ଜିଲାରେ ପ୍ରଥମ କରୋନା ମୃତ୍ୟୁ

ଢେଙ୍କାନାଳ ଅଫିସ, ୮।୮
ଢେଙ୍କାନାଳ ଜିଲାରେ ପ୍ରଥମ ମୁଣ୍ଡ ନେଇଛି କରୋନା। ମୃତକ ଭୁବନ ଏନ୍‌ଏସିର ୬୧ ବର୍ଷୀୟ ପୁରୁଷ। ସେ ଉଚ୍ଚ ରକ୍ତଚାପ ଏବଂ ମଧୁମେହରେ ଆକ୍ରାନ୍ତ ଥିଲେ। କଟକସ୍ଥିତ ଏସ୍‌ସିବି ମେଡିକାଲ କଲେଜରେ ଚିକିତ୍ସାଧୀନ ଥିବାବେଳେ କରାଯାଇଥିବା ପରୀକ୍ଷାରୁ ତାଙ୍କ ରିପୋର୍ଟ କରୋନା ପଜିଟିଭ୍‌ ଆସିଥିଲା। ସେଠାରେ ତାଙ୍କର ମୃତ୍ୟୁ ଘଟିଥିବା ଶୁକ୍ରବାର ଜିଲା ପ୍ରଶାସନ ପକ୍ଷରୁ ସ୍ପଷ୍ଟ କରାଯାଇଛି।
ଜଟିଳ ରୋଗରେ ପୀଡ଼ିତ ଥାଇ ସଂକ୍ରମିତ ହୋଇଥିବାରୁ ଆକ୍ରାନ୍ତଙ୍କୁ ଆଇସୋଲେଶନ ୱାର୍ଡରେ ରଖାଯାଇଥିଲା। ଭେଣ୍ଟିଲେଟର ବ୍ୟବସ୍ଥା କରାଯିବା ସହ ଆନୁଷଙ୍ଗିକ ଚିକିତ୍ସା ମଧ୍ୟ କରାଯାଉଥିଲା। ଏସବୁ ସତ୍ତ୍ୱେ ଗତ ୪ ତାରିଖ ଅପରାହ୍ନ ୧ଟା ୪୫ରେ ତାଙ୍କର ମୃତ୍ୟୁ ହୋଇଯାଇଥିଲା। ଟାଇପ୍‌-୨ ଡାଇବେଟିସ୍‌ ଓ ଉଚ୍ଚ ରକ୍ତଚାପ ଯୋଗୁ ସେ ଅସୁସ୍ଥ ଥିଲେ। କରୋନା ସଂକ୍ରମଣ ଯୋଗୁ ମୃତ୍ୟୁ ଘଟିଥିବା ଡେଥ୍‌ ଅଡିଟିଂରେ କୁହାଯାଇଛି। ମୃତକଙ୍କ ସ୍ତ୍ରୀ ଏବଂ ପୁଅ ମଧ୍ୟ କରୋନା ଆକ୍ରାନ୍ତ ହୋଇ ଚିକିତ୍ସାଧୀନ ଅଛନ୍ତି। ଜିଲାରେ କରୋନାଜନିତ ପ୍ରଥମ ମୃତ୍ୟୁ ହେବା ପରେ ଜିଲାପାଳ ଭୂମେଶ ଚନ୍ଦ୍ର ବେହେରା ଦୁଃଖ ପ୍ରକାଶ କରିଛନ୍ତି। ଏଥିସହ ମୃତବ୍ୟକ୍ତିଙ୍କ ପରିବାରକୁ ସମବେଦନା ଜଣାଇଛନ୍ତି।
ଅନ୍ୟପଟେ ଢେଙ୍କାନାଳ ଜିଲାରୁ ଶୁକ୍ରବାର ଗୋଟିଏ ଦିନରେ ୪୩ ନୂଆ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ତନ୍ମଧ୍ୟରେ ଗଁଦିଆ ବ୍ଲକରୁ ୪୦, ଭୁବନ ବ୍ଲକରୁ ଜଣେ, କାମାକ୍ଷାନଗର ବ୍ଲକରୁ ଜଣେ ଏବଂ ଏନ୍‌ଏସିରୁ ଜଣେ ଅଛନ୍ତି। ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ୩୮ଜଣ ପୂର୍ବ ଆକ୍ରାନ୍ତଙ୍କ ସଂସ୍ପର୍ଶରେ ଆସି ସଂକ୍ରମିତ ହୋଇଛନ୍ତି। ସେହିପରି ଜିଲା ଚିକିତ୍ସାଳୟରେ ଆଣ୍ଟିଜେନ୍‌ ଟେଷ୍ଟରୁ ଅନ୍ୟ ୫ଜଣ କରୋନା ପଜିଟିଭ୍‌ ବୋଲି ଜଣାପଡ଼ିଥିଲା। ସମସ୍ତଙ୍କୁ ଜିଲା କୋଭିଡ୍‌ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ସେହିପରି ଶୁକ୍ରବାର ୭୫ଜଣ ଆରୋଗ୍ୟ ଲାଭ କରିଛନ୍ତି। ଜିଲାରେ ମୋଟ୍‌ ୪୯୩ଜଣ କରୋନା ଆକ୍ରାନ୍ତ ହୋଇଥିବା ବେଳେ ୨୭୦ଜଣ ଆରୋଗ୍ୟ ଲାଭ କରିଥିବା ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଏନ୍‌କାଉଣ୍ଟରରେ କୁଖ୍ୟାତ ଅପରାଧୀ ସୁବାସ ଆହତ

କାମାକ୍ଷାନଗର,୨୯ା୪(ସୁଧୀର କୁମାର ପରିଡ଼ା): ଢେଙ୍କାନାଳ ଜିଲା କାମାକ୍ଷାନଗର ପୋଲିସ କୁଖ୍ୟାତ ଅପରାଧୀ ସୁବାସ ଖୁଣ୍ଟିଆଙ୍କୁ ଏନ୍‌କାଉଣ୍ଟର କରିଛି। ଫଳରେ ସେ ଆହତ ହୋଇଛନ୍ତି। ତାଙ୍କ ଡାହାଣ...

ହିନ୍ଦୋଳରୁ ଲଢ଼ିବେ ସୀମାରାଣୀ

ଢେଙ୍କାନାଳ,୨୮ା୪(ରତନ ନାୟାର)ଢେଙ୍କାନାଳ ଜିଲା ହିନ୍ଦୋଳ ବିଧାନସଭା କ୍ଷେତ୍ରରୁ ତୃତୀୟ ଥର ପାଇଁ ନିର୍ବାଚନ ଲଢ଼ିବେ ବିଧାୟିକା ସୀମାରାଣୀ ନାୟକ। ଶନିବାର ଭାଜପା ପକ୍ଷରୁ ତାଙ୍କୁ ପ୍ରାର୍ଥୀ...

୨୦ ଦିନ ହେଲା କଳାକୃତି ଗ୍ରାମରେ ବିଦ୍ୟୁତ୍‌ ଠପ୍‌

ଢେଙ୍କାନାଳ,୨୮ା୪(ରତନ ନାୟାର)ଢେଙ୍କାନାଳ ଜିଲା ସଦର ବ୍ଲକର ସବୁଜିମାମୟ ସପ୍ତଶଯ୍ୟା ରାଜ୍ୟ ଏବଂ ଜିଲାର ଏକ ପ୍ରସିଦ୍ଧ ପର୍ଯ୍ୟଟନ ସ୍ଥଳୀ। ସପ୍ତଶଯ୍ୟା ପଞ୍ଚାୟତର ନବଜୀବନପୁର ସଦେଇବେରେଣୀ ଗ୍ରାମ...

କାଠଫାଳିଆରେ ମା’ଙ୍କୁ ପିଟିପିଟି ମାରିଦେଲେ ଝିଅ

ଭୁବନ,୨୭ା୪(ବିପିନ ବିହାରୀ ସେଠୀ): ଢେଙ୍କାନାଳ ଜିଲା ଭୁବନ ଥାନା ମଝିପାଳ ଗ୍ରାମରେ ଏକ ଅଭାବନୀୟ କାଣ୍ଡ ଘଟିଛି। ଝିଅର କାଠଫାଳିଆ ମାଡ଼ରେ ମାଆଙ୍କ ମୃତ୍ୟୁ ଘଟିଛି।...

୫୫ନଂ. ରାଜପଥ କାର୍ଯ୍ୟ ସମ୍ପୂର୍ଣ୍ଣ ନେଇ ଅନିଶ୍ଚିତତା

ଢେଙ୍କାନାଳ,୨୬ା୪(ରତନ ନାୟାର): କଟକର ମଙ୍ଗୁଳି ଛକରୁ ଢେଙ୍କାନାଳ ଓ ଅନୁଗୋଳ ଜିଲା ଦେଇ ସମ୍ବଲପୁରକୁ ଯାଇଥିବା ୫୫ନଂ. ଜାତୀୟ ରାଜପଥର ଉନ୍ନତୀକରଣ କାର୍ଯ୍ୟ ସମ୍ପୂର୍ଣ୍ଣ ହେବା...

ବିଜେଡି ଛାଡ଼ିଲେ ସୀମାରାଣୀ: ଭାଜପାରେ ଯୋଗଦେବା ସମ୍ଭାବନା

ଢେଙ୍କାନାଳ,୨୩ା୪(ରତନ ନାୟାର):ହିନ୍ଦୋଳ ବିଧାନସଭା ଆସନ ପାଇଁ ବିଜେଡି ପକ୍ଷରୁ ମହେଶ ସାହୁଙ୍କ ନାମ ଘୋଷଣା କରାଯିବା ପରେ ଟିକେଟ୍‌ ଆଶାୟୀ ଥିବା ୨ ଥରର ବିଧାୟିକା...

ବିଧାୟକଙ୍କ ଫେସ୍‌ବୁକ୍‌ ପୋଷ୍ଟ ନେଇ ଜୋର୍‌ଦାର ଚର୍ଚ୍ଚା

ଢେଙ୍କାନାଳ,୨୨ା୪(ରତନ ନାୟାର):ଢେଙ୍କାନାଳ ବିଧାନସଭା ନିର୍ବାଚନମଣ୍ଡଳୀର ବିଜେଡି ପ୍ରାର୍ଥୀ ତଥା ବିଧାୟକ ସୁଧୀର କୁମାର ସାମଲଙ୍କ ଏକ ଫେସ୍‌ବୁକ୍‌ ପୋଷ୍ଟକୁ ନେଇ ଜୋର୍‌ଦାର ଚର୍ଚ୍ଚା ଚାଲିଛି। ସଦର...

ଢେଙ୍କାନାଳ ସଂସଦୀୟ କ୍ଷେତ୍ରରେ ବଢ଼ିଲା ଉଷ୍ମତା, ଲଢ଼େଇରେ ସାମିଲ ୨ ନୂଆ ମୁହଁ

ଢେଙ୍କାନାଳ,୧୫ା୪(ରତନ ନାୟାର): ଢେଙ୍କାନାଳ ଲୋକ ସଭା ଆସନ ପାଇଁ ୩ ପ୍ରମୁଖ ରାଜନୈତିକ ଦଳ ବିଜେଡି, ଭାଜପା ଓ କଂଗ୍ରେସ ପକ୍ଷରୁ ପ୍ରାର୍ଥୀ ଘୋଷଣା ସରିଛି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri