Posted inଖେଳ

ଛକା ମାରିବାରେ ଧୋନୀଙ୍କ ରେକର୍ଡ ଭାଙ୍ଗିଲେ ମୋର୍ଗାନ

ସାଉଥାମ୍ପଟନ, ୫।୮: ଆୟର୍ଲାଣ୍ଡ ବିପକ୍ଷ ଅନ୍ତିମ ତଥା ୩ୟ ଦିନିକିଆ ମ୍ୟାଚ୍‌ରେ ଇଂଲଣ୍ଡ ୭ ଉଇକେଟ୍‌ରେ ପରାସ୍ତ ହୋଇଥିଲା। ଏହି ମ୍ୟାଚ୍‌ରେ ପ୍ରଥମେ ବ୍ୟାଟିଂ କରି ଘରୋଇ ଇଂଲଣ୍ଡ ଅଧିନାୟକ ଇଅନ ମୋର୍ଗାନ (୧୦୬ ରନ)ଙ୍କ ଶତକ ବଳରେ ୩୨୮ ରନ କରିଥିଲା। ଜବାବରେ ଆୟର୍ଲାଣ୍ଡ ଓପନର୍‌ ପଲ୍‌ ଷ୍ଟ୍ରିଲିଂ (୧୪୨) ଓ ଅଧିନାୟକ ଆଣ୍ଡ୍ରିଉ ବର୍ଲ୍‌ବିନ (୧୧୩)ଙ୍କ ଶତକ ସହାୟତାରେ ଗୋଟିଏ ବଲ୍‌ ପୂର୍ବରୁ ୩ ଉଇକେଟ୍‌ ହରାଇ ଲକ୍ଷ୍ୟ ହାସଲ କରିନେଇଥିଲା। ମୋର୍ଗାନଙ୍କ ଶତକ ବେକାର ଯାଇଥିଲେ ମଧ୍ୟ ଏହି ମ୍ୟାଚ୍‌ ଅବସରରେ ସେ ଅନେକ ରେକର୍ଡର ଅଧିକାରୀ ହୋଇଛନ୍ତି। ଅଧିନାୟକ ଭାବେ ମୋର୍ଗାନ ଦିନିକିଆ କ୍ରିକେଟ୍‌ରେ ସର୍ବାଧିକ ଛକା ମାରିବାର କୃତିତ୍ୱ ଲାଭ କରିଛନ୍ତି। ଏହି ଅବସରରେ ସେ ଭାରତର ପୂର୍ବତନ ଅଧିନାୟକ ମହେନ୍ଦ୍ର ସିଂ ଧୋନୀ (୨୧୧ ଛକା)ଙ୍କୁ ପଛରେ ପକାଇ ଦେଇଛନ୍ତି। ମୋର୍ଗାନ ବର୍ତ୍ତମାନ ସୁଦ୍ଧା ଅଧିନାୟକ ଭାବେ ୨୧୫ ଛକା ମାରି ସାରିଛନ୍ତି। ଧୋନୀ ୩୩୨ ଦିନିକିଆ ମ୍ୟାଚ୍‌ରେ ଭାରତର ନେତୃତ୍ୱ ନେଇ ୨୧୧ ଛକା ମାରିଛନ୍ତି। କିନ୍ତୁ ମୋର୍ଗାନ ମାତ୍ର ୧୬୩ତମ ମ୍ୟାଚ୍‌ରେ ଏହି ସଫଳତା ପାଇଛନ୍ତି। ସେହିଭଳି ଇଂଲଣ୍ଡ କ୍ରିକେଟର୍‌ ଭାବେ ଦିନିକିଆ କ୍ରିକେଟ୍‌ରେ ସର୍ବାଧିକ ସ୍କୋର ଏବେ ମୋର୍ଗାନଙ୍କ ନାମରେ ଲିପିବଦ୍ଧ ହୋଇଛି। ମୋର୍ଗାନ ଇଂଲଣ୍ଡ ପକ୍ଷରୁ ୨୧୬ ଦିନିକିଆ ମ୍ୟାଚ୍‌ ଖେଳି ୪୦.୨୭ ଆଭରେଜରେ ୬,୭୬୬ ରନ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କ୍ରିସମାସ ଶୁଭକାମନାରେ ରୁଷିଆ ରାଷ୍ଟ୍ରପତି ପୁଟିନଙ୍କ ‘ମୃତ୍ୟୁ’ କାମନା କଲେ ଜେଲେନସ୍କି 

କ୍ୱିଭ,୨୫।୧୨: ଯୁକ୍ରେନର ରାଷ୍ଟ୍ରପତି ଭୋଲୋଡିମିର ଜେଲେନସ୍କି କ୍ରିସମସ ଇଭ (ଡିସେମ୍ବର ୨୪) ରେ ତାଙ୍କ ପାରମ୍ପରିକ ଭାଷଣରେ ରୁଷିଆ ରାଷ୍ଟ୍ରପତି ଭ୍ଲାଡ଼ିମିର ପୁଟିିନଙ୍କ ଅପ୍ରତ୍ୟକ୍ଷ ମୃତ୍ୟୁ...

ସାନ୍ତାଳୀ ଭାଷାରେ ଉନ୍ମୋଚନ ହେଲା ଭାରତର ସମ୍ବିଧାନ: ରାଷ୍ଟ୍ରପତି କହିଲେ, ଗର୍ବର ବିଷୟ

ନୂଆଦିଲ୍ଲୀ,୨୫ା୧୨:ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଗୁରୁବାର ସାନ୍ତାଳୀ ଭାଷାରେ ଭାରତର ସମ୍ବିଧାନକୁ ଉନ୍ମୋଚନ କରିଛନ୍ତି। ରାଷ୍ଟ୍ରପତି ଭବନରେ ଏହାର ଉନ୍ମୋଚନ କରାଯାଇଛି। ୨୦୦୩ର ଆଇନରେ ସଂଶୋଧନ ଅଣାଯାଇ...

ବରଗଡ଼ ଧନୁଯାତ୍ରା: ଦେବକୀଙ୍କ କୋଳରେ ଜନ୍ମନେଲେ ଶ୍ରୀକୃଷ୍ଣ

ମଥୁରାନଗରୀ,୨୫।୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଧନୁଯାତ୍ରା ମହୋତ୍ସବର ଦ୍ୱିତୀୟ ଦିବସ ଗୁରୁବାରରେ ମଥୁରାନଗରୀର ଲୋକ ମଣ୍ଡପ ପଡ଼ିଆରେ ରଙ୍ଗମହଲ ଉଦଘାଟିତ ହୋଇଛି। ଜିଲାପାଳ ଆଦିତ୍ୟ ଗୋୟଲ ଏହି...

ଗୁଲୁଆଙ୍କ ପାଲଟା ଅଭିଯୋଗ: ‘ମୋତେ ଶାରୀରିକ ସମ୍ପର୍କ ରଖିବାକୁ ମନା କରିଥିଲେ ବର୍ଷା, ମୁଁ ନୁହେଁ ବରଂ ସେ… 

ଭୁବନେଶ୍ୱର,୨୫।୧୨: ସୋସିଆଲ ମିଡିଆର ଅନ୍ୟତମ ଚର୍ଚ୍ଚିତ ଯୋଡ଼ି ତଥା ୟୁଟ୍ୟୁବର ଆଶିଷ ଦାଶ ଓରଫ ଗୁଲୁଆ-ବର୍ଷାଙ୍କ ପାରିବାରିକ କଳି ଏବେ ଦାଣ୍ଡରେ ପଡ଼ି ହାଟରେ ଗଡ଼ିଲାଣି।...

ନୂଆବର୍ଷରେ ଫିଟିବ ପୂଜାଙ୍କ ଭାଗ୍ୟ

ଅଭିନେତ୍ରୀ ପୂଜା ହେଗଡେ ଦକ୍ଷିଣ ଭାରତୀୟ ଚଳଚ୍ଚିତ୍ର ଶିଳ୍ପରେ ମଧ୍ୟ ବହୁତ ପ୍ରସିଦ୍ଧ। ୨୦୧୬ରେ ସେ ମୋହେଞ୍ଜୋଦାରୋ ସହିତ ଡେବ୍ୟୁ କରିଥିଲେ। ଏହା ବକ୍ସ ଅଫିସରେ...

୧୭ ବର୍ଷ ପରେ ପୁଣି ଚର୍ଚ୍ଚାରେ ଗସମା ଜଙ୍ଗଲ: ମାଓବାଦୀ ସଂଗଠନକୁ ଶକ୍ତ ଧକ୍କା, ପୋଲିସକୁ ବଡ ସଫଳତା 

ଭଞ୍ଜନଗର,୨୫।୧୨(ବାବୁଲା ପ୍ରଧାନ)- ଦୀର୍ଘ ୧୭ ବର୍ଷ ପରେ ପୁଣି ଚର୍ଚ୍ଚାକୁ ଆସିଛି ଗସମା ଜଙ୍ଗଲ । ୨୦୦୮ ମସିହା ଫେବୃୟାରୀ ମାସ ୧୫ ତାରିଖ ରାତିରେ...

ବଡ଼ ଧୂମଧାମରେ ପାଳିତ ହେଲା ବଡ଼ଦିନ: ପୁଣି ବର୍ଷେ ଅପେକ୍ଷା

ଦାରିଙ୍ଗବାଡି, ୨୫।୧୨ (ଅରୁଣ ସାହୁ): ଆସିଛି ଖୁସିର ମୁହୂର୍ତ୍ତ। ଯୀଶୁଖ୍ରୀଷ୍ଟଙ୍କ ଆଗମନକୁ ନେଇ ସବୁଠି ଖୁସି ଓ ଆନନ୍ଦର ମୁହୂର୍ତ୍ତ ଘରେ ଘରେ ଜମିଛି ମିଠା...

ଭଉଣୀଙ୍କୁ ଅସଦାଚରଣ କରିଥିଲେ ଭାଇ, ଅଭିଯୋଗ ହେବାପରେ ଘଟିଲା…

ଦିଗପହଣ୍ଡି, ୨୫।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବମକୋଇ ପଞ୍ଚାୟତ ସିନ୍ଧୁଖାଳି ଗ୍ରାମରେ ଭଉଣୀଙ୍କୁ ଅସଦାଚରଣ ସହ ମରଣାନ୍ତକ ଆକ୍ରମଣ କରିଥିବା ଅଭିଯୋଗରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri