Posted inରାଜ୍ୟ

ଅଧିକ ୟୁରିଆ ଆବଶ୍ୟକ

ଭୁବନେଶ୍ୱର,୧୯।୮(ବ୍ୟୁରୋ): ଚଳିତ ଖରିଫ ଚାଷ ଲାଗି ରାଜ୍ୟକୁ ଅଧିକ ୟୁରିଆ ସାରର ଆବଶ୍ୟକତା ରହିଛି। ତେଣୁ ଅଧିକ ୟୁରିଆ ସାର ଯୋଗାଇବାକୁ କୃଷି ମନ୍ତ୍ରୀ ଅରୁଣ କୁମାର ସାହୁ କେନ୍ଦ୍ର ସରକାରଙ୍କୁ ଅନୁରୋଧ କରିଛନ୍ତି। ମଙ୍ଗଳବାର ପୂର୍ବାହ୍ନରେ କେନ୍ଦ୍ର ସରକାରଙ୍କ ରସାୟନ ଓ ସାର ରାଷ୍ଟ୍ରମନ୍ତ୍ରୀ ମନ୍‌ସୁଖଭାଇ ମାଣ୍ଡବ୍ୟ ଭିଡିଓ କନ୍‌ଫରେନ୍ସରେ ରାଜ୍ୟ କୃଷିମନ୍ତ୍ରୀମାନଙ୍କ ସହ ବୈଠକ କରି ସାର ଯୋଗାଣର ଉପରେ ସମୀକ୍ଷା କରିଛନ୍ତି।
ଏଥିରେ ମନ୍ତ୍ରୀ ସାହୁ ଅଗଷ୍ଟରେ ବାକି ଥିବା ୟୁରିଆ ସାର ତୁରନ୍ତ ଦେବାକୁ କେନ୍ଦ୍ରମନ୍ତ୍ରୀଙ୍କ ନିକଟରେ ଅନୁରୋଧ କରିଛନ୍ତି। ଜୁଲାଇ ଦ୍ବିତୀୟ ସପ୍ତାହରୁ ସେପ୍ଟେମ୍ବର ଶେଷ ପର୍ଯ୍ୟନ୍ତ ୟୁରିଆର ଚାହିଦା ଅଧିକ ଥାଏ। ୨୦୨୦ ଜୁନ୍‌ରେ ରାଜ୍ୟର ୟୁରିଆ ସାର ଚାହିଦା ୭୦ ହଜାର ମେଟ୍ରିକ୍‌ ଟନ୍‌ ଥିବାବେଳେ ୫୬ ହଜାର ୨୨୮ ମେଟ୍ରିକ୍‌ ଟନ୍‌ ସାର ଯୋଗାଣ ହୋଇଥିଲା, ଯାହା ଚାହିଦାଠାରୁ ୧୩ ହଜାର ୭୭୨ ମେଟ୍ରିକ୍‌ ଟନ୍‌ କମ୍‌ ଥିଲା। ସେହିପରି ଜୁଲାଇରେ ୧୯ ହଜାର ୬୧୯ ମେଟ୍ରିକ୍‌ ଟନ୍‌ କମ୍‌ ସାର ଓଡ଼ିଶାକୁ ଯୋଗାଣ ହୋଇଥିଲା। ଅଗଷ୍ଟରେ ରାଜ୍ୟରେ ଏକ ଲକ୍ଷ ମେଟ୍ରିକ୍‌ ଟନ୍‌ ୟୁରିଆ ସାରର ଆବଶ୍ୟକତା ଥିବାବେଳେ ଅଗଷ୍ଟ ୧୭ ସୁଦ୍ଧା ରାଜ୍ୟକୁ ମାତ୍ର ୩୪ ହଜାର ୧୫୦ ମେଟ୍ରିକ୍‌ ଟନ୍‌ ଯୋଗାଣ ହୋଇଛି। ଜୁନ୍‌ ଓ ଜୁଲାଇ ମାସର ନିଅଣ୍ଟିଆ ସାର ଯୋଗାଣ ଏବଂ ଅଗଷ୍ଟର ବାକି ଅବଧି ପାଇଁ ରାଜ୍ୟରେ ୧ ଲକ୍ଷ ୩ ହଜାର ମେଟ୍ରିକ୍‌ ଟନ୍‌ ୟୁରିଆ ସାରର ଆବଶ୍ୟକତା ରହିଛି। ଓଡ଼ିଶାରେ ଖରିଫରେ ମୁଖ୍ୟତଃ ଧାନଚାଷ କରାଯାଉଥିବା ବେଳେ ଅଧିକ ୟୁରିଆ ସାରର ଆବଶ୍ୟକତା ରହିଛି। ରାଜ୍ୟ ସରକାରଙ୍କ ତରଫରୁ ଇଫ୍‌କୋ, ଆର୍‌ସିଏଫ୍‌, ଏନ୍‌ଏଲ୍‌ଏଫ୍‌ ଆଦି ସାର କମ୍ପାନୀଗୁଡ଼ିକ ନିଜସ୍ବ ଉତ୍ପାଦିତ ସାର ଯୋଗାଇ ଦେବା ପାଇଁ ଅନୁରୋଧ କରାଯାଇଥିବା ବେଳେ ରାଜ୍ୟକୁ ବିଦେଶରୁ ଆମଦାନୀ ହେଉଥିବା ୟୁରିଆ ସାର ଉପଲବ୍ଧ ହୋଇନାହିଁ ବୋଲି ମନ୍ତ୍ରୀ ସାହୁ କହିଛନ୍ତି। ଏହି ପରିପ୍ରେକ୍ଷୀରେ ରାଜ୍ୟକୁ ଇଣ୍ଡିଆନ ପଟାସ ଲିମିଟେଡ୍‌ ପକ୍ଷରୁ ବିଦେଶରୁ ଆମଦାନୀ ହେଉଥିବା ୟୁରିଆ ସାର ଯୋଗାଇଦେବାକୁ ସେ ଅନୁରୋଧ କରିଛନ୍ତି। ରାଜ୍ୟରେ ୟୁରିଆ ସାର ଖୁଚୁରା ବିକ୍ରୟକୁ କ୍ୟାଶ୍‌ଲେସ୍‌ ଓ ଡିଜିଟାଲ କରିବା ପାଇଁ ପଦକ୍ଷେପ ଗ୍ରହଣ କରାଯାଇଛି। ଅଦ୍ୟାବଧି ହଜାରଟି ଖୁଚୁରା ସାର ବିକ୍ରୟ କେନ୍ଦ୍ରକୁ ଡିଜିଟାଲ କରାଯାଇଥିବା ମନ୍ତ୍ରୀ ସାହୁ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭୁବନେଶ୍ୱର ଗଣବଳାତ୍କାର ପରେ ମହିଳା କମିଶନ ସଦସ୍ୟଙ୍କ ଅଜବ ଯୁକ୍ତି, ଝିଅମାନେ ରାତି ୮ଟା ପରେ…

ଭୂବନେଶ୍ୱର,୧୬।୧୨: ଧଉଳୀ ସ୍ଥିତ ଦୟାନଦୀ ପଠାରେ ଜଣେ ନାବାଳିକା ଗଣବଳାତ୍କାରର ଶିକାର ହେବା ଘଟଣାକୁ ନେଇ ସାରା ରାଜ୍ୟରେ ଚର୍ଚ୍ଚା ଲାଗି ରହିଛି। ଏହି ଘଟଣାର...

ପୀତବାସ ପଣ୍ଡା ହତ୍ୟା ମାମଲା: ୫ ଅଭିଯୁକ୍ତଙ୍କ ଜାମିନ ଖାରଜ

ବ୍ରହ୍ମପୁର,୧୬ା୧୨(ସୁବାସ ଚନ୍ଦ୍ର ପାଢ଼ୀ): ଆଇନଜୀବୀ ପୀତବାସ ପଣ୍ଡା ହତ୍ୟା ମାମଲାରେ ଗିରଫ ହୋଇ ଜେଲରେ ଥିବା ଅଭିଯୁକ୍ତମାନଙ୍କ ମଧ୍ୟରୁ ୫ଜଣ ଜାମିନ ଆବେଦନ କରିଥିବା ବେଳେ...

ରାଜନୀତିରେ ପ୍ରବେଶ କରିବେ ଅଲିମ୍ପିଆନ୍ ଦୂତୀ ଚାନ୍ଦ, ବିଧାୟକ ହେବାକୁ ଇଚ୍ଛା

ଭୁବନେଶ୍ୱର,୧୬।୧୨: ଅଲିମ୍ପିଆନ୍ ସ୍ପ୍ରିଣ୍ଟର୍ ଦୂତୀ ଚାନ୍ଦ ପ୍ରତିଦ୍ୱନ୍ଦ୍ୱିତାମୂଳକ ଆଥଲେଟିକ୍ସରୁ ଅବସର ନେବା ପରେ ରାଜନୀତିରେ ପ୍ରବେଶ କରିବାକୁ ଇଚ୍ଛା ପ୍ରକାଶ କରିଛନ୍ତି। ସେ କହିଛନ୍ତି ଯେ...

ଯୁବା ବିଧାୟିକାଙ୍କୁ ରଗାଇଦେଲେ ସଞ୍ଜୟ: କହୁକହୁ ଗୁମର ଖୋଲି ପକାଇଲେ ଉପାସନା

ଭୁବନେଶ୍ୱର,୧୬।୧୨: ପୁରୀ ଜିଲା ବ୍ରହ୍ମଗିରି କୁସୁବେଣ୍ଟି-ହରିଦାସ ମୌଜା ବିବାଦକୁ ନେଇ ତେଜିଲା ରାଜନୀତି। ମୁହାଁମୁହିଁ ହେଲେ ବିଧାୟିକା ଉପାସନା ମହାପାତ୍ର ଓ ପୂର୍ବତନ ବିଧାୟକ ସଞ୍ଜୟ...

ଓଡିଶାବାସୀଙ୍କ ପାଇଁ ଖୁସିଖବର: ନିଯୁକ୍ତିକୁ ନେଇ ବଡ଼ ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୬।୧୨: ଓଡ଼ିଶା ହେବ ଫାର୍ମା ହବ୍‌। ମୁଖ୍ୟମନ୍ତ୍ରୀ ମୋହନ ମାଝି ଫାର୍ମା ସମ୍ମିଳନୀରେ ଓଡ଼ିଶାରେ ଫାର୍ମା ସେକ୍ଟରରେ ନିବେଶ ପାଇଁ ନିବେଶକଙ୍କୁ ଅନୁରୋଧ କରିଛନ୍ତି। ଏ...

ଆସନ୍ତା ୨୩ରୁ ଖୋଲିବ ଧାନମଣ୍ଡି, ଶୁଭାରମ୍ଭ ହେଲା ୨ଟି ସଚେତନତା ରଥ

ଛତ୍ରପୁର, ୧୬/୧୨ (ଦିଲ୍ଲୀପ ସାମଲ): ହିଞ୍ଜିଳିକାଟୁ ନିୟନ୍ତ୍ରିତ ବଜାର କମିଟି ପକ୍ଷରୁ ଛତ୍ରପୁର ସ୍ଥିତ ଗଞ୍ଜାମ ଜିଲାପାଳଙ୍କ କାର୍ଯ୍ୟାଳୟରୁ ୨ ଟି ସଚେତନତା ରଥର ଶୁଭାରମ୍ଭ...

ଓଡ଼ିଶା ରାଜନୀତିକୁ ନେଇ ଅମର ଶତପଥୀଙ୍କ ବିସ୍ଫୋରକ ବୟାନ: କହିଲେ ବଦଳିପାରେ…

ଭୁବନେଶ୍ୱର,୧୬।୧୨: ସାଂପ୍ରତିକ ଓଡ଼ିଶା ରାଜନୀତିକୁ ନେଇ ଅମର ଶତପଥୀ ବଡ଼ ବୟାନ ଦେଇଛନ୍ତି। ଅମର କହିଛନ୍ତି, ଓଡ଼ିଶାରେ ରାଜନୈତିକ ସମୀକରଣ ବଦଳିପାରେ। ଓଡ଼ିଶା ରାଜନୈତିକ ଦୃଶ୍ୟପଟ...

ଶ୍ମଶାନରେ ଜିଇଁ ଉଠିଲେ ପୂରୋହିତ, ହସ୍ପିଟାଲ ଗଲାପରେ ଘଟିଲା…

ଗଞ୍ଜାମ ୧୬/୧୨(ବିଦ୍ୟାଧର ସାହୁ/ଦିଲ୍ଲୀପ ସାମଲ ): ଗଞ୍ଜାମ ଏନଏସି ଅନ୍ତର୍ଗତ ପୁଇଁତୋଳା ଗ୍ରାମର ନୃସିଂହ ପୂଜକ ପୁରୋହିତ ରାଜେନ୍ଦ୍ର ରଥଙ୍କ ପରଲୋକ ହୋଇଛି । ହସ୍ପିଟାଲରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri