୧୦ ଲକ୍ଷ ଟପିଲା କରୋନା ପରୀକ୍ଷା

ଭୁବନେଶ୍ୱର,୧୯ା୮(ବ୍ୟୁରୋ): କରୋନା ସଂକ୍ରମଣକୁ ରୋକିବା ପାଇଁ ରାଜ୍ୟ ସରକାର ଅଧିକରୁ ଅଧିକ ଟେଷ୍ଟିଂ ପାଇଁ ଗୁରୁତ୍ୱ ଦେଉଛନ୍ତି। ଏହି କ୍ରମରେ ରାଜ୍ୟରେ କୋଭିଡ୍‌ ଟେଷ୍ଟ ୧୦ ଲକ୍ଷ ଟପିଛି। ଗତ ତିନିଦିନ ହେଲା ରାଜ୍ୟରେ ଦୈନିକ ହାରାହାରି ୫୦ ହଜାର ନମୁନା ପରୀକ୍ଷଣ କରାଯାଉଛି। ମଙ୍ଗଳବାର ସୁଦ୍ଧା ମୋଟ ୧୦,୦୯,୪୫୪ଟି ନମୁନା ପରୀକ୍ଷା ହୋଇସାରିଛି। ସେଥିରୁ ୬.୩୯ ପ୍ରତିଶତ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି।
ଅନ୍ୟପକ୍ଷରେ ରାଜ୍ୟର ୨୯ଟି ଜିଲାରୁ ୨,୨୩୯ ଜଣ ନୂଆ ଆକ୍ରାନ୍ତ ବାହାରିଛନ୍ତି। ଏମାନଙ୍କ ମଧ୍ୟରୁ ୧,୪୧୬ ଜଣ କ୍ୱାରାଣ୍ଟାଇନ ସେଣ୍ଟରରୁ ଥିବାବେଳେ ୮୨୩ ଜଣ ସ୍ଥାନୀୟ ଆକ୍ରାନ୍ତ ରହିଛନ୍ତି। ନୂଆ ଆକ୍ରାନ୍ତଙ୍କ ମଧ୍ୟରେ ଖୋର୍ଦ୍ଧା ଜିଲାରୁ ସର୍ବାଧିକ ୪୧୯ ଜଣ ରହିଥିବା ବେଳେ ଲଗାତର ୭ଦିନ ଧରି ଖୋର୍ଦ୍ଧା ଜିଲା ସଂକ୍ରମଣ ତାଲିକାର ପ୍ରଥମ ସ୍ଥାନରେ ରହିଛି। ଏଥିରେ ଗଞ୍ଜାମ ଜିଲା ଦ୍ୱିତୀୟ ସ୍ଥାନରେ ରହିଛି। ଗଞ୍ଜାମରୁ ୨୪୬ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ନୟାଗଡ଼ ୧୪୭, ବାଲେଶ୍ୱର ୧୩୦, ରାୟଗଡ଼ା ୧୨୦, କଟକ ୧୧୭, କୋରାପୁଟ ୯୧, କନ୍ଧମାଳ ୯୦, ମୟୂରଭଞ୍ଜ ୮୦, ଯାଜପୁର ୭୫, ଭଦ୍ରକ ୭୩, କେନ୍ଦୁଝର ୭୨, ବଲାଙ୍ଗୀର ୬୬, ସୁନ୍ଦରଗଡ଼ ୬୪, ମାଲକାନଗିରି ୫୫, ବରଗଡ଼ ୫୧, ଗଜପତି ୪୨, ପୁରୀ ୪୦, ଢେଙ୍କାନାଳ ୩୬, ଜଗତ୍‌ସିଂହପୁର ୨୬, ସୋନପୁର ୨୪, କଳାହାଣ୍ଡି ୨୧, ନବରଙ୍ଗପୁର ୧୪, ଝାରସୁଗୁଡ଼ା ୧୩, ନୂଆପଡ଼ା ୮, କେନ୍ଦ୍ରାପଡ଼ା ୭, ଅନୁଗୋଳରୁ ୬, ବୌଦ୍ଧ ଓ ସମ୍ବଲପୁରରୁ ୫୩ ଜଣ ଲେଖାଏ ରହିଛନ୍ତି। ଏମାନଙ୍କୁ ମିଶାଇ ରାଜ୍ୟରେ ମୋଟ ସଂକ୍ରମିତଙ୍କ ସଂଖ୍ୟା ୬୪,୫୩୩ରେ ପହଞ୍ଚତ୍ଛି। ଅନ୍ୟପକ୍ଷରେ କରୋନାରେ ଆକ୍ରାନ୍ତ ଥାଇ ମଙ୍ଗଳବାର ରାଜ୍ୟରେ ୯ ଜଣଙ୍କର ମୃତ୍ୟୁ ହୋଇଛି। ମୃତକଙ୍କ ମଧ୍ୟରେ ଗଞ୍ଜାମ ଜିଲାରୁ ୩, ରାୟଗଡ଼ାରୁ ୨, ବାଲେଶ୍ୱର, ଖୋର୍ଦ୍ଧା, ମାଲକାନଗିରି ଓ ସମ୍ବଲପୁରରୁ ଜଣେ ଲେଖାଏ ଆକ୍ରାନ୍ତ ରହିଛନ୍ତି। ଏହାକୁ ମିଶାଇ ରାଜ୍ୟରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୩୬୨ରେ ପହଞ୍ଚତ୍ଛି।


Enter your email to get our daily news in your inbox.

All Right Reserved By Dharitri.Com

କୋସଲୀ ସାଂସ୍କୃତିକ ମହୋତ୍ସବ ଆରମ୍ଭ

ନୂଆପଡ଼ା,୨୦ା୧୨ (ମକାରୁ ବେମାଲ): ନୂଆପଡ଼ା ପୋଲିସ ପଡ଼ିଆ ରଙ୍ଗମଞ୍ଚଠାରେ କୋସଲୀ ସାଂସ୍କୃତିକ ମହୋତ୍ସବ ଉଦ୍‌ଘାଟିତ ହୋଇଯାଇଛି। ଅନୁଷ୍ଠାନର ସଭାପତି ସୁରଜିତସିଂ ମହାରଥାଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଉଦ୍‌ଘାଟନୀ...

ଶୀତରେ ଥରୁଛି କଳାହାଣ୍ଡି

ଭବାନୀପାଟଣା,୨୦ା୧୨(ଉତ୍ତମ କୁମାର ଦାଶ)- ସାରା ରାଜ୍ୟରେ ଶୀତର ପ୍ରକୋପ ଜାରି ରହିଛି। ଆହୁରି ସପ୍ତାହେ ଧରି ଏଭଳି ସ୍ଥିତି ଜାରି ରହିବ ବୋଲି ପାଣିପାଗ ବିଭାଗ...

ଆଶେସ ବିଜୟ ଲକ୍ଷ୍ୟରେ ଅଷ୍ଟ୍ରେଲିଆ

ଆଡିଲେଡ୍‌,୨୦ା୧୨: ଇଂଲଣ୍ଡର ଦ୍ୱିତୀୟ ଇନିଂସରେ ବିପର୍ଯ୍ୟୟ ପରେ ଅଷ୍ଟ୍ରେଲିଆ ଆଶେସ ସିରିଜ ବିଜୟ ପଥରେ ଅଗ୍ରସର ହେଉଛି। ନାଥାନ ଲିଅନ ଇଂଲଣ୍ଡର ୩ଟି ଉଇକେଟର ପତନ...

୩ ଜିଲାକୁ ଘନ କୁହୁଡ଼ି ଓ୍ବାର୍ନିଂ: ୭ଦିନ ଯାଏଁ…ଜି. ଉଦୟଗିରିରେ…

ଭୁବନେଶ୍ୱର, ୨୦ା୧୨(ବନ୍ଦନା ସେଠୀ) – ସାରା ରାଜ୍ୟରେ ଶୀତ ଲହରି ଜନଜୀବନକୁ ପ୍ରଭାବିତ କରୁଛି। ପାରଦ ତଳମୁହଁା ରହିଥିବାବେଳେ କେତେକ ଜିଲାରେ ଘନ କୁହୁଡ଼ି ଦେଖିବାକୁ...

ନୋରା ଫତେହିଙ୍କ କାର ଦୁର୍ଘଟଣା: ମଦ୍ୟପ ଚାଳକଙ୍କ ଧକ୍କାରେ…

ମୁମ୍ବାଇ,୨୦।୧୨: ଲୋକପ୍ରିୟ ବଲିଉଡ ଅଭିନେତ୍ରୀ ତଥା ନୃତ୍ୟଶିଳ୍ପୀ ନୋରା ଫତେହି ଶନିବାର ମୁମ୍ବାଇରେ ଏକ ସଡ଼କ ଦୁର୍ଘଟଣାର ସମ୍ମୁଖୀନ ହୋଇଛନ୍ତି। ବିଶ୍ୱପ୍ରସିଦ୍ଧ ମ୍ୟୁଜିକ୍ ପ୍ରୋଗ୍ରାମ ‘ସୁନବର୍ଣ୍ଣ...

ଇସ୍ରୋର ବଡ଼ ପଦକ୍ଷେପ: ଗଗନୟାନ ମିଶନ ପାଇଁ ସଫଳ ହେଲା ପାରାଚ୍ୟୁଟ୍‌ ପରୀକ୍ଷା

ନୂଆଦିଲ୍ଲୀ,୨୦ା୧୨: ମହାକାଶକୁ ଭାରତର ପ୍ରଥମ ମାନବ ପ୍ରେରଣ ଦିଗରେ ଶନିବାର ଆଉ ଏକ ବଡ଼ ପଦକ୍ଷେପ ସଫଳ ହୋଇଛି। ଭାରତୀୟ ମହାକାଶ ଗବେଷଣା ସଂଗଠନ (ଇସ୍ରୋ)...

ଟ୍ୟୁଶନରୁ ଫେରୁଥିବା ବେଳେ ନାବାଳିକାଙ୍କୁ ଟେକିନେଇ ବଳାତ୍କାର ପରେ ଫିଙ୍ଗି ଚାଲିଯାଇଥିଲେ, ଅଭିଯୁକ୍ତଙ୍କୁ ୨୦ ବର୍ଷ…

ଗଜପତି,୨୦।୧୨(ଗିରିଧାରୀ ପରିଚ୍ଛା)- ଏକ ଅପହରଣ ଓ ବଳାତ୍କାର ମାମଲାର ବିଚାର କରି ଅତିରିକ୍ତ ଜିଲ୍ଲା ସେସନ ଜର୍ଜ ବିଭୁ ପ୍ରସାଦ ପଣ୍ଡା ପୋକ୍ସୋ ଆକ୍ଟର ଧାରା...

ଅଣ୍ଡା ଖାଇଲେ ହେବେ କି କ୍ୟାନ୍ସର ? ସ୍ପଷ୍ଟୀକରଣ ଦେଲା FSSAI

ନୂଆଦିଲ୍ଲୀ,୨୦।୧୨: ଦେଶରେ ବିକ୍ରି ହେଉଥିବା ଅଣ୍ଡା ସମ୍ପୂର୍ଣ୍ଣ ସୁରକ୍ଷିତ। ଏଥିରେ କ୍ୟାନ୍ସର ସୃଷ୍ଟିକାରୀ ଉପାଦାନ ଥିବା ନେଇ ଚର୍ଚ୍ଚା ହେଉଥିବା ଖବରକୁ ଭାରତୀୟ ଖାଦ୍ୟ ସୁରକ୍ଷା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri