ମୁମ୍ବାଇରେ ଦାଦନ ଶ୍ରମିକଙ୍କ ମୃତ୍ୟୁ

ପାତ୍ରପୁର,୯ା୮(ଡି.ଏନ୍‌.ଏ.)- ଗଞ୍ଜାମ ଜିଲା ପାତ୍ରପୁର ବ୍ଲକ ଭୀମପୁର ଗ୍ରାମର ଜଣେ ଦାଦନ ଶ୍ରମିକଙ୍କ ମୁମ୍ବାଇରେ ମୃତ୍ୟୁ ଘଟିଛି। ସେ ହେଲେ ଲୋକନାଥ ସାହୁ (୫୫)। ଲୋକନାଥ ମୁମ୍ବାଇରେ ପରିବାର ସହ ରହୁଥିଲେ। ଗତ ୬ ତାରିଖରେ ଅସୁସ୍ଥତା ଯୋଗୁ ତାଙ୍କର ମୃତ୍ୟୁ ହୋଇଥିଲା। ମୃତ୍ୟୁ ପରେ ସ୍ବାବ୍‌ ପରୀକ୍ଷା କରାଯାଇଥିବା ବେଳେ ୭ ତାରିଖରେ ରିପୋର୍ଟ ନେଗେଟିଭ ଆସିଥିଲା। ସେଠାରେ ମୃତଦେହ ସଂସ୍କାର କରି ସ୍ତ୍ରୀ, ପୁଅ, ଭାଇ ପ୍ରମୁଖ ୭ରୁ ଊର୍ଦ୍ଧ୍ୱ ବ୍ୟକ୍ତି ଶନିବାର ଟ୍ରେନ୍‌ ଯୋଗେ ଗାଁକୁ ଆସିଛନ୍ତି। କ୍ୱାରାଣ୍ଟାଇନ୍‌ ସେଣ୍ଟରରେ ନ ରହି ସମସ୍ତେ ଘରେ ଅଛନ୍ତି। ଲୋକନାଥଙ୍କ ମୃତ୍ୟୁ ଖବର ପାଇ ବନ୍ଧୁ ପରିଜନ ମଧ୍ୟ ଘରକୁ ଆସୁଛନ୍ତି। କରୋନା ହଟ୍‌ସ୍ପଟ୍‌ ମୁମ୍ବାଇରୁ ପରିବାର ଲୋକେ ଆସିଥିବାରୁ ଗ୍ରାମବାସୀ ଭୟଭୀତ ହୋଇପଡିଛନ୍ତି।
ତେବେ ଏ ନେଇ ସରପଞ୍ଚ କିମ୍ବା ଅନ୍ୟ କେହି ଅବଗତ କରାଇ ନାହାନ୍ତି ବୋଲି ବିଡିଓ ପ୍ରକାଶ ଚନ୍ଦ୍ର ଦାସ କହିଛନ୍ତି। ଏବେ ଖବର ପାଇଲୁ, ତୁରନ୍ତ ସେମାନଙ୍କ ସ୍ବାବ୍‌ ପରୀକ୍ଷା କରାଯିବ ବୋଲି ସେ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆସିଲା ନିଷ୍ପତ୍ତି: ରବି ଚାଷ ପାଇଁ ଘୋଡ଼ାହାଡ଼ ଡ଼୍ୟାମରୁ …

ଦିଗପହଣ୍ଡି,୧୯।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଖମାରିି ଗାଁ ନିକଟ ଘୋଡ଼ାହାଡ଼ ଡ଼୍ୟାମରୁ ରବି ଚାଷ ନିମନ୍ତେ ପାଣି ଛଡାଯିବା ପାଇଁ ନିଷ୍ପତ୍ତି...

ସଶକ୍ତ ସମୃଦ୍ଧ କରିବା କେବିକେର ଲକ୍ଷ

ଭଞ୍ଜନଗର,୧୯।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କୃଷି ବିଜ୍ଞାନ କେନ୍ଦ୍ରରେ ଶୁକ୍ରବାର ଜିଲାର ଅଗ୍ରଣୀ ଚାଷୀ ଏବଂ କୃଷକ ଉତ୍ପାଦକ ସଂଘର କର୍ମକର୍ତ୍ତାମାନଙ୍କୁ ନେଇ ଏକ...

ଭୋଜି ସାରି ଫେରୁଥିଲେ, ମୁହାଁମୁହିଁ ହେଲା ୨ ବାଇକ୍‌, ଆଉ ତା’ ପରେ…

ଭଞ୍ଜନଗର,୧୯ା୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଜଳଭଣ୍ଡାର ସେତୁ ନିକଟରେ ଶୁକ୍ରବାର ଅପରାହ୍ନରେ ଦୁଇ ବାଇକ୍‌ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଛି। ଏଥିରେ ବାସୁ ଦାସ...

ପୁରୁଷୋତ୍ତମପୁର ସବ୍‌-ରେଜିଷ୍ଟ୍ରାର ଅଫିସରେ ଜମି ଦୁର୍ନୀତି ଘଟଣା: କାର୍ଯ୍ୟାନୁଷ୍ଠାନ ଲାଗି ଅତିରିକ୍ତ ଜିଲାପାଳଙ୍କୁ ସ୍ମାରକପତ୍ର

ପୁରୁଷୋତ୍ତମପୁର,୧୯ା୧୨(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ସବ୍‌ରେଜିଷ୍ଟ୍ରାର ଅଫିସରେ ଜମି ଦୁର୍ନୀତି ଘଟି ଜମିର ପ୍ରକୃତ ମାଲିକଙ୍କ ମୃତ୍ୟୁ ଘଟିଥିବା ସତ୍ତ୍ବେ ଅନ୍ୟ ଜଣେ ବ୍ୟକ୍ତି...

ବିଜେଡି ନେତାଙ୍କ ମେଳିକୁ ନେଇ ପ୍ରଶ୍ନ କରିବାରୁ ଚିହିଁକି ଉଠିଲେ ନେତା: କହିଲେ କେହି ବଙ୍କା କରିପାରିବେ…

ଭୁବନେଶ୍ୱର,୧୯।୧୨: ବିଜେଡି ନେତାଙ୍କ ମେଳିକୁ ନେଇ ପ୍ରଶ୍ନ ପଚାରିବାରୁ ଚିହିଁକି ଉଠିଲେ ରାଜେନ୍ଦ୍ର। ସାମ୍ବାଦିକଙ୍କ ପ୍ରଶ୍ନରେ ପୂର୍ବତନ ବିଧାୟକ ରାଜେନ୍ଦ୍ର ସାହୁ ଚିହିଁକି ଉଠିଛନ୍ତି। ଖରାପ...

୯ ଦଫା ଦାବି ନେଇ ଗଣଧାରଣା ଦେଲେ ପାଚିକା ସଂଘ, ଦରମା ବୃଦ୍ଧି ନ ହେଲେ…

କେସିଙ୍ଗା,୧୯ା୧୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକର ପାଚିକା ଓ ସହାୟିକା ମଜଦୁର ସଂଘ ସଭାନେତ୍ରୀ ରଶ୍ମିତା ହେର୍ନାଙ୍କ ନେତୃତ୍ୱରେ ୯ ଦଫା ଦାବି ନେଇ...

ପୁରୁଷୋତ୍ତମପୁର ତହସିଲଦାର ଭାବେ ଯୋଗଦେଲେ ମୃଣାଳିକା ରାଠୋର, ପ୍ରତିଶ୍ରୁତି ଦେଇ କହିଲେ…

ପୁରୁଷୋତ୍ତମପୁର,୧୯ା୧୨(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁରରେ ନୂତନ ତହସିଲଦାର ଭାବରେ ୨୦୨୪ ବ୍ୟାଚ୍‌ର ପ୍ରୋବେସନ ଆଇଏଏସ୍‌ ଅଫିସର ମୃଣାଳିକା ରାଠୋର ଶୁକ୍ରବାର ଦାୟିତ୍ୱ ଗ୍ରହଣ କରିଛନ୍ତି।...

ଆର୍‌ଟିଓ ଅଫିସ ନିକଟରେ ବ୍ରେକ୍‌ ଫେଲ୍‌ ହେଲା ମିନି ଟ୍ରକ୍‌, ୨ କାର୍‌ ସହ ୧୦ରୁ ଊର୍ଦ୍ଧ୍ୱ ବାଇକ୍‌ ନଷ୍ଟ

କୋରାପୁଟ,୧୯ା୧୨(ଅମିତାଭ ବେହେରା): କୋରାପୁଟ ଆରଟିଓ କାର୍ଯ୍ୟାଳୟ ନିକଟରେ ଏକ ମିନି ଟ୍ରକ୍‌ ବ୍ରେକ୍‌ ଫେଲ ହୋଇ ଘଟିଛି ସିରିଜ୍‌ ଦୁର୍ଘଟଣା। ୨ କାର୍‌ ସହ ୧୦...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri