ଏୟାରପୋର୍ଟରେ ଚାକିରି ନାଁରେ ଲକ୍ଷାଧିକ ଠକେଇ: ଏସ୍‌ପିଙ୍କ ନିକଟରେ ଫେରାଦ ହେଲେ ଯୁବକ

ବ୍ରହ୍ମପୁର ଅଫିସ ,୨୨। ୮: ଗଞ୍ଜାମ ଜିଲା ବ୍ରହ୍ମପୁରରେ ଚାକିରି ଦେବା ନାଁରେ ଠକେଇ ଘଟଣା ନଜରକୁ ଆସିଛି। ଏୟାରପୋର୍ଟରେ ଚାକିରି ଦେବା ନାଁରେ ଜଣେ ଯୁବକଙ୍କଠାରୁ ଲକ୍ଷାଧିକ ଟଙ୍କା ଠକେଇ ହୋଇଥିବା ଅଭିଯୋଗ ହୋଇଛି। ଠକେଇରେ ଶିକାର ଯୁବକ ଗୁପ୍ତେଶ୍ବର ପ୍ରଧାନ ଆଇନଜୀବୀ ପ୍ରଦୀପ ବେହେରାଙ୍କ ସହାୟତାରେ ବ୍ରହ୍ମପୁର ଏସ୍‌ି. ପିନାକ ମିଶ୍ରଙ୍କ ନିକଟରେ ଫେରାଦ ହୋଇଛନ୍ତି। ଏସ୍‌ପି ସମସ୍ତ ଅଭିଯୋଗ ଶୁଣିବା ପରେ ଘଟଣାର ତଦନ୍ତ ପାଇଁ ନିର୍ଦ୍ଦେଶ ଦେଇଛନ୍ତି।
ପ୍ରକାଶ ଯେ, ଗୋଳନ୍ଥରା ଥାନା ପଞ୍ଚମା ଗ୍ରାମର ଗୁପ୍ତେଶ୍ବରଙ୍କ ନିକଟକୁ ଗତ ଜୁନ ୭ ତାରିଖରେ ଏକ ଫୋନ ଆସିଥିଲା। ଫୋନ କରିଥିବା ବ୍ୟକ୍ତି ଜଣକ ନିଜକୁ ଏୟାରପୋର୍ଟର ମ୍ୟାନେଜର ବୋଲି କହିଥିଲେ। ଏୟାରପୋର୍ଟରେ ଚାକିରି ପାଇଁ ପରିଚୟପତ୍ର ଓ ଶିକ୍ଷାଗତ ଯୋଗ୍ୟତା ପ୍ରମାଣ ପତ୍ର ପଠାଇବାକୁ କହିଥିଲେ। ଗୁପ୍ତେଶ୍ବର ସମସ୍ତ କାଗଜପତ୍ର ପଠାଇଥିଲେ। ଦୁଇଦିନ ପରେ ପୁଣିଥରେ ସମ୍ପୃକ୍ତ ବ୍ୟକ୍ତି ଜଣଙ୍କ ଫୋନ କରି ଚାକିରି ପାଇଁ ଯୋଗ୍ୟ ବିବେଚିତ ହୋଇଥିବା କହିଥିଲେ। ଡକ୍ୟୁମେଣ୍ଟ ଭେରିଫିକେଶନ ପାଇଁ ୨୫ଶହ ଟଙ୍କା ପଠାଇବା ପାଇଁ କହିଥିଲେ। ଟଙ୍କା ପଠାଇବାର କିଛିଦିନ ପରେ ପୁଣିଥରେ ଫୋନ କରି ସିକ୍ୟୁରିଟି, ୟୁନିଫର୍ମ, ପ୍ରଶିକ୍ଷଣ ଭଳି କାମ ପାଇଁ ଟଙ୍କା ମାଗିଥିଲେ। ଏଥିରେ ବିଶ୍ୱାସ କରି ଗୁପ୍ତେଶ୍ବର ପର୍ଯ୍ୟାୟ କ୍ରମେ ପ୍ରାୟ ୧ଲକ୍ଷ ୨୩ହଜାର ଟଙ୍କା ପଠାଇଥିଲେ। ଟଙ୍କା ପାଇବା ପରେ ସମ୍ପୃକ୍ତ ବ୍ୟକ୍ତି ଜଣଙ୍କ ସହିତ ଯୋଗାଯୋଗ ହୋଇପାରୁ ନାହିଁ। ଏ ଦିଗରେ ଦୃଷ୍ଟି ଦେଇ ନ୍ୟାୟ ପ୍ରଦାନ କରିବାକୁ ଗୁପ୍ତେଶ୍ବର ଏସ୍‌ପିଙ୍କ ନିକଟରେ ଅନୁରୋଧ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଏବେ ୨୪ଘଣ୍ଟା ନୁହେଁ ୨୫ଘଣ୍ଟା ହୋଇଯିବ ଗୋଟିଏ ଦିନ, ୨୦୨୬ରେ ହେବ କି ବଡ଼ ପରିବର୍ତ୍ତନ!

ଆପଣଙ୍କର ଘଣ୍ଟା କେବେ ଗୋଟିଏ ଘଣ୍ଟା ଲେଟ୍‌ ହେବ କି? ଭବିଷ୍ୟତରେ ସୂର୍ଯ୍ୟ ଅସ୍ତ ହେବ ଏବଂ ରାତି ଲମ୍ୱା ହେବ କି? ଏହା ଏକ...

ଏଇ ଭାରତରେ

ଦିଲ୍ଲୀର ଦୁଇଭାଇ ବିହାନ ଓ ନାଭ ଅଗ୍ରଓ୍ୱାଲ ବର୍ଜ୍ୟ ରିସାଇକେଲିଂ କ୍ଷେତ୍ରରେ ଉଦାହରଣ ସୃଷ୍ଟି କରିଛନ୍ତି। ସେମାନେ ୧୪ଟି ସହରରେ ୧ ମିଲିୟନ(୧୦ ଲକ୍ଷ) କେ.ଜି...

ବିଶ୍ୱ ଓ ବର୍ଷାନ୍ତର

ଳର ଅନ୍ୟନାମ ସମୟ। ଅନନ୍ତ ସମୟର ଅସରନ୍ତି ଯାତ୍ରାରେ ଗୋଟିଏ ବର୍ଷ ବିତିବା ଓ ଆଉ ଗୋଟିଏ ବର୍ଷ ଆସିବା ଏକ ଚିରନ୍ତନ ପ୍ରକ୍ରିୟା। ଏହା...

ଘେଁସ ‘ବରପୁତ୍ର ଐତିହ୍ୟ ଗ୍ରାମ ଯୋଜନା’ରେ ସାମିଲ: ୧୫ କୋଟି ବିନିଯୋଗରେ …

ମଥୁରାନଗରୀ/ ସୋହେଲା,୧ା୧(ପ୍ରେମାନନ୍ଦ ଖମାରୀ/ଅଶ୍ୱିନୀ କୁମାର ପାତ୍ର):ବରଗଡ଼ ଜିଲା ଘେଁସଠାରେ ବୁଧବାର ରାଜ୍ୟସ୍ତରୀୟ ବୀରତା ଦିବସ ଏବଂ ଶହୀଦ ମାଧୋ ସିଂହଙ୍କ ସ୍ମୃତି ସମାରୋହ ଆୟୋଜନ ହୋଇଥିଲା।...

ଭାରତୀୟ ସଂସ୍କୃତିରେ ପରିବର୍ତ୍ତନ

ଆକ୍ରମଣ ଏବଂ ଦେଶାନ୍ତର ଗମନ ମଧ୍ୟରେ ପାର୍ଥକ୍ୟ ରହିଛି। ସାଧାରଣତଃ କୌଣସି ଦେଶ ଉପରେ ଆକ୍ରମଣକରି ଆକ୍ରମଣକାରୀ ସେଠାରୁ ଧନ ଲୁଟିନିଏ ଏବଂ ଲୋକଙ୍କୁ ତାହାର...

ବଜାରରେ ମିଳୁଛି ନକଲି ଶାଗୁଦାନା: ହୋଇଯାନ୍ତୁ ସାବଧାନ

ନୂଆପଡ଼ା,୧ା୧ (ମକାରୁ ବେମାଲ):ନୂଆପଡ଼ା ସହରରେ ପ୍ଲାଷ୍ଟିକ ଶାଗୁଦାନା ବିକ୍ରୟ ହେଉଥିବା ଅଭିଯୋଗ ହୋଇଛି। ସୂଚନା ମୁତାବକ ଟାନୱାଟ ପଞ୍ଚାୟତ ଝିଲମିଲା ଗାଁର ଜ୍ୟୋତିର୍ମୟ ପୁହାଣ ନୂଆପଡ଼ା...

ଚପଲ ପିନ୍ଧି ମହାପ୍ରସାଦ ବାଣ୍ଟିଲେ, ଠିଆହୋଇ ଖାଇଲେ

ପୁରୀ,୩୧ା୧୨(ଅଜିତ୍‌ କୁମାର ମହାନ୍ତି): ମହାପ୍ରସାଦ ଓ ମହାପ୍ରଭୁଙ୍କୁ ଅପମାନ କଲାଭଳି ଦୃଶ୍ୟ ପୁଣି ଦେଖିବାକୁ ମିଳିଛି। ଏନେଇ ବିଭିନ୍ନ ମହଲରେ ଅସନ୍ତୋଷ ପ୍ରକାଶ ପାଇଛି। କେତେଜଣ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri