ଗଞ୍ଜାମରେ କମୁଛି କରୋନା ଆକ୍ଟିଭ୍‌ ସଂଖ୍ୟା

ଛତ୍ରପୁର,୧୮।୮(ଡି.ଏନ.ଏ): ଗଞ୍ଜାମ ଜିଲାରେ କୋଭିଡ୍‌ ଆକ୍ଟିଭ୍‌ କେଶ୍‌ କମିବାରେ ଲାଗିଛି। ଏ ନେଇ ମଙ୍ଗଳବାର ଏକ ଗ୍ରାଫ୍‌ ସହ ଜିଲପାଳ ବିଜୟ ଅମୃତା କୁଲାଙ୍ଗେ ଟୁଇଟ୍‌ କରି ସୂଚନା ଦେଇଛନ୍ତି।
ଜିଲାକୁ ଅନ୍ୟ ରାଜ୍ୟରୁ ପ୍ରାୟ ୪ ଲକ୍ଷ ପ୍ରବାସୀ ଫେରିଥିଲେ। ଏମାନେ ବିଭିନ୍ନ ହଟସ୍ପଟ୍‌ ରାଜ୍ୟରୁ ଫେରିଥିବାରୁ ଗଞ୍ଜାମରେ କରୋନା ସଂକ୍ରମଣ ବ୍ୟାପିଲା। ଫଳରେ ଏବେ ଜିଲାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୫ ହଜାର ଟପିଛି । ଉକ୍ତ ଗ୍ରାଫ୍‌ ମାଧ୍ୟମରେ ଜିଲାପାଳ ବୁଝାଇଛନ୍ତି ଯେ, ଅଗଷ୍ଟ ୨ ତାରିଖରୁ ୧୫ ତାରିଖ ମଧ୍ୟରେ ଜିଲାରେ କରୋନା ଆକ୍ଟିଭ୍‌ଙ୍କ ସଂଖ୍ୟା କମିବାରେ ଲାଗିଛି। ୨ ତାରିଖରେ ଜିଲାରେ କରୋନା ଆକ୍ଟିଭ୍‌ଙ୍କ ସଂଖ୍ୟା ୩ ହଜାର ୪୨୨ ଥିବାବେଳେ ୧୫ ତାରିଖରେ ଏହି ସଂଖ୍ୟା ତଳକୁ ଖସି ୨ ହଜାର ୨୭୨ରେ ପହଞ୍ଚିଛି। ଜୁନ୍‌ ୩୦ରୁ ଜୁଲାଇ ୨୭ ପର୍ଯ୍ୟନ୍ତ ଦିନକୁ ଦିନ କରୋନା ଆକ୍ଟିଭ୍‌ଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଥିଲା। ପରେ ଜୁଲାଇ ୨୭ରୁ ଅଗଷ୍ଟ ୨ ପର୍ଯ୍ୟନ୍ତ ପୁଣି କରୋନା ଆକ୍ଟିଭ୍‌ଙ୍କ ସଂଖ୍ୟା ତଳକୁ ଖସିଥିଲା। ଅଗଷ୍ଟ ୨ରୁ କରୋନା ଆକ୍ଟିଭ୍‌ଙ୍କ ସଂଖ୍ୟା କମିବାରେ ଲାଗିଛି । ପଜିଟିଭ୍‌ଙ୍କ ତୁଳନାରେ କରୋନାରୁ ସୁସ୍ଥଙ୍କ ସଂଖ୍ୟା ଦିନକୁ ଦିନ ବୃଦ୍ଧି ପାଉଛି। ଜିଲାରେ ୧୨ ହଜାରରୁ ଊର୍ଦ୍ଧ୍ୱ ଲୋକ କରୋନାରୁ ସୁସ୍ଥ ହୋଇ ଘାକୁ ଫେରିଥିବା ସୂଚନା ଦିଆଯାଇଛି ।


Enter your email to get our daily news in your inbox.

All Right Reserved By Dharitri.Com

୨୯ ବଲରେ ଅର୍ଦ୍ଧଶତକ କରି ପ୍ରଶଂସକଙ୍କ ମନ ଜିଣିଲେ ବିରାଟ

ନୂଆଦିଲ୍ଲୀ,୨୬।୧୨: ଭାରତୀୟ କ୍ରିକେଟର ଷ୍ଟାର ବ୍ୟାଟସମ୍ୟାନ ବିରାଟ କୋହଲି ୨୦୨୫-୨୬ ବିଜୟ ହଜାରେ ଟ୍ରଫିରେ ଆଉ ଏକ ଚମତ୍କାର ଇନିଂସ ଖେଳି ତାଙ୍କର ପ୍ରଭାବଶାଳୀ ଫର୍ମ...

କାନାଡ଼ାରେ ଆଉ ଜଣେ ଭାରତୀୟ ଯୁବକଙ୍କୁ ଗୁଳି, ଅଭିଯୁକ୍ତ ଫେରାର

ଓଟାଓ୍ବା,୨୬।୧୨: କାନାଡ଼ାର ଟୋରଣ୍ଟୋ ବିଶ୍ୱବିଦ୍ୟାଳୟର ସ୍କାରବୋରୋ କ୍ୟାମ୍ପସ ନିକଟରେ ଗୁଳିକାଣ୍ଡରେ ଜଣେ ଭାରତୀୟ ଛାତ୍ର ପ୍ରାଣ ହରାଇଛନ୍ତି। ଭାରତୀୟ କନସୁଲେଟ ଗୁରୁବାର (ଡିସେମ୍ବର ୨୫) ଦିନ...

ପ୍ରାକୃତିକ ସୌନ୍ଦର୍ଯ୍ୟରେ ଭରା ଲୁଦୁ ଜଳପ୍ରପାତ, ୧୦୦ ଫୁଟ ଉପରୁ ପଡୁଛି ପାଣି, ଯିବାକୁ ଚାହୁଁଥିଲେ ଜାଣନ୍ତୁ…

ରାଇକିଆ,୨୬ା୧୨(ପ୍ରଦୀପ ବେହେରା): ରାଜ୍ୟର ପ୍ରମୁଖ ଜଳପ୍ରପାତଗୁଡ଼ିକ ମଧ୍ୟରୁ ଅନ୍ୟତମ ହେଉଛି କନ୍ଧମାଳ ଜିଲାର ଲୁଦୁ ଜଳପ୍ରପାତ। ପ୍ରାକୃତିକ ସୌନ୍ଦର୍ଯ୍ୟରେ ଭରପୂର ଏହି ଜିଲାର ବିଭିନ୍ନ ପର୍ଯ୍ୟଟନସ୍ଥଳୀ...

ଗତ ୭ ବର୍ଷ ହେବ BCCI ବଢାଇନାହିଁ ଅମ୍ପାୟର୍ସଙ୍କ ଦରମା, ଜାଣନ୍ତୁ ଗୋଟିଏ ମ୍ୟାଚ ପାଇଁ କେତେ ମିଳେ

ନୂଆଦିଲ୍ଲୀ,୨୬।୧୨: ଗତ କିଛି ବର୍ଷ ମଧ୍ୟରେ ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (BCCI) ଆନ୍ତର୍ଜାତୀୟ ଏବଂ ଘରୋଇ, ପୁରୁଷ ଏବଂ ମହିଳା ଉଭୟ ଖେଳାଳିଙ୍କ ଦରମାରେ...

Gold Silver Price: ରେକର୍ଡ ଭାଙ୍ଗିଲା ସୁନା ଦର, ରୂପା ଏକାଥରେ ୮ ହଜାର…..

ନୂଆଦିଲ୍ଲୀ,୨୬।୧୨:  ୨୦୨୫ ବର୍ଷ ଶେଷ ହେବାକୁ ଯାଉଛି କିନ୍ତୁ ସୁନା ଏବଂ ରୂପାର ଚମକ କମିବାର କୌଣସି ଲକ୍ଷଣ ଦେଖାଯାଉନାହିଁ । ବର୍ଷର ଶେଷ ଦିନଗୁଡ଼ିକରେ...

ୟୁନୁସଙ୍କ ଗୋଟିଏ ଭୁଲ, ଯାହା ପାଇଁ ଦଣ୍ଡ ପାଉଛି ବାଂଲାଦେଶ

ଢାକା,୨୬।୧୨: ବାଂଲାଦେଶ ଆଜି ହିଂସା ଏବଂ ଉଗ୍ରବାଦର ନିଆଁରେ ଜଳୁଛି। ମହମ୍ମଦ ୟୁନୁସଙ୍କ ଦ୍ୱାରା କରାଯାଇଥିବା ଭୁଲର ପରିଣାମ ବାଂଲାଦେଶ ଏବେ ଭୋଗୁଛି। ହିନ୍ଦୁ ହୁଅନ୍ତୁ...

ଜୀବିକା ଆଗରେ ଫିକା ପଡ଼ିଛି ହାଡ଼ଭଙ୍ଗା ଶୀତ, ପନିପରିବା ଧରି ଗ୍ରାହକଙ୍କ ଅପେକ୍ଷାରେ ବ୍ୟବସାୟୀ

ରାଇକିଆ,୨୬ା୧୨(ପ୍ରଦୀପ ବେହେରା): କନ୍ଧମାଳ ଜିଲାରେ ଲାଗି ରହିଛି ହାଡ଼ଭଙ୍ଗା ଶୀତ। କିଛିଦିନ ଧରି କ୍ରମାଗତ ତାପମାତ୍ରା କମ୍‌ ରହିବା ସହ ପ୍ରବଳ ଥଣ୍ଡା ଅନୁଭୂତ ହେଉଛି।...

ଶୀତ ଲହରି ଜାରି, ଗାଡ଼ି ଚଳାଚଳରେ ବାଧକ ସାଜିଛି କୁହୁଡ଼ି

ଦାରିଙ୍ଗବାଡ଼ି,୨୬ା୧୨(ଅରୁଣ ସାହୁ): ଓଡ଼ିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡ଼ିରେ ଶୀତ ଲହରି ଜାରି ରହିଛି। ଶୁକ୍ରବାର ତାପମାତ୍ରା ୬.୫ ଡିଗ୍ରୀ ରହିଛି। ତେବେ କୁହୁଡି ଯୋଗୁ ଶୀତ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri