ମିଶନ ‘ଗଗନଯାନ’ ପାଇଁ ମନୋନୀତ ହେଲେ ବଲାଙ୍ଗୀରର ଓ୍ବିଙ୍ଗ୍‌ସ କମାଣ୍ଡର ନିଖିଲ ରଥ

ବଲାଙ୍ଗୀର ଅଫିସ,୮ା୮: ଭାରତର ପ୍ରଥମ ମାନବ ଅନ୍ତରୀକ୍ଷ ଯାତ୍ରା କାର୍ଯ୍ୟକ୍ରମ ମିଶନ୍‌ ‘ଗଗନଯାନ’ ପାଇଁ ବଲାଙ୍ଗୀରର ସୁପୁତ୍ର ଓ୍ବିଙ୍ଗସ୍‌ କମାଣ୍ଡର ନିଖିଲ ରଥ ମନୋନୀତ ହୋଇଥିବା ଜଣାପଡ଼ିଛି। ଏହି ମିଶନ୍‌ ପାଇଁ ତାଙ୍କ ନାମ ଶର୍ଟଲିଷ୍ଟ ହୋଇଥିବା ଜାଣିବା ପରେ ଓଡ଼ିଶାର ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ  ଟୁଇଟ୍‌ କରି ନିଖିଲଙ୍କୁ ଅଭିନନ୍ଦନ ଓ ଶୁଭେଚ୍ଛା ଜଣାଇଛନ୍ତି। ଏହି ବହୁପ୍ରତୀକ୍ଷିତ ମିଶନ୍‌ ପାଇଁ ମନୋନୀତ ୪ ପାଇଲଟ୍‌ଙ୍କ ମଧ୍ୟରେ ନିଖିଲ ରହିଛନ୍ତି। ୨୦୨୨ ମସିହାରେ ଭାରତବର୍ଷ ପ୍ରଥମ ମାନବ ଅନ୍ତରୀକ୍ଷ ଯାତ୍ରା କାର୍ଯ୍ୟକ୍ରମ ମିଶନ୍‌ ‘ଗଗନଯାନ’ରେ ଅନ୍ତରୀକ୍ଷକୁ ମାନବ ପଠାଇବ। ଓ୍ବିଙ୍ଗସ୍‌ କମାଣ୍ଡର ନିଖିଲ ଆଗକୁ ଆଉ ବର୍ଷେ କାଳ ଋଷିଆ ତାଲିମ ଗ୍ରହଣ କରିବେ ବୋଲି ରାଜ୍ୟପାଳ ଟୁଇଟ୍‌ କରି ଜଣାଇଛନ୍ତି। ଏହା ସହିତ ଓଡ଼ିଶାର ଉଚ୍ଚଶିକ୍ଷା ମନ୍ତ୍ରୀ ଡ. ଅରୁଣ କୁମାର ସାହୁ ମଧ୍ୟ ନିଖିଲଙ୍କୁ ମିଶନ ‘ଗଗନଯାନ’ ପାଇଁ ମନୋନୀତ ହେବା ଖବରକୁ ନେଇ ଟୁଇଟ୍‌ କରି ନିଖିଲ ଓଡ଼ିଶା ପାଇଁ ଗୌରବ ଆଣିଛନ୍ତି ବୋଲି ଉଲ୍ଲେଖ କରିଛନ୍ତି। ଏହି ଖବର ଜଣାପଡ଼ିବା ପରେ ସାରା ଓଡ଼ିଶାରେ ଖୁସିର ଲହରି ଖେଳିଯାଇଛି। ଭାରତୀୟ ବାୟୁସେନାରେ ଓ୍ବିଙ୍ଗସ୍‌ କମାଣ୍ଡର ଭାବେ କାର୍ଯ୍ୟରତ ନିଖିଲ ରଥ ହେଉଛନ୍ତି ବଲାଙ୍ଗୀର ସହରର ଆଡଭୋକେଟ୍‌ ତଥା ରାଜନେତା ଅଶୋକ ରଥ ଏବଂ ମହିଳା କମିଶନ୍‌ ସଦସ୍ୟା କୁସୁମ ରଥଙ୍କ ସୁପୁତ୍ର।


Enter your email to get our daily news in your inbox.

All Right Reserved By Dharitri.Com

ବାରବାଟୀ-କଟକ ବିଧାନସଭା ଆସନରୁ ନାମାଙ୍କନ ଭରିଲେ ପୂର୍ଣ୍ଣଚନ୍ଦ୍ର ମହାପାତ୍ର

ଭୁବନେଶ୍ୱର,୬।୫: ବାରବାଟୀ-କଟକ ବିଧାନସଭା ଆସନରୁ ଭାଜପା ପ୍ରାର୍ଥୀ ଡା.ପୂର୍ଣ୍ଣଚନ୍ଦ୍ର ମହାପାତ୍ର ସୋମବାର ନାମାଙ୍କନ ପତ୍ର ଦାଖଲ କରିଛନ୍ତି। କଟକ ଚଣ୍ଡୀ ମନ୍ଦିରରେ ପୂଜାର୍ଚ୍ଚନା ପରେ ବିଶାଳ...

ପୋଷ୍ଟାଲ ବାଲଟରେ ନିଜ ପସନ୍ଦର ନେତାଙ୍କୁ ଦେଲେ ଭୋଟ

ରାୟଗଡ଼ା,୬।୫(ଆଶିଷ ରଞ୍ଜନ ପଣ୍ଡା)-୨୦୨୪ ସାଧାରଣ ନିର୍ବାଚନ ପାଇଁ ଆସନ୍ତା ୧୩ ତାରିଖରେ କୋରାପୁଟ ଲୋକ ସଭା ଆସନ ଏବଂ ଏହା ଅଧୀନ ୭ଟି ବିଧାନସଭା ଆସନ...

ସମୀର ଦାଶଙ୍କୁ ନୂଆ ଦାୟିତ୍ୱ ଦେଲା ବିଜେଡି

ଭୁବନେଶ୍ୱର,୬।୫: ଟିକେଟ୍‌ କାଟିବା ପରେ ନିମାପଡା ବିଜେଡି ବିଧାୟକ ସମୀର ଦାଶଙ୍କୁ ସନ୍ତୁଷ୍ଟ କଲା ଦଳ । ୨୦୨୪ ନିର୍ବାଚନ ପାଇଁ ବିଜେଡି ସୁପ୍ରିମୋ ନବୀନ...

ସାଲେପୁର ନାବାଳିକା ବଳାତ୍କାର-ହତ୍ୟା ମାମଲା: ମୃତ୍ୟୁ ଦଣ୍ଡାଦେଶକୁ ଆଜୀବନ କାରାଦଣ୍ଡରେ ବଦଳାଇଲେ ହାଇକୋର୍ଟ 

କଟକ,୬ା୫(କାର୍ତ୍ତିକ ସାହୁ): ସାଲେପୁର ଥାନା ଅଞ୍ଚଳରେ ଘଟିଥିବା ଏକ ନାବାଳିକା ବଳାତ୍କାର ହତ୍ୟା ମାମଲାରେ ତଳକୋର୍ଟ ଦ୍ୱାରା ମୃତ୍ୟୁଦଣ୍ଡ ପାଇଥିବା ଅଭିଯୁକ୍ତଙ୍କ ଦଣ୍ଡକୁ ହାଇକୋର୍ଟ କୋହଳ...

କାଳ ବୈଶାଖୀରେ ଭାଙ୍ଗିଲା ଗଛ: ରାଜପଥରେ ଯାତାୟାତ ବାଧାପ୍ରାପ୍ତ

ମୋରଡ଼ା,୬।୫(ସ୍ମାରକ ମାଜୀ): କାଳ ବୈଶାଖୀ ପ୍ରଭାବରେ ମୟୂରଭଞ୍ଜ ଜିଲା ମୋରଡା ବ୍ଲକ ଅଧୀନ ଚିତ୍ରଡାରେ ଅଞ୍ଚଳରେ ସୋମବାର ରାତି ପ୍ରାୟ ୮ଟାରେ ପ୍ରବଳ ବେଗରେ ପବନ...

ଖୁଣ୍ଟକୁ ପିଟିଲା କାର: ଚାଲିଗଲା ଚାଳକଙ୍କ ଜୀବନ

ଛତ୍ରପୁର,୬।୫(ଦିଲୀପ ସାମଲ): ଗଞ୍ଜାମ ଜିଲା ଚମାଖଣ୍ଡି ଥାନା ଅଧୀନ ଟାଟାଗେଟ୍‌ ନିକଟ ଜାତୀୟ ରାଜପଥ ପାର୍ଶ୍ୱରେ ଥିବା ଖୁଣ୍ଟକୁ ଏକ କାର ଧକ୍କା ଦେଇ ଦୁର୍ଘଟଣା...

ଅଗ୍ନିକାଣ୍ଡରେ ଜଳିଗଲା ୧୦ଲକ୍ଷ ଟଙ୍କାର ସାମଗ୍ରୀ

ବ୍ରହ୍ମପୁର,୬ା୫(ସୁବାସ ଚନ୍ଦ୍ର ପାଢ଼ୀ): ଗୋସାଇଁନୂଆଗାଁ ସାମନ୍ତରାୟ ଏକାଡେମୀ ନିକଟରେ ଥିବା ଏକ ଗୋଦାମରେ ସୋମବାର ଭୟାଭୟ ଅଗ୍ନିକାଣ୍ଡ ଘଟିଛି। ଏଥିରେ ଗୋଦାମରେ ଥିବା ୧୦ ଲକ୍ଷରୁ...

ଘରକୁ ଘର ବୁଲି ନିର୍ବାଚନ ପ୍ରଚାର କଲେ ଭକ୍ତ ଦାସ

କେସିଙ୍ଗା,୬।୫(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଳକର ୯ ପଞ୍ଚାୟତରେ କଂଗ୍ରେସ ବିଧାୟକ ପ୍ରାର୍ଥୀ ଭକ୍ତ ଚରଣ ଦାସ ଜନସମ୍ପର୍କ ପଦଯାତ୍ରା କରିବା ସହ ନିର୍ବାଚନୀ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri