁଅ

ଭୁବନେଶ୍ୱର/ଭଦ୍ରକ,୬।୧୨(ସନାତନ ରାଉତ): ଭଦ୍ରକ ବିଜେଡି କନ୍ଦଳ ନେଇ ରାଜନୀତି ସରଗରମ ଥିବାବେଳେ ଶେଷରେ ବିଜେଡିକୁ ଶକ୍ତ ଝଟ୍‌କା । ଭାଜପାରେ ମିଶିଲେ ପ୍ରଫୁଲ୍ଲ ସାମଲଙ୍କ ୨...

ବିଜେଡିରୁ ଇସ୍ତଫା ଦେଲେ କାଉନସିଲର ଶୁଚିସ୍ମିତା, ହୋଇପାରନ୍ତି ଭାଜପାରେ ସାମିଲ

ବାସୁଦେବପୁର,୬।୧୨ (କାଳିପଦ ରାୟ ): ବାସୁଦେବପୁର ପୌରାଞ୍ଚଳର ଏକ ନମ୍ବର ୱାର୍ଡର କାଉନସିଲର ଶୁଚିସ୍ମିତା ଗିରି ଶନିବାର ସକାଳେ ବିଜେଡିରୁ ଇସ୍ତଫା ଦେଇଛନ୍ତି। ଶୁକ୍ରବାର ସନ୍ଧ୍ୟାରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri