Posted inଜାତୀୟ

ପଞ୍ଜାବ କଂଗ୍ରେସରେ କନ୍ଦଳ: ମୁଖ୍ୟମନ୍ତ୍ରୀଙ୍କୁ ପଦରୁ ହଟାଇବାକୁ ଦାବି

ନୂଆଦିଲ୍ଲୀ,୭।୮: ପଞ୍ଜାବର ମୁଖ୍ୟମନ୍ତ୍ରୀ କ୍ୟାପଟେନ ଅମରିନ୍ଦର ସିଂଙ୍କ ବିରୋଧରେ ରାଜ୍ୟସଭାର ୨ କଂଗ୍ରେସ ଏମ୍‌ପି ସ୍ବର ଉତ୍ତୋଳନ କରିଛନ୍ତି। ଏମାନେ ହେଲେ ପ୍ରତାପ ସିଂ ବାଜଓ୍ବା, ସମରେଶ ସିଂ ଡୁଲେ। ଶୁକ୍ରବାର ବାଜଓ୍ବା କହିଛନ୍ତି ଯଦି ରାଜ୍ୟରେ କଂଗ୍ରେସକୁ ବଞ୍ଚାଇ ରଖିବାର ଅଛି ତେବେ ମୁଖ୍ୟମନ୍ତ୍ରୀ ଅମରିନ୍ଦର ସିଂ ଓ ପ୍ରଦେଶ କଂଗ୍ରେସ କମିଟି ଅଧ୍ୟକ୍ଷ ସୁନିଲ ଜାଖଡଙ୍କୁ ସେମାନଙ୍କ ପଦରୁ ହଟାଇ ଦିଆଯାଉ। ସେ ଆହୁରି ମଧ୍ୟ କହିଛନ୍ତି ଯଦି ଏପରି କରା ନ ଯାଏ ତେବେ ସିଦ୍ଧାର୍ଥ ଶଙ୍କର ରାୟ (ପଶ୍ଚିମବଙ୍ଗର ପୂର୍ବତନ ମୁଖ୍ୟମନ୍ତ୍ରୀ)ଙ୍କ ପରେ ପଶ୍ଚିମବଙ୍ଗର ଅବସ୍ଥା ଯାହାହେଲା ପଞ୍ଜାବର ଅବସ୍ଥା ସେମିତି ହେବ। ଅନ୍ୟପଟେ ଦଳର ପ୍ରଦେଶ ପ୍ରଭାରି ଆଶା କୁମାରୀ କହିଛନ୍ତି ଏହି ୨ ଏମ୍‌ପିଙ୍କ ନିର୍ଣ୍ଣୟ ଏକେ ଆଣ୍ଟୋନିଙ୍କ ଅଧ୍ୟକ୍ଷତାରେ ଥିବା ଅନୁଶାସନାତ୍ମକ କାର୍ଯ୍ୟକାରୀ କମିଟି ଏହାର ବିଚାର କରିବ। ପଞ୍ଜାବର କ୍ୟାବିନେଟ ମନ୍ତ୍ରୀ ମଧ୍ୟ ଗୁରୁବାର ଏହି ଦୁଇ ଏମ୍‌ପିଙ୍କୁ କଂଗ୍ରେସରୁ ବହିଷ୍କାର କରିବାକୁ ଦାବି କରିଥିଲେ। କାରଣ ଥିଲା ଏମାନେ ବିଷାକ୍ତ ମଦ ମୃତ୍ୟୁ ମାମଲାରେ ସରକାରଙ୍କୁ ସମାଲୋଚନା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପା ସରକାରର ବିଫଳତାକୁ ନେଇ ଗାଁକୁ ଯିବ ବିଜେଡି

ଭବାନୀପାଟଣା: ୨୬ା୧୨(ଉତ୍ତମ କୁମାର ଦାଶ):୨୮ ବର୍ଷ ଅତିକ୍ରମ କରି ୨୯ ବର୍ଷରେ ପାଦ ଦେଇଛି ବିଜୁ ଜନତା ଦଳ। ଏହି ଅବସରରେ ଶୁକ୍ରବାର କଳାହାଣ୍ଡି ଜିଲା...

ଅଚାନକ ଦିଲ୍ଲୀ ଟିମ୍‌ ଛାଡ଼ି ଘରକୁ ଫେରିଗଲେ କୋହଲି, କାରଣ ଜାଣିଲେ…

ବେଙ୍ଗାଲୁରୁ,୨୬।୧୨: ଭାରତୀୟ କ୍ରିକେଟର ଷ୍ଟାର ଖେଳାଳି ବିରାଟ କୋହଲି ବିଜୟ ହଜାରେ ଟ୍ରଫି ୨୦୨୫-୨୬ରେ ଦିଲ୍ଲୀ ପାଇଁ ଜବରଦସ୍ତ ପ୍ରଦର୍ଶନ କରିଥିଲେ। କିନ୍ତୁ ଏବେ ସେ...

୨ ମହିଳାଙ୍କ ସମେତ ୬ ଦାଦନ ଶ୍ରମିକ ଉଦ୍ଧାର

ନୂଆପଡ଼ା/କୋମନା,୨୬ା୧୨(ମକାରୁ ବେମାଲ/ମହେଶ ବାଗ): ନୂଆପଡ଼ା ଜିଲା କୋମନା ଅଞ୍ଚଳରେ ଦାଦନ ଦଲାଲ ସକ୍ରିୟ ରହିଛନ୍ତି। ପ୍ରତିଦିନ ଜିଲାରୁ ଶତାଧିକ ଶ୍ରମିକ ଚାଲାଣ ହେଉଥିବା ଅଭିଯୋଗ ହୋଇଆସୁଛି।...

ଭାଜପା ପକ୍ଷରୁ ବନବିହାର କାର୍ଯ୍ୟକ୍ରମ: ସାମୂହିକ ବନ୍ଦେ ମାତରମ ଗାନ

କେସିଙ୍ଗା,୨୬ା୧୨ (ତୁମେଶ୍ୱର ସାହୁ)- କଳାହାଣ୍ଡି ଜିଲା କେସିଙ୍ଗା ଭାଜପା ନଗର ମଣ୍ଡଳ କମିଟି ପକ୍ଷରୁ ଶୁକ୍ରବାର ତହସିର ଚେକ୍‌ଡ୍ୟାମ ପରିସରରେ ବନବିହାର କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି।...

ନିଖୋଜ ରାତ୍ର ଜଗୁଆଳିଙ୍କ ମୃତଦେହ ଜବତ : ହତ୍ୟା ଅଭିଯୋଗ କଲେ ପରିବାର ଲୋକେ

ଥୁଆମୂଳ ରାମପୁର,୨୬ା୧୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ କର୍ଲାପାଟ ଥାନା ଅଧୀନ ଗୁଣୁପୁର ସାଇସୁରୁଣି ଛକ ନିକଟ ପୋଲ ତଳୁ ଶୁକ୍ରବାର ନିଖୋଜ...

ସମସ୍ତଙ୍କ ଆଗରେ ଭୋ ଭୋ ହୋଇ କାନ୍ଦିଲେ ରୋହିତ, କାରଣ ଜାଣିଲେ…Video

ମୁମ୍ବାଇ,୨୬।୧୨: ଭାରତୀୟ କ୍ରିକେଟ ଦଳର ପୂର୍ବତନ ଅଧିନାୟକ ତଥା ଓପନର ବ୍ୟାଟ୍ସମ୍ୟାନ ରୋହିତ ଶର୍ମାଙ୍କ ଏକ ଭାବୁକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ଏହି...

ଖୋଲିଲା ମା’ ବାଙ୍କେଶ୍ବରୀଙ୍କ ଦାନହୁଣ୍ଡି: ମିଳିଲା ୧୧ ଲକ୍ଷ ୯୩ ହଜାର

ଦିଗପହଣ୍ଡି,୨୬।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି. ତୁରୁବୁଡିି ପଞ୍ଚାୟତ କେରାଣ୍ଡିମାଳ ପର୍ବତ ଶିଖରରେ ପୂଜା ପାଉଥିବା ସମଗ୍ର ଦକ୍ଷିଣ ଓଡ଼ିଶାର ପ୍ରମୁଖ...

କଳାହାଣ୍ଡିର ଯୁବତୀଙ୍କୁ ତେଲେଙ୍ଗାନାରେ ହତ୍ୟା, ନଦୀବ୍ରିଜ ତଳୁ ମୃତଦେହ…

ଭବାନୀପାଟଣା,୨୬।୧୨(ଉତ୍ତମ କୁମାର ଦାଶ)-କଳାହାଣ୍ଡି ର ଯୁବତୀ ଙ୍କୁ ତେଲେଙ୍ଗାନା ରେ ହତ୍ୟା ଭଳି ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଗତ ୩ ମାସ ତଳେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri