Posted inଜାତୀୟ

ଭାଜପା ବିଧାୟକଙ୍କ ପରଲୋକ

ଲକ୍ଷ୍ନୌ,୨୧।୮: ଉତ୍ତରପ୍ରଦେଶ ଦେଓରିଆର ଭାଜପା ବିଧାୟକ ଜନ୍ମେଜୟ ସିଂହଙ୍କ ପରଲୋକ ଘଟିଛି। ଗୁରୁବାର ବିଳମ୍ବ ରାତିରେ ଲକ୍ଷ୍ନୌ ସ୍ଥିତ ରାମ ମନୋହର ଲୋହିଆ ହସ୍ପିଟାଲରେ ସେ ଅନ୍ତିମ ନିଶ୍ୱାସ ନେଇଥିଲେ। ମୃତ୍ୟୁ ବେଳକୁ ତାଙ୍କୁ ୭୫ବର୍ଷ ହୋଇଥିଲା। ଗତ କିଛି ଦିନରୁ ସେ ରୋଗାଗ୍ରସ୍ତ ଥିଲେ। କିନ୍ତୁ ଗୁରୁବାର ରାତିରେ ହୃଦ୍‌ଘାତ ହେବାରୁ ତାଙ୍କର ମୃତ୍ୟୁ ହୋଇଛି। ତାଙ୍କର ମୃତ୍ୟୁ ଖବରରେ ନିର୍ବଚାଚନ ମଣ୍ଡଳୀ ଦେଓରିଆରେ ଶୋକର ଛାୟା ଖେଳିଯାଇଛି। ଜନ୍ମେଜୟଙ୍କ ନିଧନ ଖବର ଶୁଣି ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ଟୁଇଟ କରି ଶୋକ ପ୍ରକାଶ କରିଛନ୍ତି। ଏଥିସହ ଲେଖିଛନ୍ତି ଦଳ ଆଜି ଜଣେ ଉତ୍ସଗୀକୃତ କର୍ମକର୍ତ୍ତା ଓ ଜନସାଧାରଣ ନିଜ ପ୍ରକୃତ ବନ୍ଧୁଙ୍କୁ ହରାଇଛନ୍ତି। ଭଗବାନ ରାମ ତାଙ୍କ ଆତ୍ମାକୁ ଶାନ୍ତି ପ୍ରଦାନ କରନ୍ତୁ ବୋଲି ଆଦିତ୍ୟନାଥ କହିଛନ୍ତି। ସେହିପରିିି ସମାଜବାଦୀ ପାର୍ଟି(ଏସ୍‌ପି) ମୁଖ୍ୟ ଅଖିଳେଶ ଯାଦବ ମଧ୍ୟ ଶୋକ ପ୍ରକାଶ କରିବା ସହ ତାଙ୍କ ପରିବାରଙ୍କୁ ସମବେଦନା ଜଣାଇଛନ୍ତି। ଏଥିସହ ଟୁଇଟ କରି କହିଛନ୍ତି, ଜନ୍ମେଜୟଙ୍କ ନିଧନ ଅତ୍ୟନ୍ତ ଦୁଃଖଦାୟକ। ଅନ୍ୟପଟେ ଶୁକ୍ରବାର ଲକ୍ଷ୍ନୌରୁ ଜନ୍ମେଜୟଙ୍କ ପାର୍ଥିବ ଶରୀର ଦେଓରିଆ ସ୍ଥିତ ବାସଭବନକୁ ଅଣାଯାଇଛି। ସେଠାରେ ତାଙ୍କ ଅନ୍ତିମ ଦର୍ଶନ ପାଇଁ ଭାଜପା କର୍ମକର୍ତ୍ତା ଓ ସମର୍ଥକଙ୍କ ସୁଅ ଛୁଟିବାରେ ଲାଗିଛି।


Enter your email to get our daily news in your inbox.

All Right Reserved By Dharitri.Com

କ୍ରିସମାସ ଶୁଭକାମନାରେ ରୁଷିଆ ରାଷ୍ଟ୍ରପତି ପୁଟିନଙ୍କ ‘ମୃତ୍ୟୁ’ କାମନା କଲେ ଜେଲେନସ୍କି 

କ୍ୱିଭ,୨୫।୧୨: ଯୁକ୍ରେନର ରାଷ୍ଟ୍ରପତି ଭୋଲୋଡିମିର ଜେଲେନସ୍କି କ୍ରିସମସ ଇଭ (ଡିସେମ୍ବର ୨୪) ରେ ତାଙ୍କ ପାରମ୍ପରିକ ଭାଷଣରେ ରୁଷିଆ ରାଷ୍ଟ୍ରପତି ଭ୍ଲାଡ଼ିମିର ପୁଟିିନଙ୍କ ଅପ୍ରତ୍ୟକ୍ଷ ମୃତ୍ୟୁ...

୨୪ ବର୍ଷ ପୂର୍ବେ ପାକିସ୍ତାନକୁ ନେଇ ଏମିତି କଥା କହିଥିଲେ ପୁଟିନ: ଏବେ ହେଉଛି ସତ

ମସ୍କୋ,୨୫।୧୨: ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ପାକିସ୍ତାନ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଦେଇଛନ୍ତି। ଏହି ବିବୃତ୍ତି ପ୍ରାୟ ୨୪ ବର୍ଷ ପୁରୁଣା, ଯେତେବେଳେ ସେ...

ସାନ୍ତାଳୀ ଭାଷାରେ ଉନ୍ମୋଚନ ହେଲା ଭାରତର ସମ୍ବିଧାନ: ରାଷ୍ଟ୍ରପତି କହିଲେ, ଗର୍ବର ବିଷୟ

ନୂଆଦିଲ୍ଲୀ,୨୫ା୧୨:ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଗୁରୁବାର ସାନ୍ତାଳୀ ଭାଷାରେ ଭାରତର ସମ୍ବିଧାନକୁ ଉନ୍ମୋଚନ କରିଛନ୍ତି। ରାଷ୍ଟ୍ରପତି ଭବନରେ ଏହାର ଉନ୍ମୋଚନ କରାଯାଇଛି। ୨୦୦୩ର ଆଇନରେ ସଂଶୋଧନ ଅଣାଯାଇ...

ମାତ୍ର ୫ ଦିନରେ ଦୋଷୀଙ୍କୁ ମିଳିଲା ଦଣ୍ଡ: କୋର୍ଟଙ୍କ ରାୟଙ୍କ ଦେଖି ଲୋକେ ଆଶ୍ଚର୍ଯ୍ୟ

ଜୟପୁର,୨୫।୧୨: ରାଜସ୍ଥାନର କୋଟପୁଟଲି-ବେହରର ଜିଲାରେ ଏକ ଚୋରି ମାମଲାରେ ଅଭିଯୁକ୍ତକୁ ପାଞ୍ଚ ଦିନ ମଧ୍ୟରେ କୋର୍ଟ ଦଣ୍ଡାଦେଶ ଶୁଣାଇଛି। କୋର୍ଟ ତାଙ୍କୁ ଦୁଇ ବର୍ଷ ଜେଲଦଣ୍ଡ...

ବରଗଡ଼ ଧନୁଯାତ୍ରା: ଦେବକୀଙ୍କ କୋଳରେ ଜନ୍ମନେଲେ ଶ୍ରୀକୃଷ୍ଣ

ମଥୁରାନଗରୀ,୨୫।୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଧନୁଯାତ୍ରା ମହୋତ୍ସବର ଦ୍ୱିତୀୟ ଦିବସ ଗୁରୁବାରରେ ମଥୁରାନଗରୀର ଲୋକ ମଣ୍ଡପ ପଡ଼ିଆରେ ରଙ୍ଗମହଲ ଉଦଘାଟିତ ହୋଇଛି। ଜିଲାପାଳ ଆଦିତ୍ୟ ଗୋୟଲ ଏହି...

ଗୁଲୁଆଙ୍କ ପାଲଟା ଅଭିଯୋଗ: ‘ମୋତେ ଶାରୀରିକ ସମ୍ପର୍କ ରଖିବାକୁ ମନା କରିଥିଲେ ବର୍ଷା, ମୁଁ ନୁହେଁ ବରଂ ସେ… 

ଭୁବନେଶ୍ୱର,୨୫।୧୨: ସୋସିଆଲ ମିଡିଆର ଅନ୍ୟତମ ଚର୍ଚ୍ଚିତ ଯୋଡ଼ି ତଥା ୟୁଟ୍ୟୁବର ଆଶିଷ ଦାଶ ଓରଫ ଗୁଲୁଆ-ବର୍ଷାଙ୍କ ପାରିବାରିକ କଳି ଏବେ ଦାଣ୍ଡରେ ପଡ଼ି ହାଟରେ ଗଡ଼ିଲାଣି।...

ନୂଆବର୍ଷରେ ଫିଟିବ ପୂଜାଙ୍କ ଭାଗ୍ୟ

ଅଭିନେତ୍ରୀ ପୂଜା ହେଗଡେ ଦକ୍ଷିଣ ଭାରତୀୟ ଚଳଚ୍ଚିତ୍ର ଶିଳ୍ପରେ ମଧ୍ୟ ବହୁତ ପ୍ରସିଦ୍ଧ। ୨୦୧୬ରେ ସେ ମୋହେଞ୍ଜୋଦାରୋ ସହିତ ଡେବ୍ୟୁ କରିଥିଲେ। ଏହା ବକ୍ସ ଅଫିସରେ...

୧୭ ବର୍ଷ ପରେ ପୁଣି ଚର୍ଚ୍ଚାରେ ଗସମା ଜଙ୍ଗଲ: ମାଓବାଦୀ ସଂଗଠନକୁ ଶକ୍ତ ଧକ୍କା, ପୋଲିସକୁ ବଡ ସଫଳତା 

ଭଞ୍ଜନଗର,୨୫।୧୨(ବାବୁଲା ପ୍ରଧାନ)- ଦୀର୍ଘ ୧୭ ବର୍ଷ ପରେ ପୁଣି ଚର୍ଚ୍ଚାକୁ ଆସିଛି ଗସମା ଜଙ୍ଗଲ । ୨୦୦୮ ମସିହା ଫେବୃୟାରୀ ମାସ ୧୫ ତାରିଖ ରାତିରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri