ଧୋନୀଙ୍କ କରୋନା ରିପୋର୍ଟ କ’ଣ ଆସିଲା ଜାଣନ୍ତୁ

ରାଞ୍ଚି, ୧୩।୮: ଭାରତୀୟ କ୍ରିକେଟ୍‌ ଦଳର ପୂର୍ବତନ ଅଧିନାୟକ ମହେନ୍ଦ୍ର ସିଂ ଧୋନୀ କରୋନ ଭାଇରସ ଆକ୍ରାନ୍ତ ହୋଇନାହାନ୍ତି। ରାଞ୍ଚିରେ ଧୋନୀଙ୍କ କରୋନ ଟେଷ୍ଟ ହୋଇଥିଲା। ଯାହାର ରିପୋର୍ଟ ଗୁରୁବାର ସନ୍ଧ୍ୟାରେ ନେଗେଟିଭ ଆସିଛି। ଫଳରେ ଧୋନୀ ଖୁବ୍‌ ଶୀଘ୍ର ତାଙ୍କ ଆଇପିଏଲ୍‌ ଦଳ ଚେନ୍ନାଇ ସୁପର୍‌ କିଙ୍ଗ୍ସ (ସିଏସ୍‌କେ)ରେ ଯୋଗଦେବେ ବୋଲି ଜଣାପଡ଼ିଛି। ସୁପର୍‌ କିଙ୍ଗ୍ସ ଦଳ ସହ ଯୋଗଦେବା ଲାଗି ଧୋନୀ ଶୁକ୍ରବାର ଚେନ୍ନାଇ ଅଭିମୁଖେ ଗସ୍ତ କରିବାର ସମ୍ଭାବନା ରହିଛି। ୟୁଏଇରେ ହେବାକୁ ଥିବା ଆଇପିଏଲ୍‌ର ତ୍ରୟୋଦଶ ସଂସ୍କରଣ ପୂର୍ବରୁ ସୁପର୍‌ କିଙ୍ଗ୍ସ ଦଳର ଏକ ପ୍ରି-ସିଜନ କ୍ୟାମ୍ପ୍‌ ଚେନ୍ନାଇରେ ହେବାର କାର୍ଯ୍ୟସୂଚୀ ରହିଛି। ଏହା ଅଗଷ୍ଟ ୧୫ରୁ ୨୦ ପର୍ଯ୍ୟନ୍ତ ହେବ। ଏଥିରେ ଧୋନୀ ଯୋଗ ଦେବେ ବୋଲି ଜଣାପଡ଼ିଛି। ଧୋନୀଙ୍କ ବ୍ୟତୀତ ସୁରେଶ ରାଇନା, ହରଭଜନ ସିଂ, ଅମ୍ବାତି ରାୟୁଡୁ ପ୍ରମୁଖ ଏଥିରେ ଯୋଗ ଦେବେ। ସୂଚନା ମୁତାବକ କରୋନା କଟକଣା ପରଠାରୁ ଧୋନୀ ରାଞ୍ଚିସ୍ଥିତ ତାଙ୍କ ଫାର୍ମ ହାଉସରେ ପରିବାର ସହ ସମୟ ଅତିବାହିତ କରୁଛନ୍ତି। ଗୁରୁ ନାନକ ହସ୍ପିଟାଲ ପକ୍ଷରୁ ଧୋନୀଙ୍କ ଫାର୍ମ ହାଉସକୁ ଯାଇ ତାଙ୍କର ସାମ୍ପଲ ସଂଗ୍ରହ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ମାତ୍ର ୨୦ ବର୍ଷ ବୟସରେ ଦୁନିଆରୁ ବିଦାୟ ନେଲେ ଏହି ଘାତକ ସ୍ପିନର୍‌: ମୃତ୍ୟୁର ଗୋଟିଏ ଦିନ ପୂର୍ବରୁ ନେଇଥିଲେ ୩ ଉଇକେଟ୍‌

ଲଣ୍ଡନ,୩।୫: ଇଂଲଣ୍ଡ କ୍ରିକେଟର ଜୋଶ ବେକର ମାତ୍ର ୨୦ ବର୍ଷ ବୟସରେ ଦୁନିଆରୁ ବିଦାୟ ନେଇଛନ୍ତି। କାଉଣ୍ଟି କ୍ରିକେଟରେ ୱର୍କେଷ୍ଟେଶାୟାର୍‌ ପାଇଁ ବେକର୍‌ ଖେଳିଥିଲେ। ମୃତ୍ୟୁର...

ଶେଷ ୩ ଓଭରରେ ଥିଲା ମାତ୍ର ୨୭ ରନ୍‌: ବିଶ୍ୱକପ୍‌ ଦଳରେ ଚୟନ ହୋଇ ନ ଥିବା ବୋଲର୍‌ ପଲଟାଇଦେଲେ ବାଜି

ନୂଆଦିଲ୍ଲୀ,୩।୫: ଆଇପିଏଲ ୨୦୨୪ର ୫୦ତମ ମ୍ୟାଚରେ ସନରାଇଜର୍ସ ହାଇଦ୍ରାବାଦ ରାଜସ୍ଥାନ ରୟାଲ୍ସକୁ ୧-୦ରେ ପରାସ୍ତ କରିଛି। ଜିତିବା ପାଇଁ ୨୦୨ ରନ୍‌ର ଟାର୍ଗେଟକୁ ପିଛା କରି...

ରାଜସ୍ଥାନ ହାତରୁ ମ୍ୟାଚ୍‌ ଛଡାଇ ଆଣିଲା ହାଇଦ୍ରାବାଦ

ହାଇଦ୍ରାବାଦ,୩ା୫: ଇଣ୍ଡିଆନ୍‌ ପ୍ରିମିୟର ଲିଗ୍‌ (ଆଇପିଏଲ୍‌)ରେ ଗୁରୁବାର ରାଜସ୍ଥାନ ରୟାଲ୍ସ ବିପକ୍ଷରେ ୧ ରନ୍‌ର ରୋମାଞ୍ଚକ ବିଜୟ ହାସଲ କରିଛି ସନ୍‌ରାଇଜର୍ସ ହାଇଦ୍ରାବାଦ। ପ୍ରଥମେ ବ୍ୟାଟିଂ...

ଜଲଓ୍ବା ଦେଖାଇଲେ ୨୦ କୋଟି ଟଙ୍କାର ଖେଳାଳି

ହାଇଦ୍ରାବାଦ୍‌,୩।୫: ଆଇପିଏଲ ୨୦୨୪ର ୫୦ ତମ ମ୍ୟାଚରେ ରାଜସ୍ଥାନ ରୟାଲ୍ସକୁ ସନରାଇଜର୍ସ ହାଇଦ୍ରାବାଦ ବିପକ୍ଷରେ ୧ ରନ୍‌ରେ ପରାଜୟର ସମ୍ମୁଖୀନ ହେବାକୁ ପଡିଛି। ପ୍ରଥମେ ବ୍ୟାଟିଂ...

ବାଂଲାଦେଶକୁ ହରାଇଲା ଭାରତ

ସିଲ୍‌ହେଟ୍‌,୨ା୫:ବାଂଲାଦେଶ ବିପକ୍ଷ ତୃତୀୟ ଅନ୍ତର୍ଜାତୀୟ ଦିନିକିଆ କ୍ରିକେଟ ମ୍ୟାଚରେ ଭାରତ ୭ଉଇକେଟରେ ବିଜୟ ହାସଲ କରିଛି। ଏଥିସହିତ ଦୁଇ ଦଳ ମଧ୍ୟରେ ଚାଲିଥିବା ୫ ମ୍ୟାଚ...

ଟି୨୦ ବିଶ୍ୱକପ ଦଳ ଚୟନକୁ ସମର୍ଥନ କଲେ ରୋହିତ

ମୁମ୍ବାଇ,୨ା୫: ଟି୨୦ କ୍ରିକେଟ ବିଶ୍ୱକପ ପାଇଁ ଦଳ ଚୟନକୁ ସମର୍ଥନ କରିଛନ୍ତି ଭାରତୀୟ ଅଧିନାୟକ ରୋହିତ ଶର୍ମା। ଗୁରବାର ଭାରତୀୟ ଦଳର ଅଧିନାୟକ ରୋହିତ ଶର୍ମା...

କାହିଁକି ଟି-୨୦ ବିଶ୍ୱକପ ଦଳରେ ରାହୁଲଙ୍କୁ ମିଳିଲାନି ସ୍ଥାନ, କାରଣ କହିଲେ ଅଜିତ ଅଗରକର

ମୁମ୍ବାଇ,୨ା୫: ଆମେରିକା ଏବଂ ୱେଷ୍ଟଇଣ୍ଡିଜରେ ଖେଳାଯିବାକୁ ଥିବା ଟି-୨୦ ବିଶ୍ୱକପ ପାଇନଭର୍ଟ ୧୫ ଜଣିଆ ଦଳ ଘୋଷଣା କରିଛି। ଏଥିରେ ପ୍ରାରମ୍ଭିକ ବ୍ୟାଟର ତଥା ୱିକେଟ୍...

ଏହି ଫଟୋ ଶେୟାର କରି କପିରାଇଟ୍‌ ଲଗାଇବାକୁ ଏକ୍ସ ମାଲିକଙ୍କୁ ଦାବି କଲେ ଚହଲ: ଜାଣନ୍ତୁ କାହିଁକି

ନୂଆଦିଲ୍ଲ,୨।୫: ୟୁଜଭେନ୍ଦ୍ର ଚହଲ ଆଇପିଏଲ ୨୦୨୪ରେ ଭଲ ବୋଲିଂ ପ୍ରଦର୍ଶନ କରୁଛନ୍ତି। ସେ ଟି-୨୦ ବିଶ୍ୱକପ ୨୦୨୪ରେ ଚୟନ ଆକାରରେ ତାଙ୍କର ଭଲ ବୋଲିଂ ପାଇଁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri