ପିପିପିରେ ଚାଲିବ ଆଉ ୩ ବିମାନ ବନ୍ଦର

ନୂଆଦିଲ୍ଲୀ,୨୦।୮: ଦେଶର ଆଉ ୩ ବିମାନ ବନ୍ଦର ପବ୍ଲିକ ପ୍ରାଇଭେଟ୍‌ ପାର୍ଟନରଶିପ(ପିପିପି) ବା ସରକାରୀ ଘରୋଇ ସହଭାଗିତାରେ ପରିଚାଳିତ ହେବ। ଏହି ବିମାନ ବନ୍ଦରଗୁଡିକ ମଧ୍ୟରେ ଗୁଆହାଟୀ, ଜୟପୁର ଏବଂ ଥିରୁଭାନନ୍ତପୁରମ ରହିଛି। କେନ୍ଦ୍ର କ୍ୟାବିନେଟ ପକ୍ଷରୁ ଏହି ପ୍ରସ୍ତାବକୁ ମଞ୍ଜୁରୀ ମିଳିଛି। କେନ୍ଦ୍ର କ୍ୟାବିନେଟ ଗ୍ରହଣ କରିଥିବା ନିଷ୍ପତ୍ତି ଉପରେ କେନ୍ଦ୍ର ମନ୍ତ୍ରୀ ପ୍ରକାଶ ଜାଭଡେକର ଗଣମାଧ୍ୟମକୁ ସୂଚନା ଦେଇଛନ୍ତି। ଏୟାରପୋର୍ଟ ଅଥରିଟି ଅଫ୍‌ ଇଣ୍ଡିଆ ଅଧୀନରେ ପରିଚାଳିତ ହେଉଥିବା ଏହି ବିମାନବନ୍ଦରଗୁଡିକୁ ଲିଜ୍‌ରେ ଦେବା ପ୍ରସ୍ତାବକୁ କେନ୍ଦ୍ର କ୍ୟାବିନେଟ ବୁଧବାର ମଞ୍ଜୁରୀ ପ୍ରଦାନ କରିଥିବା ସେ ମତ ରଖିଛନ୍ତି। ଏହି ବିମାନ ବନ୍ଦରଗୁଡିକ ଘରୋଇ କମ୍ପାନୀ ଦ୍ୱାରା ପରିଚାଳିତ ହେବ। କିଛି ବିମାନ ବନ୍ଦରକୁ ସରକାର ଘରୋଇ ହାତକୁ ପୁଣି ଟେକିଦେବେ ବୋଲି ପୂର୍ବରୁ ଅନୁମାନ କରାଯାଇଥିଲା। ୩ ବିମାନ ବନ୍ଦରଗୁଡିକ ଆଦାନୀ ଏଣ୍ଟରପ୍ରାଇଜେସ ଲିମିଟେଡ୍‌କୁ ୫୦ ବର୍ଷ ଲାଗି ଦେବାକୁ ନିଷ୍ପତ୍ତି ହୋଇଛି। ବିମାନ ବନ୍ଦରଗୁଡିକର ଅପରେଶନ, ମ୍ୟାନେଜମେଣ୍ଟ ଏବଂ ଉନ୍ନତୀକରଣ ଉକ୍ତ କମ୍ପାନୀ କରିବ ବୋଲି ଜଣାପଡିଛି। ଏହି ପଦକ୍ଷେପ ଦ୍ୱାରା ସରକାରଙ୍କୁ ୧୦୭୦ କୋଟି ଟଙ୍କା ମିଳିବ। ଏହି ଅର୍ଥ ବିନିଯୋଗ ଦ୍ୱାରା ଅନ୍ୟ ଛୋଟ ସହରଗୁଡିକରେ ବିମାନ ବନ୍ଦର ବିକଶିତ କରିବାରେ ସହାୟକ ହେବ ବୋଲି ଜାଭଡେକର ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପୋଷ୍ଟରରେ ନିଜ ଫଟୋ ନଥିବାରୁ ଗର୍ଜିଲେ ପ୍ରଦୀପ ପୁରୋହିତ, ମନଦୁଃଖ କରନ୍ତୁ ନାହିଁ କହିଲେ ଉପମୁଖ୍ୟମନ୍ତ୍ରୀ

ଝାରସୁଗୁଡା, ୨୧/୧୨(ଆଶିଷ ରଞ୍ଜନ ଦାଶ ): ଝାରସୁଗୁଡା ଜିଲା କୋଲାବିରା ବ୍ଳକ ଠାରେ ରବିବାର ଚାଲିଥିବା କୃଷକ ସମାବେଶରେ ବରଗଡ଼ ସାଂସଦ ପ୍ରଦୀପ ପୁରୋହିତ ବ୍ୟାନରରେ...

VB-G RAM G ବିଲକୁ ରାଷ୍ଟ୍ରପତିଙ୍କ ମଞ୍ଜୁରୀ, MGNREGA ବଦଳରେ ଏଣିକି ଲାଗୁ ହେବ…

ନୂଆଦିଲ୍ଲୀ,୨୧।୧୨: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଆଜି ବିକାଶିତ ଭାରତ-ନିଯୁକ୍ତି ଏବଂ ଆଜୀବିକା ମିଶନ (ଗ୍ରାମୀଣ) ଗ୍ୟାରେଣ୍ଟି ବିଲ୍ VB-G RAM G ୨୦୨୫ କୁ ଅନୁମୋଦନ...

ମାତ୍ର ୬୧ ଟଙ୍କାରେ ଇନ୍‌ସୁରାନ୍ସ, ଫୋନ ଚୋରି ହୋଇଗଲେ ମିଳିବ ୨୫,୦୦୦ ଟଙ୍କା…

ଯଦି ଆପଣଙ୍କ ସ୍ମାର୍ଟଫୋନ ଚୋରି ହୋଇଯାଏ ନଚେତ କେଉଁଠି ହଜି ଯାଏ, ତେବେ କ୍ଷତି ସହିବାକୁ ଏବେ ପଡ଼ିବ ନାହିଁ। VI ଭାରତରେ ପ୍ରଥମ ଥର...

ବଡ଼ ଖବର: ୨୬ ଡିସେମ୍ୱରରୁ ମହଙ୍ଗା ହେବ ଟ୍ରେନଯାତ୍ରା, ଜେନରାଲ ସିଟ୍‌ ପାଇଁ ଦେବାକୁ ପଡିବ ଏତେ ଟଙ୍କା

ନୂଆଦିଲ୍ଲୀ,୨୧।୧୨: ଯାତ୍ରୀଗଣ ଦୟାକରି ଧ୍ୟାନ ଦିଅନ୍ତୁ। ଟ୍ରେନରେ ଯାତ୍ରା କରୁଥିଲେ ଆପଣଙ୍କ ପାଇଁ ଜରୁରୀ ଖବର। ଟ୍ରେନରେ ଯାତ୍ରା କରିବା ଏବେ ପଡିପାରେ ମହଙ୍ଗା। ଡିସେମ୍ୱର...

ଏଥର ଫେବୃଆରୀ ୧ରେ ଆସିବନି ବଜେଟ୍‌! ଭାରତ ସଂସଦୀୟ ଇତିହାସରେ ପ୍ରଥମ?

ନୂଆଦିଲ୍ଲୀ,୨୧।୧୨: ଆସନ୍ତା ବର୍ଷ ୨୦୨୬-୨୭ ଆର୍ଥିକ ବର୍ଷ ପାଇଁ ଅର୍ଥମନ୍ତ୍ରୀ କେଉଁ ତାରିଖରେ ବଜେଟ ଉପସ୍ଥାପନ କରିବେ ତାକୁ ନେଇ ସସପେନ୍ସ ଜାରି ରହିଛି। ୨୦୧୭ରୁ...

ବସ୍‌ଷ୍ଟାଣ୍ଡ ପାଇଁ ଗଛକଟା: ହାଇକୋର୍ଟଙ୍କ ଦ୍ୱାରସ୍ଥ ହେଲେ…

ବାରିପଦା, ୨୧।୧୧ (ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବାରିପଦାସ୍ଥିତ ପାଲବଣୀଠାରେ ଆନ୍ତଃରାଜ୍ୟ ବସ୍‌ଷ୍ଟାଣ୍ଡ ନିର୍ମାଣ ପାଇଁ ଚାଲିଥିବା ଗଛକଟାକୁ ତୀବ୍ର ବିରୋଧ କରାଯାଇଛି। ପରିବେଶବିତ୍‌...

ବିଜେଡିରେ ବଡ଼ ହଲଚଲ: ୪୦ ପରେ ୩ ନେତାଙ୍କୁ ନେଇ ଚର୍ଚ୍ଚା

ଭୁବନେଶ୍ୱର,୨୧ା୧୨(ସୁନିତ୍‌ ମିଶ୍ର): ବିଜେଡିର ପ୍ରାୟ ୪୦ ଜଣ ପୂର୍ୱତନ ବିଧାୟକ ଏବଂ ୨୦୨୪ରେ ବିଧାୟକ ପ୍ରାର୍ଥୀ ହୋଇଥିବା ନେତା ଭୁବନେଶ୍ୱର ଉପକଣ୍ଠରେ ଶୁକ୍ରବାର ଏକ ଭୋଜି...

ବର୍ବରତା, ୭ ବର୍ଷର ଝିଅକୁ ଜୀଅନ୍ତା ଜାଳିଦେଲେ ଲୋକେ, ସରକାରଙ୍କୁ ୨୪ ଘଣ୍ଟାର ଅଲ୍ଟିମେଟମ

ଢାକା,୨୧।୧୨: ଛାତ୍ର ନେତା ସରିଫ ଓସମାନ ହାଦିଙ୍କ ମୃତ୍ୟୁ ପରେ ବାଂଲାଦେଶରେ ଘଟିଥିବା ବ୍ୟାପକ ହିଂସା ସମୟରେ ଜଣେ ନିର୍ଦ୍ଦୋଷ ଝିଅକୁ ଜୀବନ୍ତ ଜାଳି ଦିଆଯିବାର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri