Posted inଖେଳ

ଅନ୍ତର୍ଜାତୀୟ ଅନ୍‌ଲାଇନ୍‌ ଟାଏକୋଣ୍ଡୋ: କବିତାଙ୍କୁ ରୌପ୍ୟ, ଆକାଂକ୍ଷାଙ୍କୁ ବ୍ରୋଞ୍ଜ

କଟକ ଅଫିସ,୮ା୮-
ପଶ୍ଚିମବଙ୍ଗର ସିଲିଗୁଡ଼ିସ୍ଥିତ ଚଙ୍ଗମୁକ୍‌ୱାନ୍‌ ଟାଏକୋଣ୍ଡୋ ଏକାଡେମୀ ଅଫ ଇଣ୍ଡିଆ ପକ୍ଷରୁ ଅନ୍ତର୍ଜାତୀୟ ଅନ୍‌ଲାଇନ୍‌ ଟାଏକୋଣ୍ଡୋ ପ୍ରତିଯୋଗିତା ଅନୁଷ୍ଠିତ ହୋଇଯାଇଛି। ଏହାର ସିନିୟର ବର୍ଗରେ କଟକର କବିତା ଜେନା ଓ ଆକାଂକ୍ଷା ଜୟସ୍ବାଲ ଯଥାକ୍ରମେ ରୌପ୍ୟ ଓ ବ୍ରୋଞ୍ଜ ପଦକ ବିଜୟୀ ହୋଇଛନ୍ତି। ପ୍ରତିଯୋଗିତାରେ ଭାରତ ସମେତ ୨୩ଟି ଦେଶର ପ୍ରତିଯୋଗୀ ଅଂଶ ଗ୍ରହଣ କରିଥିଲେ। ଆୟୋଜକ ଅନୁଷ୍ଠାନର ମୁଖ୍ୟ ଡ. ପିନାକୀ ନାରାୟଣ ମୋଇତ୍ରାଙ୍କ ତତ୍ତ୍ୱାବଧାନରେ ଏହି ପ୍ରତିଯୋଗିତା ଅନୁଷ୍ଠିତ ହୋଇଥିଲା। କଟକର ଡିଡି ଏକାଡେମୀ ଅଫ୍‌ ମାର୍ଶାଲ ଆର୍ଟ ପକ୍ଷରୁ ୬ ଜଣ ପ୍ରତିଯୋଗୀ ପ୍ରଶିକ୍ଷକ ଦେବାଶିଷ ଦତ୍ତଙ୍କ ତତ୍ତ୍ୱାବଧାନରେ ଭାଗ ନେଇଥିଲେ। ପ୍ରତିଯୋଗୀମାନେ ହେଲେ କବିତା ଜେନା, ଆକାଂକ୍ଷା ଜୟସ୍ବାଲ, ସିଦ୍ଧି ଶର୍ମା, ଦିପ୍ୟାନ୍‌ ଚକ୍ରବର୍ତ୍ତୀ, ଅଭିଷେକ ସ୍ବାଇଁ ଓ ସୁହାନି ବାଲି। ଏହି ସଫଳତା ପାଇଁ ପ୍ରଶିକ୍ଷକ ଦତ୍ତଙ୍କୁ ପ୍ରଶଂସାପତ୍ର, କୃତି ପ୍ରତିଯୋଗୀଙ୍କ ସମେତ ସମସ୍ତ ପ୍ରତିଯୋଗୀଙ୍କୁ ପ୍ରମାଣପତ୍ର ପ୍ରଦାନ କରାଯାଇଛି। ଦୋଳମୁଣ୍ଡାଇସ୍ଥିତ ଅନୁଷ୍ଠାନର କାର୍ଯ୍ୟାଳୟରେ ପ୍ରତିଯୋଗୀମାନଙ୍କୁ ଶୁକ୍ରବାର ସମ୍ବର୍ଦ୍ଧିତ କରାଯାଇଛି। ଏକାଡେମୀର ସଦସ୍ୟ ମହାବୀର ପ୍ରସାଦ ଜୟସ୍ବାଲ, ପିଙ୍ଗୋଳା ଦତ୍ତ, ଜ୍ୟୋତ୍ସ୍ନା ଦତ୍ତ ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

IPL 2026 ପୂର୍ବରୁ CSKକୁ ବଡ଼ ଝଟକା!

ନୂଆଦିଲ୍ଲୀ,୩୦।୧୨:ଝାଡ଼ଖଣ୍ଡ ଏବଂ ପୁଡୁଚେରୀ ବିଜୟ ହଜାରେ ଟ୍ରଫି ୨୦୨୫-୨୫ର ଗ୍ରୁପ ପର୍ଯ୍ୟାୟରେ ସୋମବାର, ଡିସେମ୍ବର ୨୯, ୨୦୨୫ରେ ମୁହାଁମୁହିଁ ହୋଇଥିଲେ, ଯେଉଁଥିରେ ଝାଡ଼ଖଣ୍ଡ ୧୨୩ ରନର...

ଗୌତମ ଗମ୍ଭୀରଙ୍କର ହେବ ନାହିଁ କୌଣସି କ୍ଷତି, ସମର୍ଥନରେ ବାହାରିଲେ ବିସିସିଆଇ ଅଧିକାରୀ

ନୂଆଦିଲ୍ଲୀ,୩୦।୧୨: ଘରୋଇ ଟେଷ୍ଟ ସିରିଜରେ ବିପର୍ଯ୍ୟୟଜନକ ପରାଜୟ ପରେ, ଭାରତୀୟ ମୁଖ୍ୟ ପ୍ରଶିକ୍ଷକ ଗୌତମ ଗମ୍ଭୀରଙ୍କୁ ନେଇ ଅନେକ କଳ୍ପନାଜଳ୍ପନା ଚାଲିଛି। ରିପୋର୍ଟରେ ଏହା ମଧ୍ୟ...

ଭାରତ-ନ୍ୟୁଜିଲାଣ୍ଡ ଦିନିକିଆ ସିରିଜ୍‌ ପୂର୍ବରୁ ହଠାତ୍‌ ସନ୍ନ୍ୟାସ ନେଇ ଚମକାଇଲେ ଏହି ଅଲରାଉଣ୍ଡର, କ୍ରିକେଟ ଜଗତରେ ଚହଳ

ନୂଆଦିଲ୍ଲୀ,୨୯।୧୨: ନ୍ୟୁଜିଲାଣ୍ଡର ଅଲରାଉଣ୍ଡର ଡଗ ବ୍ରାସୱେଲ କ୍ରିକେଟର ସମସ୍ତ ଫର୍ମାଟରୁ ଅବସର ନେଇଛନ୍ତି। ବ୍ରାସୱେଲ ୬୯ଟି ଅନ୍ତର୍ଜାତୀୟ ମ୍ୟାଚରେ ନ୍ୟୁଜିଲାଣ୍ଡ ଦଳର ପ୍ରତିନିଧିତ୍ୱ କରିଥିଲେ, ୧୨୦...

ମେଲବୋର୍ନ ପିଚ୍‌କୁ ନେଇ ବଢିଲା ଅସନ୍ତୋଷ: ମିଳିଲା ଡିମେରିଟ୍‌ ପଏଣ୍ଟ

ଦୁବାଇ, ୨୯ା୧୨: ଅନ୍ତର୍ଜାତୀୟ କ୍ରିକେଟ ପରିଷଦ (ଆଇସିସି) ଚତୁର୍ଥ ଆଶେସ ଟେଷ୍ଟ ଖେଳାଯାଇଥିବା ମେଲବୋର୍ନ ପିଚ୍‌କୁ ନେଇ ଅସନ୍ତୋଷ ପ୍ରକାଶ କରିବା ସହ ଶୃଙ୍ଖଳାଗତ ପଦକ୍ଷେପ...

ଟି୨୦ ବୋଲିଂରେ ନୂଆ ବିଶ୍ୱ ରେକର୍ଡ, ଜାଣନ୍ତୁ…

ନୂଆଦିଲ୍ଲୀ,୨୯ା୧୨: ଭୂଟାନ ସ୍ପିନର ସୋନମ ୟେଶେ ଏକ ଅନ୍ତର୍ଜାତୀୟ ପୁରୁଷ ଟି୨୦ କ୍ରିକେଟ ମ୍ୟାଚରେ ୮ ଉଇକେଟ ହାସଲ କରିବାରେ ପ୍ରଥମ ବୋଲର ହେବାର ଗୌରବ...

ମୁଖ୍ୟ ପ୍ରଶିକ୍ଷକ ପଦରୁ ବିଦା ହେବେ ଗମ୍ଭୀର! BCCI ଉପାଧ୍ୟକ୍ଷ ରାଜୀବ ଶୁକ୍ଲା ଦେଲେ ଚାଞ୍ଚଲ୍ୟକର ବୟାନ

ନୂଆଦିଲ୍ଲୀ,୨୯।୧୨: ନିକଟରେ ଟିମ ଇଣ୍ଡିଆର ମୁଖ୍ୟ ପ୍ରଶିକ୍ଷକ ପଦରୁ ଗୌତମ ଗମ୍ଭୀରଙ୍କୁ ହଟାଇବା ନେଇ ଗୁଜବ ଜୋର ଧରିଛି। ନ୍ୟୁଜିଲାଣ୍ଡ ବିପକ୍ଷରେ ଘରୋଇ ଟେଷ୍ଟ ସିରିଜ...

ଏହି ଦିନ ଘୋଷଣା ହେବ ନ୍ୟୁଜିଲାଣ୍ଡ ବିପକ୍ଷ ମ୍ୟାଚ ପାଇଁ ଭାରତୀୟ ଦଳ: ସମ୍ଭାବ୍ୟ ତାଲିକାରେ ଏମାନେ…

ନୂଆଦିଲ୍ଲୀ,୨୯।୧୨: ଭାରତୀୟ ଦଳ ୨୦୨୬ରେ ନ୍ୟୁଜିଲାଣ୍ଡ ବିପକ୍ଷରେ ପ୍ରଥମ ସିରିଜ ଖେଳିବ। ନ୍ୟୁଜିଲାଣ୍ଡର ଭାରତ ଗସ୍ତ ଜାନୁଆରୀ ୧୧ ରୁ ଜାନୁଆରୀ ୩୧ ପର୍ଯ୍ୟନ୍ତ ଚାଲିବ,...

୨୦୨୬ରେ ଆସୁଛି ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ପାଇଁ ଖୁସିଖବର: ଟିମ ଇଣ୍ଡିଆରେ…

ନୂଆଦିଲ୍ଲୀ,୨୯।୧୨: ଟି-୨୦ କ୍ରିକେଟରେ ଟିମ ଇଣ୍ଡିଆର ପ୍ରଭାବଶାଳୀ ପ୍ରଦର୍ଶନ ଜାରି ରହିଛି। ସୂର୍ଯ୍ୟକୁମାର ଯାଦବ ଅଧିନାୟକତ୍ୱ ଗ୍ରହଣ କରିବା ପରଠାରୁ, ଭାରତୀୟ ଦଳ ଏହି ଫର୍ମାଟରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri