Posted inଖେଳ

ଆଉ ଅପେକ୍ଷା କରି ହେଉନାହିଁ, କାହିଁକି ଏମିତି କହିଲେ କୋହଲି

ଭାରତୀୟ କ୍ରିକେଟ ଦଳର ଅଧିନାୟକ ବିରାଟ କୋହଲି ଦେଶ ପାଇଁ ଖେଳିବାବେଳେ ଅନେକ ଐତିହାସିକ ବିଜୟ ହାସଲ କରିଛନ୍ତି। କିନ୍ତୁ ଆଇପିଏଲରେ ତାଙ୍କ ଅଧିନାୟିକତ୍ୱରେ ରୟାସ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ(ଆରସିବି) ଏପର୍ଯ୍ୟନ୍ତ ସେତେଟା ଆଖିଦୃଶିଆ ପ୍ରଦର୍ଶନ କରିପାରି ନାହିଁ। ଦଳ ଏପର୍ଯ୍ୟନ୍ତ ଗୋଟିଏ ଟାଇଟଲ ଜିତିବାରେ ସକ୍ଷମ ହୋଇ ନାହିଁ। ଏହା ସତ୍ତ୍ୱେ କୋହଲି ସର୍ବଦା କହିଛନ୍ତି ଯେ ସେ ଏହି ଦଳ ଛାଡିବାକୁ ଚାହାଁନ୍ତି ନାହିଁ। ଆଇପିଏଲ ଆରମ୍ଭ ହେବା ପୂର୍ବରୁ କୋହଲି ଏକ ଭିଡିଓ ଶେୟାର କରି ପ୍ରଶଂସକମାନଙ୍କୁ ପୁଣିଥରେ କହିଛନ୍ତି ଯେ ଆରସିବି ତାଙ୍କ ପାଇଁ କେତେ ଗୁରୁତ୍ୱପୂର୍ଣ୍ଣ।

କୋହଲି ଇନଷ୍ଟାଗ୍ରାମରେ ଶେୟାର କରିଥିବା ଭିଡିଓରେ ଆରସିବିରେ ତାଙ୍କର ଯାତ୍ରା ଦେଖାଯାଇଛି। ଭିଡିଓରେ କୋହଲି ଏବଂ ତାଙ୍କ ଦଳର ପରିବର୍ତ୍ତନ ବର୍ଷକୁ ବର୍ଷ ଦେଖାଯାଇଥିଲା। ଅନେକ ଥର ଡ୍ରେସିଂ ରୁମରେ ମଜା କରୁଥିବା ମଧ୍ୟ ଦେଖିବାକୁ ମିଳିଥିଲା। ଆରସିବିରେ ଏକାଠି ଖେଳିବାବେଳେ ବିରାଟ କୋହଲି ଏବଂ ଏବି ଡି ଭିଲିୟର୍ସଙ୍କର ବନ୍ଧୁତା ଥିଲା, ଯାହା ଆଜି ବହୁତ ଶକ୍ତିଶାଳୀ ହୋଇଛି। ଭିଡିଓରେ ସେମାନଙ୍କର ବନ୍ଧୁତ୍ୱର କିଛି ମୁହୂର୍ତ୍ତ ମଧ୍ୟ ଦେଖାଯାଇଥିଲା। ଭିଡିଓରେ କୋହଲି କହିଛନ୍ତି, ‘ଥରେ ସେ ବେଙ୍ଗାଲୁରୁ ଦଳକୁ ଆସିବା ପରେ ସେ ଆଉ ଛାଡିବାକୁ ଚାହାଁନ୍ତି ନାହିଁ। ଡି ଭିଲିୟର୍ସ ସବୁଦିନ ପାଇଁ ଏଠାରେ ରହିବାକୁ ଚାହାଁନ୍ତି। କୋହଲି ଭିଡିଓର କ୍ୟାପସନରେ ଲେଖିଛନ୍ତି, ବିଶ୍ୱସ୍ତତା ସବୁଠୁ ଊର୍ଦ୍ଧ୍ୱରେ, ଆଇପିଏଲ ପାଇଁ ଆଉ ଅପେକ୍ଷା କରିହେବ ନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

କୋସଲୀ ସାଂସ୍କୃତିକ ମହୋତ୍ସବ ଆରମ୍ଭ

ନୂଆପଡ଼ା,୨୦ା୧୨ (ମକାରୁ ବେମାଲ): ନୂଆପଡ଼ା ପୋଲିସ ପଡ଼ିଆ ରଙ୍ଗମଞ୍ଚଠାରେ କୋସଲୀ ସାଂସ୍କୃତିକ ମହୋତ୍ସବ ଉଦ୍‌ଘାଟିତ ହୋଇଯାଇଛି। ଅନୁଷ୍ଠାନର ସଭାପତି ସୁରଜିତସିଂ ମହାରଥାଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଉଦ୍‌ଘାଟନୀ...

ଶୀତରେ ଥରୁଛି କଳାହାଣ୍ଡି

ଭବାନୀପାଟଣା,୨୦ା୧୨(ଉତ୍ତମ କୁମାର ଦାଶ)- ସାରା ରାଜ୍ୟରେ ଶୀତର ପ୍ରକୋପ ଜାରି ରହିଛି। ଆହୁରି ସପ୍ତାହେ ଧରି ଏଭଳି ସ୍ଥିତି ଜାରି ରହିବ ବୋଲି ପାଣିପାଗ ବିଭାଗ...

ଆଶେସ ବିଜୟ ଲକ୍ଷ୍ୟରେ ଅଷ୍ଟ୍ରେଲିଆ

ଆଡିଲେଡ୍‌,୨୦ା୧୨: ଇଂଲଣ୍ଡର ଦ୍ୱିତୀୟ ଇନିଂସରେ ବିପର୍ଯ୍ୟୟ ପରେ ଅଷ୍ଟ୍ରେଲିଆ ଆଶେସ ସିରିଜ ବିଜୟ ପଥରେ ଅଗ୍ରସର ହେଉଛି। ନାଥାନ ଲିଅନ ଇଂଲଣ୍ଡର ୩ଟି ଉଇକେଟର ପତନ...

୩ ଜିଲାକୁ ଘନ କୁହୁଡ଼ି ଓ୍ବାର୍ନିଂ: ୭ଦିନ ଯାଏଁ…ଜି. ଉଦୟଗିରିରେ…

ଭୁବନେଶ୍ୱର, ୨୦ା୧୨(ବନ୍ଦନା ସେଠୀ) – ସାରା ରାଜ୍ୟରେ ଶୀତ ଲହରି ଜନଜୀବନକୁ ପ୍ରଭାବିତ କରୁଛି। ପାରଦ ତଳମୁହଁା ରହିଥିବାବେଳେ କେତେକ ଜିଲାରେ ଘନ କୁହୁଡ଼ି ଦେଖିବାକୁ...

ନୋରା ଫତେହିଙ୍କ କାର ଦୁର୍ଘଟଣା: ମଦ୍ୟପ ଚାଳକଙ୍କ ଧକ୍କାରେ…

ମୁମ୍ବାଇ,୨୦।୧୨: ଲୋକପ୍ରିୟ ବଲିଉଡ ଅଭିନେତ୍ରୀ ତଥା ନୃତ୍ୟଶିଳ୍ପୀ ନୋରା ଫତେହି ଶନିବାର ମୁମ୍ବାଇରେ ଏକ ସଡ଼କ ଦୁର୍ଘଟଣାର ସମ୍ମୁଖୀନ ହୋଇଛନ୍ତି। ବିଶ୍ୱପ୍ରସିଦ୍ଧ ମ୍ୟୁଜିକ୍ ପ୍ରୋଗ୍ରାମ ‘ସୁନବର୍ଣ୍ଣ...

ଇସ୍ରୋର ବଡ଼ ପଦକ୍ଷେପ: ଗଗନୟାନ ମିଶନ ପାଇଁ ସଫଳ ହେଲା ପାରାଚ୍ୟୁଟ୍‌ ପରୀକ୍ଷା

ନୂଆଦିଲ୍ଲୀ,୨୦ା୧୨: ମହାକାଶକୁ ଭାରତର ପ୍ରଥମ ମାନବ ପ୍ରେରଣ ଦିଗରେ ଶନିବାର ଆଉ ଏକ ବଡ଼ ପଦକ୍ଷେପ ସଫଳ ହୋଇଛି। ଭାରତୀୟ ମହାକାଶ ଗବେଷଣା ସଂଗଠନ (ଇସ୍ରୋ)...

ଟ୍ୟୁଶନରୁ ଫେରୁଥିବା ବେଳେ ନାବାଳିକାଙ୍କୁ ଟେକିନେଇ ବଳାତ୍କାର ପରେ ଫିଙ୍ଗି ଚାଲିଯାଇଥିଲେ, ଅଭିଯୁକ୍ତଙ୍କୁ ୨୦ ବର୍ଷ…

ଗଜପତି,୨୦।୧୨(ଗିରିଧାରୀ ପରିଚ୍ଛା)- ଏକ ଅପହରଣ ଓ ବଳାତ୍କାର ମାମଲାର ବିଚାର କରି ଅତିରିକ୍ତ ଜିଲ୍ଲା ସେସନ ଜର୍ଜ ବିଭୁ ପ୍ରସାଦ ପଣ୍ଡା ପୋକ୍ସୋ ଆକ୍ଟର ଧାରା...

ଅଣ୍ଡା ଖାଇଲେ ହେବେ କି କ୍ୟାନ୍ସର ? ସ୍ପଷ୍ଟୀକରଣ ଦେଲା FSSAI

ନୂଆଦିଲ୍ଲୀ,୨୦।୧୨: ଦେଶରେ ବିକ୍ରି ହେଉଥିବା ଅଣ୍ଡା ସମ୍ପୂର୍ଣ୍ଣ ସୁରକ୍ଷିତ। ଏଥିରେ କ୍ୟାନ୍ସର ସୃଷ୍ଟିକାରୀ ଉପାଦାନ ଥିବା ନେଇ ଚର୍ଚ୍ଚା ହେଉଥିବା ଖବରକୁ ଭାରତୀୟ ଖାଦ୍ୟ ସୁରକ୍ଷା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri