Posted inଜାତୀୟ

ନିର୍ବାଚନ ପୂର୍ବରୁ ଆରଜେଡିକୁ ଝଟ୍‌କା: ଜେଡିୟୁରେ ସାମିଲ ହେବେ ଲାଲଙ୍କୁ ସମୁଦି

ପାଟନା,୧୯।୮: ବିହାର ବିଧାନସଭା ନିର୍ବାଚନ ପୂର୍ବରୁ ରାଜନୀତି ସରଗରମ ହେବାରେ ଲାଗିଛି। ନିର୍ବାଚନ ପୂର୍ବରୁ ନେତାଙ୍କ ଦଳ ଅଦଳ ବଦଳ ନୀତି ଜୋରସୋରରେ ଚାଲିଛି। ନିକଟରେ ଏକ ବଡ଼ ଖବର ସାମ୍ନାକୁ ଆସିଛି। ଆରଜେଡ଼ି ମୁଖ୍ୟ ଲାଲୁ ପ୍ରସାଦ ଯାଦବଙ୍କ ସମୁଦି ତଥା ବିଧାୟକ ଚନ୍ଦ୍ରିକା ରାୟ ଆରଜେଡି ଛାଡ଼ି ଜେଡିୟୁରେ ସାମିଲ ହେବାକୁ ଯାଉଛନ୍ତି। ଚନ୍ଦ୍ରିକାଙ୍କ ବ୍ୟତୀତ ଅନ୍ୟ ୨ ବିଧାୟକ ଫରାଜ ଫାତମୀ ଓ ଜୟବର୍ଦ୍ଧନ ଯାଦବ ଜେଡିୟୁରେ ସାମିଲ ହେବେ ବୋଲି କୁହାଯାଉଛି। ଏହି ୩ବିଧାୟକମାନେ ଗୁରୁବାର ଜେଡିୟୁରେ ସାମିଲ ହୋଇପାରନ୍ତି। ସୂଚନାଯୋଗ୍ୟ, ଚନ୍ଦ୍ରିକା ରାୟ ଲାଲୁଙ୍କ ବଡ଼ ପୁଅ ତେଜ ପ୍ରତାପଙ୍କ ଶଶୂର ହୋଇଥିବା ବେଳେ ଗତ କିଛି ଦିନରୁ ୨ ପରିବାରର ସମ୍ପର୍କ ମଧ୍ୟରେ ଫାଟ ସୃଷ୍ଟି ହୋଇଛି। ସମ୍ପର୍କରେ ତିକ୍ତତା ଆସିବା ପରେ ଚନ୍ଦ୍ରିକା ବିହାର ଛପରାର ପରସା ଆସନରୁ ବିଧାୟକ ଥିବା ବେଳେ ଫେବୃଆରୀରୁ ଆରଜେଡି ଛାଡିଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାରେ ଏଥର ଡବଲ ଇଞ୍ଜିନ ସରକାର: ମୋଦି

ବ୍ରହ୍ମପୁର,୬ା୫: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓଡ଼ିଶା ଗସ୍ତରେ ଆସିଥିବା ବେଳେ ସୋମବାର ଏକ ସ୍ବତନ୍ତ୍ର ବିମାନରେ ବ୍ରହ୍ମପୁରର କନିଷିଠାରେ ଆୟୋଜିତ ଏକ ନିର୍ବାଚନୀ ସଭାରେ ଉଦ୍‌ବୋଧନ...

ଜୟ ଜଗନ୍ନାଥରୁ ଅଭିଭାଷଣ ଆରମ୍ଭ କଲେ ମୋଦି

ବ୍ରହ୍ମପୁର,୬ା୫: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓଡ଼ିଶା ଗସ୍ତରେ ଆସିଥିବା ବେଳେ ସୋମବାର ଏକ ସ୍ବତନ୍ତ୍ର ବିମାନରେ ବ୍ରହ୍ମପୁରର କନିଷିଠାରେ ଆୟୋଜିତ ଏକ ନିର୍ବାଚନୀ ସଭାରେ ଉଦ୍‌ବୋଧନ...

ବ୍ରହ୍ମପୁରରେ ପହଞ୍ଚିଲେ ମୋଦି

ବ୍ରହ୍ମପୁର,୬ା୫: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓଡ଼ିଶା ଗସ୍ତରେ ଆସିଥିବା ବେଳେ ସୋମବାର ଏକ ସ୍ବତନ୍ତ୍ର ବିମାନରେ ବ୍ରହ୍ମପୁରରେ ପହଞ୍ଚିଛନ୍ତି। ଏଠାରେ କନିଷି ନିର୍ବାଚନୀ ସଭାରେ ଯୋଗ...

ଥମୁନି ଜଙ୍ଗଲ ନିଆଁ: ୫ ମୃତ, ୧୦୦୦ରୁ ଅଧିକ ହେକ୍ଟର ଜଙ୍ଗଲ ପୋଡ଼ି ପାଉଁଶ

ଡେରାଡୁନ୍‌,୬ା୫: ଉତ୍ତରାଖଣ୍ଡର ଜଙ୍ଗଲରେ ନିଆଁ ଲାଗିବା ଘଟଣା ବନ୍ଦ ହେଉନାହିଁ। ଆଲମୋରା ଏବଂ ବାଗେଶ୍ୱର ସମେତ ଅନେକ ଜିଲାରେ ଜଙ୍ଗଲ ଜଳୁଛି। ଏହି ପରିପ୍ରେକ୍ଷୀରେ, ଆଲମୋରା...

ମନ୍ତ୍ରୀଙ୍କ ନିକଟତମଙ୍କ ଘରେ ଟଙ୍କାର ପାହାଡ ଦେଖି ଇଡି ଆଶ୍ଚର୍ଯ୍ୟ

ରାଞ୍ଚି,୬।୫: ଲୋକ ସଭା ନିର୍ବାଚନ ମଧ୍ୟରେ ଏନଫୋର୍ସମେଣ୍ଟ ନିର୍ଦ୍ଦେଶାଳୟ (ଇଡି) ଚଢାଉ କାର୍ଯ୍ୟ ଜାରି ରହିଛି। ସୋମବାର ଝାଡଖଣ୍ଡର ରାଞ୍ଚିରେ ଇଡି ଏକ ବଡ଼ କାର୍ଯ୍ୟାନୁଷ୍ଠାନ...

କର୍‌କରେଙ୍କ ହତ୍ୟାକାରୀ ଆର୍‌ଏସ୍‌ଏସ୍‌ ସହ ଜଡ଼ିତ: କଂଗ୍ରେସ ନେତାଙ୍କ ଦାବିକୁ ନେଇ ବିବାଦ

ମୁମ୍ବାଇ,୬ା୫:୨୬/୧୧ ମୁମ୍ବାଇ ଆତଙ୍କବାଦୀ ଆକ୍ରମଣ ବେଳେ ଆତଙ୍କବାଦ ନିରୋଧୀ ସ୍କ୍ବାଡ୍‌ (ଏଟିଏସ୍‌)ର ତତ୍କାଳୀନ ମୁଖ୍ୟ ହେମନ୍ତ କର୍‌କରେଙ୍କୁ ଆତଙ୍କବାଦୀ ଅଜମଲ କସବ ହତ୍ୟା କରି ନ...

ବିପତ୍ତି ଡାକୁଛି ଜଙ୍ଗଲ ନିଆଁ

ଡେରାଡୁନ୍‌,୬ା୫:ଉତ୍ତରାଖଣ୍ଡ ଜଙ୍ଗଲରେ ଗତ ନଭେମ୍ବରରୁ ଅଦ୍ୟାବଧି ୮୮୬ ଥର ନିଅଁା ଲାଗିଛି। ବନାଗ୍ନିରେ ୩ ଜଣଙ୍କ ମୃତ୍ୟୁ ଘଟିଥିବାବେଳେ ଜାଣିଶୁଣି ନିଆଁ ଲଗାଇବା ଅଭିଯୋଗରେ ୬୪...

ରୋହିତ ବେମୁଲାଙ୍କ ଆତ୍ମହତ୍ୟାର ପୁଣି ତଦନ୍ତ କରିବେ ତେଲଙ୍ଗାନା ସରକାର

ହାଇଦ୍ରାବାଦ, ୫।୫:ବହୁ ଚର୍ଚ୍ଚିତ ରୋହିତ ବେମୁଲା ଆତ୍ମହତ୍ୟା ମାମଲାରେ ସାଇବରାବାଦ ପୋଲିସ ପକ୍ଷରୁ ଜାରି ହୋଇଥିବା କ୍ଲୋଜର ରିପୋର୍ଟକୁ ନେଇ ରୋହିତଙ୍କ ପରିବାର ପକ୍ଷରୁ ଅସନ୍ତୋଷ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri