ରୁଷିଆ ଭ୍ୟାକ୍ସିନ ଉପରେ ବିଶ୍ୱାସ ରଖିଲେ ଫିଲିପାଇନ୍ସ ରାଷ୍ଟ୍ରପତି

ମାନିଲା,୧୧।୮: ବିଶ୍ୱର ପ୍ରଥମ କରୋନା ଭାଇରସ୍‌ ଭ୍ୟାକ୍ସିନର ପଞ୍ଜିକରଣ କରିଛି ରୁଷ। ଏନେଇ ମଙ୍ଗଳବାର ଭ୍ଲାଡିମିର ପୁଟିନ ସୂଚନା ଦେଇଛନ୍ତି। ସ୍ବାସ୍ଥ୍ୟ ମନ୍ତ୍ରଣାଳୟର ମଞ୍ଜୁରୀ ପରେ ଭ୍ଲାଡିମିର ପ୍ରଥମେ ନିଜ ଝିଅଙ୍କୁ ଏହି ଭ୍ୟାକ୍ସିନ ଦେଇଥିବା ଜଣାପଡ଼ିଛି। ଅନ୍ୟପଟେ ରୁଷର ଏହି ଭ୍ୟାକ୍ସିନ ଉପରେ ଫିଲିପାଇନ୍ସ ରାଷ୍ଟ୍ରପତି ରେଡ୍ରିଗୋ ଦୁତର୍ତେ ବିଶ୍ୱାସ ପ୍ରକଟ କରିଛନ୍ତି। କରୋନା ଭାଇରସ୍‌ ଭ୍ୟାକ୍ସିନ ତିଆରିରେ ରୁଷର ଉଦ୍ୟମକୁ ଫିଲିପାଇନ୍ସ ରାଷ୍ଟ୍ରପତି ପ୍ରଶଂସା କରିଛନ୍ତି। ଏଥିସହ ଏହି ପରୀକ୍ଷାରେ ସେ ସ୍ବେଚ୍ଛାକୃତ ଭାବେ ସାମିଲ ହେବାକୁ ଇଛା ପ୍ରକାଶ କରିଛନ୍ତି। କାରଣ ଏହି ଭ୍ୟାକ୍ସିନକୁ ନେଇ କୌଣସି ଲୋକଙ୍କ ମନରେ ଭୟ ସୃଷ୍ଟି ନ ହେଉ। କେବଳ ସେତିକି ନୁହେଁ ଭ୍ୟାକ୍ସିନ ପରୀକ୍ଷା, ଯୋଗଣ ଓ ଉତ୍ପାଦନରେ ଫିଲିପାଇନ୍ସ ରୁଷ ସହ କାର୍ଯ୍ୟ କରିବାକୁ ପ୍ରସ୍ତୁତ ଅଛି ବୋଲି ଦୁତର୍ତେ କହିଛନ୍ତି। ତେବେ ରୁଷ ତାଙ୍କ ଦେଶକୁ ମାଗଣାରେ ଭ୍ୟାକ୍ସିନ ଯୋଗାଇଦେବା ବୋଲି ଦୁତର୍ତେ ଆଶା ପ୍ରକାଶ କରିଛନ୍ତି। ସୂଚନାଯୋଗ୍ୟ, ଏସିଆ ଦେଶମାନଙ୍କରେ ସର୍ବାଧିକ କରୋନା ସଂକ୍ରମଣ ଥିବା ଦେଶ ମଧ୍ୟରେ ଫିଲିପାଇନ୍ସ ମଧ୍ୟ ସାମିଲ ରହିଛି। ଉକ୍ତ ଦେଶରେ କରୋନା ସଂକ୍ରମଣ ଦ୍ରୁତଗତିରେ ବୃଦ୍ଧି ପାଇବାରେ ଲାଗିଛି। ସୋମବାର ଉକ୍ତ ଦେଶରେ ଗୋଟିଏ ଦିନରେ ୬,୯୫୮ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ଦେଶରେ ମୋଟ କରୋନା ଆକ୍ରାନ୍ତ ସଂଖ୍ୟା ୧୩୬,୬୩୮ରେ ପହଞ୍ଚିଛି।


Enter your email to get our daily news in your inbox.

All Right Reserved By Dharitri.Com

ଦୁର୍ଘଟଣାରେ ଭାଜପା ନେତାଙ୍କ ପରଲୋକ

ଭଞ୍ଜନଗର,୨୧।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବାର ଆସୋସିଏଶନ ଯୁବ ଆଇନଜୀବୀ ତଥା ଭାଜପା ନେତା ଅରୁଣ ପ୍ରଧାନଙ୍କ ରବିବାର ରାତିରେ ତାରସିଂ ଥାନା ଅନ୍ତର୍ଗତ...

ଆର୍ଥିକ ସଙ୍କଟରେ ପାକିସ୍ତାନ ହକି ଖେଳାଳି

କରାଚୀ, ୨୧ା୧୨: ପାକିସ୍ତାନ ହକି ଖେଳାଳିମାନେ ଆର୍ଥିକ ସମସ୍ୟା ସହିତ ଜଡ଼ିତ ଅଛନ୍ତି। କାରଣ ସେମାନଙ୍କର ଲକ୍ଷ ଲକ୍ଷ ଟଙ୍କା ବକେୟା ପାଉଣା ପଡ଼ି ରହିଛି।...

ଖସଡ଼ା ଜଳପ୍ରପାତକୁ ସଫା କରି ସମାଜକୁ ଦେଲେ ନିଆରା ବାର୍ତ୍ତା, ପର୍ଯ୍ୟଟନସ୍ଥଳୀର ସୁରକ୍ଷା ନିମନ୍ତେ ଅଣ୍ଟା ଭିଡ଼ିଲେ….

ମୋହନା,୨୧/୧୨( ମନ୍ମଥ ମିଶ୍ର ): ନୂଆବର୍ଷ ପାଖେଇ ଆସୁଥିବା ବେଳେ ଦିନକୁ ଦିନ ବଣଭୋଜି ପାଇଁ ବିଭିନ୍ନ ଦର୍ଶନୀୟ ସ୍ଥାନରେ ଜନ ସମାଗମ ଦେଖିବାକୁ ମିଳୁଛି...

ଭଞ୍ଜନଗରରେ ୩ଟି ଦୁର୍ଘଟଣା, ଜଣେ ମୃତ ୨ ଗୁରୁତର

ଭଞ୍ଜନଗର,୨୧/୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅଞ୍ଚଳରେ ରବିବାର ଅପରାହ୍ନରେ ଦୁଇଟି ଦୁର୍ଘଟଣା ଘଟିଛି। ଏଥିସହ ଶନିବାର ବିଳମ୍ବିତ ରାତିରେ ତାରସିଂ ଥାନା ଅଞ୍ଚଳରେ ଆଉ...

ହ୍ୟୁମାନ ମୃତ୍ୟୁ: ଏତଲାରେ ବୋହୂଙ୍କ ନାଁ, ଆବେଗଭରା ମନ୍ତବ୍ୟ ଦେଇ କହିଲେ ଅର୍ପିତା ଚୌଧୁରୀ….

କଟକ,୨୧ା୧୨: ହ୍ୟୁମାନ ସାଗରଙ୍କ ମୃତ୍ୟୁକୁ ଦିନ ପରେ ଦିନ ଗଡିଯାଉଥିବା ବେଳେ ସସପେନ୍ସ ଉପରୁ ପରଦା ଉଠିପାରୁ ନାହିଁ । ଆଜି ମା ଶେଫାଳି ସୁନା...

ବଡ଼ଦିନ ପୂର୍ବରୁ ଅଘଟଣ, ନାଳକୁ ଲୁଗା ସଫା କରିବାକୁ ଯାଇଥିବା ବେଳେ ସାପ କାମୁଡ଼ାରେ ମହିଳାଙ୍କ ମୃତ୍ୟୁ

ଗଜପତି୨୧/୧୨ (ଗିରିଧାରୀ ପରିଛା): ନଦୀକୁ ଲୁଗାପଟା ସଫା କରିବାକୁ ଯାଇ ସାପ କାମୁଡ଼ାରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି । ଆଜି ଏମିତି ଏକ ହୃଦୟ...

ଅଜଣା ଗାଡି ଧକ୍କାରେ ୨ ମୃତ, କ୍ଷତିପୂରଣ ଦାବିରେ ହରଡଖୋଲରେ ଏନଏଚ ଅବରୋଧ

ସୋନପୁର,୨୧/୧୨(ମୃତ୍ୟୁଞ୍ଜୟ ଶତପଥୀ): ସୋନପୁର ଥାନା ଅଧିନସ୍ଥ ୫୭ ନମ୍ବର ଜାତୀୟ ରାଜପଥର ହରଡ଼ଖୋଲ୍ ନିକଟରେ ରବିବାର ସନ୍ଧ୍ୟା ୬ଟାରେ ଏକ ମର୍ମନ୍ତୁଦ ସଡ଼କ ଦୁ୍ର୍ଘଟଣା ଘଟିଛି...

୫୦ ଫୁଟ ତଳକୁ ଖସିଲା ପିକନିକ୍ ବସ୍, ଜଣେ ମୃତ ୪ ଗୁରୁତର

ପାତ୍ରପୁର ୨୧/୧୨(ଉମା ଚରଣ ନେପାକ): ଗଞ୍ଜାମ ଜିଲା ଜରଡା ଥାନା ଅନ୍ତର୍ଗତ ବୁରାତାଲ୍ ପଞ୍ଚାୟତ ସାପୁଆଖତ ଠାରେ ବ୍ରହ୍ମପୁର ଏକ ଘୋରଇ ସ୍କୁଲ୍ ବସ ଦୁର୍ଘଟଣା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri