ଉପଖଣ୍ଡ ରାଜସ୍ବ ସମୀକ୍ଷା ବୈଠକ , ପଟ୍ଟା ଦେବାରେ ଖିଲାପ କଲେ କାର୍ଯ୍ୟାନୁଷ୍ଠାନ

ଛତ୍ରପୁର,୧୯ା୬(ଡି.ଏନ.ଏ)-ଛତ୍ରପୁର ଉପଖଣ୍ଡସ୍ତରୀୟ ରାଜସ୍ବ ସମୀକ୍ଷା ବୈଠକ ମଙ୍ଗଳବାର ସ୍ଥାନୀୟ ସର୍ବଶିକ୍ଷା ଅଭିଯାନ କାର୍ଯ୍ୟାଳୟ ସମ୍ମିଳନୀ ଗୃହରେ ଅନୁଷ୍ଠିତ ହୋଇଯାଇଛି। ଏଥିରେ ଅତିରିକ୍ତ ଜିଲାପାଳ (ରାଜସ୍ବ) ଲକ୍ଷ୍ମୀକାନ୍ତ ସେଠୀ ଅଧ୍ୟକ୍ଷତା କରିଥିଲେ। ଜମିର କିସମ ପରିବର୍ତ୍ତନ ପାଇଁ ମ୍ୟୁଟେଶନ ମାମଲାର ତଦନ୍ତ କରି ଫଇସଲା କରିବା କାମ ଆସନ୍ତା ୧୫ ଦିନ ମଧ୍ୟରେ ସାରିବାକୁ ଅତିରିକ୍ତ ଜିଲାପାଳ ନିର୍ଦ୍ଦେଶ ଦେଇଛନ୍ତି। ଏଥିରେ ଖିଲାପ କଲେ ସମ୍ପୃକ୍ତ ତହସିଲଦାର ଓ ରାଜସ୍ବ ନିରୀକ୍ଷକମାନଙ୍କ ବିରୋଧରେ ଦୃଢ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି କୁହାଯାଇଥିଲା। ଯେଉଁ ବାଲି, ପଥର ସଇରାତର ଲିଜ୍‌ ଅବଧି ସରିବ ସେଗୁଡିକର ପୁଣି ଲିଜ୍‌ ପାଇଁ ପଦକ୍ଷେପ ନେବାକୁ ଅତିରିକ୍ତ ଜିଲାପାଳ ନିର୍ଦ୍ଦେଶ ଦେଇଛନ୍ତି। ଗ୍ରାମ କଣ୍ଟକ ପଟ୍ଟା ଓ ବସୁନ୍ଧରା ଯୋଜନାରେ ବାସହୀନଙ୍କୁ ପଟ୍ଟା ପ୍ରଦାନ ପାଇଁ କୁହାଯାଇଛି। ଏଥିସହ ଜଙ୍ଗଲ ଜମି ଅଧିକାର ଆଇନ୍‌ ବଳରେ ପଟ୍ଟା ପ୍ରଦାନ ପାଇଁ ନିର୍ଦ୍ଦେଶ ଦିଆଯାଇଛି। ଏହି ଉପଖଣ୍ଡ ଅଧିନ ଖଲ୍ଲିକୋଟ, ପୁରୁଷୋତ୍ତମପୁର ଓ ବେଗୁନିଆପଡା ତହସିଲ ଅଧିନରେ ୫୩ ଟି ପଟ୍ଟା ହିତାଧିକାରୀଙ୍କୁ ଦେବା ପାଇଁ ବାକି ରହିଛି। ଏହାକୁ ତ୍ୱରାନ୍ବିତ କରିବାକୁ କୁହାଯାଇଛି। ବୈଠକରେ ଛତ୍ରପୁର ଉପଜିଲାପାଳ ପ୍ରିୟ ରଞ୍ଜନ ପୃଷ୍ଟି, ଡେପୁଟି କଲେକ୍ଟର (ରାଜସ୍ବ) ଦିବ୍ୟଲୋଚନ ମହନ୍ତଙ୍କ ସମେତ ତହସିଲଦାର ମାନେ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଗଟାମାହା ଜଙ୍ଗଲରେ ଅତର୍କିତ ଚଢ଼ାଉ, ଗଞ୍ଜେଇ ଗଛ ପୋଡ଼ିଦେଲା ପୋଲିସ

ଜି.ଉଦୟଗିରି,୨୮/୧୨( ଚିନ୍ମୟ କୁମାର ସେଠୀ): କନ୍ଧମାଳ ଜିଲ୍ଲା ଜି.ଉଦୟଗିରି ପୋଲିସ ଥାନା ଅନ୍ତର୍ଗତ ଗଟାମାହା ଗ୍ରାମ ନିକଟସ୍ଥ ଜଙ୍ଗଲରେ ଗଞ୍ଜେଇ ଚାଷ ହେଉଥିବା ଖବର ପାଇ...

ପିକନିକ୍ ବେଳେ ପାଇନ୍ ବଣରେ ଦୁଇ ଯୁବ ଗୋଷ୍ଠୀ ପିଟାପିଟି, ଲାଠି ଚାଳନା କଲା ପୋଲିସ

ଦାରିଙ୍ଗବାଡି, ୨୮/୧୨ (ଅରୁଣ ସାହୁ ): ବର୍ଷର ଶେଷ ରବିବାର ରହିଥିବାରୁ ଦାରିଙ୍ଗବାଡିରେ ପର୍ଯ୍ୟଟକଙ୍କ ଭିଡ଼ ଦେଖିବାକୁ ମିଳିଛି । ତେବେ ଦାରିଙ୍ଗବାଡିର ଡ଼ୁଲୁରୀ ପାଇନ...

ସ୍କୁଟି ଆରୋହୀଙ୍କ ଉପରେ ଚଢ଼ିଗଲା ୧୦ ଚକିଆ ଟ୍ରକ, ଟାୟାର ଜାଳି ରାସ୍ତାକୁ ଓହ୍ଲାଇଲେ ଲୋକେ

ବଲାଙ୍ଗିର,୨୮ା୧୨: – ବଲାଙ୍ଗିର ୨୬ନମ୍ୱର୍ ଜାତୀୟ ରାଜପଥ ଶାସ୍ତ୍ରୀ ନଗର ଛକରେ ସଡ଼କ ଦୁର୍ଘଟଣା ହୋଇଛି ।୧୦ଚକିଆ ମାଲ ବୋଝେଇ ଟ୍ରକ ଜଣେ ସ୍କୁଟି ଆରୋହୀ...

ଜିଲା ବିଜେଡି ପାଇଁ ୫୧ କର୍ମକର୍ତ୍ତାଙ୍କ ନାଁ ଘୋଷଣା: ୧୪ ବରିଷ୍ଠ ନେତା ହେଲେ ଉପସଭାପତି

କେନ୍ଦୁଝର,୨୮ା୧୨(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ବିଜୁ ଜନତା ଦଳର ନୂତନ କର୍ମକର୍ତ୍ତାଙ୍କ ନାମ ଘୋଷିତ ହୋଇଛି। ଜିଲା ସଭାପତି ଆଶିଷ ଚକ୍ରବର୍ତ୍ତୀଙ୍କ ଅନୁମୋଦନ କ୍ରମେ...

ବୁଦ୍ଧଖୋଲ ଚଳଚଞ୍ଚଳ: ବଣଭୋଜି ପାଇଁ ଜମୁଛି ପର୍ଯ୍ୟଟକଙ୍କ ଭିଡ଼

ବୁଗୁଡ଼ା,୨୮ା୧୨(କାଳିଚରଣ ଦାଶ): ପ୍ରସିଦ୍ଧ ଐତିହାସିକ ଶୈବପୀଠ ତଥା ପର୍ଯ୍ୟଟନସ୍ଥଳୀ ବୁଦ୍ଧଖୋଲ ପାଦଦେଶ ଏବେ ବଣଭୋଜି କରିବା ପାଇଁ ପ୍ରକୃଷ୍ଟ ସ୍ଥଳ ପାଲଟି ଥିବାରୁ ଏହା ଚଳଚଞ୍ଚଳ...

ଶ୍ୱଶୁର ଘରୁ ଫେରିବା ବେଳେ ବାଟରେ ବିଷ ଖାଇ ସ୍ୱାମୀ ମୃତ-ସ୍ତ୍ରୀ ଗୁରୁତର, ରାତିସାରା ଜଙ୍ଗଲରେ ଜଗି ରହିଲା ୫ ବର୍ଷର ପୁଅ

ଦେବଗଡ,୨୮|୧୨(ଶଶାଙ୍କ ଶେଖର ଝାଙ୍କର): ପାରିବାରିକ କଳହର କରୁଣ ପରିଣତି । ନିଛାଟିଆ ଜଙ୍ଗଲ ଭିତରେ ବିଷ ପିଇ ସ୍ୱାମୀର ମୃତ୍ୟୁ ହୋଇଥିବା ବେଳେ ସ୍ତ୍ରୀ ଗୁରୁତର...

ରାଜଧାନୀରେ ହେବ ପଟେଲ ଭବନ, କୁର୍ମୀ କ୍ଷତ୍ରିୟ ପ୍ରଦେଶ ସଂସ୍ଥା ମହାଧିବେଶନ ଉଦଯାପିତ

ଭଞ୍ଜନଗର,୨୮/୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲ୍ଲା ଭଞ୍ଜନଗର ବ୍ଲକ ତିଳିସିଙ୍ଗିରେ ଆଜକୁ ୪ ଦିନ ଧରି ଚାଲିଥିବା କୁର୍ମୀ କ୍ଷତ୍ରିୟ ପ୍ରଦେଶ ସଂସ୍ଥାର ମହାଧିବେଶନ ରବିବାର ଉଦଯାପିତ...

କାମରେ ଆସୁନି ସୁଲଭ ଶୌଚାଳୟ, ୫ ଲକ୍ଷ ଟଙ୍କା ବିନିମୟରେ…

ମୋହନା,୨୮ା୧୨(ମନ୍ମଥ ମିଶ୍ର): ଗଜପତି ଜିଲାର ମୋହନା ଏକ ଆଦିବାସୀ ଅଧ୍ୟୁଷିତ ଅଞ୍ଚଳ ଭାବେ ବେଶ ପରିଚିତ। ୩୯ଟି ପଞ୍ଚାୟତକୁ ନେଇ ମୋହନା ବ୍ଲକ ବାଣିଜ୍ୟ ବ୍ୟବସାୟର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri