କମେଣ୍ଟମରାକୁ ନେଇ ଗୋଷ୍ଠୀ ସଂଘର୍ଷ, ଫୋର୍ସ ମୁତୟନ

ବନ୍ତ,୧୮।୬(ସ୍ବ.ପ୍ର.)- ଭଦ୍ରକ ଜିଲା ବନ୍ତ ବ୍ଲକ ଆଗରପଡା ଥାନା ଅଧୀନ ପୁରୁଷଣ୍ଢ ଗ୍ରାମର ବଣିଆ ସାହି ଓ କୋଦମଛକି ସାହିର ଯୁବକଙ୍କ ମଧ୍ୟରେ ଗଣ୍ଡଗୋଳ ଘଟି ପରିସ୍ଥିତି ଅଣାୟତ ହୋଇଛି। ଶାନ୍ତି ଶୃଙ୍ଖଳା ରକ୍ଷା ଲାଗି ସ୍ଥାନୀୟ ଲକ୍ଷ୍ମୀବଜାର ଛକରେ ପୋଲିସ ଫୋର୍ସ ମୁତୟନ କରାଯାଇଛି। ଉଭୟ ପକ୍ଷଙ୍କ ଅଭିଯୋଗ କ୍ରମେ ଏ ନେଇ ଆଗରପଡା ଥାନାରେ ୩ ମାମଲା ରୁଜୁ ହୋଇଛି। ପୋଲିସ ପକ୍ଷରୁ ପଇଁନ୍ତରା ବ୍ୟବସ୍ଥା କରାଯାଇଛି। ଘଟଣାର ତଦନ୍ତ ଜାରି ରହିଛି।
ପୋଲିସ ସୂଚନା ଅନୁଯାୟୀ ରଜ ଶେଷ ସନ୍ଧ୍ୟାରେ ରାମଗଡପଦା ରଜମହୋସତ୍ବ ପଡିଆରେ କମେଣ୍ଟ ମରାକୁ ନେଇ ବଣିଆ ସାହି ଓ କୋଦମଛକି ସାହିର ଯୁବକଙ୍କ ମଧ୍ୟରେ ବଚସା ହୋଇଥିଲା। ଏଥିରେ ପୋଲିସ ହସ୍ତକ୍ଷେପ କରି ଉଭୟ ପକ୍ଷଙ୍କୁ ସେଠାରୁ ବିଦା କରିଦେଇଥିଲା। ପର ଦିନ ସେମବାର ପୂର୍ବାହ୍ନ ୧୧ଟା ବେଳେ ପୁଣି ଥରେ ଉଭୟ ଗୋଷ୍ଠୀ କୁପାରୀଛକ ନିକଟରେ ମୁହାଁମୁହିଁ ହୋଇଥିଲେ। ସେଠାରେ ମାରପିଟ ଘଟି ଉତ୍ତେଜନା ପ୍ରକାଶ ପାଇଥିଲା। ଏହି ଗଣ୍ଡଗୋଳପରେ ଲକ୍ଷ୍ମୀବଜାର ଛକକୁ ବ୍ୟାପିଥିଲା। ସେଠାରେ ଦୁଇଗୋଷ୍ଠୀ ମଧ୍ୟରେ ପୁଣି ଥରେ ମାରପିଟ ଘଟିବାରୁ କିଛି ସମୟ ପାଇଁ ବଜାର ପରିସର ରଣକ୍ଷେତ୍ର ପାଲଟିଥିଲା। ପୋଲିସ ପହଞ୍ଚି ଗଣ୍ଡଗୋଳକୁ ନିୟନ୍ତ୍ରଣ କରିଥିଲା। ସତର୍କତା ବ୍ୟବସ୍ଥା ସ୍ବରୂପ ସେଠାରେ ଫୋର୍ସ ମୁତୟନ କରାଯାଇଥିଲା। ଧାମନଗର ଏସଡିପିଓ ମନୋରଞ୍ଜନ ସାମଲ ଓ ଆଗରପଡା ଥାନାଧିକାରୀ ରମେଶ ସିଂ ପହଁଚି ସ୍ଥିତି ଅନୁଧ୍ୟାନ କରିଥିଲେ। କୁପାରୀ ଛକ ମାରପିଟ ଘଟଣା ନେଇ ପୋଲିସ ଏକ ମାମଲା ( ନଂ.୭୬/୧୯) ଏବଂ ଲକ୍ଷ୍ମୀବଜାର ଛକ ମାରପିଟ ନେଇ ଆଉ ଦୁଇଟି ମାମଲା (ନଂ.୭୭/୧୯, ୭୮/୧୯) ରୁଜୁ କରିଥିବା ଥାନାଧିକାରୀ କହିଛନ୍ତି। ଖବର ଲେଖା ହେବା ଯାଏ କାହାକୁ ଗିରଫ କରାଯାଇ ନାହିଁ ା


Enter your email to get our daily news in your inbox.

All Right Reserved By Dharitri.Com

ପୁଣି ଅରୁଣଙ୍କ ଘରେ ବିଜେଡି ନେତାଙ୍କ ମେଳି…

ବାଲେଶ୍ୱର,୨୦।୧୨(ବାଞ୍ଛାନିଧି ଦେ): ଅରୁଣ ସାହୁଙ୍କ ଘରେ ମେଳି ବାନ୍ଧିଲେଣି ବାଲେଶ୍ୱର ବିଜେଡି ନେତା। ଜ୍ୟୋତି ପାଣିଗ୍ରାହୀ, ସୁକାନ୍ତ ନାୟକ, ସ୍ବରୂପ ଦାସ ମଧ୍ୟ ଉପସ୍ଥିତ ଅଛନ୍ତି।...

୧୧ କେଭି ବିଦ୍ୟୁତ ତାର ଛିଡ଼ି ଜଳିଗଲା ଧାନଗଦା, ୩ ଲଷରୁ ଅଧିକ ଟଙ୍କାର କ୍ଷତି

ବାହାନଗା, ୨୦। ୧୨(ଅରୂପ କୁମାର ଦାସ): ରେମୁଣା ବ୍ଲକ ଗୋପାଳପୁର ଥାନା ଅଧିନସ୍ଥ ତାଳପଦା ଗ୍ରାମ ବିଲରେ ଯାଇଥିବା ଇଲେଭେନ କେଭି ବିଦ୍ୟୁତ ତାର ଛିଡି...

ରାସ୍ତା ପାର୍ଶ୍ୱରେ ମେଡ଼ିସିନ ପଡିବା ଘଟଣା: ସସ୍‌ପେଣ୍ଡ ହେଲେ ୨ ଏଏନଏମ

ବାଲେଶ୍ୱର, ୧୯।୧୨: ( ବାଞ୍ଛାନିଧି ଦେ): ରାସ୍ତା ପାର୍ଶ୍ୱରେ ସରକାରୀ ଔଷଧ ପଡ଼ିଥିବା ଘଟଣାରେ କାର୍ଯ୍ୟାନୁଷ୍ଠାନ ନେଲେ ବାଲେଶ୍ୱର ସିଡିଏମଓ ଡା.ପ୍ରଭାତ କୁମାର ବେହେରା। ନିଲମ୍ବିତ...

ଖଇରାରେ ଦନ୍ତା ହାତୀର ଉପଦ୍ରବ, ୨ ପଞ୍ଚାୟତର ସମସ୍ତ ସ୍କୁଲ ଛୁଟି ଘୋଷଣା

ଖଇରା, ୧୯ା୧୨(ଉତ୍କଳ ବନ୍ଧୁ ପଣ୍ଡା ): ଗୁରୁବାର ରାତିରୁ ବାଲେଶ୍ୱର ଜିଲା ଖଇରା ବ୍ଲକ ଅଞ୍ଚଳରେ ଏକ ଦନ୍ତା ହାତୀ ଆତଙ୍କ ଖେଳାଇଛି । ଏକ...

ଖଇରାରେ ଆତଙ୍କ ଖେଳାଇଛି ଦନ୍ତା ହାତୀ, ଆକ୍ରମଣରେ ବୃଦ୍ଧ ମୃତ

ଖଇରା,୧୯/୧୨(ଉତ୍କଳବନ୍ଧୁ ପଣ୍ଡା): ବାଲେଶ୍ବର ଜିଲା ସୋର ରେଞ୍ଜ ଅଧିନ ଖଇରା ଅଞ୍ଚଳରେ ଏକ ଦନ୍ତାହାତୀ ଗୁରୁବାର ରାତିସାରା ଆତଙ୍କ ଖେଳାଇଛି । କୁପାରୀ ଓ ଔପଦା...

ସୋର ଆହାର କେନ୍ଦ୍ରରୁ ବନ୍ଧୁକ ଜବତ, ପାଚେରି ଡେଇଁ ଯୁବକ ଚମ୍ପଟ୍‌

ବାଲେଶ୍ୱର,୧୮ା୧୨ ( ବାଞ୍ଛାନିଧି ଦେ): ସୋରରେ ଅଭାବନୀୟ ଘଟଣା । ଆହାର କେନ୍ଦ୍ରରୁ ଜବତ ହେଲା ବନ୍ଧୁକ ଜବତ ।  ତେବେ ଧରାପଡିବା ପରେ ଯୁବକ...

ପାରିବାରିକ କଳହର କରୁଣ ପରିଣତି, ସାନଭାଇ ମାଡ଼ରେ ବଡ଼ ଭାଇଙ୍କ ମୃତ୍ୟୁ ଅଭିଯୋଗ

ଭୋଗରାଇ,୧୮l୧୨ ( ପ୍ରଦୀପ ଦାସ ): ବାଲେଶ୍ୱର ଜିଲା ଭୋଗରାଇ ବ୍ଲକ ମାନକୁଣ୍ଡା ଗ୍ରାମରେ ଅଭାବନୀୟ ଘଟଣା ଘଟିଛି । ଘର ରାସ୍ତାରେ ବାଇକ୍ ରଖାକୁ...

ନବଜାତ ଶିଶୁର ମୁଣ୍ଡ ଧରି ଶିବ ମନ୍ଦିର ସାମ୍ନାକୁ ଆସିଲା କୁକୁର: ବାହାନଗାରେ ଖେଳିଗଲା ଚାଞ୍ଚଲ୍ୟ

ବାହାନଗା,୧୬।୧୨(ଅରୂପ କୁମାର ଦାସ): ବାଲେଶ୍ୱର ଜିଲା ବାହାନଗା ବ୍ଲକ ଚିତ୍ତଳ ପଞ୍ଚାୟତର ବାଲିକିତ୍ତିରଣ ଗାଁ ରାସ୍ତାକଡ଼ରେ ନବଜାତ ଶିଶୁର ଖଣ୍ଡ ବିଖଣ୍ଡିତ ଶରୀର ପଡିଛି। ବାଲିକିତ୍ତିରଣ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri