Posted inUncategorized

ଜାତୀୟ ପତାକାକୁ ଅସମ୍ମାନ: ସ୍ବାଧୀନତା ଦିବସରେ ତ୍ରିରଙ୍ଗା କେକ୍‌ କାଟିଥିଲେ ଟିଏମ୍‌ସି ନେତା, ଭିଡିଓ ଭାଇରାଲ ପରେ..

କୋଲକାତା, ୨୨।୮: ସ୍ବାଧୀନତା ଦିବସରେ ତ୍ରିରଙ୍ଗାକୁ ଅସମ୍ମାନ। ଏଭଳି ଏକ ଘଟଣାକ୍ରମରେ ପଶ୍ଚିମବଙ୍ଗ ମାଲଦା ଜିଲାର ଏକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ଏଥିରେ ଶାସକ ତୃଣମୂଳ କଂଗ୍ରେସର କିଛି ସ୍ଥାନୀୟ ନେତା ମିଶି ତ୍ରିରଙ୍ଗାର କେକ୍‌ କାଟିବା ସହ ଖାଇଥିବା ଦେଖାଯାଉଛି। ଭିଡିଓକୁ ନେଇ ଉଭୟ ଭାଜପା ଏବଂ କଂଗ୍ରେସ ସମାଲୋଚନା କରିବା ସହ ଜାତୀୟ ପତାକାକୁ ଅସମ୍ମାନ କରାଯାଇଥିବା ଅଭିଯୋଗ କରିଛନ୍ତି।

ଅଗଷ୍ଟ ୧୫ରେ ଦେଶ ୭୪ତମ ସ୍ବାଧୀନତା ଦିବସ ପାଳନ କରିଥିଲା। ଏହି ଅବସରରେ ଜିଲାର ରାତୁଆ ଅଞ୍ଚଳରେ ଏକ କାର୍ଯ୍ୟକ୍ରମର ଆୟୋଜନ କରାଯାଇଥିଲା। ଭିଡିଓଟି ଉକ୍ତ ଦିନର ହୋଇଥିବା ବେଳେ ଶୁକ୍ରବାର ସୋସିଆଲ ମିଡିଆକୁ ଆସିଥିଲା।

ଭିଡିଓରେ ବରିଷ୍ଠ ଟିଏମ୍‌ସି ନେତା ସେହନାଜ କ୍ୱାଦ୍ରିଙ୍କ ସମେତ ମୌସମ ନୁର, ସେଖ୍‌ ୟାସିନ୍‌, କ୍ରିଷ୍ଣା ଦାସ ପ୍ରମୁଖଙ୍କୁ ଦେଖିବାକୁ ମିଳୁଛି। ଏହାକୁ ନେଇ ମାଲଦା କଂଗ୍ରେସ ମୁଖ୍ୟ ମୁସ୍ତକ ଆଲାମ କହିଛନ୍ତି, ଟିଏମ୍‌ସିର ନେତାମାନେ ଜାତୀୟ ପତାକାକୁ ସମ୍ମାନ ଜଣାନ୍ତି ନାହିଁ ତାହା ଭିଡିଓରୁ ସ୍ପଷ୍ଟ ହୋଇଛି। ଆମ ତ୍ରିରଙ୍ଗା ଆମର ଗର୍ବ। ଆମର ସୈନ୍ୟମାନେ ଭାରତମାତାର ସୁରକ୍ଷା ପାଇଁ ବଳିଦାନ ଦେଇଛନ୍ତିି। ହେଲେ ଏଠାରେ ଶାସକ ଦଳର କିଛି ନେତା ସେମାନଙ୍କ ବଳିଦାନକୁ ଭୁଲି ଯାଇଥିବା ସେ କହିଛନ୍ତି।

ସେହିଭଳି ମାଲଦା(ଦକ୍ଷିଣ)ରୁ ଭାଜପା ଏମ୍‌ପି ଥିବା ଖାଗେନ ମୁର୍ମୁ ଘଟଣାକୁ ନେଇ ଦୁଃଖପ୍ରକାଶ କରିଛନ୍ତି। ଜଣେ ଭାରତୀୟ ଭାବେ ଜାତୀୟ ପତାକାକୁ ଏଭଳି ଅସମ୍ମାନ କରିବା ଠିକ୍‌ ନୁହେଁ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆଦିବାସୀ ମହୋତ୍ସବ ‘ପରବ’ ଉଦ୍‌ଘାଟନ କରିବେ ମନ୍ତ୍ରୀ, ସୁରକ୍ଷା ପାଇଁ ୩୬ ପ୍ଲାଟୁନ ପୋଲିସ ମୁତୟନ

କୋରାପୁଟ,୧୮ା୧୨(ଅମିତାଭ ବେହେରା): ଗୁରୁବାର ସନ୍ଧ୍ୟା ୬ଟାରେ ଜାତୀୟସ୍ତରୀୟ ଆଦିବାସୀ ମହୋତ୍ସବ ପରବ ୨୦୨୫ର ଉଦ୍‌ଘାଟନ ହେବାକୁ ଯାଉଥିବାବେଳେ ଏଥିପାଇଁ ଜିଲା ପ୍ରଶାସନ ପକ୍ଷରୁ ସମସ୍ତ ପ୍ରସ୍ତୁତି...

ସୋର ଆହାର କେନ୍ଦ୍ରରୁ ବନ୍ଧୁକ ଜବତ, ପାଚେରୀ ଡେଇଁ ଯୁବକ ଚମ୍ପଟ୍‌

ବାଲେଶ୍ୱର,୧୮ା୧୨ ( ବାଞ୍ଛାନିଧି ଦେ): ସୋରରେ ଅଭାବନୀୟ ଘଟଣା । ଆହାର କେନ୍ଦ୍ରରୁ ଜବତ ହେଲା ବନ୍ଧୁକ ଜବତ ।  ତେବେ ଧରାପଡିବା ପରେ ଯୁବକ...

‘ଆଗକୁ ବଢ଼ିବେ ଚାଷୀ, ସରକାରୀ ଯୋଜନାରେ ସାମିଲ ହୋଇ ହେବେ ଉପକୃତ’

ଭଞ୍ଜନଗର,୧୮ା୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ନିୟନ୍ତ୍ରିତ ବଜାର କମିଟି କାର୍ଯ୍ୟାଳୟ ପଡ଼ିଆରେ ଗୁରୁବାର ଉପଖଣ୍ଡସ୍ତରୀୟ କୃଷି ଯନ୍ତ୍ରପାତି ମେଳା ଉଦ୍‌ଘାଟିତ ହୋଇଯାଇଛି। ଭଞ୍ଜନଗର ଉପଜିଲାପାଳ...

ନିତିନ ଗଡ଼କରୀଙ୍କୁ ଭେଟିଲେ ପ୍ରିୟଙ୍କା ଗାନ୍ଧୀ: ଆଲୋଚନାରେ ଉଠିଲା ‘ଭାଇ-ଭଉଣୀ’ କଥା

ନୂଆଦିଲ୍ଲୀ,୧୮ା୧୨: କେରଳର ବିକାଶମୂଳକ କାର୍ଯ୍ୟକୁ ନେଇ କେନ୍ଦ୍ର ସଡ଼କ ପରିବହନ ଓ ରାଜପଥ ମନ୍ତ୍ରୀ ନିତିନ ଗଡ଼କରୀଙ୍କୁ ଭେଟିଛନ୍ତି ୱାୟାନାଡ୍ ସାଂସଦ ପ୍ରିୟଙ୍କା ଗାନ୍ଧୀ ଭାଦ୍ରା।...

ବଲାଙ୍ଗୀରରେ ଗଠନ ହେଲା ଭାଜପାର ୯୦ ଜଣିଆ ଟିମ୍‌, ସୁଦୃଢ଼ ହେବ…

ବଲାଙ୍ଗୀର,୧୮ା୧୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଭାରତୀୟ ଜନତା ପାର୍ଟି ତରଫରୁ ଗୁରୁବାର ଜିଲା ସ୍ତରରେ ଏକ ବୈଠକ ପଥରଚେପା ଭାଜପା କାର୍ଯ୍ୟାଳୟଠାରେ ଅନୁଷ୍ଠିତ ହୋଇଛି। ଭାଜପା...

ପାରିବାରିକ ବିବାଦର କରୁଣ ପରିଣତି, ସ୍ବାମୀଙ୍କୁ ଗାମୁଛାରେ ହତ୍ୟାକଲେ ସ୍ତ୍ରୀ

ସମ୍ବଲପୁର,୧୮।୧୨(ପ୍ରମୋଦ ବହିଦାର): ବୁର୍ଲା ଥାନା ଅନ୍ତର୍ଗତ ଏମସିଏଲ ଜାଗୃତିବିହାର ଠାରେ ଜଣେ ଏମସିଏଲ କର୍ମଚାରୀଙ୍କୁ ତାଙ୍କ ଧର୍ମପତ୍ନୀ ତଣ୍ଟି ଚିପି ହତ୍ୟା କରିଛନ୍ତି । ମୃତ...

ଜମୁଛି କାର୍ତ୍ତିକ-ଅନନ୍ୟାଙ୍କ ଯୋଡ଼ି, ଟ୍ରେଲର ରିଲିଜ ପରେ ସାମ୍ନାକୁ ଆସିଲା…

ମୁମ୍ବାଇ: କାର୍ତ୍ତିକ ଆର୍ଯ୍ୟନ ଏବଂ ଅନନ୍ୟା ପାଣ୍ଡେଙ୍କ ରୋମାଣ୍ଟିକ-କମେଡି ଫିଲ୍ମ ‘ତୁ ମେରି ମୈ ତେରା ମୈ ତେରା ତୁ ମେରି’ର ଟ୍ରେଲର ଗୁରୁବାର ରିଲିଜ...

ବିଧାୟକଙ୍କ ଦରମା ବୃଦ୍ଧି ପ୍ରସଙ୍ଗ, ମୁଖ୍ୟମନ୍ତ୍ରୀଙ୍କୁ ପୁନର୍ବିଚାର ପାଇଁ ଭାଜପା ବିଧାୟକଙ୍କ ପ୍ରସ୍ତାବ

ଭୁବନେଶ୍ବର,୧୮।୧୨: ଆଜି ଭାଜପା ବିଧାୟକ ଦଳର ଗୁରୁତ୍ବପୂର୍ଣ୍ଣ ବୈଠକ ବସିଥିଲା । ତେବେ ଆଜି ବୈଠକ ପରେ ଶାସକ ଦଳର ବିଧାୟକମାନେ ମୁଖ୍ୟମନ୍ତ୍ରୀଙ୍କୁ ଭେଟିଥିଲେ ।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri