Posted inଭଦ୍ରକ

ଭଦ୍ରକ-ଚାନ୍ଦବାଲି ରାସ୍ତା ଘଣ୍ଟାଏ ଅବରୋଧ : ମା’ବାପାଙ୍କ ସହ ରାସ୍ତାରେ ଶୋଇଲେ ନିର୍ଯାତିତା

ତିହିଡ଼ି,୧୪।୮(ସ୍ବ.ପ୍ର.)- ଶାଶୁ ଘର ଲୋକଙ୍କ ନିର୍ଯାନତାରେ ଅତିଷ୍ଠ ହୋଇ ଜଣେ ମହିଳା ତାଙ୍କ ମା’ବାପାଙ୍କ ସହ ରାସ୍ତାରେ ଶୋଇ ପ୍ରତିବାଦ ଜଣାଇବା ସ୍ଥାନୀୟ ଅଞ୍ଚଳରେ ଚର୍ଚ୍ଚାର ବିଷୟ ପାଲଟିଥିଲା।
ପ୍ରକାଶ ଯେ, ଭଦ୍ରକ ଜିଲା ତିହିଡ଼ି ଥାନା ଅଧୀନ କମାରିଆ ଗ୍ରାମର ନିରାକାର ସାହୁ ଥାନାରେ କରିଥିବା ଅଭିଯୋଗ ଅନୁଯାୟୀ ତାଙ୍କ ଝିଅ ସୁଜାତା ସେହି ଗ୍ରାମର ଶଚିନ ଗିରିଙ୍କ ପୁଅ ରଞ୍ଜିତଙ୍କୁ ୭ ବର୍ଷ ତଳେ ବୈଦିକ ରୀତିରେ ବିବାହ କରିଥିଲେ। ବିବାହ ସମୟରେ ନଗଦ ଟଙ୍କା ଓ ଅନ୍ୟାନ୍ୟ ଆସବାବପତ୍ର ଆଦି ଯୌତୁକ ବାବଦକୁ ଦିଆଯାଇଥିଲା। ତେବେ ପ୍ରଥମ ୨ବର୍ଷ ସବୁକିଛି ଭଲରେ ଯିବା ପରେ ଶ୍ୱଶୁର ଘର ତରଫରୁ ବୋହୂ ଉପରେ ନିର୍ଯାତନା ଆରମ୍ଭ ହୋଇଥିଲା। ଶାଶୁ ଘର ଲୋକେ ଶାରୀରିକ ଓ ମାନସିକ ନିର୍ଯାତନା ଦେଉଥିଲେ। ୨ ମାସ ତଳେ ସୁଜାତାଙ୍କୁ ବାହାର କରିଦେବାରୁ ସେ ବାପ ଘରେ ରହୁଥିଲେ। ମଙ୍ଗଳବାର ସୁଜାତା ନିଜ ଶ୍ୱଶୁର ଘରକୁ ଯାଇଥିବା ବେଳେ ତାଙ୍କୁ ନିସ୍ତୁକ ମାଡ଼ ମରାଯାଇଥିଲା। ଏ ନେଇ ସୁଜାତାଙ୍କ ବାପା ଓ ମାଆ ବୁଧବାର ସକାଳେ ପଚାରିବାକୁ ଯାଇଥିଲେ। ଝିଅ ଶ୍ୱଶୁର ଘର ଲୋକେ ତାଙ୍କୁ ବୋତଲ ଫିଙ୍ଗି ଆକ୍ରମଣ କରିଥିଲେ ବୋଲି ନିରାକାର ଅଭିଯୋଗ କରିଥିଲେ। ପରେ ସୁଜାତା, ତାଙ୍କ ବାପା ଓ ମା’ କମାରିଆ ବଜାର ନିକଟରେ ଭଦ୍ରକ-ଚାନ୍ଦବାଲି ରାସ୍ତାରେ ଶୋଇ ପ୍ରତିବାଦ କରିଥିଲେ। ଫଳରେ ଘଣ୍ଟାଏରୁ ଉଦ୍ଧର୍‌ବ ସମୟ ଧରି ଯାନବାହନ ଚଳାଚଳ ବନ୍ଦ ରହିଥିଲା। ଖବର ପାଇ ତିହିଡ଼ି ପୋଲିସ ଘଟଣାସ୍ଥଳରେ ପହଞ୍ଚତ୍ ସେମାନଙ୍କୁ ବୁଝାଶୁଝା କରି ରାସ୍ତା ଅବରୋଧ ହଟାଇଥିଲା। ସୁଜାତାଙ୍କ ଶାଶୁ ଓ ସ୍ବାମୀଙ୍କୁ ଥାନାକୁ ଆଣି ପଚରା ଉଚରା କରାଯାଉଥିବା ପୋଲିସ କହିଛି।


Enter your email to get our daily news in your inbox.

All Right Reserved By Dharitri.Com

ପୁଅଙ୍କୁ ଭୁଜାଲିରେ ହାଣି ହତ୍ୟାକଲେ ବାପା

ଭଦ୍ରକ,୧ା୫: ପାରିବାରିକ କଳହର କରୁଣ ପରିଣତି ଦେଖିବାକୁ ମିଳିଛି ଭଦ୍ରକ ଜିଲା ବନ୍ତ ଥାନା ଗୋବିନ୍ଦପୁର ପଞ୍ଚାୟତ ସୁନାଗଡ଼ିଆ ଗାଁରେ। ଘରେ ଖାଉଥିବା ସମୟରେ ସାମାନ୍ୟ...

ସମାଜ ଗଠନରେ ଶ୍ରମିକଙ୍କ ତ୍ୟାଗ ଅନୁଳନୀୟ

ଭଦ୍ରକ,୧।୫(ସନାତନ ରାଉତ): ଭଦ୍ରକ ବରପଦା ଇଞ୍ଜିନିୟରିଂ କଲେଜ କର୍ମଚାରୀମାନେ ବୁଧବାର ଶ୍ରମିକ ଦିବସ ପାଳନ କରିଛନ୍ତି l କର୍ମଚାରୀ ସଂଗଠନର ୪୧ତମ ଶ୍ରମିକ ଦିବସ ପାଳନ...

ଖାଇବା ପାଇଁ ବେଲା ନ ଦେବାରୁ ବୋହୂଙ୍କୁ ହତ୍ୟା

ତିହିଡ଼ି,୧।୫ (ସଞ୍ଜିତ ବଳ):ଖାଇବା ପାଇଁ ବେଲା ନ ଦେବାରୁ ବୋହୂଙ୍କୁ ଏକ ଶାଢ଼ି ଦ୍ୱାରା ଶ୍ୱାସରୁଦ୍ଧ କରି ଶାଶୁ ଓ ଶ୍ୱଶୁର ହତ୍ୟା କରିଛନ୍ତି। ସୋମବାର...

ଲୋକଙ୍କ ସ୍ନେହ ଶ୍ରଦ୍ଧା ମୋ ପାଇଁଁ ଆଶୀର୍ବାଦ: ସଞ୍ଜୀବ

ଭଣ୍ଡାରିପୋଖରୀ,୩୦।୪(ରବିନାରାୟଣ ଖିଲାର): ଲୋକଙ୍କ ସ୍ନେହ, ଶ୍ରଦ୍ଧା ତାଙ୍କ ପାଇଁଁ ଆଶୀର୍ବାଦ ବୋଲି ଭଣ୍ଡାରିପୋଖରୀ ବିଧାୟକ ପ୍ରାର୍ଥୀ ସଞ୍ଜୀବ କୁମାର ମଲ୍ଲିକ ରାମଚନ୍ଦ୍ରପୁର ପଞ୍ଚାୟତରେ ଅନୁଷ୍ଠିତ  ବିଜେଡି...

ଭାଜପାରେ ମିଶିଲେ ୩୦ ପରିବାର

ଚାନ୍ଦବାଲି,୩୦ା୪(କିଷାନ ପାତ୍ର): ଚାନ୍ଦବାଲି ବ୍ଲକର ବଡ଼ଓସ୍ତିଆ ପଞ୍ଚାୟତରେ ଭାଜପା ପକ୍ଷରୁ ମିଶ୍ରଣ ପର୍ବ ଅନୁଷ୍ଠିତ ହୋଇଯାଇଛି। ଶ୍ରୀଧର ସାହୁଙ୍କ ନେତୃତ୍ୱରେ ୩୦ ପରିବାର ବିଜେଡି ଛାଡ଼ି...

ଜମୁଛି ପ୍ରଚାର: ଗାଁ ମୁହାଁ ପ୍ରାର୍ଥୀ

ଆଗରପଡ଼ା,୨୮।୪(ସୁଶାନ୍ତ ଦାଶ): ଭଣ୍ଡାରିପୋଖରୀ ବିଧାନସଭା ନିର୍ବାଚନ ମଣ୍ଡଳୀର ବିଜେଡି ବିଧାୟକ ପ୍ରାର୍ଥୀ ସଞ୍ଜୀବ ମଲ୍ଲିକ ବନ୍ତ ବ୍ଲକର ୧୪ ନଂ. ଆଗରପଡ଼ା ଜୋନ୍‌ର ବିଭିନ୍ନ ପଞ୍ଚାୟତ...

ଭାଜପାରୁ ଲଢ଼ିବେ ବାଣୀକଲ୍ୟାଣ

ବାସୁଦେବପୁର,୨୮।୪(ନାରାୟଣ ପ୍ରସାଦ ବାରିକ୍‌)ଭଦ୍ରକ ଜିଲା ବାସୁଦେବପୁର ବିଧାନସଭା କ୍ଷେତ୍ର ପାଇଁ ନବାଗତ ଯୁବନେତା ବାଣୀକଲ୍ୟାଣ ମହାନ୍ତିଙ୍କୁ ପ୍ରାର୍ଥୀ ଭାବେ ଭାଜପା ଶନିବାର ଘାଷଣା କରିଛି। ଯୁବ...

କାଦବରାଙ୍ଗରେ ରାଜନୈତିକ ହିଂସା

ଆଗରପଡ଼ା,୨୮ା୪(ସୁଶାନ୍ତ ଦାଶ)ସାଧାରଣ ନିର୍ବାଚନ ପାଖେଇ ଆସୁଥିବା ବେଳେ ଶୁକ୍ରବାର ରାତିରେ ଆଗରପଡ଼ା ଥାନା ଅଧୀନ କାଦବରାଙ୍ଗ ବଜାରରେ ରାଜନୈତିକ ହିଂସା ଘଟିଛି। ଏହି ବିବାଦରୁ ଦୋକାନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri