Posted inଖେଳ

ମନ୍‌ଦୀପ ସିଂଙ୍କୁ କରୋନା

ନୂଆଦିଲ୍ଲୀ,୧୧ା୮(ପି.ଟି.)-ଭାରତୀୟ ହକି ଟିମ୍‌ ଫରଓ୍ବାର୍ଡ ମନ୍‌ଦୀପ ସିଂଙ୍କର କୋଭିଡ୍‌-୧୯ ଟେଷ୍ଟରେ ପଜିଟିଭ୍‌ ଆସିଛି। କରୋନରେ ସଂକ୍ରମିତ ହେବାରେ ସେ ୬ଷ୍ଠ ଜାତୀୟ ଖେଳାଳି। ସ୍ପୋଟର୍‌ସ ଅଥରିଟି ଅଫ୍‌ ଇଣ୍ଡିଆ(ସାଇ) ତରଫରୁ ସୋମବାର ଏହା ଘୋଷଣା କରାଯାଇଛି। ଜଳନ୍ଧରର ଏହି ୨୫ ବର୍ଷୀୟ ଖେଳାଳିଙ୍କ ନିକଟରେ କୌଣସି ଲକ୍ଷଣ ଦେଖାଯାଇ ନ ଥିଲା। ବେଙ୍ଗାଲୁରୁରେ ସେ ଅନ୍ୟ ୫ ପଜିଟିଭ୍‌ ଖେଳାଳିମାନଙ୍କ ସହ ଡାକ୍ତରଙ୍କ ଦ୍ୱାରା ଚିକିତ୍ସିତ ହେଉଛନ୍ତି। ସାଇ ସେଣ୍ଟରରେ ଅଗଷ୍ଟ ୨୦ରେ ଜାତୀୟ କ୍ୟାମ୍ପ ଆରମ୍ଭ ହେବା କାର୍ଯ୍ୟକ୍ରମ ରହିଛି। ବେଙ୍ଗାଲୁରୁସ୍ଥିତ ସାଇର ନ୍ୟାଶନାଲ ସେଣ୍ଟର ଅଫ୍‌ ଏକ୍ସଲେନ୍ସଠାରେ ଜାତୀୟ କ୍ୟାମ୍ପ ଆୟୋଜନ କରାଯାଇଛି। ସେଠାରେ ଭାରତୀୟ ପୁରୁଷ ହକି ଦଳର ମନଦୀପ ସିଂଙ୍କ ସମେତ ଅନ୍ୟ ୨୦ ଜଣ ଖେଳାଳିଙ୍କ କୋଭିଡ୍‌ ଟେଷ୍ଟ (ଆରଟି ପିସିଆର୍‌) ହୋଇଥିଲା। ଏକ ମାସ ଛୁଟି କଟାଇ ଫେରିବା ପରେ ଖେଳାଳିମାନଙ୍କର କୋଭିଡ୍‌-୧୯ ଟେଷ୍ଟ ହୋଇଥିଲା। ଗତ ସପ୍ତାହରେ ଭାରତୀୟ ଅଧିନାୟକ ମନପ୍ରୀତ ସିଂ ଓ ଅନ୍ୟ ୪ ଖେଳାଳି ଡିଫେଣ୍ଡର, ସୁରେନ୍ଦ୍ର କୁମାର, ଜସ୍କରନ ସିଂ, ଡ୍ରାଗ୍‌ ଫ୍ଲିକର ବରୁଣ କୁମାର ଏବଂ ଗୋଲକିପର କ୍ରିଶନ ବାହାରଦୁର ପାଠକ ପ୍ରମୁଖଙ୍କ ଫଳାଫଳ ପଜିଟିଭ ଆସିଥିଲା। ସାଇ ଡାକ୍ତରମାନଙ୍କ କହିବା ଅନୁସାରେ ସମସ୍ତ ଖେଳାଳିଙ୍କ ନିକଟରେ ସାମାନ୍ୟ ଲକ୍ଷଣ ପ୍ରକାଶ ପାଇଥିଲା। ବେଙ୍ଗାଲୁରୁସ୍ଥିତ ନ୍ୟାଶନାଲ ସେଣ୍ଟର ଅଫ୍‌ ଏକ୍ସଲେନ୍ସଠାରେ ସେମାନଙ୍କୁ ଚିକିତ୍ସିତ କରାଯାଇଛି। ସେମାନଙ୍କ ସ୍ବାସ୍ଥ୍ୟାବସ୍ଥା ଭଲ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ବିଜୟ ହଜାରେ ଟ୍ରଫି ଖେଳିବେ ବିରାଟ କୋହଲି, ରୋହିତ ଶର୍ମା: ପ୍ରତି ମ୍ୟାଚ୍ ପାଇଁ କେତେ ଟଙ୍କା ପାଇବେ ?

ମୁମ୍ବାଇ,୨୩।୧୨: ଭାରତୀୟ କ୍ରିକେଟର ଦୁଇ ମହାରଥୀ ବିରାଟ କୋହଲି ଏବଂ ରୋହିତ ଶର୍ମା ଚଳିତ ବିଜୟ ହଜାରେ ଟ୍ରଫିରେ ନିଜ ନିଜର ଘରୋଇ ଦଳ ପକ୍ଷରୁ...

ଫସିଗଲେ କପିଲ ଶର୍ମା: ମାମଲା ରୁଜୁ

ଫସିଯାଇଛନ୍ତି କମେଡି କିଙ୍ଗ କପିଲ ଶର୍ମା। ତାଙ୍କ ଶୋ ‘ଦି ଗ୍ରେଟ ଇଣ୍ଡିଆନ କପିଲ ଶୋ’ ପୁଣିଥରେ ଚର୍ଚ୍ଚାରେ। ନୂତନ ସିଜିନର ପ୍ରଥମ ଏପିସୋଡରେ ପ୍ରିୟଙ୍କା...

ଶୀତଦିନେ ବ୍ରଏଲର କୁକୁଡ଼ାର ନିଅନ୍ତୁ ବିଶେଷ ଯତ୍ନ: ଅବହେଳା କଲେ ହୋଇପାରେ ବଡ଼ ଆର୍ଥିକ କ୍ଷତି

ଭୁବନେଶ୍ୱର,୨୩।୧୨: ଓଡ଼ିଶାରେ ଶୀତର ପ୍ରକୋପ ବଢ଼ୁଥିବା ବେଳେ ବ୍ରଏଲର କୁକୁଡ଼ା ଚାଷୀଙ୍କ ପାଇଁ ସତର୍କତା ଜାରି କରାଯାଇଛି। ଅତ୍ୟଧିକ ଥଣ୍ଡା ଯୋଗୁଁ କୁକୁଡ଼ାଙ୍କ ଶାରୀରିକ ଅଭିବୃଦ୍ଧି...

ବିଜୁଙ୍କୁ ମିଳିଲା ଆଜୀବନ କାରାଦଣ୍ଡ: ଅଢେଇ ବର୍ଷ ତଳେ…

ବ୍ରହ୍ମପୁର, ୨୩/୧୨(ସୁବାସ ଚନ୍ଦ୍ର ପାଢ଼ୀ): ଜିଲା ଜଜ ଅଶାନ୍ତ କୁମାର ଦାସ ମଙ୍ଗଳବାର ଏକ ହତ୍ୟା ମାମଲାର ଚୂଡାନ୍ତ ରାୟ ପ୍ରକାଶ କରିଛନ୍ତି। ଅଭିଯୁକ୍ତଙ୍କୁ ଦୋଷୀ...

ଓଡ଼ିଶାରେ ବଢୁଛି ଶୀତର ପ୍ରକୋପ: ୩ ଦିନରେ ଏସବୁ ଜିଲାରେ ହ୍ରାସ ପାଇବ ପାରଦ

ଭୁବନେଶ୍ୱର,୨୩।୧୨: ରାଜ୍ୟରେ ଶୀତର ଲହରି ଜାରି ରହିଥିବା ବେଳେ ରାଜଧାନୀ ଭୁବନେଶ୍ୱର ସମେତ ବିଭିନ୍ନ ସହରର ତାପମାତ୍ରା ଗତ ୩ ଦିନ ମଧ୍ୟରେ ଗୁରୁତର ଭାବେ...

ଚାଷୀଙ୍କୁ ଶୋଷଣ ଚଳିବ ନାହିଁ, ନଚେତ୍‌ ନିଆଁ ଜଳିବ: ପ୍ରଦୀପ ମାଝୀ

ଝରିଗାଁ, ୨୩।୧୨ (କିଶୋର ଚନ୍ଦ୍ର ମଣ୍ଡଳ):ନବରଙ୍ଗପୁର ଜିଲାର ଝରିଗାଁ, ଉମରକୋଟ ଓ ରାଇଘର, ଚନ୍ଦାହାଣ୍ଡି ବ୍ଲକ ଠାରେ ଚାଷୀ ମହାସଂଘ ପକ୍ଷରୁ ବ୍ଳକ ବନ୍ଦ କରାଯାଇଛି।...

କେନ୍ଦ୍ରାପଡ଼ାରେ ନାବାଳିକାଙ୍କ ସହ ଘଟିଗଲା ଏପରି ଅଘଟଣ: କଡା ଚେତାବନୀ ଦେଲେ ଉପମୁଖ୍ୟମନ୍ତ୍ରୀ

କେନ୍ଦ୍ରାପଡା,୨୩।୧୨: କେନ୍ଦ୍ରାପଡ଼ା ଜିଲା ସାତଭାୟା ଗ୍ରାମରେ ଘଟିଥିବା କଥିତ ନାବାଳିକା ବିବାହ ଘଟଣାକୁ ନେଇ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ଗଭୀର ଉଦବେଗ ପ୍ରକାଶ କରିଛନ୍ତି। ଏହି...

ଦାରିଙ୍ଗବାଡି ଶୀତ ମହୋତ୍ସବ: ରାଜ୍ୟର ୪ ମୁଖିଆଙ୍କୁ ନିମନ୍ତ୍ରଣ

ଦାରିଙ୍ଗବାଡି, ୨୩।୧୨(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡିଠାରେ ଜାନୁଆରୀରେ ହେବାକୁ ରହିଥିବା ଶୀତ ମହୋତ୍ସବରେ ଅନ୍ୟ ଅତିଥିଙ୍କ ମଧ୍ୟରେ ଓଡ଼ିଶା ସରକାରଙ୍କ ଗୃହ ଏବଂ ନଗର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri