Posted inଖେଳ

ଇଂଲଣ୍ଡର ଲଢ଼ୁଆ ବିଜୟ

ମାଞ୍ଚେଷ୍ଟର,୯।୮(ପି.ଟି.): ସ୍ଥାନୀୟ ଓଲ୍ଡ ଟ୍ରାଫୋର୍ଡ ଗ୍ରାଉଣ୍ଡରେ ଅନୁଷ୍ଠିତ ପ୍ରଥମ କ୍ରିକେଟ ଟେଷ୍ଟ ମ୍ୟାଚ୍‌ରେ ଇଂଲଣ୍ଡ ଭ୍ରମଣକାରୀ ପାକିସ୍ତାନ ବିପକ୍ଷରେ ୩ ଉଇକେଟରେ ରୋମାଞ୍ଚକ ବିଜୟ ହାସଲ କରିଛି। ଏଥିସହ ୩ ମ୍ୟାଚ୍‌ ବିଶିଷ୍ଟ ଏହି ସିରିଜରେ ଇଂଲଣ୍ଡ ୧-୦ରେ ଅଗ୍ରଣୀ ଲାଭ କରିଛି। ଏହି ମ୍ୟାଚରେ ଟସ୍‌ ଜିତି ପାକିସ୍ତାନ ପ୍ରଥମେ ବ୍ୟାଟିଂ କରି ୧୦୯.୩ ଓଭରରେ ସମ୍ମାନଜନକ ୩୨୬ ରନ ସଂଗ୍ରହ କରିଥିଲା। ଜବାବରେ ଇଂଲଣ୍ଡ ପ୍ରଥମ ଇନିଂସରେ ୭୦.୩ ଓଭରରେ ୨୧୯ ରନ କରି ଅଲଆଉଟ ହୋଇଥିଲା। ଫଳରେ ପାକିସ୍ତାନ ୧୦୭ ରନର ଅଗ୍ରଣୀ ହାସଲ କରିଥିଲା। ଏହା ପରେ ଦ୍ୱିତୀୟ ଇନିଂସ ଆରମ୍ଭ କରି ପାକିସ୍ତାନ ୪୬.୪ ଓଭରରେ ୧୬୯ ରନ କରି ଆଉଟ ହୋଇଥିଲା। ଏଥିସହ ଇଂଲଣ୍ଡ ସମ୍ମୁଖରେ ୨୭୭ ରନର ଟାର୍ଗେଟ ଧାର୍ଯ୍ୟ ହୋଇଥିଲା। ଜବାବରେ ଶନିବାର ଚତୁର୍ଥ ଦିବସରେ ଦ୍ୱିତୀୟ ଇନିଂସ ଆରମ୍ଭ କରି ଇଂଲଣ୍ଡ ୮୨.୧ ଓଭରରେ ୭ ଉଇକେଟ ହରାଇ ବିଜୟ ଲକ୍ଷ୍ୟ ହାସଲ କରି ନେଇଥିଲା। ଦ୍ୱିତୀୟ ଟେଷ୍ଟ ୧୩ ତାରିଖରୁ ସାଉଥାମ୍ପଟନରେ ଖେଳାଯିବାର କାର୍ଯ୍ୟକ୍ରମ ରହିଛି।
ଇନିଂସ ଆରମ୍ଭରୁ ଓପନର ରୋରି ବନର୍‌ସ ମାତ୍ର ୧୦ ରନ କରି ମହମ୍ମଦ ଆବାସଙ୍କ ଦ୍ୱାରା ଏଲ୍‌ବିଡବ୍ଲ୍ୟୁ ହୋଇଥିଲେ। ଏହାପରେ ଡୋମିନିକ୍‌ ସିବ୍‌ଲି ୩୬, ଅଧିନାୟକ ଜୋ ରୁଟ୍‌ ୪୨, ଅଲରାଉଣ୍ଡର ବେନ୍‌ ଷ୍ଟୋକ୍ସ ୯, ଓଲି ପୋପ୍‌ ୭ ରନକରି ଆଉଟ ହୋଇଥିଲେ। ୧୧୭ ରନରେ ୫ ଉଇକେଟ ହରାଇ ଇଂଲଣ୍ଡ ବିପଦରେ ପଡିଥିବା ବେଳେ ଷଷ୍ଠ ଉଇକେଟରେ ଜୋସ ବଟଲର ଓ କ୍ରିସ୍‌ ଓ୍ବକ୍ସ ୧୩୯ ରନ ସଂଗ୍ରହ କରି ସ୍ଥିତି ସମ୍ଭାଳିଥିଲେ। ବଟଲର ୭୫, ଷ୍ଟୁଆର୍ଟ ବ୍ରଡ୍‌ ୭ ରନ କରି ଆଉଟ ହୋଇଥିଲେ। ଓ୍ବକ୍ସ ୮୪ ରନ କରି ଅପରାଜିତ ରହିବା ସହ ଦଳକୁ ଜିତାଇଥିଲେ। ବୋଲିଂରେ ପାକିସ୍ତାନ ତରଫରୁ ୟାସିର ଶାହ ସର୍ବାଧିକ ୪ ଉଇକେଟ ଅକ୍ତିଆର କରିଥିଲେ।
ତୃତୀୟ ଦିବସର ଅସମାପ୍ତ ଦ୍ୱିତୀୟ ଇନିଂସ ସ୍କୋର ୧୩୭/୮ରୁ ଖେଳ ଆରମ୍ଭ କରି ପାକିସ୍ତାନ ଶନିବାର ଅଲ୍‌ ଆଉଟ୍‌ ହୋଇଥିଲା। ବୋଲିଂରେ ଇଂଲଣ୍ଡ ତରଫରୁ ବ୍ରଡ ସର୍ବାଧିକ ୩, କ୍ରିସ୍‌ ଓ୍ବକ୍ସ ଓ ବେନ୍‌ ଷ୍ଟୋକ୍ସ ୨ଟି ଲେଖାଏ, ଆର୍ଚର ଓ ଡୋମିନକ ବେସ ଗୋଟିଏ ଲେଖାଏ ଉଇକେଟ ଅକ୍ତିଆର କରିଥିଲେ।
ସଂକ୍ଷିପ୍ତ ସ୍କୋର:
ପାକିସ୍ତାନ ପ୍ରଥମ ଇନିଂସ- ୧୦୯.୩ ଓଭରରେ ୩୨୬।
ଇଂଲଣ୍ଡ ପ୍ରଥମ ଇନିଂସ- ୭୦.୩ ଓଭରରେ ୨୧୯।
ପାକିସ୍ତାନ ଦ୍ୱିତୀୟ ଇନିଂସ- ୪୬.୪ ଓଭରରେ ୧୬୯।
ଇଂଲଣ୍ଡ ଦ୍ୱିତୀୟ ଇନିଂସ- ୮୨.୧ ଓଭରରେ ୨୭୭/୭
(ଓ୍ବକ୍ସ- ୮୪* , ବଟଲର- ୭୫, ୟାସିର- ୪/୯୯)।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଆର୍ଥିକ ସଙ୍କଟରେ ପାକିସ୍ତାନ ହକି ଖେଳାଳି

କରାଚୀ, ୨୧ା୧୨: ପାକିସ୍ତାନ ହକି ଖେଳାଳିମାନେ ଆର୍ଥିକ ସମସ୍ୟା ସହିତ ଜଡ଼ିତ ଅଛନ୍ତି। କାରଣ ସେମାନଙ୍କର ଲକ୍ଷ ଲକ୍ଷ ଟଙ୍କା ବକେୟା ପାଉଣା ପଡ଼ି ରହିଛି।...

ଆଶେସ ଟାଇଟଲ ବଜାୟ ରଖିଲା ଅଷ୍ଟ୍ରେଲିଆ

ଆଡିଲେଡ୍‌,୨୧ା୧୨: ସ୍ଥାନୀୟ ଆଡିଲେଡ୍‌ ଓଭାଲଠାରେ ଚାଲିଥିବା ତୃତୀୟ ଆଶେସ ଟେଷ୍ଟରେ ଇଂଲଣ୍ଡକୁ ୮୨ ରନରେ ହରାଇ ଦେଇଛି ଅଷ୍ଟ୍ରେଲିଆ। ଆଉ ଦୁଇଟି ମ୍ୟାଚ ଖେଳାଯିବାକୁ ବାକି...

IND vs PAK Final: ହାରିଲା ଭାରତ, ଅଣ୍ଡର ୧୯ ଏସିଆ କପ୍ ଜିତିଲା ପାକିସ୍ତାନ

ନୂଆଦିଲ୍ଲୀ,୨୧।୧୨: ଅଣ୍ଡର ୧୯ ଏସିଆ କପରେ ଚାମ୍ପିଅନ୍ ହୋଇଛି ପାକିସ୍ତାନ । ୨୦୨୫ ଅଣ୍ଡର ୧୯ ଏସିଆ କପର ଫାଇନାଲରେ ପାକିସ୍ତାନ ଭାରତକୁ ୧୯୧ ରନରେ...

ବ୍ୟାଟରୁ ବିଜନେସ, କେମିତି ୧୦୦୦କୋଟିର ସାମ୍ରାଜ୍ୟ ଠିଆ କଲେ ବିରାଟ? ଜାଣନ୍ତୁ…

ନୂଆଦିଲ୍ଲୀ,୨୧।୧୨: ଯେତେବେଳେ ବିରାଟ କୋହଲି ପଡ଼ିଆରେ ଚୌକା ଏବଂ ଛକା ମାରିଥାନ୍ତି, ଷ୍ଟାଡିୟମ କରତାଳିରେ ପ୍ରତିଧ୍ୱନିତ ହୋଇଯାଏ। କିନ୍ତୁ ବହୁତ କମ ଲୋକ ଜାଣନ୍ତି ଯେ...

ଶୁବମନ ଗିଲଙ୍କ ସହ ହୋଇଛି ଧୋକା! ଓ୍ବାର୍ଲଡକପ ଟିମ୍‌ରୁ ବାଦ ଦିଆଯିବା ପରେ ଆସିଲା ଆଶ୍ଚର୍ଯ୍ୟଜନକ ତଥ୍ୟ, ଜାଣନ୍ତୁ ସମ୍ପୂର୍ଣ୍ଣ ଖବର

ନୂଆଦିଲ୍ଲୀ,୨୧।୧୨: ଯେତେବେଳେ ବିସିସିଆଇ ସଚିବ ଦେବଜିତ ସାଇକିଆ ୨୦୨୬ ଟି୨୦ ବିଶ୍ୱକପ ପାଇଁ ଟିମ ଇଣ୍ଡିଆ ଘୋଷଣା କରିଥିଲେ, ସେତେବେଳେ ଶୁବମନ ଗିଲଙ୍କ ନାମ ତାଲିକାରେ...

ଟିମ ଇଣ୍ଡିଆ ଜିତି ପାରିବନି ୨୦୨୬ ଟି-୨୦ ବିଶ୍ୱକପ? ଜାଣନ୍ତୁ ୩ ବଡ଼ କାରଣ

ନୂଆଦିଲ୍ଲୀ,୨୧।୧୨: ୨୦୨୬ ଟି୨୦ ବିଶ୍ୱକପ ଫେବୃଆରୀ ଏବଂ ମାର୍ଚ୍ଚରେ ଅନୁଷ୍ଠିତ ହେବ। ବିଶ୍ୱକପର ପ୍ରଥମ ମ୍ୟାଚ ଫେବୃଆରୀ ୭ରେ ଖେଳାଯିବ ଏବଂ ଫାଇନାଲ ମାର୍ଚ୍ଚ ୮ରେ...

ଆଶେସ ବିଜୟ ଲକ୍ଷ୍ୟରେ ଅଷ୍ଟ୍ରେଲିଆ

ଆଡିଲେଡ୍‌,୨୦ା୧୨: ଇଂଲଣ୍ଡର ଦ୍ୱିତୀୟ ଇନିଂସରେ ବିପର୍ଯ୍ୟୟ ପରେ ଅଷ୍ଟ୍ରେଲିଆ ଆଶେସ ସିରିଜ ବିଜୟ ପଥରେ ଅଗ୍ରସର ହେଉଛି। ନାଥାନ ଲିଅନ ଇଂଲଣ୍ଡର ୩ଟି ଉଇକେଟର ପତନ...

ଧୋନି କି ପନ୍ତ ନୁହଁନ୍ତି, ଏହି ଖେଳାଳିଙ୍କୁ ଭାରତର ସର୍ବଶ୍ରେଷ୍ଠ ୱିକେଟକିପର କହିଲେ ରୋହିତ

ମୁମ୍ବାଇ,୨୦।୧୨: ଭାରତର ସର୍ବଶ୍ରେଷ୍ଠ ୱିକେଟକିପର କିଏ? ଏହି ପ୍ରଶ୍ନ ଆସିଲେ ସାଧାରଣତଃ ମହେନ୍ଦ୍ର ସିଂ ଧୋନି କିମ୍ବା ଋଷଭ ପନ୍ତଙ୍କ ନାମ ପ୍ରଥମେ ଆସିଥାଏ। ମାତ୍ର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri