ସୋଲାର ପାନୀୟ ଜଳ ପ୍ରକଳ୍ପ ଅଚଳ

ଚମ୍ପୁଆ, ୪। ୮(ଡି.ଏନ.ଏ.)-କେନ୍ଦୁଝର ଜିଲା ଚମ୍ପୁଆ ବ୍ଲକ ଅନ୍ତର୍ଗତ ସାତହଳିଆ ଗ୍ରାମରେ ପ୍ରାୟ ୨୦ ଦିନ ହେବ ସୋଲାର ପାନୀୟ ଜଳ ପ୍ରକଳ୍ପ ଅଚଳ ହୋଇଯାଇଥିବାରୁ ଗ୍ରାମବାସୀମାନେ ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ରାତି ପାହିଲେ ପାନୀୟ ଜଳ କେଉଁଠୁ ଆଣିବେ ଚିନ୍ତା ବଢୁଥିବା ବେଳେ ପ୍ରାୟ ଅଧ କି.ମି. ଚାଲି ଚାଲି ପାନୀୟ ଜଳ ସଂଗ୍ରହ କରୁଛନ୍ତି। ସାମ୍ଭାବ୍ୟ ପରିସ୍ଥିତିରେ ବର୍ଷା ନ ହେବାରୁ କୂଅ ପୋଖରୀ ଏକ ପ୍ରକାର ଶୁଖିଲା ପଡିଥିବା ବେଳେ ଏହି ପାନୀୟ ଜଳ ପ୍ରକଳ୍ପ ଅଚଳ ହେବାରୁ ଗ୍ରାମବାସୀଙ୍କୁ ବ୍ୟଥିତ କରିଛି।
ସୂଚନା ଅନୁସାରେ ସାତହଳିଆ ଠାରେ ଥିବା ଏହି ପାନୀୟ ଜଳ ପ୍ରକଳ୍ପ ଉପରେ ଅଙ୍ଗନୱାଡି କେନ୍ଦ୍ରକୁ ମିଶାଇ ଶତାଧିକ ଆଦିବାସୀ ନିର୍ଭର କରି ଆସୁଥିଲେ। ମାତ୍ର ଏହା ଅଚଳ ହେବାପରେ ଗ୍ରାମବାସୀ ସ୍ଥାନୀୟ ସରପଞ୍ଚ ସମେତ ବିଭାଗକୁ ସୂଚନା ଦେଇଥିଲେ। ମାତ୍ର ତାହା ଅଜି ପର୍ଯ୍ୟନ୍ତ ଫଳପ୍ରଦ ହୋଇପାରିଲା ନାହିଁ। ପାନୀୟ ଜଳ ଭଳି ପ୍ରମୁଖ ମୌଳିକ ଆବଶ୍ୟକତା ପ୍ରତି ପଦକ୍ଷେପନ ନିଆଯାଉ ନ ଥିବାରୁ ଗ୍ରାମବାସୀଙ୍କ ପକ୍ଷରୁ ଏଥିପ୍ରତି ଅସନ୍ତୋଷ ବ୍ୟକ୍ତ କରାଯାଇଛି। ତୁରନ୍ତ ଏଥିପ୍ରତି ଦୃଷ୍ଟି ଦେବାକୁ ଗ୍ରାମବାସୀ ଦାବି କରିଛନ୍ତି। ତେବେ ଏସମ୍ପର୍କରେ ବିଭାଗୀୟ ଯନ୍ତ୍ରୀ କରନ ସୋରେନଙ୍କୁ ପଚାରିବାରୁ ଦୁଇରୁ ତିନି ଦିନ ମଧ୍ୟରେ ସମସ୍ୟାର ସମାଧାନ କରାଯିବ ବୋଲି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପାଣି ସମସ୍ୟା ପାଇଁ ମୁଖ୍ୟ ରାସ୍ତା ଅବରୋଧ କଲେ ଗ୍ରାମବାସୀ

ଆର,ଉଦୟଗିରି, ୫।୫(ମନୋଜ କୁମାର ପାଢୀ): ପାଣି ପାଇଁ ରାସ୍ତା ରୋକେ କଲେ ଆର,ଉଦୟଗିରି ବ୍ଳକର ଛେଳିଗଡ ଗ୍ରାମବାସୀ। ଗ୍ରାମର ଖ୍ରୀଷ୍ଟିଆନ୍ ସାହି ଲୋକମାନଙ୍କୁ କିଛି ଦିନ...

ମହିଳାଙ୍କ ୪୩ ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କା ଆତ୍ମସାତ କରି ଦମ୍ପତି ଫେରାର, ପାଟଣା ଥାନାର ଦ୍ୱାରସ୍ଥ ହେଲେ…

ପାଟଣା,୫।୫(ବୀର କିଶୋର ଦାଶ) :କେନ୍ଦୁଝର ଜିଲା ପାଟଣା ବ୍ଲକ ବଡ ପାଟଣା ପଞ୍ଚାୟତ ମୁଖ୍ୟାଳୟ ଟାଇଁଶିରା ଗ୍ରାମର ୨୩ ଜଣ ମହିଳା ଠକେଇର ଶିକାର ହୋଇଛନ୍ତି।...

ବରୀରେ ଦେବାଶିଷ ନାୟକ ହେଲେ କଂଗ୍ରେସ ପ୍ରାର୍ଥୀ

ଭୁବନେଶ୍ୱର, ୫।୫: ରବିବାର ପାଞ୍ଚ ବିଧାନସଭା ଆସନରେ ପ୍ରାର୍ଥୀ ବଦଳିଛି କଂଗ୍ରେସ। ବରୀରେ ଆରତୀ ଦେଓଙ୍କ ସ୍ଥାନରେ ଦେବାଶିଷ ନାୟକଙ୍କୁ ପ୍ରାର୍ଥୀ ଘୋଷଣା କରିଛି କଂଗ୍ରେସ।...

ନୀଳଗିରି ଆସନ ଲାଗି ପ୍ରାର୍ଥୀ ଘୋଷଣା, କଂଗ୍ରେସରୁ ଏହି ବରିଷ୍ଠ ନେତା ପାଇଲେ ଟିକେଟ୍‌…

ଭୁବନେଶ୍ୱର,୫।୫: ନୀଳଗିରି ବିଧାନସଭା ଆସନ ଲାଗି କଂଗ୍ରେସ ରବିବାର ପ୍ରାର୍ଥୀ ଘୋଷଣା କରିଛି। ପୂର୍ବତନ ବିଧାୟକ ଅକ୍ଷୟ ଆଚାର୍ଯ୍ୟଙ୍କୁ ଦଳ ପ୍ରାର୍ଥୀ କରିଛି। ୧୯୮୦ ଏବଂ...

ଭାଜପା ଟାର୍ଗେଟରେ ଓଡ଼ିଶା: ୮ରେ ଆସିବେ ରାଜନାଥ ସିଂ, ୧୨ରେ ଶାହା

ଭୁବନେଶ୍ୱର, ୫।୫: ଓଡ଼ିଶାରେ ସରକାର ଗଠନ କରିବା ଲକ୍ଷ୍ୟରେ ପୁରା ଜୋର ଲଗାଉଛନ୍ତି ଭାଜପା ନେତା। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ଦଳର ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି...

୫ ବିଧାନସଭା ଆସନରେ ପ୍ରାର୍ଥୀ ବଦଳାଇଲା କଂଗ୍ରେସ

ଭୁବନେଶ୍ୱର,୫।୫: ୫ ଆସନରେ ପ୍ରାର୍ଥୀ ବଦଳାଇଛି କଂଗ୍ରେସ। ଜଳେଶ୍ୱର, ବରୀ, ଆଠମଲ୍ଲିକ, ଆଠଗଡ ଓ ପୁରୀରେ କଂଗ୍ରେସ ନିଜର ପ୍ରାର୍ଥୀ ଅଦଳବଦଳ କରିଛି। ଜଳେଶ୍ୱରରେ ସୁଦର୍ଶନ...

ପାରାଦୀପରେ ସୁନାମି ସମ୍ଭାବନା, ଡାକବାଜି ଯନ୍ତ୍ର ଯୋଗେ ସତର୍କ କରାଇଲା ମତ୍ସବିଭାଗ

ପାରାଦୀପ,୫।୫(ଶରତ ରାଉତ): ସମ୍ପ୍ରତି ବଙ୍ଗୋପସାଗରରେ ସମୁଦ୍ର ଅଶାନ୍ତ ହୋଇଛି। ପାଣିପାଗ ବିଭାଗର ପୂର୍ବାନୁମାନ ଅନୁଯାୟୀ ୫ରୁ ଆସନ୍ତା ୮ ତାରିଖ ମଧ୍ୟରେ ସମୁଦ୍ରରେ ୦.୨ ମିଟରରୁ...

ବୌଦ୍ଧରେ ପାଣ୍ଡିଆନଙ୍କ ମାରାଥନ ପ୍ରଚାର, କହିଲେ-‘ନିର୍ବାଚନ ଆସିଲେ ବିରୋଧୀ ଟୁରିଷ୍ଟ ଭଳି ଆସିବେ’

ବୌଦ୍ଧ, ୫।୫ ( ଅଜିତ କୁମାର ବାରିକ): ସାଧାରଣ ନିର୍ବାଚନ ପାଇଁ ବୌଦ୍ଧ ଜିଲାରେ ତ୍ରିମୁଖି ଲଢାଇ ହେବାକୁ ଯାଉଥିବା ବେଳେ ରବିବାର ୫ଟି ଅଧକ୍ଷ୍ୟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri