ପୋଲିସର ମାତ୍ରାଧିକ କାର୍ଯ୍ୟାନୁଷ୍ଠାନ, ଉତ୍ତେଜନା

ଜହ୍ନାପଙ୍କ,୧୯।୮(ଡି.ଏନ.ଏ.) – ପୋଲିସର ମାତ୍ରାଧିକ କାର୍ଯ୍ୟାନୁଷ୍ଠାନ ନେଇ ବୌଦ୍ଧ ବ୍ଲକ ଲକ୍ଷ୍ମୀପ୍ରସାଦ ପଞ୍ଚାୟତର ନାରାୟଣନଗରରେ ମଙ୍ଗଳବାର ଉତ୍ତେଜନା ପ୍ରକାଶ ପାଇଛି। ଉତ୍ତ୍ୟକ୍ତ ଲୋକେ ପଞ୍ଚାୟତ କାର୍ଯ୍ୟାଳୟ ଘେରାଉ କରିଛନ୍ତି। ଏହି ଗ୍ରାମରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢି ଚାଲିଥିବା ବେଳେ କେତେକ ଅମାନିଆ ବିନା କାରଣରେ ବୁଲୁଥିବା ଦେଖି ପୋଲିସ ଗୋଡାଇ ପିଟିଥିଲା । ତେବେ କେତେଜଣ ନିରୀହ ଲୋକ ମାଡ ଖାଇବାକୁ କେନ୍ଦ୍ର କରି ଗ୍ରାମରେ ଉତ୍ତେଜନା ପ୍ରକାଶ ପାଇଥିଲା। ଶତାଧିକ ଲୋକ ପଞ୍ଚାୟତ କାର୍ଯ୍ୟାଳୟ ଘେରାଉ କରିବା ପରେ ସରପଞ୍ଚ ରାଜେନ୍ଦ୍ର ମେହେର ସେମାନଙ୍କୁ ବୁଝାଶୁଝା କରିଥିଲେ ହେଁ କେହି ଶୁଣି ନ ଥିଲେ । ସରପଞ୍ଚ ମଧ୍ୟ ଲୋକଙ୍କ ଆକ୍ରୋଶର ଶିକାର ହୋଇଥିଲେ। ସୂଚନାଯୋଗ୍ୟ ଯେ, ମଙ୍ଗଳବାର ନାରାୟଣନଗର ଗାଁରେ ୪୭ ଜଣ କରୋନା ପଜିଟିଭ ବାହାରିଛନ୍ତି। ବର୍ତ୍ତମାନ ସୁଦ୍ଧା ମୋଟ ୨୬୩ କରୋନା ପଜିିଟିଭ କେବଳ ନାରାୟଣନଗରରୁ ବାହାରିଥିବାରୁ ଅଞ୍ଚଳରେ ଆତଙ୍କ ଖେଳିଯାଇଛି।

 


Enter your email to get our daily news in your inbox.

All Right Reserved By Dharitri.Com

କେସିଙ୍ଗାରେ ‘ସୁଭଦ୍ରା ଶକ୍ତି କାଫେ’ ଉଦଘାଟିତ

କେସିଙ୍ଗା,୨୨ା୧୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ପଞ୍ଚାୟତ ସମିତି କାର୍ଯ୍ୟାଳୟ ନିକଟରେ ନବନିର୍ମିତ ‘ସୁଭଦ୍ରା ଶକ୍ତି କାଫେ’ ସୋମବାର ସନ୍ଧ୍ୟାରେ ଆନୁଷ୍ଠାନିକ ଭାବେ ଉଦ୍ଘାଟିତ ହୋଇଯାଇଛି।...

ବିଭିନ୍ନ ଦାବି ନେଇ ଜିଲାପାଳଙ୍କ କାର୍ଯ୍ୟାଳୟ ଘେରିଲେ ଅଙ୍ଗନଓ୍ବାଡି କର୍ମୀ: ଦେଲେ ଚେତାବନୀ, ସମାଧାନ ନ ହେଲେ…

ବରଗଡ଼,୨୨।୧୨(ପ୍ରେମାନନ୍ଦ ଖମାରୀ): ସୋମବାର ପଶ୍ଚିମ ଓଡ଼ିଶା ଅଙ୍ଗନଓ୍ବାଡି କର୍ମୀ ଓ ସହାୟିକା ସଂଘ ନେତୃତ୍ୱରେ ବରଗଡ଼ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିଶାଳ ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି।...

ଗାଁକୁ ଫେରୁଥିବାବେଳେ ଟ୍ରେନରୁ ଖସି ଦାଦନ ଶ୍ରମିକଙ୍କ ମୃତ୍ୟୁ

ପାତ୍ରପୁର, ୨୨।୧୨(ଉମା ଚରଣ ନେପାକ): ପାତ୍ରପୁର ବ୍ଳକ ବାଦପୁର ପଞ୍ଚାୟତ ତିନିଘରିଆ ଗ୍ରାମର ନରସିଂହ ନାଇକ (୨୮) ନେଲୁରୁ ସ୍ଥିତ ଦିଶା ନାମକ ଏକ କମ୍ପାନୀରେ...

MGNREGA ନାମ ବଦଳାଇବା ବିବାଦ: ରାଜରାସ୍ତାକୁ ଓହ୍ଲାଇଲା କଂଗ୍ରେସ, କେନ୍ଦ୍ର ସରକାରଙ୍କୁ ଦେଲା ଚେତାବନୀ

ଭଞ୍ଜନଗର,୨୨।୧୨(ବାବୁଲା ପ୍ରଧାନ): ମହାତ୍ମା ଗାନ୍ଧୀ ଜାତୀୟ ଗ୍ରାମୀଣ ନିଶ୍ଚିତ କର୍ମ ନିଯୁକ୍ତି ଯୋଜନା ନାମକୁ କେନ୍ଦ୍ର ସରକାର ଇତିମଧ୍ୟରେ ବଦଳାଇଛନ୍ତି। ଏଥିସହ ନୂଆ ଯୋଜନାରେ ବ୍ୟାପକ...

ଭଞ୍ଜନଗର ଏନ୍‌ଏସିକୁ ମିଳିଲା ମ୍ୟୁନିସିପାଲଟି ମାନ୍ୟତା: ମିଶିବ ଏହି ସବୁ ଗାଁ, ଖୁସିରେ ଅଞ୍ଚଳବାସୀ

ଭଞ୍ଜନଗର,୨୨।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଏନ୍‌ଏସିକୁ ସୋମବାରଠାରୁ ବିଧିବଦ୍ଧ ଭାବେ ମ୍ୟୁନିସିପାଲଟି ମାନ୍ୟତା ମିଳିଛି। ସେହିଭଳି ଜଗନ୍ନାଥପ୍ରସାଦ ପଞ୍ଚାୟତକୁ ଏନ୍‌ଏସି ମାନ୍ୟତା ମିଳିଛି। ଆଜି...

ଦିନକ ପରେ ବରଗଡ଼ ଧନୁଯାତ୍ରା: ମହୋତ୍ସବକୁ ନେଇ ଏମିତି କହିଲେ ଜିଲାପାଳ

ବରଗଡ,୨୨।୧୨(ପ୍ରେମାନନ୍ଦ ଖମାରୀ): ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ୭୮ତମ ବରଗଡ଼ ଧନୁଯାତ୍ରା ମହୋତ୍ସବକୁ ଆଉ ମାତ୍ର ଦିନେ ବାକି। ଆସନ୍ତା ୨୪ତାରିଖରୁ ଏହି ମହୋତ୍ସବ ଆରମ୍ଭ ହେବ।...

ଲିକ୍‌ ହୋଇ ଫାଟିଲା ରନ୍ଧନ ଗ୍ୟାସ୍‌ ସିଲିଣ୍ଡର, ଘରେ ଥିଲେ…

କୋକସରା,୨୨।୧୨(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ଟେମରା ଗ୍ରାମରେ ରନ୍ଧନ ଗ୍ୟାସ୍‌ ଲିକେଜ ହୋଇ ନିଆଁ ଲାଗି ଯିବାରୁ ୪ ଜଣ ଗୁରୁତର...

ଦିଗପହଣ୍ଡିରେ ‘ଆସ ସ୍କୁଲ ଯିବା’ ସଚେତନତା ସଭା ଅନୁଷ୍ଠିତ

ଦିଗପହଣ୍ଡି,୨୨।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ମଧୁବିଦ୍ୟାପୀଠ ପ୍ରାଥମିକ ବିଦ୍ୟାଳୟ ପରିସରରେ କ୍ଲଷ୍ଟର ସ୍ତରୀୟ ‘ଆସ ସ୍କୁଲ ଯିବା’ ସଚେତନତା ସଭା ସୋମବାର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri