Posted inଅପରାଧ

ସ୍ବାମୀଙ୍କ ମୃତ୍ୟୁର ୨ ଦିନ ପରେ ସମ୍ପତ୍ତି ଲୋଭରେ ମହିଳାଙ୍କୁ ହତ୍ୟା

ଗୋରଖପୁର, ୨୦।୮: ଉତ୍ତର ପ୍ରଦେଶର ଗୋରଖପୁର ଜିଲାରୁ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ସମ୍ପତ୍ତି ଲୋଭରେ ଜଣେ ବୃଦ୍ଧା ମହିଳାଙ୍କୁ ଅତି ନର୍ମମ ଭାବେ ହତ୍ୟା କରାଯାଇଛି। ଜଣାପଡ଼ିଛି କି ମହିଳାଙ୍କ ସ୍ବାମୀ ୨ ଦିନ ତଳେ ମୃତ୍ୟୁବରଣ କରିଥିଲେ। ସେହିଭଳି ମୃତ ମହିଳାଜଣଙ୍କର କୌଣସି ସନ୍ତାନ ନ ଥିଲେ।
ଘଟଣା ବୁଧବାର ରାତିରେ ଚୋରିଚୋରାସ୍ଥିତ ବଂଶହିୟା ଗ୍ରାମରେ ଘଟିଛି। ପୋଲିସ ପକ୍ଷରୁ କୁହାଯାଇଛି କି, ରାତି ୮ଟାରେ ବାଦାମୀ ଦେବୀ (୭୦ ବର୍ଷ) ନାମକ ଜଣେ ମହିଳାଙ୍କୁ ଧାରୁଆ ଅସ୍ତ୍ରରେ ତଣ୍ଟି କାଟି ହତ୍ୟା କରାଯାଇଛି। ପୂର୍ବରୁ ଅସୁସ୍ଥତା କାରଣରୁ ଅଗଷ୍ଟ ୧୭ରେ ବାଦାମୀ ଦେବୀଙ୍କ ସ୍ବାମୀ ରାମ ସିପାହୀ ଯାଦବଙ୍କ ମୃତ୍ୟୁ ହୋଇଥିଲା। ୧୮ରେ ରାମଙ୍କ ଅନ୍ତିମ ସଂସ୍କାର ହୋଇଥିବାବେଳେ ଏହାର ଦିନକ ପରେ ବାଦାମୀ ଦେବୀଙ୍କୁ ସମ୍ପତ୍ତି ଲୋଭରେ ତାଙ୍କ ସମ୍ପର୍କୀୟମାନେ ହତ୍ୟା କରିଥିବା ପୋଲିସ ଅନୁମାନ କରୁଛି। ପୋଲିସ ହତ୍ୟା ମାମଲା ରୁଜୁ କରି ରାମ ସିପାହୀଙ୍କ ୨ ଭାଇ ଓ ଭଣଜାଙ୍କୁ ପଚରା ଉଚରା କରୁଛି।


Enter your email to get our daily news in your inbox.

All Right Reserved By Dharitri.Com

ଟ୍ରାନ୍ସପୋର୍ଟ କର୍ମଚାରୀଙ୍କ ଠାରୁ ଦୁର୍ବୃତ୍ତ ଲୁଟିନେଲେ ୧୪ ଲକ୍ଷ ଟଙ୍କା

କେନ୍ଦୁଝର,୬ା୫(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ସଦର ଥାନା ଜାମୁଡ଼ିହା ନିକଟରେ ସୋମବାର ପୂର୍ବାହ୍ନରେ ଏନ୍‌ଏଚ ୪୯ରେ ଆଜି ଏକ ଘରୋଇ ଟ୍ରାନ୍ସପୋର୍ଟ କମ୍ପାନୀର ଦୁଇ ଜଣ...

କର୍ନାଟକ ସେକ୍ସ ସ୍କାଣ୍ଡାଲରେ ଏଚ୍‌.ଡି ରେଭନ୍ନା ଗିରଫ

ବେଙ୍ଗାଲୁରୁ,୪ା୫: କର୍ନାଟକ ଯୌନ ନିର୍ଯାତନା ମାମଲାରେ ପୂର୍ବତନ ମନ୍ତ୍ରୀ ତଥା ଜେଡିଏସ୍‌ ବିଧାୟକ ଏଚ୍‌.ଡି. ରେଭନ୍ନାଙ୍କୁ ଏସ୍‌ଆଇଟି ଶନିବାର ଗିରଫ କରିଛି। ରେଭନ୍ନାଙ୍କ ଘରେ କାମ...

ଗଜପତିରୁ ଚିକିଟି ଦେଇ ବ୍ରହ୍ମପୁରକୁ କରୁଥିଲେ ଗଞ୍ଜେଇ ଚାଲାଣ,ଅଭିଯୁକ୍ତଙ୍କୁ ୧୦ ବର୍ଷ ଜେଲ

ବ୍ରହ୍ମପୁର,୪ା୫(ସୁବାସ ଚନ୍ଦ୍ର ପାଢ଼ୀ): ବ୍ରହ୍ମପୁର ଅତିରିକ୍ତ ଜିଲା ଦୌରା ଜଜ୍‌ (ଏଡିଜେ-୧)ଡ. ଇନ୍ଦୁ ଶର୍ମା ଶନିବାର ଏକ ଗଞ୍ଜେଇ ଚାଲାଣ ମାମଲାର ଚୂଡ଼ାନ୍ତ ରାୟ ପ୍ରକାଶ...

ମାମୁଙ୍କୁ ପଥରରେ ଛେଚି ହତ୍ୟା କଲେ ଭଣଜା

ବଣାଇ,୧ା୫(ପ୍ରଦୀପ ତ୍ରିପାଠୀ): ସୁନ୍ଦରଗଡ଼ ଜିଲା କେ.ବଲାଙ୍ଗ ଥାନାର ଗଉଡ଼ ଗ୍ରାମରେ ରହୁଥିବା ଭଉଣୀ ଘରକୁ ଲହୁଣିପଡ଼ା ଥାନା ଅନ୍ତର୍ଗତ କେନାପାଲି ଗ୍ରାମର ସୁବର୍ଣ୍ଣ କଂସୁରିଆ (୬୦)...

ପୁଅଙ୍କୁ ଭୁଜାଲିରେ ହାଣି ହତ୍ୟାକଲେ ବାପା

ଭଦ୍ରକ,୧ା୫: ପାରିବାରିକ କଳହର କରୁଣ ପରିଣତି ଦେଖିବାକୁ ମିଳିଛି ଭଦ୍ରକ ଜିଲା ବନ୍ତ ଥାନା ଗୋବିନ୍ଦପୁର ପଞ୍ଚାୟତ ସୁନାଗଡ଼ିଆ ଗାଁରେ। ଘରେ ଖାଉଥିବା ସମୟରେ ସାମାନ୍ୟ...

ଛାନୁଆରେ ଜଘନ୍ୟ ହତ୍ୟାକାଣ୍ଡ: ଟାଓ୍ବାରରେ କାମ କରୁଥିବା ଯୁବକଙ୍କୁ ମାରି ଫିଙ୍ଗି ଦେଲେ

ରୂପସା,୧।୫(ବାଞ୍ଛାନିଧି ଦେ): ବାଲେଶ୍ବର ଜିଲl ସଦର ବ୍ଲକ ଅନ୍ତର୍ଗତ ଛାନୁଆ ଗ୍ରାମରେ ବୁଧବାର ଜଘନ୍ୟ ହତ୍ୟାକାଣ୍ଡ ଘଟିଛି। ଛାନୁଆ ପ୍ରାଥମିକ ବିଦ୍ୟାଳୟ ନିକଟ ରାସ୍ତା ପାର୍ଶ୍ୱରୁୁ...

ନୟାଗଡ଼ ବଉଳସାହିରେ ଗୋଷ୍ଠୀ ସଂଘର୍ଷ: ବୋମାମାଡ଼-ଗୁଳିମାଡ଼ରେ ୨ ଗୁରୁତର

ନୟାଗଡ଼,୧।୫(ଲୋକନାଥ ମିଶ୍ର): ନୟାଗଡ଼ ଜିଲା ଇଟାମାଟି ଥାନାର ବଉଳସାହି ଗାଁରେ ବୁଧବାର ଗୋଷ୍ଠୀ ସଂଘର୍ଷ ଘଟିଛି। ବିଜେଡି ଓ ଭାଜପା ସମର୍ଥକଙ୍କ ମଧ୍ୟରେ ବୋମାମାଡ଼ ଏବଂ...

ଏନ୍‌କାଉଣ୍ଟରରେ କୁଖ୍ୟାତ ଅପରାଧୀ ସୁବାସ ଆହତ

କାମାକ୍ଷାନଗର,୨୯ା୪(ସୁଧୀର କୁମାର ପରିଡ଼ା): ଢେଙ୍କାନାଳ ଜିଲା କାମାକ୍ଷାନଗର ପୋଲିସ କୁଖ୍ୟାତ ଅପରାଧୀ ସୁବାସ ଖୁଣ୍ଟିଆଙ୍କୁ ଏନ୍‌କାଉଣ୍ଟର କରିଛି। ଫଳରେ ସେ ଆହତ ହୋଇଛନ୍ତି। ତାଙ୍କ ଡାହାଣ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri