ବିସ୍ଫୋରଣ ପରେ ଚେତିଲା ପୋଲିସ

ଖୋର୍ଦ୍ଧା ଅଫିସ,୧୮।୮: ଖୋର୍ଦ୍ଧା ଜିଲା ବେଗୁନିଆ ଥାନା ଅନ୍ତର୍ଗତ କଣ୍ଟାବାଡ଼ ଗ୍ରାମରେ ବାଣ ବିସ୍ଫୋରଣ ଘଟଣା ପରେ ପୋଲିସର ଚେତା ପଶିଛି। ସୋମବାର ବାଘମାରି ଥାନା ପୋଲିସ ଲେଖନପୁର ଗ୍ରାମରେ ଚଢ଼ାଉ କରି ବାଣ ସାମଗ୍ରୀ ଓ ବାରୁଦ ଜବତ କରିବା ସହ ଜଣଙ୍କୁ ଗିରଫ କରିଛି। ସେ ହେଲେ ଲକ୍ଷ୍ମୀଧର ସାମଲ। ଏ ସମ୍ପର୍କରେ ପୋଲିସ ଏକ ମାମଲା (ନଂ. ୭୨/୨୦) ରୁଜୁକରି ତଦନ୍ତ ଚଳାଇଛି।
ସୂଚନାଥାଉ କି, କଣ୍ଟାବାଡ଼ ଗ୍ରାମର କାଶୀନାଥ ମହାପାତ୍ର ବାଣ ପ୍ରସ୍ତୁତି ସହ ବ୍ୟବସାୟ କରନ୍ତି। ଶନିବାର ରାତିରେ ମହାପାତ୍ରଙ୍କ ଘରେ ବାଣ ବିସ୍ଫୋରଣ ଘଟିଥିଲା। ଏଥିରେ ତାଙ୍କ ଘର ସମେତ ପଡ଼ୋଶୀଙ୍କ ୪ ବଖରା ଭୁଶୁଡ଼ି ପଡ଼ିଥିଲା। ତେବେ ସୌଭାଗ୍ୟବଶତଃ କେହି ଆହତ ହୋଇ ନ ଥିଲେ। ଏହି ଘଟଣା ପରେ କାଶୀନାଥଙ୍କ ପରିବାର ଫେରାର ହୋଇଯାଇଥିଲେ। ପୋଲିସ ଓ ସାଇଣ୍ଟିଫିକ୍‌ ଟିମ୍‌ ଘଟଣାସ୍ଥଳରେ ପହଞ୍ଚି କାଶୀନାଥଙ୍କ ଘରୁ ଲକ୍ଷାଧିକ ଟଙ୍କାର ବାଣ ଓ ପ୍ରସ୍ତୁତ ସାମଗ୍ରୀ ଜବତ କରିଥିଲେ। ଏହି ଘଟଣାରେ ଏକ ମାମଲା (ନଂ.୧୬୬/୨୦) ରୁଜୁ ହୋଇ ତଦନ୍ତ ଜାରି ରହିଛି ବୋଲି ଥାନା ଅଧିକାରୀ ରଶ୍ମିରଞ୍ଜନ ସାହୁ କହିଛନ୍ତି। ପ୍ରତିବର୍ଷ ପାର୍ବଣ ଋତୁରେ କଣ୍ଟାବାଡ଼ ଗ୍ରାମରେ ବେଆଇନ ଭାବେ ଲକ୍ଷାଧିକ ଟଙ୍କାର ବାଣ ପ୍ରସ୍ତୁତ ହୋଇଥାଏ। ପୋଲିସ ନିକଟରେ ଖବର ପହଞ୍ଚିଲେ ମଧ୍ୟ ହାତଗୁଞ୍ଜା ନେଇ ଚୁପ୍‌ ବସିଥାଏ ବୋଲି ସାଧାରଣରେ ଅଭିଯୋଗ ହେଉଛି। କୋଭିଡ୍‌ ପରିଚାଳନାରେ କରୋନା ଯୋଦ୍ଧା ଭାବେ ପରିଚିତ ପୋଲିସର କାର୍ଯ୍ୟ ଦକ୍ଷତା ଉପରେ କଳଙ୍କ ନ ଲାଗୁ ବୋଲି ବୁଦ୍ଧିଜୀବୀ ମହଲରେ ମତ ପ୍ରକାଶ ପାଇଛି। ଏ ସମ୍ପର୍କରେ ଏସ୍‌ପି ଅଜୟ ପ୍ରତାପ ସ୍ବାଇଁ କହିଛନ୍ତି, କଣ୍ଟାବାଡ଼ ବାଣ ବିସ୍ଫୋରଣ ଘଟଣାକୁ ଗୁରୁତ୍ୱର ସହ ନିଆଯାଇଛି। ବେଆଇନ ଭାବେ ଚାଲିଥିବା ବାଣ କାରବାର ଉପରେ ଚଢ଼ାଉ କରାଯିବା ଲାଗି ନିର୍ଦ୍ଦେଶ ଦିଆଯାଇଛି। କୌଣସି ବେଆଇନ କାରବାରକୁ ପ୍ରୋତ୍ସାହନ ଦିଆଯିବ ନାହିଁ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଲୋଇସିଂହା ବିଧାନସଭା ଆସନ: ୭ ପ୍ରାର୍ଥୀଙ୍କ ପ୍ରାର୍ଥତ୍ପତ୍ର କାଏମ

ଲୋଇସିଂହା,୫।୫(ସୁଶାନ୍ତ ବାରିକ): ବଲାଙ୍ଗୀର ଜିଲା ଲୋଇସିଂହା ନିର୍ବାଚନ ମଣ୍ଡଳୀ ବିଧାୟକ ପ୍ରାର୍ଥୀଙ୍କ ପ୍ରାର୍ଥତ୍ପତ୍ର ଯାଞ୍ଚ ପ୍ରକ୍ରିୟା ସରିଛି। ଯାଞ୍ଚ ପ୍ରକ୍ରିୟା ପରେ ୭ଜଣ ପ୍ରାର୍ଥୀଙ୍କ ପ୍ରାର୍ଥତ୍ପତ୍ର...

ପ୍ରଥମ ପର୍ଯ୍ୟାୟ ନିର୍ବାଚନ ପାଇଁ ଘରୁ ମତଦାନ ପ୍ରକ୍ରିୟା ଆରମ୍ଭ

କୋରାପୁଟ,୫।୫(ଅମିତାଭ ବେହେରା): ମେ’ ୧୩ ତାରିଖରେ ରାଜ୍ୟର ପ୍ରଥମ ପର୍ଯ୍ୟାୟ ନିର୍ବାଚନ। ଏନେଇ ରବିବାର ଆରମ୍ଭ ହୋଇଯାଇଛି ହୋମ୍‌ ଭୋଟିଂ ପ୍ରକ୍ରିୟା। ବରିଷ୍ଠ ନାଗରିକ, ଦିବ୍ୟାଙ୍ଗ...

ପାହାଡ଼ରୁ ଖସିଲା ପଥର: ମାଲ୍‌ବାହୀ ଟ୍ରେନ୍‌ ଲାଇନଚ୍ୟୁତ

କୋରାପୁଟ,୫ା୫(ଅମିତାଭ ବେହେରା ): ଆନ୍ଧ୍ରର ଶିବଲିଙ୍ଗପୁରମ ନିକଟସ୍ଥ ରେଳ ଧାରଣାରେ ପାହାଡ଼ରୁ ପଥର ଖସି ରବିବାର ଭୋର ସମୟରେ ଏକ ମାଲବାହୀ ଟ୍ରେନ୍‌ ଇଞ୍ଜିନ ଲାଇନଚ୍ୟୁତ...

କଂଗ୍ରେସ ପ୍ରାର୍ଥୀଙ୍କ ଉପରକୁ ଆକ୍ରମଣ: ମୁଣ୍ଡ ଫଟେଇଦେଲେ ଦୁର୍ବୃତ୍ତ

ପୁରୀ,୫।୫: ପୁରୀ କଂଗ୍ରେସ ପ୍ରାର୍ଥୀ ଉମାବଲ୍ଲଭ ରଥଙ୍କ ଉପରେ ରବିବାର ଅପରାହ୍ନରେ ଆକ୍ରମଣ ହୋଇଛି। ସେ ବସ୍‌ଷ୍ଟାଣ୍ଡରେ ବୁଲୁଥିବା ବେଳେ କିଛି ଦୁର୍ବୃତ୍ତ ତାଙ୍କୁ ଆକ୍ରମଣ...

ସଞ୍ଜୟଙ୍କୁ ସମ୍ବଲପୁର ବିଧାନସଭା ନିର୍ବାଚନ ଇନ୍‌ଚାର୍ଜ କଲା ବିଜେଡି

ସମ୍ବଲପୁର,୫ା୫(ପ୍ରମୋଦ ବହିଦାର): ଚଳିତ ନିର୍ବାଚନ ପାଇଁ ବିଜେଡିର ନିର୍ବାଚନ ସଂଯୋଜକ ଓ ନିର୍ବାଚନ ଇନ୍‌ଚାର୍ଜ ନିଯୁକ୍ତ କରାଯାଇଛି। ବିଜେଡି ସଭାପତି ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ...

ସ୍ତ୍ରୀଙ୍କ ପାଇଁ ପ୍ରଚାର କରୁଛନ୍ତି ସ୍ବାମୀ

କେସିଙ୍ଗା,୫।୫(ତୁମେଶ୍ୱର ସାହୁ): ନର୍ଲା ନିର୍ବାଚନ ମଣ୍ଡଳୀର ବିଜେଡି ବିଧାୟକ ପ୍ରାର୍ଥୀନି ମନୋରମା ମହାନ୍ତିଙ୍କ ପାଇଁ ନର୍ଲା ବ୍ଳକ ଉପାଧ୍ୟକ୍ଷ ସ୍ବାମୀ ମୁନା ମହାନ୍ତି ପ୍ରଚାର ପାଇଁ...

ଗଞ୍ଜେଇ ଜବତ କରିବାକୁ ଯାଇ ହଟହଟା ହେଲା ପୋଲିସ

ବାଲିଗୁଡା,୫।୫: (ସଞ୍ଜୟ କୁମାର ପାଣିଗ୍ରାହୀ): ଆଗକୁ ସାଧାରଣ ନିର୍ବାଚନ ଥିବାରୁ ନିର୍ବାଚନ କମିଶନରଙ୍କ ନିର୍ଦ୍ଦେଶ କ୍ରମେ ପୋଲିସ ନିଶା କାରବାର ରୋକିବାକୁ ବିଭିନ୍ନ ସ୍ଥାନରେ ଚଢାଉ...

ବେଆଇନ ମୋରମ ଚୋରାଚାଲାଣ: ଟ୍ରାକ୍ଟର, ଜେସିବି ଜବତ

ଛତ୍ରପୁର,୫।୫(ଦିଲ୍ଲୀପ ସାମଲ): ବେଆଇନ ମୋରମ ଚୋରାଚାଲାଣବେଳେ ଦୁଇ ଟ୍ରାକ୍ଟର ଓ ଗୋଟିଏ ଜେସିବି ଜବତ କରିଛି ମାଇନିଂ ବିଭାଗ। ଛତ୍ରପୁର ଥାନା ଅଧୀନ ସୁନ୍ଦରପୁର ପାହାଡ଼ରୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri