ଟ୍ରେନ ଇଞ୍ଜିନରେ ଯାନ୍ତ୍ରିକ ତ୍ରୁଟି, ଧାରଣା କ୍ଷତିଗ୍ରସ୍ତ: ୬ଘଣ୍ଟା ଯାତାୟାତ ବାଧାପ୍ରାପ୍ତ

ଓଡ଼ାପଡ଼ା, ୨୪।୪(ଡି.ଏନ.ଏ)- ଢେଙ୍କାନାଳ ଜିଲା ଓଡ଼ାପଡ଼ା ବ୍ଲକ ବାଙ୍ଗୁରସିଂହ ରେଳଫାଟକ ନିକଟରେ ମଙ୍ଗଳବାର ପୂର୍ବାହ୍ନ ପ୍ରାୟ ସାଢ଼େ ୧୦ଟାରେ ଏକ କୋଇଲା ବୋଝେଇ ମାଲବାହୀ ଟ୍ରେନ୍‌ ଇଞ୍ଜିନ୍‌ରେ ଯାନ୍ତ୍ରିକ ତ୍ରୁଟି କାରଣରୁ ରେଳଧାରଣା କ୍ଷତିଗ୍ରସ୍ତ ହୋଇଛି। ଏହାକୁ ନେଇ ଦୀର୍ଘ ୬ଘଣ୍ଟା ଧରି ଟ୍ରେନ୍‌ ଚଳାଚଳ ବାଧାପ୍ରାପ୍ତ ହୋଇଥିଲା। ମଙ୍ଗଳବାର ଭୋଟ ପାଇଁ ଅଧିକାଂଶ ଯାନବାହନ ନିର୍ବାଚନ କାର୍ଯ୍ୟରେ ନିୟୋଜିତ ଥିଲେ। ଯାତ୍ରୀମାନେ ଗନ୍ତବ୍ୟସ୍ଥଳକୁ ଯିବାକୁ ଟ୍ରେନ୍‌ ଉପରେ ନିର୍ଭର କରିଥିଲେ। ହେଲେ ଦୀର୍ଘସମୟ ଟ୍ରେନ୍‌ ଅଟକି ରହିବା କାରଣରୁ ସେମାନଙ୍କୁ ନାହିଁ ନ ଥିବା ସମସ୍ୟାର ସମ୍ମୁଖୀନ  ହେବାକୁ ପଡ଼ିଥିଲା।

ତାଳଚେର-ଭୁବନେଶ୍ୱର ଅପ୍‌ଲାଇନ୍‌ରେ ଯାଉଥିବା ଉକ୍ତ କୋଇଲା ବୋଝେଇ ଟ୍ରେନ୍‌ର ଗୋଟିଏ ଇଞ୍ଜିନ୍‌ରେ କୌଣସି କାରଣରୁ ଯାନ୍ତ୍ରିକ ତ୍ରୁଟି ଦେଖାଦେଇଥିଲା। ଟ୍ରେନ୍‌ଟି ଓ୍ବାଗନଗୁଡ଼ିକୁ ଟାଣିପାରିଲାନାହିଁ। ଚାଳକ ଟ୍ରେନ୍‌କୁ ଆଗକୁ ନେବାକୁ ଯଥାସାଧ୍ୟ ଉଦ୍ୟମ କରି ମଧ୍ୟ ବିଫଳ ହୋଇଥିଲେ। ଏପଟେ ଟ୍ରାକ୍‌ ଉପରେ ରେଳ ଇଞ୍ଜିନ ଚକାଗୁଡ଼ିକ କ୍ଷୀପ୍ରଗତିରେ ଘୂରିବା ଫଳରେ ଧାରଣାର ୧୨ଟି ସ୍ଥାନ ଅତିମାତ୍ରାରେ କ୍ଷତିଗ୍ରସ୍ତ ହୋଇଥିଲା। ମାଲବାହୀ ଟ୍ରେନ୍‌ ଅଟକି ରହିବା କାରଣରୁ ରେଳ ଚଳାଚଳ ବାଧାପ୍ରାପ୍ତ ହୋଇଥିଲା। ରେଲଓ୍ବେ କର୍ତ୍ତୃପକ୍ଷ ଏ ସମ୍ପର୍କରେ ଅବଗତ ହେବାପରେ ରେଳଧାରଣା ମରାମତି ଆରମ୍ଭ ହୋଇଥିଲା। ମରାମତି ସମୟରେ ମୋଟ ୧୨ଟି ଲୁହାଧାରଣା ବଦଳାଯାଇଛି। ଟ୍ରେନ୍‌ ଚଳାଚଳ ସ୍ବାଭାବିକ କରିବାକୁ କେତେକ ଏକ୍ପପ୍ରେସ ଏବଂ ସୁପରଫାଷ୍ଟ ଟ୍ରେନ୍‌କୁ ଡାଉନ୍‌ ଟ୍ରାକ୍‌ରେ ଛଡ଼ାଯାଇଥିଲା। ସନ୍ଧ୍ୟା ୬ଟାରେ ଉକ୍ତ କାର୍ଯ୍ୟ ଶେଷ ହେବାପରେ ଟ୍ରେନ୍‌ ଚଳାଚଳ ସ୍ବାଭାବିକ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

କୁମାର ପୂର୍ଣ୍ଣିମା, ଗଜଲକ୍ଷ୍ମୀ ପୂଜା ତାରିଖକୁ ନେଇ ଦ୍ୱନ୍ଦ୍ୱ

ଭୁବନେଶ୍ୱର,୫ା୧୦: ଓଡ଼ିଶାରେ ପାରମ୍ପରିକ ଭାବେ ଗୋଟିଏ ଦିନରେ ପାଳନ କରାଯାଉଥିବା କୁମାର ପୂର୍ଣ୍ଣିମା ଓ ଗଜଲକ୍ଷ୍ମୀ ପୂଜାର ତାରିଖକୁ ନେଇ ଚଳିତ ଦ୍ୱନ୍ଦ୍ୱ ଦେଖାଦେଇଛି। କ୍ୟାଲେଣ୍ଡରରେ...

ବିଧାୟକ ପ୍ରସନ୍ନ ଆଚାର୍ଯ୍ୟଙ୍କ ଧର୍ମପତ୍ନୀଙ୍କ ବିୟୋଗରେ ଶୋକ ପ୍ରକାଶ କଲେ ପୂର୍ବତନ ମୁଖ୍ୟମନ୍ତ୍ରୀ

ବରଗଡ଼,୫ା୬(ପ୍ରେମାନନ୍ଦ ଖମାରୀ): ବରଗଡ଼ର ଜଣାଶୁଣା ରାଜନେତା, ବିରୋଧୀ ଦଳ ଉପନେତା, ରେଢ଼ାଖୋଲ ବିଧାୟକ ତଥା ପୂର୍ବତନ ମନ୍ତ୍ରୀ, ପୂର୍ବତନ ଏମ୍‌ପି ପ୍ରସନ୍ନ ଆଚାର୍ଯ୍ୟଙ୍କ ଧର୍ମପତ୍ନୀ ଚାରୁଶୀଳା...

ଜିଲାପାଳଙ୍କ ମିଳିତ ଅଭିଯୋଗ ଶୁଣାଣି ଶିବିର: ସମସ୍ୟାର ତ୍ୱରିତ୍‌ ସମାଧାନ ନିର୍ଦ୍ଦେଶ

ସୋହେଲା,୧୯।୫(ଅଶ୍ବିନୀ ପାତ୍ର):ବରଗଡ ଜିଲା ସୋହେଲା ପଞ୍ଚାୟତ ସମିତି କାର୍ଯ୍ୟାଳୟ ପରିସରରେ ସୋମବାର ଜିଲାପାଳ ଆଦିତ୍ୟ ଗୋୟଲଙ୍କ ଅଧ୍ୟକ୍ଷତାରେ ଜନ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି।...

କବାଟ ଭାଙ୍ଗି ଘରୁ ସୁନାଗହଣା, ଟଙ୍କା ଚୋରି

ଦିଗପହଣ୍ଡି,୯ା୫(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ସହର ଗୁଡ଼ିଆଗଳି ବାସିନ୍ଦା ସୁଦର୍ଶନ ସାହୁଙ୍କ ଘରୁ ଦୁର୍ବୃତ୍ତମାନେ ପ୍ରାୟ ୪୦ ହଜାର ଟଙ୍କା ଏବଂ ବହୁ ପରିମାଣର ସୁନାଗହଣା...

ସୌଜନ୍ୟ ବଦଳରେ ସ୍ବଜନ୍ୟ ଲେଖାକୁ ନେଇ ଉଦବେଗ ପ୍ରକାଶ କଲେ ପର୍ଯ୍ୟଟକ

ଦାରିଙ୍ଗବାଡି, ୨୯।୪ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଓଡିଶାର କାଶ୍ମୀର ଭାବେ ବହୁ ପରିଚିତ। ଦୈନିକ ଶହ ଶହ ପର୍ଯ୍ୟଟକ ଦାରିଙ୍ଗବାଡିକୁ ବୁଲିବାକୁ ଆସୁଛନ୍ତି...

ଟଙ୍କା ନ ଦେବାରୁ ସ୍ତ୍ରୀଙ୍କୁ କରିଥିଲେ ହତ୍ୟା: କୋର୍ଟ ଶୁଣାଇଲେ ଆଜୀବନ କାରାଦଣ୍ଡ 

ଭଞ୍ଜନଗର,୨୨।୩(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା  ଭଞ୍ଜନଗର ଥାନା ଅନ୍ତର୍ଗତ ଆଖୁପଦର ଗ୍ରାମର ଗୀତାଞ୍ଜଳୀ ମୁଳିଙ୍କୁ ତାଙ୍କ ସ୍ବାମୀ ରାଜୁ ମୁଳିି ୨୦୨୩ ମସିହା ମେ ମାସ...

ମାଟ୍ରିକ ପରୀକ୍ଷାର୍ଥୀଙ୍କୁ ନେଇ ଯାଉଥିବା ବୋଲେରୋ ଧକ୍କାରେ ଚାଲିଗଲା ସାଇକେଲ ଆରୋହୀଙ୍କ ଜୀବନ

ରାଜନଗର,୨୧ା୨( ଭାସ୍କର ରାଉତରାୟ ): ମାଟ୍ରିକ ପିଲାଙ୍କୁ ନେଇ ପରୀକ୍ଷାକେନ୍ଦ୍ରକୁ ଯାଉଥିବା ବେଳେ ଦୁର୍ଘଟଣାଗ୍ରସ୍ତ ହୋଇଥିଲା ଏକ ବୋଲେରୋ। ଫଳରେ ବୋଲେରୋରେ ଥିବା ୧୧ ପରୀକ୍ଷାର୍ଥୀ...

ଅଟୋ ଚଲାଇଲେ ମନ୍ତ୍ରୀ, ବସିଲେ ଏମ୍‌ଏଲ୍‌, ଏମ୍‌ପି

ଗଜପତି,୭।୧୧(ଗିରିଧାରୀ ପରିଛା): ଦିନିକିଆ ଗଜପତି ଜିଲା ଗସ୍ତରେ ମତ୍ସ୍ୟ ଓ ପଶୁ ସମ୍ପଦ ମନ୍ତ୍ରୀ  ଗକୁଳ ମଲ୍ଲିକ। ୨ଦିନ ଧରି ପ୍ରଶାସନିକ ତରଫରୁ ଆୟୋଜିତ ମତ୍ସ୍ୟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri