ସମଲିଙ୍ଗୀ ସାଥୀଙ୍କୁ ଉଦ୍ଧାର ମାମଲାରେ ହାଇକୋର୍ଟ ନିର୍ଦ୍ଦେଶ: ଭିଡିଓ କନଫରେନ୍ସରେ ହାଜର ହେବେ ଯୁବତୀ

କଟକ ଅଫିସ,୧୧।୮: ନିଜ ସମଲିଙ୍ଗୀ ସାଥୀଙ୍କୁ ଉଦ୍ଧାର ପାଇଁ ଜଣେ ଯୁବତୀ ହାଇକୋର୍ଟରେ ରୁଜୁ କରିଥିବା ହେବିୟସ୍‌ କର୍ପସ ମାମଲାର ଶୁଣାଣି ସୋମବାର ଅନୁଷ୍ଠିତ ହୋଇଛି। ଏଥିରେ ଯାଜପୁର ଏସ୍‌ପି ତଦନ୍ତ ରିପୋର୍ଟ ଦାଖଲ କରିଛନ୍ତି। ବରୀ ଥାନା ଅଧିକାରୀ ଯୁବତୀଙ୍କ ଘରକୁ ଯାଇ ତଦନ୍ତ କରିଥିବା ରିପୋର୍ଟରେ ଦର୍ଶାଯାଇଛି। ତଦନ୍ତ ବେଳେ ଜଣାପଡ଼ିଛି ଯେ, ବରୀର ଯୁବତୀ ଓ ଆବେଦନକାରିଣୀଙ୍କ ମଧ୍ୟରେ ପୂର୍ବରୁ ପ୍ରେମ ସମ୍ପର୍କ ଥିଲା। ଆବେଦନକାରିଣୀଙ୍କୁ ସେ ବିବାହ କରିବାକୁ ଚାହୁଁଥିବା ଯୁବତୀ ବୟାନ ଦେଇଛନ୍ତି। ଯୁବତୀଙ୍କ ମା’ ଓ ମାମୁ ପୋଲିସ୍‌କୁ ଲିଖିତ ଭାବେ ଜଣାଇଛନ୍ତି ଯେ, ସେମାନେ ତାଙ୍କୁ ବଳପୂର୍ବକୁ କେଉଁଠି ବିବାହ କରାଇବେ ନାହିଁ କି ନିର୍ଯାତନା ଦେବେ ନାହିଁ। ରାଜ୍ୟ ସରକାରଙ୍କ ପକ୍ଷରୁ ଏହି ଲିଖିତ ରିପୋର୍ଟକୁ ସରକାରୀ ଆଇନଜୀବୀ ଶାଶ୍ୱତ ପଟ୍ଟନାୟକ ହାଇକୋର୍ଟରେ ଦାଖଲ କରିଛନ୍ତି। ବିଚାରପତି ଜଷ୍ଟିସ୍‌ ଏସ୍‌.କେ. ମିଶ୍ର ଓ ବିଚାରପତି ଜଷ୍ଟିସ୍‌ ସାବିତ୍ରୀ ରଥଙ୍କୁ ନେଇ ଗଠିତ ଖଣ୍ଡପୀଠ ଆସନ୍ତା ୧୭ରେ ପରବର୍ତ୍ତୀ ଶୁଣାଣି ପାଇଁ ଦିନ ଧାର୍ଯ୍ୟ କରିଛନ୍ତି। ଶୁଣାଣି ବେଳେ ଭିଡିଓ କନଫରେନ୍ସ ଜରିଆରେ ଯୁବତୀଙ୍କୁ ହାଜର କରିବା ପାଇଁ ଯାଜପୁର ଏସ୍‌ପିଙ୍କୁ ନିର୍ଦ୍ଦେଶ ହୋଇଛି। ୨୦୧୧ରୁ ଆବେଦନକାରିଣୀ ଯୁବତୀ ଏବଂ ବରୀର ସଂପୃକ୍ତା ଯୁବତୀଙ୍କ ସହ ପ୍ରେମ ସମ୍ପର୍କ ଚାଲିଛି। ଲିଭ୍‌ ଇନ୍‌ ରିଲେସନ୍‌ଶିପ୍‌ରେ ରହିବା ପାଇଁ ୨୦୨୦ ମାର୍ଚ୍ଚ ୧୭ରେ ସେମାନେ ଭୁବନେଶ୍ୱର କାର୍ଯ୍ୟକାରୀ ମାଜିଷ୍ଟ୍ରେଟ୍‌ଙ୍କ ପାଖରେ ସତ୍ୟପାଠ ଦେଇଥିଲେ। ଏକଥା ଜାଣିବା ପରେ ବରୀର ଯୁବତୀଙ୍କ ତାଙ୍କ ମା’ ଓ ମାମୁ ବଳପୂର୍ବକ ଉଠାଇନେଇ ଆଉ ଜଣଙ୍କ ସହ ବିବାହ କରିବାକୁ ବାଧ୍ୟ କରୁଥିଲେ। ଏନେଇ ଆବେଦନକାରିଣୀ ଖଣ୍ଡଗିରି ଓ ବରୀ ଥାନାରେ ଏତଲା ଦେଇଥିଲେ। କାର୍ଯ୍ୟାନୁଷ୍ଠାନ ନ ହେବାରୁ ସେ ଜୁଲାଇ ୩ରେ ହାଇକୋର୍ଟ ଯାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପା ସରକାରର ବିଫଳତାକୁ ନେଇ ଗାଁକୁ ଯିବ ବିଜେଡି

ଭବାନୀପାଟଣା: ୨୬ା୧୨(ଉତ୍ତମ କୁମାର ଦାଶ):୨୮ ବର୍ଷ ଅତିକ୍ରମ କରି ୨୯ ବର୍ଷରେ ପାଦ ଦେଇଛି ବିଜୁ ଜନତା ଦଳ। ଏହି ଅବସରରେ ଶୁକ୍ରବାର କଳାହାଣ୍ଡି ଜିଲା...

ଅଚାନକ ଦିଲ୍ଲୀ ଟିମ୍‌ ଛାଡ଼ି ଘରକୁ ଫେରିଗଲେ କୋହଲି, କାରଣ ଜାଣିଲେ…

ବେଙ୍ଗାଲୁରୁ,୨୬।୧୨: ଭାରତୀୟ କ୍ରିକେଟର ଷ୍ଟାର ଖେଳାଳି ବିରାଟ କୋହଲି ବିଜୟ ହଜାରେ ଟ୍ରଫି ୨୦୨୫-୨୬ରେ ଦିଲ୍ଲୀ ପାଇଁ ଜବରଦସ୍ତ ପ୍ରଦର୍ଶନ କରିଥିଲେ। କିନ୍ତୁ ଏବେ ସେ...

୨ ମହିଳାଙ୍କ ସମେତ ୬ ଦାଦନ ଶ୍ରମିକ ଉଦ୍ଧାର

ନୂଆପଡ଼ା/କୋମନା,୨୬ା୧୨(ମକାରୁ ବେମାଲ/ମହେଶ ବାଗ): ନୂଆପଡ଼ା ଜିଲା କୋମନା ଅଞ୍ଚଳରେ ଦାଦନ ଦଲାଲ ସକ୍ରିୟ ରହିଛନ୍ତି। ପ୍ରତିଦିନ ଜିଲାରୁ ଶତାଧିକ ଶ୍ରମିକ ଚାଲାଣ ହେଉଥିବା ଅଭିଯୋଗ ହୋଇଆସୁଛି।...

ଭାଜପା ପକ୍ଷରୁ ବନବିହାର କାର୍ଯ୍ୟକ୍ରମ: ସାମୂହିକ ବନ୍ଦେ ମାତରମ ଗାନ

କେସିଙ୍ଗା,୨୬ା୧୨ (ତୁମେଶ୍ୱର ସାହୁ)- କଳାହାଣ୍ଡି ଜିଲା କେସିଙ୍ଗା ଭାଜପା ନଗର ମଣ୍ଡଳ କମିଟି ପକ୍ଷରୁ ଶୁକ୍ରବାର ତହସିର ଚେକ୍‌ଡ୍ୟାମ ପରିସରରେ ବନବିହାର କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି।...

ନିଖୋଜ ରାତ୍ର ଜଗୁଆଳିଙ୍କ ମୃତଦେହ ଜବତ : ହତ୍ୟା ଅଭିଯୋଗ କଲେ ପରିବାର ଲୋକେ

ଥୁଆମୂଳ ରାମପୁର,୨୬ା୧୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ କର୍ଲାପାଟ ଥାନା ଅଧୀନ ଗୁଣୁପୁର ସାଇସୁରୁଣି ଛକ ନିକଟ ପୋଲ ତଳୁ ଶୁକ୍ରବାର ନିଖୋଜ...

ସମସ୍ତଙ୍କ ଆଗରେ ଭୋ ଭୋ ହୋଇ କାନ୍ଦିଲେ ରୋହିତ, କାରଣ ଜାଣିଲେ…Video

ମୁମ୍ବାଇ,୨୬।୧୨: ଭାରତୀୟ କ୍ରିକେଟ ଦଳର ପୂର୍ବତନ ଅଧିନାୟକ ତଥା ଓପନର ବ୍ୟାଟ୍ସମ୍ୟାନ ରୋହିତ ଶର୍ମାଙ୍କ ଏକ ଭାବୁକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ଏହି...

ଖୋଲିଲା ମା’ ବାଙ୍କେଶ୍ବରୀଙ୍କ ଦାନହୁଣ୍ଡି: ମିଳିଲା ୧୧ ଲକ୍ଷ ୯୩ ହଜାର

ଦିଗପହଣ୍ଡି,୨୬।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି. ତୁରୁବୁଡିି ପଞ୍ଚାୟତ କେରାଣ୍ଡିମାଳ ପର୍ବତ ଶିଖରରେ ପୂଜା ପାଉଥିବା ସମଗ୍ର ଦକ୍ଷିଣ ଓଡ଼ିଶାର ପ୍ରମୁଖ...

କଳାହାଣ୍ଡିର ଯୁବତୀଙ୍କୁ ତେଲେଙ୍ଗାନାରେ ହତ୍ୟା, ନଦୀବ୍ରିଜ ତଳୁ ମୃତଦେହ…

ଭବାନୀପାଟଣା,୨୬।୧୨(ଉତ୍ତମ କୁମାର ଦାଶ)-କଳାହାଣ୍ଡି ର ଯୁବତୀ ଙ୍କୁ ତେଲେଙ୍ଗାନା ରେ ହତ୍ୟା ଭଳି ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଗତ ୩ ମାସ ତଳେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri