Posted inଜାତୀୟ

‘ଗୋଟିଏ ଦେଶ, ଗୋଟିଏ ନିର୍ବାଚନ’ ବୈଠକ ଆରମ୍ଭ: ଆସିଲେନି ରାହୁଲ, ମାୟା, ମମତା

ନୂଆଦିଲ୍ଲୀ, ୧୯।୬: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ‘ଗୋଟିଏ ଦେଶ, ଗୋଟିଏ ନିର୍ବାଚନ’ ମୁଦ୍ଦାକୁ ନେଇ ସର୍ବଦଳୀୟ ବୈଠକ ସଂସଦ ଭବନର ଲାଇବ୍ରେରୀରେ ଆରମ୍ଭ ହୋଇଛି। ଏହି ବୈଠକରେ ବିଭିନ୍ନ ଦଳର ରାଷ୍ଟ୍ରୀୟ ଅଧ୍ୟକ୍ଷମାନେ ଯୋଗ ଦେଇଛନ୍ତି। କିନ୍ତୁ ଏହି ବୈଠକରେ ବିପକ୍ଷ କଂଗ୍ରେସ, ତୃଣମୂଳ କଂଗ୍ରେସ ସୁପ୍ରିମୋ ମମତା ବାନାର୍ଜୀ, ବିଏସପି ମୁଖ୍ୟ ମାୟାବତୀ ଏବଂ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିଓ୍ବାଲ ଯୋଗଦେଇନାହାନ୍ତି। ଏନସିପି ମୁଖ୍ୟ ଶରତ ପାଓ୍ବାର ଏହି ବୈଠକରେ ଭାଗ ନେଇଛନ୍ତି। ସେହିିପରି ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ଏବଂ ଓ୍ବାଇଏସଆର କଂଗ୍ରେସ ନେତା ଜଗନମୋହନ ରେଡ୍ଡୀ ବୈଠକ ଯୋଗଦେଇଛନ୍ତି। ପ୍ରଧାନମନ୍ତ୍ରୀଙ୍କ ବ୍ୟତୀତ ସ୍ବରାଷ୍ଟ୍ର ମନ୍ତ୍ରୀ, ରକ୍ଷା ମନ୍ତ୍ରୀ, ସଂସଦୀୟ ବ୍ୟାପାର ମନ୍ତ୍ରୀ ପ୍ରମୁଖ ସାମିଲ ହୋଇଛନ୍ତି। ସୂଚନାଯୋଗ୍ୟ, ସମୟ ଓ ଅର୍ଥ ସଞ୍ଚୟ କରିବା ଲକ୍ଷ୍ୟରେ ଲୋକସଭା ଓ ରାଜ୍ୟ ବିଧାନସଭାଗୁଡିକ ପାଇଁ ଏକା ସାଙ୍ଗରେ ନିର୍ବାଚନ କରିବା ସକାଶେ ପ୍ରଧାନମନ୍ତ୍ରୀ ବାରମ୍ବାର ଗୁରୁତ୍ୱାରୋପ କରି ଆସୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନୂଆ ଇତିହାସ ରଚିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ୨୮ ଡିସେମ୍ବରରେ…

ନୂଆଦିଲ୍ଲୀ, ୨୭।୨୫: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଆସନ୍ତା ୨୮ ଡିସେମ୍ବରରେ ଭାରତୀୟ ନୌସେନାର ଏକ ପନଡୁବ୍ବୀରେ ସମୁଦ୍ର ଯାତ୍ରା କରିବେ। ଏହି ଯାତ୍ରା କର୍ନାଟକର କାରବାର...

 ‘Pay Later with BharatPe’: ଏବେ UPIରେ ମିଳିବ ଉଧାର: ଜାଣନ୍ତୁ କେତେ ଦିନ ମଧ୍ୟରେ ଫେରାଇବାକୁ ହେବ ଟଙ୍କା…

ନୂଆଦିଲ୍ଲୀ, ୨୭।୧୨:  ଆଜିର ଦ୍ରୁତଗତି ଜୀବନଶୈଳୀରେ ପ୍ରତ୍ୟେକ ବ୍ୟକ୍ତି ଡିଜିଟାଲ୍ ପେମେଣ୍ଟ୍ ଉପରେ ନିର୍ଭରଶୀଳ ହୋଇଯାଇଛନ୍ତି। ପରିବା କିଣିବା ହେଉ, କାଫେରେ କଫି ପିଇବା ହେଉ...

ଥୁଆମୂଳ ରାମପୁର ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ କର୍ମଚାରୀଙ୍କ ଚରମ ଅବହେଳା: ୨୦ ମିନିଟ୍ କାଳ ବେଡ୍‌ରେ ଛଟପଟ ହେଲେ ଦୁର୍ଘଟଣାଗ୍ରସ୍ତ ଯୁବକ

ଥୁଆମୂଳ ରାମପୁର, ୨୭।୧୨(ଦୁର୍ଗା କୀର୍ତ୍ତି):- କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ ସ୍ବାସ୍ଥ୍ୟସେବା ଏବେ ସମ୍ପୂର୍ଣ୍ଣ ବିପର୍ଯ୍ୟସ୍ତ। କର୍ମଚାରୀଙ୍କ ଲଗାତାର ଅବହେଳା ଓ...

ରାସ୍ତାରେ ଟ୍ରକ୍‌ ରଖି ଶୌଚ ପାଇଁ ଯାଇଥିଲେ ଡ୍ରାଇଭର, ଆପଣା ଛାଏଁ ପଛକୁ ପଛ ଗଡ଼ି…

ଦାରିଙ୍ଗବାଡ଼ି,୨୭ା୧୨(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଦେଇ ଯାଇଥିବା ଗୋପାଳପୁର-ରାଇପୁରକୁ ସଂଯୋଗ କରୁଥିବା ୫୯ ନଂ ଜାତୀୟ ରାଜପଥର ସିମନବାଡ଼ି ନିକଟ ଟୋଲ୍‌ ଗେଟ୍‌ ନିକଟରେ...

ଭାଜପା ଦାରିଙ୍ଗବାଡ଼ି ମଣ୍ଡଳରେ ନୂଆ କର୍ମକର୍ତ୍ତା: ରାଜନୀତିକୁ ଆସୁଛନ୍ତି ଶିକ୍ଷିତ, ସ୍ବୟଂସେବକ

ଦାରିଙ୍ଗବାଡ଼ି,୨୭ା୧୨(ଅରୁଣ ସାହୁ): ବିଭିନ୍ନ ଦଳରେ ଉଚ୍ଚ ଶିକ୍ଷିତ ଯୁବଗୋଷ୍ଠୀ ରାଜନୀତିକୁ ଆସିବା ଦେଖିବାକୁ ମିଳିଛି। ଏହି କ୍ରମରେ ରାଜ୍ୟ ଓ କେନ୍ଦ୍ରରେ ଶାସନ କରୁଥିବା ଭାଜପା...

୧୫ ଘଣ୍ଟା କାମ ପରେ ମିଳିଲା ୭୬୩ ଟଙ୍କା, ଡେଲିଭରି ବୟଙ୍କୁ ଘରକୁ ଡାକି ଏମିତି କଲେ ରାଘବ ଚଢା, ସମସ୍ତେ କରୁଛନ୍ତି ପ୍ରଶଂସା

ନୂଆଦିଲ୍ଲୀ,୨୭।୧୨: ନିକଟରେ, ଜଣେ ଡେଲିଭରି ବୟର ଏକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହୋଇଥିଲା। ଏକ ଛୋଟ ଭିଡିଓରେ, ଯୁବକ ଜଣକ ତାଙ୍କର ଦୈନନ୍ଦିନ କାର୍ଯ୍ୟସୂଚୀ...

Vijay Hazare Trophy: ଯାହାଙ୍କ ବଲରେ ଆଉଟ ହେଲେ କୋହଲି ତାଙ୍କୁ ଦେଲେ ବଡ଼ ଉପହାର, ଜିତିଲେ ପ୍ରଶଂସକଙ୍କ ମନ

ନୂଆଦିଲ୍ଲୀ,୨୭।୧୨: ବିରାଟ କୋହଲିଙ୍କୁ ଆଉଟ କରିଥିବା ଗୁଜରାଟର ସ୍ପିନର ବିଶାଲ ଜୟସୱାଲଙ୍କୁ ମଧ୍ୟ ବହୁତ ପ୍ରଶଂସା କରାଯାଉଛି। ବିରାଟଙ୍କ ଗୋଟିଏ ବଲ ଉପରେ କୋହଲି ଏକ...

ଅଲ୍ଲୁ-ଅର୍ଜୁନଙ୍କ ବିରୋଧରେ ଚାର୍ଜଶିଟ୍‌ ଦାଖଲ କଲା ପୋଲିସ, କାରଣ ଜାଣିଲେ…

ମୁମ୍ବାଇ,୨୭ା୧୨: ଅଭିନେତା ଅଲ୍ଲୁ-ଅର୍ଜୁନଙ୍କ ନାମରେ ଚାର୍ଜଶିଟ୍‌ ଦାଖଲ କରିଛି ପୋଲିସ। ଉକ୍ତ ଚାର୍ଜଶିଟ୍‌ରେ ଅଲ୍ଲୁ-ଅର୍ଜୁନଙ୍କ ସମେତ ୨୩ ଅଭିଯୁକ୍ତଙ୍କ ନାଁ ରହିଛି। ହାଇଦ୍ରାବାଦ ସନ୍ଧ୍ୟା ଥିଏଟର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri