ଦୁବାଇରେ ପହଞ୍ଚିଲେ ବିରାଟ କୋହଲି

ଦୁବାଇ, ୨୨।୮: ବିଶ୍ୱର ସବୁଠାରୁ ବ୍ୟୟବହୁଳ ଟି୨୦ ଟୁର୍ନାମେଣ୍ଟ ଇଣ୍ଡିଆନ୍‌ ପ୍ରିମିୟର ଲିଗ୍‌ (ଆଇପିଏଲ୍‌)ର ତ୍ରୟୋଦଶ ସଂସ୍କରଣ ସେପ୍ଟେମ୍ବର ୧୯ରୁ ୟୁଏଇରେ ଆରମ୍ଭ ହେବ। ଏଥିରେ ଅଂଶଗ୍ରହଣ କରିବା ଲାଗି ପର୍ଯ୍ୟାୟକ୍ରମେ ପ୍ରାୟ ସମସ୍ତ ଟିମ୍‌ ୟୁଏଇରେ ପହଞ୍ଚି ସାରିଲେଣି। ଆଇପିଏଲ୍‌ ଫ୍ରାଞ୍ଚାଇଜ ରୟାଲ୍‌ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋରର ଅଧିନାୟକ ବିରାଟ କୋହଲି ଏହିକ୍ରମରେ ଦୁବାଇରେ ପହଞ୍ଚିଛନ୍ତି। ସାଥୀ ଖେଳାଳିଙ୍କ ସହ କୋହଲି ଦୁବାଇରେ ପହଞ୍ଚିବା ପରେ ଏକ ଫଟୋ ଶେୟାର କରିଛନ୍ତି। ଯେଉଁଥିରେ ସେ ‘ହେଲୋ ଦୁବାଇ’ ବୋଲି କ୍ୟାପ୍‌ସନରେ ଉଲ୍ଲେଖ କରିଛନ୍ତି। ଷଷ୍ଠ ଦଳ ଭାବେ ବାଙ୍ଗାଲୋର ଦୁବାଇରେ ଅବତାରଣ କରିଛି। କେବଳ ସନ୍‌ରାଇଜର୍ସ ହାଇଦ୍ରାବାଦ ଓ ଦିଲ୍ଲୀ କ୍ୟାପିଟାଲ୍ସ ଦୁବାଇରେ ପହଞ୍ଚିବାର ବାକି ରହିଛି। ଖେଳାଳିମାନେ ଗୋଟିଏ ହୋଟେଲରେ ରହୁଥିଲେ ମଧ୍ୟ କରୋନା କଟକଣା ଲାଗି କେବଳ ବାଲ୍‌କୋନିରେ ସାଥୀ ଖେଳାଳିଙ୍କ ସହ କଥାବାର୍ତ୍ତା ହୋଇପାରିବେ ବୋଲି ଜଣାପଡ଼ିଛି। କୋହଲି ବର୍ତ୍ତମାନ ସୁଦ୍ଧା ରୟାଲ ଚାଲେଞ୍ଜର୍ସ ପାଇଁ ୧୭୭ ମ୍ୟାଚ୍‌ ଖେଳିସାରିଛନ୍ତି। ଯେଉଁଥିରେ ସେ ୪ ଶତକ ଓ ୭ ଅର୍ଦ୍ଧଶତକ ସହ ମୋଟ୍‌ ୫,୪୧୨ ରନ୍‌ ସଂଗ୍ରହ କରିଛନ୍ତି। ୨୦୧୬ ସଂସ୍କରଣରେ ସେ ସର୍ବାଧିକ ୯୭୩ ରନ୍‌ କରି ‘ଅରେଞ୍ଜ କ୍ୟାପ୍‌’ର ଅଧିକାରୀ ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କୋସଲୀ ସାଂସ୍କୃତିକ ମହୋତ୍ସବ ଆରମ୍ଭ

ନୂଆପଡ଼ା,୨୦ା୧୨ (ମକାରୁ ବେମାଲ): ନୂଆପଡ଼ା ପୋଲିସ ପଡ଼ିଆ ରଙ୍ଗମଞ୍ଚଠାରେ କୋସଲୀ ସାଂସ୍କୃତିକ ମହୋତ୍ସବ ଉଦ୍‌ଘାଟିତ ହୋଇଯାଇଛି। ଅନୁଷ୍ଠାନର ସଭାପତି ସୁରଜିତସିଂ ମହାରଥାଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଉଦ୍‌ଘାଟନୀ...

ଶୀତରେ ଥରୁଛି କଳାହାଣ୍ଡି

ଭବାନୀପାଟଣା,୨୦ା୧୨(ଉତ୍ତମ କୁମାର ଦାଶ)- ସାରା ରାଜ୍ୟରେ ଶୀତର ପ୍ରକୋପ ଜାରି ରହିଛି। ଆହୁରି ସପ୍ତାହେ ଧରି ଏଭଳି ସ୍ଥିତି ଜାରି ରହିବ ବୋଲି ପାଣିପାଗ ବିଭାଗ...

ଆଶେସ ବିଜୟ ଲକ୍ଷ୍ୟରେ ଅଷ୍ଟ୍ରେଲିଆ

ଆଡିଲେଡ୍‌,୨୦ା୧୨: ଇଂଲଣ୍ଡର ଦ୍ୱିତୀୟ ଇନିଂସରେ ବିପର୍ଯ୍ୟୟ ପରେ ଅଷ୍ଟ୍ରେଲିଆ ଆଶେସ ସିରିଜ ବିଜୟ ପଥରେ ଅଗ୍ରସର ହେଉଛି। ନାଥାନ ଲିଅନ ଇଂଲଣ୍ଡର ୩ଟି ଉଇକେଟର ପତନ...

୩ ଜିଲାକୁ ଘନ କୁହୁଡ଼ି ଓ୍ବାର୍ନିଂ: ୭ଦିନ ଯାଏଁ…ଜି. ଉଦୟଗିରିରେ…

ଭୁବନେଶ୍ୱର, ୨୦ା୧୨(ବନ୍ଦନା ସେଠୀ) – ସାରା ରାଜ୍ୟରେ ଶୀତ ଲହରି ଜନଜୀବନକୁ ପ୍ରଭାବିତ କରୁଛି। ପାରଦ ତଳମୁହଁା ରହିଥିବାବେଳେ କେତେକ ଜିଲାରେ ଘନ କୁହୁଡ଼ି ଦେଖିବାକୁ...

ନୋରା ଫତେହିଙ୍କ କାର ଦୁର୍ଘଟଣା: ମଦ୍ୟପ ଚାଳକଙ୍କ ଧକ୍କାରେ…

ମୁମ୍ବାଇ,୨୦।୧୨: ଲୋକପ୍ରିୟ ବଲିଉଡ ଅଭିନେତ୍ରୀ ତଥା ନୃତ୍ୟଶିଳ୍ପୀ ନୋରା ଫତେହି ଶନିବାର ମୁମ୍ବାଇରେ ଏକ ସଡ଼କ ଦୁର୍ଘଟଣାର ସମ୍ମୁଖୀନ ହୋଇଛନ୍ତି। ବିଶ୍ୱପ୍ରସିଦ୍ଧ ମ୍ୟୁଜିକ୍ ପ୍ରୋଗ୍ରାମ ‘ସୁନବର୍ଣ୍ଣ...

ଇସ୍ରୋର ବଡ଼ ପଦକ୍ଷେପ: ଗଗନୟାନ ମିଶନ ପାଇଁ ସଫଳ ହେଲା ପାରାଚ୍ୟୁଟ୍‌ ପରୀକ୍ଷା

ନୂଆଦିଲ୍ଲୀ,୨୦ା୧୨: ମହାକାଶକୁ ଭାରତର ପ୍ରଥମ ମାନବ ପ୍ରେରଣ ଦିଗରେ ଶନିବାର ଆଉ ଏକ ବଡ଼ ପଦକ୍ଷେପ ସଫଳ ହୋଇଛି। ଭାରତୀୟ ମହାକାଶ ଗବେଷଣା ସଂଗଠନ (ଇସ୍ରୋ)...

ଅଣ୍ଡା ଖାଇଲେ ହେବେ କି କ୍ୟାନ୍ସର ? ସ୍ପଷ୍ଟୀକରଣ ଦେଲା FSSAI

ନୂଆଦିଲ୍ଲୀ,୨୦।୧୨: ଦେଶରେ ବିକ୍ରି ହେଉଥିବା ଅଣ୍ଡା ସମ୍ପୂର୍ଣ୍ଣ ସୁରକ୍ଷିତ। ଏଥିରେ କ୍ୟାନ୍ସର ସୃଷ୍ଟିକାରୀ ଉପାଦାନ ଥିବା ନେଇ ଚର୍ଚ୍ଚା ହେଉଥିବା ଖବରକୁ ଭାରତୀୟ ଖାଦ୍ୟ ସୁରକ୍ଷା...

ଭଗବାନଙ୍କ ଦର୍ଶନ ସାରି ଫେରିବା ବାଟରେ ଜଗିଥିଲା ଯମ: ବାପାମା’ଙ୍କ ସହ ଚାଲିଗଲା ଭଉଣୀଙ୍କ ଜୀବନ, ସୌଭାଗ୍ୟକୁ… 

ଗଜପତି,୨୦।୧୨(ଗିରିଧାରୀ ପରିଚ୍ଛା)- ଏମିତି ବି ଆସେ ମୃତ୍ୟୁ। ଭଗବାନଙ୍କ ଦର୍ଶନ ସାରି ଫେରିବା ବାଟରେ ଦୁର୍ଘଟଣା ଚାଲିଗଲା ଜୀବନ। ମୃତକମାନେ ହେଲେ ଗଜପତି ଜିଲା ଗୋଶାଣୀ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri