ବ୍ରହ୍ମପୁର ଅଫିସ,୧୧ା୮-ଗଞ୍ଜାମ ଜିଲାରେ କରୋନା ସାଙ୍ଘାତିକ ସ୍ଥିତିରେ ରହିଛି। ଏହାର ମୁକାବିଲା ପାଇଁ ଜିଲାରେ ଏବେ ୧୬ କୋଭିଡ୍ ହସ୍ପିଟାଲ, କେୟାର ସେଣ୍ଟର ଓ ଡେଡିକେଟେଡ୍ କୋଭିଡ୍ ହେଲଥ ସେଣ୍ଟର ରହିଛି। ଗୁଜରାଟର ଅହମ୍ମଦାବାଦ କୋଭିଡ୍ ହସ୍ପିଟାଲରେ ଗତ ୬ ତାରିଖରେ ଅଗ୍ନିକାଣ୍ଡ ଘଟିଥିବା ବେଳେ ତାହାର ୩ ଦିନ ପରେ ଅର୍ଥାତ ଗତ ରବିବାର ଆନ୍ଧ୍ରପ୍ରଦେଶ ବିଜୟୱାଡାର କୋଭିଡ୍ କେୟାର ସେଣ୍ଟରରେ ଭୟାବହ ଅଗ୍ନିକାଣ୍ଡ ଘଟି କେତେକ ରୋଗୀଙ୍କ ମୃତ୍ୟୁ ଘଟିଥିଲା। ଏହାକୁ ଦୃଷ୍ଟିରେ ରଖି ଅଗ୍ନିଶମ ବିଭାଗ ପକ୍ଷରୁ ଜିଲା କୋଭିଡ୍ ସେଣ୍ଟର ଓ ହସ୍ପିଟାଲଗୁଡିକର ଅଗ୍ନି ନିରାପତ୍ତା ବ୍ୟବସ୍ଥା ଯାଞ୍ଚ କରାଯାଇଛି। ଅଧିକାଂଶ କୋଭିଡ୍ କେୟାର ସେଣ୍ଟରଗୁଡିକରେ ଅଗ୍ନି ନିର୍ବାପକ ବ୍ୟବସ୍ଥା ଠିକ୍ ନ ଥିବା ଯାଞ୍ଚ ବେଳେ ଜଣାପଡିଛି। ସେହିପରି ନିକଟରେ ମୁଖ୍ୟମନ୍ତ୍ରୀ ଉଦ୍ଘାଟନ କରିଥିବା ଏମ୍କେସିଜି ମେଡିକାଲ କୋଭିଡ୍ ହସ୍ପିଟାଲରେ ଅଗ୍ନି ନିର୍ବାପକ ବ୍ୟବସ୍ଥା ସ୍ଥାପନ ହୋଇଥିଲେ ମଧ୍ୟ ତାହା ବ୍ୟବହାର ନ ହୋଇ ସେଠାରେ ତାଲା ପଡିଛି। ସେହିଭଳି ରଣ୍ଢା ନିକଟ ଅଶ୍ୱିନୀ ଓ ଟାଟା କୋଭିଡ୍ ହସ୍ପିଟାଲରେ ଅଗ୍ନି ନିରାପତ୍ତା ବ୍ୟବସ୍ଥାରେ ସାମାନ୍ୟ ତ୍ରୁଟି ରହିଥିବା ଯାଞ୍ଚ ବେଳେ ଜଣାପଡିଛି। ଅନ୍ୟପଟେ ଶୀତଳାପଲ୍ଲୀ ପାରଳା ମହାରାଜା ଇଞ୍ଜିନିୟରିଂ କଲେଜ ପରିସରରେ ଥିବା ୨ କୋଭିଡ୍ କେୟାର ସେଣ୍ଟରରେ ରୋଗୀମାନେ ରହୁଥିବା ବେଳେ ସେଠାରେ ଅଗ୍ନି ନିର୍ବାପକ ବ୍ୟବସ୍ଥା ଆଦୌ ନାହିଁ। କୋଭିଡ୍ ସେଣ୍ଟର ଗୁଡିକରେ ନିରାପତ୍ତା ବ୍ୟବସ୍ଥାରେ ଏଭଳି ତ୍ରୁଟି ଥିବା ଦୃଷ୍ଟିକୁ ଆସିବା ପରେ ସେଠାରେ ଆବଶ୍ୟକ ପଦକ୍ଷେପ ନେବା ପାଇଁ ସେହି ହସ୍ପିଟାଲ ଓ କେୟାର ସେଣ୍ଟର ନୋଡାଲ ଅଫିସରଙ୍କୁ ନିର୍ଦ୍ଦେଶ ଦିଆଯାଇଛି ବୋଲି ଜିଲା ଅଗ୍ନିଶମ ଅଧିକାରୀ ସଞ୍ଜୀବ କୁମାର ପ୍ରଧାନ ସୋମବାର ସୂଚନା ଦେଇଛନ୍ତି। ଅନ୍ୟପଟେ ଯାଞ୍ଚ ରିପୋର୍ଟ ଅଗ୍ନିଶମ ମହାନିର୍ଦ୍ଦେଶକଙ୍କ ନିକଟକୁ ପଠାଯାଇଛି ବୋଲି ମଧ୍ୟ ସେ କହିଛନ୍ତି। କୋଭିଡ୍ ହସ୍ପିଟାଲ ଓ କେୟାର ସେଣ୍ଟରରେ କାମ କରୁଥିବା ନର୍ସ ଏବଂ ଅନ୍ୟାନ୍ୟ କର୍ମଚାରୀଙ୍କୁ ନିଆଁ ଲିଭାଇବା ପାଇଁ ଥିବା ଯନ୍ତ୍ରପାତିର ବ୍ୟବହାର ସମ୍ପର୍କରେ ତାଲିମ ଦିଆଯିବ ବୋଲି ମଧ୍ୟ ସେ କହିଛନ୍ତି।
କୋଭିଡ୍ ହସ୍ପିଟାଲ,ସେଣ୍ଟରରେ ଅଗ୍ନି ନିରାପତ୍ତା ଯାଞ୍ଚ: ତ୍ରୁଟି ସୁଧାରିବାକୁ କେନ୍ଦ୍ର ମୁଖ୍ୟଙ୍କୁ ଚିଠି
ଭଲିବଲ ଟୁର୍ନାମେଣ୍ଟ ଆରମ୍ଭ: ପ୍ରଥମ ମ୍ୟାଚ୍ରେ ବ୍ରହ୍ମପୁର ବିଜୟୀ
ଦିଗପହଣ୍ଡି,୨୮।୧୨: ଗଞ୍ଜାମ ଜିଲା ଦିଗପହଣ୍ଡି ମିନି ଷ୍ଟାଡିୟମରେ ସ୍ବର୍ଗତ ବି.ପ୍ରଭାକର ରେଡ୍ଡୀ ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟ ରବିବାର ଉଦ୍ଘାଟିତ ହୋଇଯାଇଛି। ଖେମୁଣ୍ଡି ସ୍ପୋର୍ଟି କ୍ଲବ ଆନୁକୂଲ୍ୟରେ...
ପାଟପୁରରେ କଂଗ୍ରେସର ପ୍ରତିଷ୍ଠା ଦିବସ ପାଳିତ, ସଙ୍ଗଠନ ସୁଦୃଢ ପାଇଁ ଆହ୍ବାନ ଦେଲେ ବିଧାୟକ
ଦିଗପହଣ୍ଡି,୨୮|୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ସାରଙ୍ଗ ପଡିଆ ଠାରେ ରବିବାର ଭାରତୀୟ ଜାତୀୟ କଂଗ୍ରେସ ଦଳର ୧୪୦ ତମ ପ୍ରତିଷ୍ଠା...
ବୁଦ୍ଧଖୋଲ ଚଳଚଞ୍ଚଳ: ବଣଭୋଜି ପାଇଁ ଜମୁଛି ପର୍ଯ୍ୟଟକଙ୍କ ଭିଡ଼
ବୁଗୁଡ଼ା,୨୮ା୧୨(କାଳିଚରଣ ଦାଶ): ପ୍ରସିଦ୍ଧ ଐତିହାସିକ ଶୈବପୀଠ ତଥା ପର୍ଯ୍ୟଟନସ୍ଥଳୀ ବୁଦ୍ଧଖୋଲ ପାଦଦେଶ ଏବେ ବଣଭୋଜି କରିବା ପାଇଁ ପ୍ରକୃଷ୍ଟ ସ୍ଥଳ ପାଲଟି ଥିବାରୁ ଏହା ଚଳଚଞ୍ଚଳ...
ରାଜଧାନୀରେ ହେବ ପଟେଲ ଭବନ, କୁର୍ମୀ କ୍ଷତ୍ରିୟ ପ୍ରଦେଶ ସଂସ୍ଥା ମହାଧିବେଶନ ଉଦଯାପିତ
ଭଞ୍ଜନଗର,୨୮/୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲ୍ଲା ଭଞ୍ଜନଗର ବ୍ଲକ ତିଳିସିଙ୍ଗିରେ ଆଜକୁ ୪ ଦିନ ଧରି ଚାଲିଥିବା କୁର୍ମୀ କ୍ଷତ୍ରିୟ ପ୍ରଦେଶ ସଂସ୍ଥାର ମହାଧିବେଶନ ରବିବାର ଉଦଯାପିତ...
ଘୁମୁସର ବନଖଣ୍ଡରେ ବାଘ-ହାତୀଙ୍କ ଦୌରାତ୍ମ୍ୟ, ବଳଦ ମାରି ଖାଇଲେ, ଘର ଭାଙ୍ଗି…
ଭଞ୍ଜନଗର,୨୮ା୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଘୁମୁସର ଉତ୍ତର ବନଖଣ୍ଡରେ ବିଗତ କିଛି ଦିନ ହେବ ବାଘ ଓ ହାତୀଙ୍କ ଦୌରାତ୍ମ୍ୟ ବଢ଼ିଯାଇଛି। ଉକ୍ତ ଦୁଇ...
ଛତ୍ରପୁର ଏନଏସି ହେବ ମ୍ୟୁନିସିପାଲଟି, ଜିଲା ସଦର ମହକୁମାକୁ ନୂଆବର୍ଷର ଭେଟି
ଛତ୍ରପୁର,୨୮।୧୨(ଦିଲ୍ଲୀପ ସାମଲ): ପ୍ରଥମ ପର୍ଯ୍ୟାୟରେ ଗଞ୍ଜାମ ଜିଲାର ଭଞ୍ଜନଗର, ପୋଲସରା ଓ କବିସୂର୍ଯ୍ୟନଗର ଏନ୍ଏସିକୁ ମ୍ୟୁନିସିପାଲଟି ମାନ୍ୟତା ଦିଆଯାଇଥିବା ନେଇ ବିଜ୍ଞପ୍ତି ପ୍ରକାଶ ପାଇଥିଲା। ଯାହାକି...
ଆନ୍ତଃ ବାଟାଲିୟନ କମାଣ୍ଡୋ ପ୍ରତିଯୋଗିତା: ଭଞ୍ଜନଗର ଆଇଆରବି ବାଟାଲିୟନ ରନର୍ସ ଅପ୍
ଭଞ୍ଜନଗର, ୨ ୮।୧୨(ବାବୁଲା ପ୍ରଧାନ): ସ୍ପେଶାଲ ଅପରେଶନ ଗ୍ରୁପ (ଏସଓଜି) ଚନ୍ଦକା ଠାରେ ୮ମ ରାଜ୍ୟ ପୋଲିସ ଆନ୍ତଃ ବାଟାଲିୟନ କମାଣ୍ଡୋ ପ୍ରତିଯୋଗିତା ଉଦ୍ଯାପିତ ହୋଇଯାଇଛି...
ପରକୀୟା ପ୍ରୀତି: ସ୍ତ୍ରୀଙ୍କୁ ତଣ୍ଟି ଚିପି ହତ୍ୟା ଉଦ୍ୟମ, ଜେଲ ଗଲେ ସ୍ବାମୀ
ଦିଗପହଣ୍ଡି,୨୭।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳ କଲୋନୀ ପ୍ରଥମ ଲେନର ଚନ୍ଦନ ପାତ୍ରଙ୍କ ପରକୀୟା ପ୍ରୀତି ପଦାରେ ପଡ଼ିଛି। ବିବାହିତା ସ୍ତ୍ରୀ ଥାଉ...
Archives


