ପୋଲିସ ବିରୋଧରେ କାର୍ଯ୍ୟାନୁଷ୍ଠାନ ଦାବି କଲା ଓମ୍‌ସା

କେନ୍ଦ୍ରାପଡ଼ା ଅଫିସ, ୧୫ା୮: ଓଡିଶା ମେଡିକାଲ ସର୍ଭିସେସ୍‌ ଆସୋସିଏଶନ (ଓମ୍‌ସା) ପକ୍ଷରୁ ଶୁକ୍ରବାର ଟାଉନ ଥାନା ପୋଲିସ ବିରୋଧରେ କାର୍ଯ୍ୟାନୁଷ୍ଠାନ ଦାବି କରାଯାଇଛି। ଓମ୍‌ସା କର୍ମକର୍ତ୍ତା ଗଣମାଧ୍ୟମକୁ ସୂଚନା ଦେଇ କହିଛନ୍ତି, ଗତ ୩୧ ତାରିଖ ରାତିରେ ଟାଉନ ଥାନା ପୋଲିସ ସ୍ଥାନୀୟ ଡାକ୍ତରଙ୍କ ବିରୋଧରେ ଅମାନବୀୟ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛି। ସୀମିତ ଅବଧି ମଧ୍ୟରେ ଏ ନେଇ କାର୍ଯ୍ୟାନୁଷ୍ଠାନ ନ ହେଲେ ପରବର୍ତ୍ତୀ କାର୍ଯ୍ୟକ୍ରମ ସ୍ଥିର ହେବ ବୋଲି ନିଷ୍ପତ୍ତି ହୋଇଛି। ଓମ୍‌ସା ଜିଲା ଶାଖା ସଭାପତି ଡା. ଅଶୋକ କୁମାର କର ଓ ସମ୍ପାଦକ ସଞ୍ଜିତ କୁମାର ସେଠୀ କହିଛନ୍ତି ଯେ, ଆସୋସିଏଶନର ଡା. ଦେବାଶିଷ ସାହୁ ଓ ଡା. ଶିବାଶିଷ ସାହୁଙ୍କୁ ଗତ ୩୧ ତାରିଖ ରାତିରେ ଗିରଫ ସହ ମାଡ଼ ମରାଯାଇଛି। ପୁଣି ଏହାର ଫଟୋ ଭାଇରାଲ କରି ସାମାଜିକ ପ୍ରତିଷ୍ଠା ଉପରେ ଆଞ୍ଚ ଆଣିଛନ୍ତି ା ଥାନାର ଏ ପ୍ରକାର ମାନସିକତା ଗ୍ରହଣଯୋଗ୍ୟ ନୁହେଁ।


Enter your email to get our daily news in your inbox.

All Right Reserved By Dharitri.Com

୧୨ ବର୍ଷ ଧରି କୁକୁଡ଼ା ଚିଆଁ ଉତ୍ପାଦନ କେନ୍ଦ୍ର ବନ୍ଦ

କେନ୍ଦ୍ରାପଡ଼ା,୨୯ା୪ (ଜଗନ୍ନାଥ ଧଳ): ଛକ ବଜାରଠାରୁ ଗ୍ରାମାଞ୍ଚଳରେ କୁକୁଡା ମାଂସ ବିକ୍ରୟ କେନ୍ଦ୍ର ଭରପୂର ରହିଛି। କେଜି ପ୍ରତି ୨୨୦ରୁ ୩୫୦ ଟଙ୍କାରେ ମାଂସ ବିକ୍ରି...

ଗଣେଶ୍ୱରଙ୍କ ସମ୍ମୁଖରେ ଦୁଇ ମହିଳା ପ୍ରତିଦ୍ୱନ୍ଦ୍ୱୀ

କେନ୍ଦ୍ରାପଡ଼ା, ୨୯ା୪ (ଜଗନ୍ନାଥ ଧଳ):କେନ୍ଦ୍ରାପଡ଼ା ବିଧାନସଭା ନିର୍ବାଚନ ରାଜନୀତି ଏକ ରୋଚକ ସ୍ଥିତିରେ ପହଞ୍ଚତ୍ଛି। ରାଜ୍ୟର ପ୍ରମୁଖ ୩ ରାଜନୈତିକ ଦଳର ବିଧାୟକ ପ୍ରାର୍ଥୀ ଘୋଷଣା...

ପାନୀୟ ଜଳ ପ୍ରକଳ୍ପରୁ ବାହାରୁଛି ପଙ୍କୁଆ ପାଣି

ଡେରାବିଶ,୨୯ା୪ (ବେବର୍ତ୍ତା ଅଜୟ ଦାସ): ବର୍ତ୍ତମାନ ଦିନକୁଦିନ ତାପମାତ୍ରା ବୃଦ୍ଧି ପାଇ ଚାଲିଛି। ପାନୀୟ ଜଳ ପାଇବାରୁ ଗ୍ରାମବାସୀ ବଞ୍ଚିତ ହେଉଛନ୍ତି। ଏଭଳି ଅଭାବନୀୟ ଘଟଣା...

ବଢୁଛି ଇଟାଭାଟି, ପ୍ରଶାସନର ରହୁନି ଅଙ୍କୁଶ

ପଟ୍ଟାମୁଣ୍ଡାଇ, ୨୯ା୪ (କଳ୍ପତରୁ ନାୟକ): କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ବ୍ଲକ ଅଞ୍ଚଳରେ କିଛିଦିନ ହେଲା ଗ୍ରୀଷ୍ମ ପ୍ରବାହ ବଢ଼ି ପ୍ରବଳ ଖରା ସାଙ୍ଗକୁ ଗରମ ଓ...

ଅରିନ୍ଦମ୍‌ଙ୍କୁ ଗ୍ରହଣ କରିପାରୁନାହାନ୍ତି ଦଳୀୟ କର୍ମୀ

ସାଲେପୁର,୨୮।୪(ଅରବିନ୍ଦ ଭୂୟାଁ)ବହୁ କଳ୍ପନାଜଳ୍ପନା ପରେ ଶେଷରେ ସାଲେପୁର ବିଧାନସଭା ଆସନର ଭାଜପା ପ୍ରାର୍ଥୀଭାବେ ଓଡ଼ିଆ ଚଳଚ୍ଚିତ୍ର ଅଭିନେତା ତଥା କଟକର ଯୁବନେତା ଅରିନ୍ଦମ ରାୟଙ୍କ ନାମ...

ନୂଆ ବସ୍‌ଷ୍ଟାଣ୍ଡରେ ରହୁନାହିଁ ବସ୍‌

ଆଳି,୨୮ା୪(ବନମାଳୀ ସେନାପତି)ଦୀର୍ଘ ଦଶନ୍ଧି ଧରି କଟକ-ଚାନ୍ଦବାଲି ରାଜ୍ୟ ରାଜପଥ ଦେଇ ଆଳିରୁ ଦୈନିକ ୫୦ରୁ ଊର୍ଦ୍ଧ୍ୱ ଘରୋଇ ବସ୍‌ କଟକ ଭୁବନେଶ୍ୱର ଯାତାୟାତ କରୁଛି। ବସ୍‌ରେ...

୬୪ ଗାଁ ଚିହ୍ନଟରେ ସୀମିତ ସୁନାମି ମୁକାବିଲା

କେନ୍ଦ୍ରାପଡ଼ା,୨୮ା୪ (ଜଗନ୍ନାଥ ଧଳ)କେନ୍ଦ୍ରାପଡ଼ା ଜିଲା ପ୍ରାକୃତିକ ବିପର୍ଯ୍ୟୟପ୍ରବଣ। ଏହି ଜିଲାକୁ ପ୍ରତିବର୍ଷ ବନ୍ୟା, ବାତ୍ୟା ସହିତ ସୁନାମି ଭୟ ରହିଛି। ଏପରି ପ୍ରାକୃତିକ ବିପର୍ଯ୍ୟୟ ସମୟରେ...

ବଜ୍ରପାତରେ ମା’-ପୁଅଙ୍କ ଜୀବନ ଗଲା

ଡେରାବିଶ,୨୭ା୪(ଅଜୟ ବେବର୍ତ୍ତା): କେନ୍ଦ୍ରାପଡ଼ା ଜିଲା ଡେରାବିଶ ବ୍ଲକ ଖମୋଳ ପଞ୍ଚାୟତ ଅନ୍ତର୍ଗତ ଜହ୍ନିମୂଳ ଗ୍ରାମରେ ଶନିବାର ସନ୍ଧ୍ୟାରେ ବଜ୍ରପାତରେ ମା’ ଓ ପୁଅଙ୍କ ମୃତ୍ୟୁ ଘଟିଛି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri