Posted inଖେଳ

ପ୍ରତିଶ୍ରୁତି ରକ୍ଷା କରିବେ ମ୍ୟାକ୍‌ଡୋନାଲ୍ଡ

ସିଡ୍‌ନୀ, ୧୫।୮(ପି.ଟି.)- ଅଷ୍ଟ୍ରେଲିଆର ସିନିୟର ସହକାରୀ କୋଚ୍‌ ଆଣ୍ଡ୍ର୍ୟୁ ମ୍ୟାକଡୋନାଲ୍ଡ ଆସନ୍ତା ମାସରେ ଦଳସହ ଇଂଲଣ୍ଡ ଗସ୍ତରେ ଯାଇପାରିବେ ନାହିଁ। ପୂର୍ବ ପ୍ରତିଶ୍ରୁତି ଅନୁସାରେ ସେ ଇଣ୍ଡିଆନ ପ୍ରିମିୟର ଲିଗ୍‌(ଆଇପିଏଲ) ଫ୍ରାଞ୍ଚାଇଜ୍‌ ରାଜସ୍ଥାନ ରୟାଲ୍ସ ସହିତ ରହିବେ। ପୂର୍ବତନ ଅଷ୍ଟ୍ରେଲୀୟ ଅଲରାଉଣ୍ଡର ମ୍ୟାକ୍‌ଡୋନାଲ୍ଡ ଗତବର୍ଷ ରାଜସ୍ଥାନ ରୟାଲ୍ସର ମୁଖ୍ୟ କୋଚ୍‌ ନିଯୁକ୍ତ ହୋଇଛନ୍ତି। ପ୍ୟାଡି ଅପ୍‌ଟନଙ୍କ ସ୍ଥାନରେ ସେ ଏହି ଦାୟିତ୍ୱ ପାଇଛନ୍ତି। ଇଂଲଣ୍ଡ ଗସ୍ତରେ ଯାଇ ଅଷ୍ଟ୍ରେଲିଆ ସେପ୍ଟେମ୍ବର ୪ରୁ ୧୬ ପର୍ଯ୍ୟନ୍ତ ୩ଟି ଲେଖାଏ ଟି୨୦ ଓ ଦିନିକିଆ ମ୍ୟାଚ ଖେଳିବା କାର୍ଯ୍ୟକ୍ରମ ରହିଛି। ଆଇପିଏଲର ୧୩ତମ ସଂସ୍କରଣ ୟୁନାଇଟେଡ ଆରବ ଏମିରେଟ୍ସ(ୟୁଏଇ)ରେ ସେପ୍ଟେମ୍ବର ୧୯ରୁ ନଭେମ୍ବର ୧୦ ପର୍ଯ୍ୟନ୍ତ ଅନୁଷ୍ଠିତ ହେବ। ଏଥିରେ ଭାଗ ନେବାପାଇଁ ରୟାଲ୍ସ ଅଗଷ୍ଟ ୨୦ ପରେ ୟୁଏଇ ଯିବାର କାର୍ଯ୍ୟକ୍ରମ ରହିଛି। ତେଣୁ ଆଇପିଏଲ ଶେଷ ହେବାପରେ ଯାଇ ମ୍ୟାକଡୋନାଲ୍ଡ ଅଷ୍ଟ୍ରେଲିଆ ଦଳ ସହିତ ଯୋଗଦେଇ ପାରିବେ। ଡେଭିଡ ଓ୍ବାର୍ନର, ବେନ୍‌ ଷ୍ଟୋକ୍ସ, ଜୋଫ୍ରା ଆର୍ଚର, ଷ୍ଟିଭ୍‌ ସ୍ମିଥ ଏବଂ ପ୍ୟାଟ୍‌ କୁମିନ୍ସଙ୍କ ସମେତ ଇଂଲଣ୍ଡ ଓ ଅଷ୍ଟ୍ରେଲିଆର ଅନେକ ଖେଳାଳି ଆଇପିଏଲର ପ୍ରଥମ ସପ୍ତାହରେ ଖେଳି ପାରିବେ ନାହିଁ। ଟୁର୍ନାମେଣ୍ଟର ଷ୍ଟାଣ୍ଡାର୍ଡ ଅପରେଟିଂ ପ୍ରୋସିଜିଓର(ଏସଓପି) ଅନୁସାରେ ଖେଳାଳି ଏବଂ ଅଫିସିଆଲମାନେ ୟୁଏଇରେ ପହଞ୍ଚତ୍ବାପରେ ୬ ଦିନ କ୍ୱାରାଣ୍ଟାଇନ୍‌ରେ ରହିବା ବାଧ୍ୟତାମୂଳକ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ବିରାଟ-ରୋହିତଙ୍କୁ ଟେଷ୍ଟରୁ ଅବସର ନେବାକୁ କରାଯାଇଥିଲା ବାଧ୍ୟ! ଏହି ଖେଳାଳିଙ୍କ ବୟାନ ପରେ କ୍ରିକେଟ ଜଗତରେ ଝଡ

ନୂଆଦିଲ୍ଲୀ,୩୧।୧୨: କ୍ରିକେଟର ଦୁଇ ବଡ ନାମ ବିରାଟ କୋହଲି ଏବଂ ରୋହିତ ଶର୍ମାଙ୍କ ହଠାତ୍‌ ଟେଷ୍ଟ କ୍ରିକେଟରୁ ଅବସରକୁ ନେଇ ଚର୍ଚ୍ଚା ପୁଣି ଥରେ ତୀବ୍ର...

ଆର୍‌ସିବିକୁ ବଡ଼ ଝଟ୍‌କା, ଏହି କାରଣରୁ ଖେଳିବେ ନାହିଁ…

ନୂଆଦିଲ୍ଲୀ, ୩୦।୧୨: ମହିଳା ପ୍ରିମିଅର୍ ଲିଗ୍ (WPL) ୨୦୨୬ ଆରମ୍ଭ ହେବାକୁ ମାତ୍ର କିଛି ଦିନ ବାକି ଥିବାବେଳେ ରୟାଲ୍ ଚ୍ୟାଲେଞ୍ଜର୍ସ ବେଙ୍ଗଲୁରୁ (RCB) ଟିମ୍‌କୁ...

ଟିମ୍‌ ଇଣ୍ଡିଆକୁ ଫେରିପାରନ୍ତି ମହମ୍ମଦ ସାମି: ବିଶ୍ୱକପ୍ ପୂର୍ବରୁ ବଦଳିପାରେ ଚୟନକର୍ତ୍ତାଙ୍କ ନିଷ୍ପତି

ମୁମ୍ବାଇ,୩୦।୧୨: ଅଭିଜ୍ଞ ଦ୍ରୁତ ବୋଲର ମହମ୍ମଦ ସାମିଙ୍କୁ ନେଇ ବିସିସିଆଇ ଚୟନକର୍ତ୍ତା ଏକ ବଡ଼ ନିଷ୍ପତ୍ତି ନେବାକୁ ଯାଉଛନ୍ତି। ଫିଟ୍‌ନେସ୍‌ ଏବଂ ବୟସକୁ ନେଇ ଚାଲିଥିବା...

ମୁଜାଗଡ଼ କ୍ରିକେଟ୍ ଟୁର୍ଣ୍ଣାମେଣ୍ଟ, ସାନକୋଦଣ୍ଡାକୁ ହରାଇ ବୋଇରାଣୀ ଚାମ୍ପିୟନ

ଭଞ୍ଜନଗର,୩୦।୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ମୁଜାଗଡ଼ରେ ଆଜକୁ ଏକ ସପ୍ତାହ ଧରି ଚାଲିଥିବା ମୁଜାଗଡ କ୍ରିକେଟ୍ ଟୁର୍ଣ୍ଣାମେଣ୍ଟର ଫାଇନାଲ ମ୍ୟାଚ୍ ମଙ୍ଗଳବାର ସାନକୋଦଣ୍ଡା ଓ...

ଆଇସିସି ମହିଳା ର଼୍ୟାଙ୍କିଙ୍ଗରେ ଦୀପ୍ତି ନମ୍ବର ଓ୍ବାନ୍‌

ଦୁବାଇ, ୩୦ା୧୨: ଆଇସିସି ଅନ୍ତର୍ଜାତୀୟ ଟି୨୦ ପ୍ଲେୟର୍ସ ର଼୍ୟାଙ୍କିଙ୍ଗ ତାଲିକାରେ ଭାରତର ବିସ୍ଫୋରକ ଓପନର ଶେଫାଳୀ ବର୍ମା ୬ଷ୍ଠ ସ୍ଥାନକୁ ଉନ୍ନୀତ ହୋଇଛନ୍ତି। ଏହି ୨୧...

ଟି-୨୦ ବିଶ୍ୱକପରୁ ବାଦ୍‌ ପଡିଲେ ଏହି ୩ ଷ୍ଟାର ଖେଳାଳି, ଆଇପିଏଲ ନିଲାମରେ କୋଟି କୋଟି ଟଙ୍କା ମିଳି ମଧ୍ୟ…

ନୂଆଦିଲ୍ଲୀ,୩୦।୧୨: ୨୦୨୬ ଟି୨୦ ବିଶ୍ୱକପ ପାଇଁ ଇଂଲଣ୍ଡର ଦଳ ଘୋଷଣା କରାଯାଇଛି। ଇସିବି ଅସ୍ଥାୟୀ ଦଳ ପ୍ରକାଶ କରିଛି। ଦଳରେ ହ୍ୟାରି ବ୍ରୁକ (ଅଧିନାୟକ), ଜୋଫ୍ରା...

ବଲିଉଡ ଅଭିନେତ୍ରୀଙ୍କ ବିସ୍ଫୋରକ ବୟାନ, ବିବାହିତ ସୂରିୟାଙ୍କୁ ନେଇ ଚର୍ଚ୍ଚା

ମୁମ୍ବାଇ,୩୦।୧୨: ଭାରତୀୟ ଟି-୨୦ କ୍ରିକେଟ ଦଳର ଅଧିନାୟକ ସୂର୍ଯ୍ୟକୁମାର ଯାଦବଙ୍କୁ ନେଇ ଚାଞ୍ଚଲ୍ୟକର ଦାବି କରିଛନ୍ତି ବଲିଉଡ ଅଭିନେତ୍ରୀ। ପୂର୍ବରୁ ଅନେକ ଅଭିନେତ୍ରୀଙ୍କ ସହିତ କ୍ରିକେଟରଙ୍କ...

୨୦୨୬ ଟି-୨୦ ବିଶ୍ୱକପ ପାଇଁ ଦଳ ଘୋଷଣା କଲା ଇଂଲଣ୍ଡ, ଜାଣନ୍ତୁ କାହାକୁ ମିଳିଲା ସ୍ଥାନ

ନୂଆଦିଲ୍ଲୀ,୩୦।୧୨: ଇଂଲଣ୍ଡ ଏବଂ ୱେଲ୍ସ କ୍ରିକେଟ ବୋର୍ଡ (ECB) ଭାରତରେ ହେବାକୁ ଥିବା ୨୦୨୬ ଟି-୨୦ ବିଶ୍ୱକପ ପାଇଁ ଏହାର ଦଳ ଘୋଷଣା କରିଛି। ଆଶ୍ଚର୍ଯ୍ୟଜନକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri