୨ ବଳାତ୍କାରୀଙ୍କୁ ଫାଶୀ ଦଣ୍ଡାଦେଶ ପରେ ବଧୂ ବେଶରେ ସଜେଇ ହେଲା ଏହି ପୋଲିସ ଷ୍ଟେଶନ, ଜାଣନ୍ତୁ କାହିଁକି

ମୁମ୍ବାଇ,୧୪ା୮: ବର୍ଷକ ତଳେ ମହାରାଷ୍ଟ୍ରର ବୁଲଧାନାରେ ଏକ ଗଣବଳାତ୍କାର ହୋଇଥିଲା। ଗୁରୁବାର ବୁଲଧାନାର ସ୍ବତନ୍ତ୍ର ଜିଲା ଏବଂ ଅଧିବେଶନ କୋର୍ଟ ଏହି ମାମଲାରେ ଦୁଇ ଅଭିଯୁକ୍ତଙ୍କୁ ମୃତ୍ୟୁଦଣ୍ଡ ଦେଇଛନ୍ତି। କୋର୍ଟଙ୍କ ନିଷ୍ପତ୍ତି ପରେ, ଚିଖାଲି ପୋଲିସ ଷ୍ଟେଶନର କର୍ମଚାରୀମାନେ ପୂରା ପୋଲିସ ଷ୍ଟେଶନକୁ ବଧୂବେଶରେ ସଜାଇ ବାଣ ଫୁଟାଇଥିଲେ।

୨୬ ଏପ୍ରିଲ ୨୦୧୯ ରାତିରେ ଚିଖାଲି ସହରରେ ୨ ଜଣ ଯୁବକ ୯ ବର୍ଷର ନାବାଳିକାଙ୍କୁ ବଳାତ୍କାର କରିଥିଲେ। ନାବାଳିକା ଜଣକ ତାଙ୍କ ମାତାପିତାଙ୍କ ସହ ଶୋଇଥିବା ବେଳେ ତାଙ୍କୁ ଉଠାଇ ନେଇ ଏକ ନିର୍ଜନ ସ୍ଥାନରେ ଯୁବକ ଦ୍ୱୟ ବଳାତ୍କାର କରିଥିଲେ।

ପୀଡ଼ିତାଙ୍କ ପିତାଙ୍କ ଅଭିଯୋଗରେ ଅଭିଯୁକ୍ତ ସାଗର ବିଶ୍ୱନାଥ ବୋରକର ଏବଂ ନିଖିଲ ଶିବାଜୀ ଗୋଲିତଙ୍କ ବିରୋଧରେ ବଳାତ୍କାର, ପକ୍ସୋ ଏବଂ ଅତ୍ୟାଚାର ମାମଲା ରୁଜୁ ହୋଇଥିଲା।

ଏହି ଜଘନ୍ୟ ଅପରାଧ ହେତୁ ସମଗ୍ର ଜିଲାରେ କ୍ରୋଧର ବହ୍ନି ଜଳୁଥିଲା। ଚିଖଲି ସହରରେ ନାଗରିକମାନେ ଅଭିଯୁକ୍ତଙ୍କୁ ଯଥାଶୀଘ୍ର ଧରିବା ପାଇଁ ଦାବି କରିଥିଲେ। ଏପରିକି ସହରକୁ ଗୋଟିଏ ଦିନ ପାଇଁ ସମ୍ପୂର୍ଣ୍ଣ ବନ୍ଦ କରାଯାଇଥିଲା।

ଏହି ଘଟଣା ପରେ ନାବାଳିକାଙ୍କ ଚିକିତ୍ସା କରିଥିବା ମହିଳା ଡାକ୍ତର କହିଛନ୍ତି ଯେ, ଔରଙ୍ଗାବାଦରେ ପୀଡ଼ିତାଙ୍କ ଦୁଇଟି ବଡ଼ ଅପରେଶନ କରାଯାଇଛି। ସେ କହିଛନ୍ତି ଯେ, ମୁଁ ଭଗବାନଙ୍କ ନିକଟରେ ପ୍ରାର୍ଥନା କରୁଛି ଏମିତି ଘଟଣା କାହା ସହ ନ ଘଟୁ।

ଚିଖାଲି ପୋଲିସ ଷ୍ଟେଶନର ଇନ୍ସପେକ୍ଟର ଗୁଲାବ୍ରାଓ ବାଗ୍‌ କହିଛନ୍ତି ଯେ, ପୀଡ଼ିତାଙ୍କ ମା’ଙ୍କ ମାନସିକ ଅବସ୍ଥା ଭଲ ନାହିଁ। ଚିଖାଲି ପୋଲିସର ସମସ୍ତ କର୍ମଚାରୀ ଏହି ପୀଡ଼ିତା ପରିବାରକୁ ସମସ୍ତ ସମ୍ଭାବ୍ୟ ସାହାଯ୍ୟ ସହଯୋଗ ପାଇଁ ଚେଷ୍ଟା କରିଥିଲେ। ଅଭିଯୁକ୍ତ ଦ୍ୱୟଙ୍କୁ ମୃତ୍ୟୁଦଣ୍ଡରେ ଦଣ୍ଡିତ କରିଥିବାରୁ ଖୁସିରେ ଚିଖାଲି ପୋଲିସ ଷ୍ଟେଶନର କର୍ମଚାରୀମାନେ ଏହାକୁ ବଧୂ ବେଶରେ ସଜାଇ ବାଣ ଫୁଟାଇଥିଲେ। ଭାରତ ଇତିହାସରେ ଏହା ପ୍ରଥମ ପୋଲିସ ଷ୍ଟେଶନ ହେବ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗାଡି ଧକ୍କାରେ ଚାଲିଗଲା ମହିଳାଙ୍କ, କ୍ଷତିପୂରଣ ଦାବିରେ ରାସ୍ତାରୋକୋ

ଲାଞ୍ଜିଗଡ଼, ୧ା୧(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ଥାନା ଆଶ୍ରମପଡା ନିକଟରେ ଗୁରୁବାର ଏକ ଅଜଣା ଗାଡି ଧକ୍କାରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି।...

ୟୁକ୍ରେନ୍‌ର ଡ୍ରୋନ୍‌ ଆକ୍ରମଣ: ଚାଲିଗଲା ୨୪ ଜୀବନ

କିଭ୍‌,୧ା୧ରୁଷିଆ ଅଧିକୃତ ଖେର୍‌ସନ ଅଞ୍ଚଳର ଏକ ଗ୍ରାମରେ ୟୁକ୍ରେନ୍‌ର ଡ୍ରୋନ୍‌ ଆକ୍ରମଣରେ ୨୪ ଜଣଙ୍କ ମୃତ୍ୟୁ ଘଟିବା ସହ ଅନୂ୍ୟନ ୫୦ ଜଣ ଆହତ ହୋଇଛନ୍ତି।...

Self Care Routine:୨୦୨୬ରେ ନିଜର ଯତ୍ନ ନେବାକୁ କରିଛନ୍ତି କି ପ୍ରତିଜ୍ଞା? ଜାଣି ରଖନ୍ତୁ କିଛି ଟିପ୍ସ

ଆଜିର ବ୍ୟସ୍ତବହୁଳ ଜୀବନଚର୍ଯ୍ୟା ମଧ୍ୟରେ ନିଜର ଯତ୍ନ(ସେଲ୍ଫ କେୟାର) ଅତ୍ୟନ୍ତ ଜରୁରୀ। କାରଣ ଯେତେବେଳେ ଆମେ ନିଜର ଯତ୍ନ ନେଉନା, ସେତେବେଳେ ଧୀରେ ଧୀରେ ଥକାପଣ,...

ନୂଆବର୍ଷରେ ସ୍ତ୍ରୀଙ୍କୁ ହତ୍ୟା କଲା ସ୍ୱାମୀ

ସୁନ୍ଦରଗଡ଼,୧।୧(ଜୟ ନାରାୟଣ ମେଣ୍ଡୁଳି): ସୁନ୍ଦରଗଡ଼ ଜିଲା ହେମଗିର ଥାନା ଅଧୀନ ଖୁଟିପାନି ଗ୍ରାମରେ ଗୁରୁବାର ନୁଆବର୍ଷ ଅବସରରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ସ୍ୱାମୀଙ୍କ...

ହୋଇପାରେ ସାମୀଙ୍କ ପ୍ରତ୍ୟାବର୍ତ୍ତନ, ସଙ୍କଟରେ ଏହି ଖେଳାଳିଙ୍କ ସ୍ଥାନ

ନୂଆଦିଲ୍ଲୀ,୧।୧: ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ଆସନ୍ତା ଜାନୁଆରୀ ୧୧ ତାରିଖରୁ ଆରମ୍ଭ ହେବ। ଏହି ତିନି ମ୍ୟାଚ୍‌ ବିଶିଷ୍ଟ ଦିନିକିଆ ସିରିଜ୍ ପାଇଁ ଭାରତୀୟ...

ଜାନୁଆରୀ ୨୦୨୬ରେ କ’ଣ କରିବେ ଏବଂ କ’ଣ ନ କରିବେ; ରାଶି ଅନୁସାରେ ଜାଣନ୍ତୁ…

ନୂଆବର୍ଷ ୨୦୨୬ ଆରମ୍ଭ ହୋଇସାରିଛି ଏବଂ ଜାନୁଆରି ମାସ ସବୁ ରାଶି ପାଇଁ ଗୁରୁତ୍ୱପୂର୍ଣ୍ଣ ସନ୍ଦେଶ ଆଣିଛି। ଜ୍ୟୋତିଷ ଶାସ୍ତ୍ର ଅନୁଯାୟୀ, ଏହି ମାସରେ ଗ୍ରହମାନଙ୍କ...

ନାତୁଣୀଙ୍କୁ ଦୁର୍ବ୍ୟବହାର, ପ୍ରତିବାଦ କରିବାରୁ ଗାଁ ଦାଣ୍ଡରେ ବୃଦ୍ଧଙ୍କୁ ପିଟି ପିଟି ହତ୍ୟା; ମୃତଦେହ…

ଦିଗପହଣ୍ଡି,୧।୧(ଅଶେଷ ନାଥ ମିଶ୍ର): ନୂଆବର୍ଷରେ ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଚଷା ନିମଖଣ୍ଡି ପଞ୍ଚାୟତ ସିନ୍ଧବା ଗ୍ରାମରେ ଜଣେ ବୃଦ୍ଧ ସନିଆ ଗୌଡ଼(୮୫)ଙ୍କୁ ଗୁରୁବାର ସକାଳ...

ଫେବୃଆରୀ ୧ରୁ FASTag ନିୟମରେ ହେବ ବଡ଼ ପରିବର୍ତ୍ତନ

ନୂଆଦିଲ୍ଲୀ,୧।୧: କେନ୍ଦ୍ର ସରକାର FASTag ନିୟମରେ ବଡ଼ ପରିବର୍ତ୍ତନ କରିବାକୁ ଯାଉଛନ୍ତି। ଏହା ଅଧୀନରେ, ଗାଡ଼ି ମାଲିକଙ୍କୁ FASTag ପାଇବା ପାଇଁ ଆଉ KYC ପୂରଣ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri