କୋଭିଡ୍‌ ପରିସ୍ଥିତିର ସମୀକ୍ଷା କଲେ ଆର୍‌ଡିସି

ପୁରୀ ଅଫିସ, ୮।୮: କେନ୍ଦ୍ରାଞ୍ଚଳ ରାଜସ୍ବ କମିଶନର (ଆର୍‌ଡିସି) ଅନିଲ କୁମାର ସାମଲ ପୁରୀ ଜିଲା କୋଭିଡ୍‌ ପରିସ୍ଥିତିର ସମୀକ୍ଷା କରିଛନ୍ତି। ସର୍କିଟ ହାଉସ୍‌ ପରିସରରେ ଶୁକ୍ରବାର ଆୟୋଜିତ ସମୀକ୍ଷା ବୈଠକରେ ଆର୍‌ଡିସି ସାମଲ ପୁରୀ ଜିଲାରେ କରୋନା ମୁକାବିଲା ନିମନ୍ତେ ନିଆଯାଇଥିବା ପଦକ୍ଷେପ ସମ୍ପର୍କରେ ଅବଗତ ହୋଇଥିଲେ। କୋଭିଡ୍‌ ଚିକିତ୍ସା କେନ୍ଦ୍ରରେ ଉପଲବ୍ଧ ସୁବିଧା ଓ ଡାକ୍ତରମାନେ ନିୟମିତ ସଂକ୍ରମିତଙ୍କ ସ୍ବାସ୍ଥ୍ୟ ପରୀକ୍ଷା କରିବା ଉପରେ ସେ ଗୁରୁତ୍ୱାରୋପ କରିଥିଲେ। ଉପଲବ୍ଧ ସେବା ଏବଂ ଭଲମନ୍ଦ ଜାଣିବା ପାଇଁ ସିଧାସଳଖ ରୋଗୀଙ୍କ ସହ କଥା ହେବେ ବୋଲି ରାଜସ୍ବ କମିଶନର କହିଛନ୍ତି। ଅନ୍ୟପକ୍ଷରେ ଜିଲାପାଳ ବଲୱନ୍ତ ସିଂ ଜିଲାରେ କୋଭିଡ୍‌ ସ୍ଥିତି, କୋଭିଡ୍‌ ସ୍ବାସ୍ଥ୍ୟକେନ୍ଦ୍ର, କେୟାର ସେଣ୍ଟର, କେୟାର ହୋମ୍‌ ସମ୍ପର୍କରେ ଜଣାଇଥିଲେ। ଜିଲାରେ ଏ ପର୍ଯ୍ୟନ୍ତ ୨୯ ହଜାର କୋଭିଡ୍‌ ପରୀକ୍ଷା କରାଯାଇଛି। ସେଥିରୁ ୧୧୨୬ ଜଣ ପଜିଟିଭ ଚିହ୍ନଟ ହୋଇଥିବା ବେଳେ ୬୯୩ ଜଣ ସୁସ୍ଥ ହୋଇଛନ୍ତି। ଆରୋଗ୍ୟ ହାର ୬୨ ପ୍ରତିଶତ ରହିଛି ଏବଂ ଏହି ହାର ବୃଦ୍ଧି ପାଇବ ବୋଲି ଜିଲାପାଳ ଆଶାବ୍ୟକ୍ତ କରିଛନ୍ତି। ସଂକ୍ରମିତ ରୋଗ ଚିକିତ୍ସାଳୟରେ ଥିବା କରୋନା ସ୍ବାସ୍ଥ୍ୟକେନ୍ଦ୍ରରେ ଶଯ୍ୟା କ୍ଷମତାକୁ ୧୦୦କୁ ବୃଦ୍ଧି କରାଯାଇ ଅଧିକ ଡାକ୍ତର ଓ ସହାୟକ କର୍ମୀଙ୍କୁ ନିୟୋଜିତ କରାଯିବ। ବର୍ତ୍ତମାନ ଜିଲାରେ ୧୦ଟି କୋଭିଡ୍‌ କେୟାର ସେଣ୍ଟର ଓ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ କରୋନା ରୋଗୀଙ୍କ ପାଇଁ ୮୯୩ ଶଯ୍ୟା ବ୍ୟବସ୍ଥା ରହିଛି। ଏଥିନିମନ୍ତେ ଆନୁଷଙ୍ଗିକ କାମ ଶେଷ କରିବାକୁ ବିଭାଗୀୟ ଅଧିକାରୀଙ୍କୁ ଜିଲାପାଳ ନିର୍ଦ୍ଦେଶ ଦେଇଛନ୍ତି। ସେହିପରି ବେସରକାରୀ ଭାବେ କାର୍ଯ୍ୟ କରୁଥିବା ଡାକ୍ତରଙ୍କୁ ମୁଖ୍ୟ ଚିକିତ୍ସାଳୟରେ ରୋଗୀ ଦେଖିବା କାମରେ ନିୟୋଜିତ ଓ କରୋନା ସଂକ୍ରମିତ ଗର୍ଭବତୀଙ୍କ ପାଇଁ ସ୍ବତନ୍ତ୍ର ବ୍ୟବସ୍ଥା କରାଯିବା ସଂକ୍ରାନ୍ତରେ ଆଲୋଚନା ହୋଇଥିଲା। ବୈଠକରେ ଏସ୍‌ପି ଅଖିଳେଶ୍ୱର ସିଂ, ଅତିରିକ୍ତ ଜିଲାପାଳ ପ୍ରଦୀପ କୁମାର ସାହୁ ଓ ବିନୟ କୁମାର ଦାଶ, ଉପଜିଲାପାଳ ଭବତାରଣ ସାହୁ, ପୌରସଂସ୍ଥା ଅତିରିକ୍ତ ନିର୍ବାହୀ ଅଧିକାରୀ ସରୋଜ କୁମାର ସ୍ବାଇଁ, ଜିଲା ମୁଖ୍ୟ ଚିକିତ୍ସାଧିକାରୀ ଡା. ସୁଜାତା ମିଶ୍ର ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଟ୍ୟୁଶନ ହେବେ ରାଜସ୍ବ ବାବୁ: ଯୋଜନାର କାର୍ଯ୍ୟକାରିତା ଉପରେ ସରକାରଙ୍କ ଫୋକସ୍‌

ଭୁବନେଶ୍ୱର,୨୪।୧୨(ରବିନାରାୟଣ ଜେନା): ରାଜ୍ୟ ସରକାରଙ୍କ ପକ୍ଷରୁ ଗତ ୧୮ ମାସ ମଧ୍ୟରେ ରାଜସ୍ବସେବାକୁ ଲୋକଙ୍କ ନିକଟତର କରିବା ପାଇଁ ଭୂ-ବନ୍ଦୋବସ୍ତ ଆଇନଠାରୁ ଆରମ୍ଭକରି ଜମି ପଞ୍ଜୀକରଣ...

ମାସେ ପରେ ବି ତୁଟିନି ଧାନ କିଣାବିକା ସମସ୍ୟା: ପୋଲିସ-ଚାଷୀ ଧସ୍ତାଧସ୍ତି

ବରଗଡ଼,୨୪।୧୨(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ଖରିଫ ଧାନ ସଂଗ୍ରହ ପ୍ରକ୍ରିୟାକୁ ଏକମାସରୁ ଊଦ୍ଧର୍‌ବ ବିତିଗଲାଣି। ଏହାସତ୍ତ୍ୱେ ଧାନ କିଣାବିକା ନେଇ ନାନା ସମସ୍ୟା ଅସମାହିତ ରହିଛି। ଧାନ...

୬ ବଲ୍‌ରେ ୫ ଉଇକେଟ…ଇତିହାସ ରଚିଲେ ୨୮ ବର୍ଷୀୟ ଏହି ବୋଲର୍‌; ପ୍ରଥମ ଥର…

ନୂଆଦିଲ୍ଲୀ,୨୩।୧୨: ଟି୨୦ଆଇ କ୍ରିକେଟ୍‌ରେ ଏକ ଓଭରରେ ୫ ଉଇକେଟ୍ ନେବା ପ୍ରତ୍ୟେକ ବୋଲରଙ୍କ ସ୍ୱପ୍ନ ଅଟେ। ୪ ଓଭରର ସ୍ପେଲ୍‌ରେ ଏହି କାରନାମା କରିବା ବହୁତ...

ଆଶେସ୍‌ ଖରାପ ପ୍ରଦର୍ଶନ ପରେ ମଦ ପିଇ ମାତାଲ ହେଲେ ଇଂଲଣ୍ଡ କ୍ରିକେଟର, ଭିଡିଓ ଭାଇରାଲ

ନୂଆଦିଲ୍ଲୀ,୨୩।୧୨: ଅଷ୍ଟ୍ରେଲିଆ ବିପକ୍ଷ ଆଶେସ୍ ସିରିଜ୍ ମଧ୍ୟରେ ଇଂଲଣ୍ଡ କ୍ରିକେଟ୍ ଦଳ ପାଇଁ ଏକ ଅଡୁଆ ପରିସ୍ଥିତି ସୃଷ୍ଟି ହୋଇଛି। ଦଳର ଷ୍ଟାର୍ ବ୍ୟାଟର ବେନ୍...

ଦିଲ୍ଲୀ କ୍ୟାପିଟାଲ୍ସର ବଡ଼ ଘୋଷଣା: ୨୫ ବର୍ଷୀୟ ଏହି ଖେଳାଳି ହେଲେ ନୂଆ ଅଧିନାୟକ

ନୂଆଦିଲ୍ଲୀ,୨୩।୧୨: ଦିଲ୍ଲୀ କ୍ୟାପିଟଲ୍ସ ଏକ ବଡ଼ ଘୋଷଣା କରିଛି। ମହିଳା ପ୍ରିମିୟର ଲିଗ୍ (WPL) ୨୦୨୬ ସିଜନ୍ ପୂର୍ବରୁ ଟିମ୍‌କୁ ନୂଆ ଅଧିନାୟକ ମିଳିଛି। ଅକ୍ସନ୍...

Gotra Matching for Marriage: ସମାନ ଗୋତ୍ରରେ ବିବାହ କରିବା ଶୁଭ ନା ଅଶୁଭ? ଜାଣନ୍ତୁ କ’ଣ କୁହେ…

ହିନ୍ଦୁ ଧର୍ମରେ ବିବାହ ପୂର୍ବରୁ କୁଣ୍ଡଳୀ ମିଳନ ସହିତ ଗୋତ୍ରର ପରୀକ୍ଷା ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ ବୋଲି ବିବେଚନା କରାଯାଏ। ଏକ ଗୋତ୍ରରେ ବିବାହକୁ ସାଧାରଣତଃ ଅଶୁଭ...

ବନ୍ଦେ ଭାରତ ଏକ୍ସପ୍ରେସ ଆଗକୁ ଡେଇଁ ଯୁବକଙ୍କ ଆତ୍ମହତ୍ୟା: ପାଖରେ ପଡ଼ିଛି ମୋବାଇଲ, ବ୍ୟାଗ୍‌; ମିଳିନି ପରିଚୟ…

ଛତ୍ରପୁର, ୨୩।୧୨(ଦିଲ୍ଲୀପ ସାମଲ): ବିଶାଖାପାଟଣାରୁ ଭୁବନେଶ୍ୱର ଯାଉଥିବା ବନ୍ଦେ ଭାରତ ଏକ୍ସପ୍ରେସ ଆଗକୁ ଡେଇଁ ଜଣେ ଯୁବକ ଆତ୍ମହତ୍ୟା କରିଛନ୍ତି। ମୃତକଙ୍କ ପରିଚୟ ଜଣା ପଡ଼ିନାହିଁ।...

୨୦୨୬ ତାମିଲନାଡୁ ନିର୍ବାଚନ: ୩୦%ରୁ ଅଧିକ ଭୋଟ୍ ପାଇବା ନେଇ ବିଜୟଙ୍କ ଦାବି

ଚେନ୍ନାଇ,୨୩।୧୨: ୨୦୨୬ ତାମିଲନାଡୁ ବିଧାନସଭା ନିର୍ବାଚନକୁ ନେଇ ଏବେଠାରୁ ରାଜନୀତି ସରଗରମ ହେବାରେ ଲାଗିଛି। ସୁପରଷ୍ଟାର ବିଜୟଙ୍କ ନୂତନ ରାଜନୈତିକ ଦଳ ‘ତାମିଲଗା ଭେଟ୍ରି କାଝାଗାମ’...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri