୨ ଦିନ ପ୍ରବଳ ବର୍ଷା

ଭୁବନେଶ୍ୱର,୧୫।୮(ବ୍ୟୁରୋ): ଉତ୍ତର ଓଡ଼ିଶା ଓ ଏହାର ଆଖପାଖ ଅଞ୍ଚଳରେ ଏକ ଲଘୁଚାପ ସୃଷ୍ଟି ହୋଇଛି। ଏଥିସହିତ ସମୁଦ୍ର ପତ୍ତନରୁ ୭.୬ କିମି ଉପର ଦକ୍ଷିଣ ପଶ୍ଚିମ ଦିଗରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଏହାର ପ୍ରଭାବରେ ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ଅଧିକ ସକ୍ରିୟ ହୋଇଛି। ଏଥିଯୋଗୁ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ପୁରୀ, ଜଗତ୍‌ସିଂହପୁର, ସମ୍ବଲପୁର, ଅନୁଗୋଳ ଏବଂ ଦେବଗଡ଼ ଜିଲାର କେତେକ ଅଞ୍ଚଳରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ବର୍ଷାଯୋଗୁ ଏହି ଜିଲାଗୁଡ଼ିକର ତଳିଆ ଅଞ୍ଚଳ ଜଳମଗ୍ନ ହେବା ସହ ମାଟିରାସ୍ତା, କଚ୍ଚାଘର ନଷ୍ଟ ହେବାର ସମ୍ଭାବନା ରହିଛି। କେନ୍ଦ୍ରାପଡ଼ା, କଟକ, ଜଗତ୍‌ସିଂହପୁର, ଭଦ୍ରକ, ଢେଙ୍କାନାଳ, ବୌଦ୍ଧ, ସୁବର୍ଣ୍ଣପୁର, ବରଗଡ଼, ବଲାଙ୍ଗୀର ଜିଲାର କେତେକ ସ୍ଥାନରେ ଅତିପ୍ରବଳ ବର୍ଷା ସମ୍ଭାବନା ରହିଛି। କନ୍ଧମାଳ, କଳାହାଣ୍ଡି, ଗଞ୍ଜାମ, ଖୋର୍ଦ୍ଧା, ନୟାଗଡ଼, ମାଲକାନଗିରି, ସୁନ୍ଦରଗଡ଼ରେ ପ୍ରବଳ ବର୍ଷା ହେବ। ଲଘୁଚାପ ଯୋଗୁ ଉପକୂଳରେ ଘଣ୍ଟାକୁ ୪୫ରୁ ୫୫ କିମି ବେଗରେ ପବନ ବହିବାର ସମ୍ଭାବନା ଅଛି। ଏଥିପାଇଁ ମତ୍ସ୍ୟଜୀବୀଙ୍କୁ ସତର୍କ କରାଯାଇଛି। ସ୍ବତନ୍ତ୍ର ରିଲିଫ୍‌ କମିଶନରଙ୍କ କାର୍ଯ୍ୟାଳୟ ପକ୍ଷରୁ ଜିଲାପାଳମାନଙ୍କୁ ସତର୍କ କରାଯିବା ସହ ୨୪ ଘଣ୍ଟିଆ କଣ୍ଟ୍ରୋଲ ରୁମ୍‌ ଖୋଲିବାକୁ ନିର୍ଦ୍ଦେଶ ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଦୁର୍ଘଟଣାରେ ଭାଜପା ନେତାଙ୍କ ପରଲୋକ

ଭଞ୍ଜନଗର,୨୧।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବାର ଆସୋସିଏଶନ ଯୁବ ଆଇନଜୀବୀ ତଥା ଭାଜପା ନେତା ଅରୁଣ ପ୍ରଧାନଙ୍କ ରବିବାର ରାତିରେ ତାରସିଂ ଥାନା ଅନ୍ତର୍ଗତ...

ଆର୍ଥିକ ସଙ୍କଟରେ ପାକିସ୍ତାନ ହକି ଖେଳାଳି

କରାଚୀ, ୨୧ା୧୨: ପାକିସ୍ତାନ ହକି ଖେଳାଳିମାନେ ଆର୍ଥିକ ସମସ୍ୟା ସହିତ ଜଡ଼ିତ ଅଛନ୍ତି। କାରଣ ସେମାନଙ୍କର ଲକ୍ଷ ଲକ୍ଷ ଟଙ୍କା ବକେୟା ପାଉଣା ପଡ଼ି ରହିଛି।...

ଖସଡ଼ା ଜଳପ୍ରପାତକୁ ସଫା କରି ସମାଜକୁ ଦେଲେ ନିଆରା ବାର୍ତ୍ତା, ପର୍ଯ୍ୟଟନସ୍ଥଳୀର ସୁରକ୍ଷା ନିମନ୍ତେ ଅଣ୍ଟା ଭିଡ଼ିଲେ….

ମୋହନା,୨୧/୧୨( ମନ୍ମଥ ମିଶ୍ର ): ନୂଆବର୍ଷ ପାଖେଇ ଆସୁଥିବା ବେଳେ ଦିନକୁ ଦିନ ବଣଭୋଜି ପାଇଁ ବିଭିନ୍ନ ଦର୍ଶନୀୟ ସ୍ଥାନରେ ଜନ ସମାଗମ ଦେଖିବାକୁ ମିଳୁଛି...

ଭଞ୍ଜନଗରରେ ୩ଟି ଦୁର୍ଘଟଣା, ଜଣେ ମୃତ ୨ ଗୁରୁତର

ଭଞ୍ଜନଗର,୨୧/୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅଞ୍ଚଳରେ ରବିବାର ଅପରାହ୍ନରେ ଦୁଇଟି ଦୁର୍ଘଟଣା ଘଟିଛି। ଏଥିସହ ଶନିବାର ବିଳମ୍ବିତ ରାତିରେ ତାରସିଂ ଥାନା ଅଞ୍ଚଳରେ ଆଉ...

ହ୍ୟୁମାନ ମୃତ୍ୟୁ: ଏତଲାରେ ବୋହୂଙ୍କ ନାଁ, ଆବେଗଭରା ମନ୍ତବ୍ୟ ଦେଇ କହିଲେ ଅର୍ପିତା ଚୌଧୁରୀ….

କଟକ,୨୧ା୧୨: ହ୍ୟୁମାନ ସାଗରଙ୍କ ମୃତ୍ୟୁକୁ ଦିନ ପରେ ଦିନ ଗଡିଯାଉଥିବା ବେଳେ ସସପେନ୍ସ ଉପରୁ ପରଦା ଉଠିପାରୁ ନାହିଁ । ଆଜି ମା ଶେଫାଳି ସୁନା...

ବଡ଼ଦିନ ପୂର୍ବରୁ ଅଘଟଣ, ନାଳକୁ ଲୁଗା ସଫା କରିବାକୁ ଯାଇଥିବା ବେଳେ ସାପ କାମୁଡ଼ାରେ ମହିଳାଙ୍କ ମୃତ୍ୟୁ

ଗଜପତି୨୧/୧୨ (ଗିରିଧାରୀ ପରିଛା): ନଦୀକୁ ଲୁଗାପଟା ସଫା କରିବାକୁ ଯାଇ ସାପ କାମୁଡ଼ାରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି । ଆଜି ଏମିତି ଏକ ହୃଦୟ...

ଅଜଣା ଗାଡି ଧକ୍କାରେ ୨ ମୃତ, କ୍ଷତିପୂରଣ ଦାବିରେ ହରଡଖୋଲରେ ଏନଏଚ ଅବରୋଧ

ସୋନପୁର,୨୧/୧୨(ମୃତ୍ୟୁଞ୍ଜୟ ଶତପଥୀ): ସୋନପୁର ଥାନା ଅଧିନସ୍ଥ ୫୭ ନମ୍ବର ଜାତୀୟ ରାଜପଥର ହରଡ଼ଖୋଲ୍ ନିକଟରେ ରବିବାର ସନ୍ଧ୍ୟା ୬ଟାରେ ଏକ ମର୍ମନ୍ତୁଦ ସଡ଼କ ଦୁ୍ର୍ଘଟଣା ଘଟିଛି...

୫୦ ଫୁଟ ତଳକୁ ଖସିଲା ପିକନିକ୍ ବସ୍, ଜଣେ ମୃତ ୪ ଗୁରୁତର

ପାତ୍ରପୁର ୨୧/୧୨(ଉମା ଚରଣ ନେପାକ): ଗଞ୍ଜାମ ଜିଲା ଜରଡା ଥାନା ଅନ୍ତର୍ଗତ ବୁରାତାଲ୍ ପଞ୍ଚାୟତ ସାପୁଆଖତ ଠାରେ ବ୍ରହ୍ମପୁର ଏକ ଘୋରଇ ସ୍କୁଲ୍ ବସ ଦୁର୍ଘଟଣା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri