Posted inରାଜ୍ୟ

୩ ଦିନ ପ୍ରବଳ ବର୍ଷିବ: ଦକ୍ଷିଣ ଓଡ଼ିଶାରେ ବନ୍ୟା ହେବାର ଆଶଙ୍କା

ଭୁବନେଶ୍ୱର,୯। ୮(ବ୍ୟୁରୋ): ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ଏକ ଲଘୁଚାପ ସୃଷ୍ଟି ହୋଇଛି। ଏହାର ପ୍ରଭାବରେ ଆସନ୍ତା ୩ ଦିନ ଯାଏ ଦକ୍ଷିଣ ଏବଂ ଆଭ୍ୟନ୍ତରୀଣ ଓଡ଼ିଶାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ। ୯ ତାରିଖରୁ ଦକ୍ଷିଣ ଓଡ଼ିଶାର ଅଧିକାଂଶ ସ୍ଥାନରେ ଏବଂ ଉତ୍ତର ଓଡ଼ିଶାର କେତେକ ସ୍ଥାନରେ ବର୍ଷା ହେବାର ସମ୍ଭାବନା ରହିଛି। କଳାହାଣ୍ଡି, କନ୍ଧମାଳ, ନବରଙ୍ଗପୁର, କୋରାପୁଟ ଏବଂ ଗଜପତି ଜିଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏହି ସମୟରେ ରାୟଗଡ଼ା, ମାଲକାନଗିରି, ଗଞ୍ଜାମ, ବଲାଙ୍ଗୀର ଏବଂ ବରଗଡ଼ ଜିଲାର କେତେକ ସ୍ଥାନରେ ପ୍ରବଳ ବର୍ଷା ହେବ ବୋଲି ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି। ୧୦ ତାରିଖରେ ମଧ୍ୟ ଦକ୍ଷିଣ ଏବଂ ଉତ୍ତର ଓଡ଼ିଶାର ଅଧିକାଂଶ ସ୍ଥାନରେ ପ୍ରବଳ ବର୍ଷା ହେବ। ମାଲକାନଗିରି, କୋରାପୁଟ, ବଲାଙ୍ଗୀର, ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ, ନୂଆପଡ଼ା ଜିଲାର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ରାୟଗଡ଼ା, ନୟାଗଡ଼, ବୌଦ୍ଧ, ଗଜପତି, ବରଗଡ଼ ଜିଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବା ଅନୁମାନ କରି ୟେଲୋଓ୍ବାର୍ନିଂ ଜାରି କରାଯାଇଛି। ୧୧ରେ ମାଲକାନଗରି, କୋରାପୁଟ, ନବରଙ୍ଗପୁର, ନୂଆପଡା ଜିଲାର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ। କଳାହାଣ୍ଡି, କନ୍ଧମାଳ, ବଲାଙ୍ଗୀର, ସୁବର୍ଣ୍ଣପୁର, ବୌଦ୍ଧ, ସମ୍ବଲପୁର ଜିଲାର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ। ଏହି ସମୟରେ ସମୁଦ୍ର ଅଶାନ୍ତ ରହିବ। ମତ୍ସ୍ୟଜୀବୀମାନଙ୍କୁ ସମୁଦ୍ର ଯିବାକୁ ବାରଣ କରାଯାଇଛି। ଲଘୁଚାପ ଯୋଗୁ ଦକ୍ଷିଣ ଓଡ଼ିଶାରେ ପ୍ରବାହିତ ବଂଶଧାରା, ଋଷିକୁଲ୍ୟା ଏବଂ ହାତୀନଦୀରେ ବନ୍ୟା ହେବାର ଆଶଙ୍କା ଥିବାରୁ ଜିଲାପାଳମାନଙ୍କୁ ସତର୍କ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଖୁବଶୀଘ୍ର BSNL ବନ୍ଦ କରିଦେବ ଏହି ସର୍ଭିସ, ଲକ୍ଷଲକ୍ଷ ୟୁଜର୍ସଙ୍କ ଉପରେ ପଡିବ ପ୍ରଭାବ

ନୂଆଦିଲ୍ଲୀ,୨୬।୧୨: ଦେଶର ସରକାରୀ ଟେଲିକମ କମ୍ପାନୀ ଭାରତ ସଞ୍ଚାର ନିଗମ ଲିମିଟେଡ (BSNL) ଏହାର 3G ସେବା ବନ୍ଦ କରିବାକୁ ନିଷ୍ପତ୍ତି ନେଇଛି। ଆଗାମୀ କିଛି...

ସ୍କୁଲ୍‌ ପିଲାଙ୍କ ପାଇଁ ଖୁସିଖବର: ଏଣିକି ଆଉ ଦେବାକୁ ପଡିବନି ବସ୍‌ ଭଡ଼ା

ଭୁବନେଶ୍ୱର,୨୬।୧୨: ରାଜ୍ୟରେ ସ୍କୁଲ ପିଲାଙ୍କ ପାଇଁ ଆରମ୍ଭ ହେବ ମାଗଣା ବସ୍‌ ସେବା। ମୁଖ୍ୟମନ୍ତ୍ରୀ ବସ ସେବା ଯୋଜନାରେ ପିଲାଙ୍କୁ ମାଗଣା ବସ ସେବା ଯୋଗାଇ...

ୟୁନୁସ ସରକାରଙ୍କ କ୍ଲାସ୍‌ ନେଲା ଭାରତ: ଆମେ ଅଣଦେଖା କରିପାରିବୁ ନାହିଁ…

ଢାକା,୨୬।୧୨: ବାଂଲାଦେଶରେ ଚାଲିଥିବା ରାଜନୈତିକ ସଙ୍କଟ ଏବଂ ସଂଖ୍ୟାଲଘୁ ହିନ୍ଦୁଙ୍କ ଉପରେ ଅତ୍ୟାଚାର ସମ୍ପର୍କରେ ଭାରତ ସରକାର ଏକ ବିବୃତ୍ତି ଜାରି କରିଛନ୍ତି। ବୈଦେଶିକ ମନ୍ତ୍ରଣାଳୟର...

ମାତ୍ର ୫୬ ବଲରେ କମାଲ୍‌ କରିଦେଲେ ରିଙ୍କୁ ସିଂ: ଟି-୨୦ ବିଶ୍ୱକପ୍‌ ପୂର୍ବରୁ…

ନୂଆଦିଲ୍ଲୀ,୨୬।୧୨: ବିଜୟ ହଜାରେ ଟ୍ରଫିରେ ଚଣ୍ଡିଗଡ଼ ବିପକ୍ଷରେ ଉତ୍ତର ପ୍ରଦେଶର ଅଧିନାୟକ ରିଙ୍କୁ ସିଂହ ଏକ ଚମତ୍କାର ଶତକ ହାସଲ କରିଥିଲେ। ଏହା ପୂର୍ବରୁ, ୟୁପି...

୨୦୨୬ରେ ତୁଳା ରାଶିରେ ଶନିଙ୍କ ଗୋଚରରେ ହେବ ଧନହାନୀ, ସିଂହ ରାଶି ପାଇବେ ଚାକିରି, ମିଳିବ ବଡ଼ ପଦବୀ!

୨୦୨୬ ତୁଳା ରାଶି ପାଇଁ ସନ୍ତୁଳିତ, ବିଚକ୍ଷଣ ଏବଂ ଜ୍ଞାନୀ ନିଷ୍ପତ୍ତିର ବର୍ଷ ହେବ। ଏହି ବର୍ଷ ଆପଣଙ୍କୁ ଶିଖାଇବ ଯେ ସବୁବେଳେ ଶୀଘ୍ର ନିଷ୍ପତ୍ତି...

କେରଳରେ ଇତିହାସ ରଚିଲା ଭାଜପା: ଘଟିଲା ବଡ଼ ରାଜନୈତିକ ପରିବର୍ତ୍ତନ

ଥିରୁଭାନନ୍ତପୁରମ୍‌,୨୬।୧୨: କେରଳରେ ଭାଜପା ଇତିହାସ ସୃଷ୍ଟି କରିଛି। ଶୁକ୍ରବାର ଭାଜପା ନେତା ଭିଭି ରାଜେଶ ତିରୁଭାନନ୍ତପୁରମର ମେୟର ଭାବରେ ଶପଥ ଗ୍ରହଣ କରି ରାଜ୍ୟ ରାଜନୀତିରେ...

ଫେଲ ମାରିଲା ‘ମେଡ ଇନ ଚାଇନା’! ଥାଇଲ୍ୟାଣ୍ଡ ବିରୋଧରେ ପ୍ରୟୋଗ ସମୟରେ ଫାଟିଲା ରକେଟ ସିଷ୍ଟମ, ୮ ସେନା ମୃତ

ବ୍ୟାଙ୍କକ,୨୬।୧୨: ପାକିସ୍ତାନର ସେନା ମୁଖ୍ୟ ଅସୀମ ମୁନିର ଚାଇନାର JF-17 ଥଣ୍ଡର ଲଢୁଆ ବିମାନ ଲିବିଆକୁ ବିକ୍ରି କରିଥାଇପାରନ୍ତି, କିନ୍ତୁ ବାସ୍ତବତା ହେଉଛି ଚାଇନା ଅସ୍ତ୍ରଶସ୍ତ୍ରର...

ପ୍ରତି ମାସରେ ମହିଳାଙ୍କୁ ମିଳିବ ୧୦୦୦ଟଙ୍କା, ଜାଣନ୍ତୁ କେମିତି କରିବେ ଆବେଦନ

ନୂଆଦିଲ୍ଲୀ,୨୬।୧୨: ଆର୍ଥିକ ଦୃଷ୍ଟିରୁ ଦୁର୍ୱଳ ଏବଂ ବେକାର ମହିଳାମାନଙ୍କୁ ସୁରକ୍ଷିତ ଜୀବନ ପ୍ରଦାନ କରିବା ପାଇଁ, କେରଳ ସରକାର ସ୍ତ୍ରୀ ସୁରକ୍ଷା ଯୋଜନା ଆରମ୍ଭ କରିଛନ୍ତି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri