କଟକ ଅଫିସ,୧୨ା୮: କୋରାପୁଟ ଜିଲା କୋଟପାଡ଼ ବ୍ଲକ ଚିତ୍ରା ପଞ୍ଚାୟତର ଏକ ଗ୍ରାମରୁ ଜଣେ ଆଦିବାସୀ ନାବାଳିକାଙ୍କ ଝୁଲନ୍ତା ମୃତଦେହ ପୋଲିସ ଉଦ୍ଧାର କରିଥିଲା। ପୋଲିସ ଏହାକୁ ଆତ୍ମହତ୍ୟା ଦର୍ଶାଇ ଥିବାବେଳେ ନାବାଳିକା ଜଣଙ୍କୁ ବଳାତ୍କାର ପରେ ହତ୍ୟା କରାଯାଇଥିବା ବିଭିନ୍ନ ସଙ୍ଗଠନ ଅଭିଯୋଗ କରିଥିଲେ। ଜାତୀୟ ଅନୁସୂଚିତ ଜନଜାତି ଆୟୋଗ (ନ୍ୟାଶନାଲ କମିଶନ ଫର ସିଡ୍ୟୁଲ୍ଡ ଟ୍ରାଇବ୍) ଏହି ଘଟଣାରେ ରାଜ୍ୟ ପୋଲିସ ମହାନିର୍ଦ୍ଦେଶକଙ୍କୁ ରିପୋର୍ଟ ତଲବ କରିଛନ୍ତି। ଘଟଣାର ନିରପେକ୍ଷ ତଦନ୍ତ କରି ୧୫ ଦିନ ମଧ୍ୟରେ ରିପୋର୍ଟ ଦେବାକୁ କମିଶନ ନିର୍ଦ୍ଦେଶ ଦେଇଛନ୍ତି।
ଉଲ୍ଲେଖଯୋଗ୍ୟ, ଗତ ଜୁଲାଇ ୨୧ରେ ନାବାଳିକାଙ୍କ ମୃତଦେହ ମିଳିଥିଲା। ଏହାର ପୂର୍ବ ଦିନ ରାତିରେ ସେ ପରିସ୍ରା ପାଇଁ ଘର ବାହାରକୁ ଯାଇ ଆଉ ଫେରି ନ ଥିଲେ। ପରଦିନ ଗଛରୁ ନାବାଳିକାଙ୍କ ଝୁଲନ୍ତା ମୃତଦେହ ମିଳିଥିବା ବେଳେ ତାଙ୍କର ପୋଷାକ ଚିରିଯାଇଥିଲା। ତାଙ୍କୁ ବଳାତ୍କାର ପରେ ହତ୍ୟା କରାଯାଇଥିବା ପରିବାର ଲୋକେ ଅଭିଯୋଗ କରିଥିଲେ। ଏହି ଘଟଣାରେ ଦଫା ୩୦୬ (ଆତ୍ମହତ୍ୟା ପାଇଁ ପ୍ରବର୍ତ୍ତାଇବା ଅଭିଯୋଗ) ଅନୁଯାୟୀ ପୋଲିସ ଜଣେ ଯୁବକଙ୍କୁ ଗିରଫ କରିଥିଲା। ସ୍ଥାନୀୟ ପ୍ରଶାସନ ଓ ପୋଲିସ ଘଟଣାକୁ ଚପାଇଦେବାକୁ ଉଦ୍ୟମ କରୁଥିବା ଅଭିଯୋଗ କରି ଭାଜପା ନେତ୍ରୀ ସୁକେଶୀ ଓରାମ ଓ କାଳିରାମ ମାଞ୍ଝୀ ଜାତୀୟ ଅନୁସୂଚିତ ଜନଜାତି ଆୟୋଗଙ୍କ ଦ୍ୱାରସ୍ଥ ହୋଇଥିଲେ। ଜିଲା ପ୍ରଶାସନ ଓ ପୋଲିସ ଅଧିକାରୀଙ୍କ ବିରୋଧରେ ଏସ୍ସି ଏସ୍ଟି ଆଟ୍ରୋସିଟି ଆକ୍ଟ ଓ ପୋକ୍ସୋ ଆକ୍ଟରେ ମାମଲା ରୁଜୁ, ଘଟଣାର ନିରପେକ୍ଷ ତଦନ୍ତ ଓ ନାବାଳିକାଙ୍କ ମୃତଦେହର ବ୍ୟବଚ୍ଛେଦ ରିପୋର୍ଟ ସାର୍ବଜନୀନ କରିବା ପାଇଁ ସେମାନେ ଦାବି କରିଥିଲେ।
Posted inଆମ ଜିଲା ଖବର, କଟକ View All
କେସିଙ୍ଗା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର: ଚିକିତ୍ସା ଅବହେଳାରୁ ନବଜାତ ଶିଶୁପୁତ୍ର, ପ୍ରସୂତି ମହିଳାଙ୍କ ମୃତ୍ୟୁ
କେସିଙ୍ଗା,୧୬ା୧୨ (ତୁମେଶ୍ୱର ସାହୁ)- କଳାହାଣ୍ଡି ଜିଲା କସିଙ୍ଗା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଚିକିତ୍ସା ଅବହେଳାରୁ ଏକ ନବଜାତ ଶିଶୁପୁତ୍ର ସହ...
ତପ୍ତପାଣି ଘାଟିରେ ଭୟଙ୍କର ଦୁର୍ଘଟଣା: ଦୁଇ ସାଙ୍ଗ ବୁଲିବାକୁ ଜାଇ…
ଦିଗପହଣ୍ଡି,୧୬।୧୨(ଅଶେଷ ନାଥ ମିଶ୍ର):ଗଞ୍ଜାମ-ଗଜପତି ସୀମାନ୍ତ ସାନଖେମୁଣ୍ଡି ବ୍ଳକ ପାଟପୁର ଥାନା ତପ୍ତପାଣି ଘାଟି ଛେଦନଇ ନିକଟରେ ଏକ ବାଇକ ଦୁର୍ଘଟଣାରେ ଜଣେ ମତ୍ୟୁବରଣ କରିଥିବା ବେଳେ...
ପୂର୍ବତନ କାଉନସିଲରଙ୍କ ପରଲୋକ: ଶୋକ ବ୍ୟକ୍ତକଲେ ବିଧାୟକ
ଭଞ୍ଜନଗର,୧୬।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଏନଏସିର ପୂର୍ବତନ କାଉନସିଲର ଟି. ସାରଦା ରାଓ (୫୫) ମଙ୍ଗଳବାର ପରାଲୋକ ହୋଇଛିି। ସେ ଜନତାଦଳରୁ ୧୯୯୮ ମସିହାରେ...
ଅଭିନବ ଉପାୟରେ ଠକେଇ, ଫୋନ୍ପେରେ ଡେମୋ ଦେଖାଇଲେ…
ଛତ୍ରପୁର,୧୬ା୧୨(ଦିଲ୍ଲୀପ ସାମଲ): ନକଲି ଫୋନ ପେ ବ୍ୟବହାର କରି ବ୍ୟବସାୟୀମାନଙ୍କୁ ଠକେଇ କରୁଥିବା ଅଭିଯୋଗର ତଦନ୍ତ ପରେ ଛତ୍ରପୁର ପୋଲିସ ଜଣଙ୍କୁ ଗିରଫ କରି କୋର୍ଟଚାଲାଣ...
୭୬ ଏକର ଜାଗାରୁ ଗଞ୍ଜେଇ ଗଛ ନଷ୍ଟ
ଖଜୁରୀପଡ଼ା,୧୬ା୧୨(ବିଦୁର ବେହେରା): ବାରିକୁମ୍ପା, ସୁଡୁଲି, ଖମାର ଏବଂ ବାରିହାଗୁଡା ଜଙ୍ଗଲରେ ମଙ୍ଗଳବାର ଖଜୁରିପଡା ପୋଲିସ ଓ ଅବକାରୀ ବିଭାଗ ଚଢାଉ କରି ବେଆଇନ ଭାବେ ଚାଷ...
ଋଷିକୁଲ୍ୟା ମା’ ରାମଚଣ୍ଡୀ ପୀଠ ହେବ ତୀର୍ଥକ୍ଷେତ୍ର
ଗଞ୍ଜାମ,୧୬।୧୨(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ଛତ୍ରପୁର ସଦର ମହକୁମା ନିକଟସ୍ଥ ନୀଳାଦ୍ରିପୁର ଗ୍ରାମରେ ଅବସ୍ଥିତ ପ୍ରସିଦ୍ଧ ଶକ୍ତିପୀଠ ବିବାସିନୀ ମା’ ରାମଚଣ୍ଡୀଙ୍କ ପୀଠ। ଏହି...
ପୀତବାସ ପଣ୍ଡା ହତ୍ୟା ମାମଲା: ୫ ଅଭିଯୁକ୍ତଙ୍କ ଜାମିନ ଖାରଜ
ବ୍ରହ୍ମପୁର,୧୬ା୧୨(ସୁବାସ ଚନ୍ଦ୍ର ପାଢ଼ୀ): ଆଇନଜୀବୀ ପୀତବାସ ପଣ୍ଡା ହତ୍ୟା ମାମଲାରେ ଗିରଫ ହୋଇ ଜେଲରେ ଥିବା ଅଭିଯୁକ୍ତମାନଙ୍କ ମଧ୍ୟରୁ ୫ଜଣ ଜାମିନ ଆବେଦନ କରିଥିବା ବେଳେ...
କଳାହାଣ୍ଡି ଉତ୍ସବ ପାଇଁ ପ୍ରସ୍ତୁତି ଆରମ୍ଭ
କର୍ଲାମୁଣ୍ଡା,୧୬ା୧୨(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ସମ୍ମିଳନୀ କକ୍ଷରେ ମଙ୍ଗଳବାର ବ୍ଲକ ଅଧ୍ୟକ୍ଷା କୁନି ସାହୁଙ୍କ ଅଧ୍ୟକ୍ଷତାରେ ଜାନୁଆରୀରେ ହେବାକୁ ଥିବା ବ୍ଲକସ୍ତରୀୟ...
Archives


